ପ୍ରଥମ ଶାମୁୟେଲ10ory_irv
1ଏଥିଉତ୍ତାରେ ଶାମୁୟେଲ ତୈଳପାତ୍ର ନେଇ ତାଙ୍କର ମସ୍ତକରେ ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, “ସଦାପ୍ରଭୁ କି ଆପଣା ଅଧିକାର ଉପରେତୁମ୍ଭକୁ ଅଗ୍ରଣୀ ହେବା ପାଇଁ ଅଭିଷେକ କରି ନାହାନ୍ତି?2ଆଜି ତୁମ୍ଭେ ଯେତେବେଳେ ମୋହର ନିକଟରୁ ପ୍ରସ୍ଥାନ କରିବ, ସେତେବେଳେ ବିନ୍ୟାମୀନ୍ର ସୀମାସ୍ଥିତ ସେଲ୍ସହରେ ରାହେଲ-କବର ନିକଟରେ ଦୁଇ ପୁରୁଷଙ୍କର ସାକ୍ଷାତ ପାଇବ; ପୁଣି, ସେମାନେ ତୁମ୍ଭକୁ କହିବେ, ‘ତୁମ୍ଭେ ଯେଉଁ ଗଧମାନଙ୍କୁ ଖୋଜିବାକୁ ଯାଇଥିଲ, ସେମାନେ ମିଳିଲେ; ଆଉ ଦେଖ, ତୁମ୍ଭ ପିତା ଗଧମାନଙ୍କ ଚିନ୍ତା ଛାଡ଼ି ତୁମ୍ଭମାନଙ୍କ ବିଷୟରେ ଚିନ୍ତା କରି କହୁଛନ୍ତି, ମୁଁ ଆପଣା ପୁତ୍ର ପାଇଁ କଅଣ କରିବି?’3ତେବେ ତୁମ୍ଭେ ସେଠାରୁ ଆଗକୁ ଗଲେ, ତାବୋରର ଅଲୋନ ବୃକ୍ଷ ନିକଟରେ ଉପସ୍ଥିତ ହେବ, ସେଠାରେ ଜଣେ ତିନୋଟି ଛେଳିଛୁଆ, ଆଉ ଜଣେ ତିନୋଟି ରୁଟି, ପୁଣି, ଆଉ ଜଣେ କୁମ୍ପାଏ ଦ୍ରାକ୍ଷାରସ ଘେନି ବେଥେଲ୍କୁ ପରମେଶ୍ୱରଙ୍କ ନିକଟକୁ ଯାଉଥିବାର ଏପରି ତିନି ପୁରୁଷଙ୍କର ସାକ୍ଷାତ ପାଇବ;4ପୁଣି, ସେମାନେ ତୁମ୍ଭର ମଙ୍ଗଳ ବାର୍ତ୍ତା ପଚାରି ତୁମ୍ଭକୁ ଦୁଇଗୋଟି ରୁଟି ଦେବେ; ତୁମ୍ଭେ ସେମାନଙ୍କ ହସ୍ତରୁ ତାହା ଗ୍ରହଣ କରିବ।5ଏଉତ୍ତାରେ ତୁମ୍ଭେ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେବ, ସେଠାରେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳ ଅଛନ୍ତି; ଆଉ, ସେଠାରେ ନଗର-ପ୍ରବେଶ ସ୍ଥାନକୁ ଆସିଲେ ନେବଲ ଓ ଦାରା ଓ ବଂଶୀ ଓ ବୀଣା ନେଇ ଉଚ୍ଚସ୍ଥଳୀରୁ ଓହ୍ଲାଇ ଆସିବାର ଏକ ଦଳ ଭବିଷ୍ୟଦ୍ବକ୍ତାଙ୍କ ସହିତ ତୁମ୍ଭର ସାକ୍ଷାତ ହେବ; ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଥିବେ;6ସେତେବେଳେ ସଦାପ୍ରଭୁଙ୍କ ଆତ୍ମା ତୁମ୍ଭକୁ ଆକ୍ରାନ୍ତ କରିବେ, ତହିଁରେ ତୁମ୍ଭେ ସେମାନଙ୍କ ସହିତ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ଓ ପରିବର୍ତ୍ତିତ ହୋଇ ଅନ୍ୟ ପ୍ରକାର ଲୋକ ହୋଇଯିବ।7ଏହିସବୁ ଚିହ୍ନ ତୁମ୍ଭ ପ୍ରତି ଘଟିଲେ, ତୁମ୍ଭ ଦ୍ୱାରା ଯେପରି ହେବ, ସେପରି କର; କାରଣ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।8ମାତ୍ର ତୁମ୍ଭେ ମୋର ଆଗେ ଗିଲ୍ଗଲ୍କୁ ଯିବ; ଆଉ ଦେଖ, ମୁଁ ହୋମବଳି ଉତ୍ସର୍ଗ କରିବାକୁ ଓ ମଙ୍ଗଳାର୍ଥକ ବଳିଦାନ କରିବାକୁ ତୁମ୍ଭ କତିକି ଯିବି; ମୁଁ ତୁମ୍ଭ ନିକଟରେ ଉପସ୍ଥିତ ହୋଇ ତୁମ୍ଭର କର୍ତ୍ତବ୍ୟ ବିଷୟ ତୁମ୍ଭକୁ ଜ୍ଞାତ କରାଇବା ପର୍ଯ୍ୟନ୍ତ ତୁମ୍ଭେ ସାତ ଦିନ ବିଳମ୍ବ କରିବ।”9ଏଥିଉତ୍ତାରେ ସେ ଶାମୁୟେଲଙ୍କ ନିକଟରୁ ଯିବା ପାଇଁ ପିଠି ଫେରାନ୍ତେ, ପରମେଶ୍ୱର ତାଙ୍କର ଅନ୍ୟ ଅନ୍ତଃକରଣ କରିଦେଲେ ଓ ସେହି ଦିନ ସେସମସ୍ତ ଚିହ୍ନ ଘଟିଲା।10ଏଥିଉତ୍ତାରେ ସେମାନେ ସେସ୍ଥାନରେ ପର୍ବତରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ଦଳ ଭବିଷ୍ୟଦ୍ବକ୍ତା ତାଙ୍କୁ ଭେଟିଲେ; ପୁଣି, ପରମେଶ୍ୱରଙ୍କ ଆତ୍ମା ତାଙ୍କୁ ଆକ୍ରାନ୍ତ କରନ୍ତେ, ସେ ସେମାନଙ୍କ ମଧ୍ୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବାକୁ ଲାଗିଲେ।11ଏଥିରେ ଯେଉଁମାନେ ପୂର୍ବାବଧି ତାଙ୍କୁ ଜାଣିଥିଲେ, ସେସମସ୍ତେ ଯେତେବେଳେ ଦେଖିଲେ ଯେ, ଦେଖ, ସେ ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଅଛନ୍ତି, ସେତେବେଳେ ଲୋକମାନେ ପରସ୍ପର କହିଲେ, “କୀଶ୍ର ପୁତ୍ର ପ୍ରତି କଅଣ ଘଟିଲା?” ଶାଉଲ ହିଁ କି ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଜଣେ?12ତହିଁରେ ସେହି ସ୍ଥାନର ଜଣେ ଉତ୍ତର କରି କହିଲା, “ଆଚ୍ଛା, ସେମାନଙ୍କ ପିତା କିଏ?” ଏହେତୁ “ଶାଉଲ କି ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଜଣେ” ଏହି କଥା ଏକ ପ୍ରବାଦ ହୋଇ ଉଠିଲା।13ତହୁଁ ସେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବା ସମାପ୍ତ କଲା ଉତ୍ତାରେ ଉଚ୍ଚସ୍ଥଳୀକି ଗଲେ।14ଏଥିଉତ୍ତାରେ ଶାଉଲଙ୍କର ପିତୃବ୍ୟ ତାଙ୍କୁ ଓ ତାଙ୍କର ଯୁବାକୁ ପଚାରିଲେ, “ତୁମ୍ଭେମାନେ କେଉଁଠାକୁ ଯାଇଥିଲ?” ସେ କହିଲେ, “ଗଧ ଖୋଜିବା ପାଇଁ; ମାତ୍ର ସେମାନେ ମିଳିଲେ ନାହିଁ ବୋଲି ଦେଖି, ଆମ୍ଭେମାନେ ଶାମୁୟେଲଙ୍କ ନିକଟକୁ ଆସିଲୁ।”15ଏଥିରେ ଶାଉଲଙ୍କର ପିତୃବ୍ୟ କହିଲେ, “ମୁଁ ନିବେଦନ କରୁଅଛି, ଶାମୁୟେଲ ତୁମ୍ଭମାନଙ୍କୁ କʼଣ କହିଲେ,” ମୋତେ କୁହ।16ତହିଁରେ ଶାଉଲ ଆପଣା ପିତୃବ୍ୟଙ୍କୁ କହିଲେ, “ଗଧସବୁ ମିଳିଲେ ବୋଲି ସେ ଆମ୍ଭମାନଙ୍କୁ ସ୍ପଷ୍ଟରୂପେ କହିଲେ।” ମାତ୍ର ରାଜତ୍ଵର ଯେଉଁ କଥା ଶାମୁୟେଲ କହିଥିଲେ, ତାହା ସେ ତାଙ୍କୁ ଜଣାଇଲେ ନାହିଁ।