ପ୍ରଥମ ଦର୍ଶନ - ପଙ୍ଗପାଳ
1ପ୍ରଭୁ ସଦାପ୍ରଭୁ ମୋତେ ଏରୂପ ଦେଖାଇଲେ; ଆଉ ଦେଖ, ବିଳମ୍ବରେ ଉତ୍ପନ୍ନ ତୃଣ ଅଙ୍କୁରିବା ଆରମ୍ଭରେ ସେ ପଙ୍ଗପାଳମାନଙ୍କୁ ଗଢ଼ିଲେ ଓ ଦେଖ, ରାଜାଙ୍କ ତୃଣ କଟାଗଲା ଉତ୍ତାରେ ସେହି ବିଳମ୍ବରେ ଉତ୍ପନ୍ନ ତୃଣ ବଢ଼ୁଥିଲା।2ପୁଣି, ସେହି ପଙ୍ଗପାଳମାନେ ଦେଶର ତୃଣ ଖାଇବାର ଶେଷ କଲା ଉତ୍ତାରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭକୁ ବିନୟ କରୁଅଛି, କ୍ଷମା କର! ଯାକୁବ କିପରି ଠିଆ ହେବ? କାରଣ ସେ ସାନ।”3ସଦାପ୍ରଭୁ ସେ ବିଷୟରେ ଦୁଃଖିତ ହେଲେ; “ଏହା ହେବ ନାହିଁ,” ଏହା ସଦାପ୍ରଭୁ କହନ୍ତି।ଦ୍ୱିତୀୟ ଦର୍ଶନ - ଅଗ୍ନି ଉତ୍ପାତ
4ପ୍ରଭୁ ସଦାପ୍ରଭୁ ମୋତେ ଏହିରୂପେ ଦେଖାଇଲେ; ଆଉ ଦେଖ, ପ୍ରଭୁ ସଦାପ୍ରଭୁ ଅଗ୍ନି ଦ୍ୱାରା ବିବାଦ କରିବା ପାଇଁ ଆହ୍ୱାନ କଲେ; ତହିଁରେ ତାହା ମହାସାଗରକୁ ଗ୍ରାସ କଲା, ଆଉ ଭୂମିକୁ ଗ୍ରାସ କରିଥାʼନ୍ତା।5ଏପରି ସମୟରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ବିନୟ କରେ, କ୍ଷାନ୍ତ ହୁଅ; ଯାକୁବ କିପରି ଠିଆ ହେବ? କାରଣ ସେ ସାନ।”6ସଦାପ୍ରଭୁ ସେ ବିଷୟରେ ଦୁଃଖିତ ହେଲେ; “ତାହା ମଧ୍ୟ ହେବ ନାହିଁ,” ପ୍ରଭୁ ସଦାପ୍ରଭୁ ଏହା କହନ୍ତି।ତୃତୀୟ ଦର୍ଶନ - ଓଳମ
7ସେ ମୋତେ ଏରୂପ ଦେଖାଇଲେ; ଆଉ ଦେଖ, ପ୍ରଭୁ ଆପଣା ହସ୍ତରେ ଓଳମ ଘେନି ଓଳମ ଦ୍ୱାରା ନିର୍ମିତ ଏକ କାନ୍ଥ ନିକଟରେ ଠିଆ ହେଲେ।8ପୁଣି, ସଦାପ୍ରଭୁ ମୋତେ ପଚାରିଲେ, “ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ଗୋଟିଏ ଓଳମ।” ତେବେ ପ୍ରଭୁ କହିଲେ, “ଦେଖ, ଆମ୍ଭେ ଆପଣା ଲୋକ ଇସ୍ରାଏଲ ମଧ୍ୟରେ ଓଳମ ପକାଇବା; ଆମ୍ଭେ ପୁନର୍ବାର ଆଉ ସେମାନଙ୍କୁ ଛାଡ଼ି ଯିବା ନାହିଁ;9ପୁଣି, ଇସ୍ହାକର ଉଚ୍ଚସ୍ଥଳୀସକଳ ଧ୍ୱଂସିତ ହେବଓ ଇସ୍ରାଏଲର ଧର୍ମଧାମସକଳ ବିନଷ୍ଟ ହେବ;ଆଉ ଆମ୍ଭେ ଖଡ୍ଗ ଘେନି ଯାରବୀୟାମର ବଂଶ ବିରୁଦ୍ଧରେ ଉଠିବା।”ଆମୋଷଙ୍କ ଦୋଷାରୋପ
10ଯେତେବେଳେ ବେଥେଲ୍ର ଯାଜକ ଅମତ୍ସୀୟ ଇସ୍ରାଏଲର ରାଜା ଯାରବୀୟାମଙ୍କ ନିକଟକୁ ଏହି କଥା କହି ପଠାଇଲା, “ଇସ୍ରାଏଲ ବଂଶ ମଧ୍ୟରେ ଆମୋଷ ଆପଣଙ୍କ ବିରୁଦ୍ଧରେ ଚକ୍ରାନ୍ତ କରିଅଛନ୍ତି; ଦେଶ ତାଙ୍କର ବାକ୍ୟସବୁ ସହି ପାରୁ ନାହିଁ।11କାରଣ ଆମୋଷ ଏରୂପ କହୁଅଛନ୍ତି,‘ଯାରବୀୟାମ ଖଡ୍ଗରେ ହତ ହେବଓ ଇସ୍ରାଏଲ ନିଶ୍ଚୟ ଆପଣା ନିଜ ଦେଶରୁ ନିର୍ବାସିତ ହେବ।’”12ଆହୁରି, ଅମତ୍ସୀୟ ଆମୋଷଙ୍କୁ କହିଲା, “ହେ ଦର୍ଶକ, ତୁମ୍ଭେ ଯାଅ, ଯିହୁଦା ଦେଶକୁ ପଳାଅ, ସେଠାରେ ଭୋଜନ କର ଓ ସେଠାରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର;13ମାତ୍ର ବେଥେଲ୍ରେ ପୁନର୍ବାର ଆଉ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ; କାରଣ ତାହା ରାଜାଙ୍କର ପବିତ୍ର ସ୍ଥାନ ଓ ତାହା ରାଜକୀୟ ଗୃହ ଅଟେ।”14ତହିଁରେ ଆମୋଷ ଉତ୍ତର କରି ଅମତ୍ସୀୟଙ୍କୁ କହିଲେ, “ମୁଁ ଭବିଷ୍ୟଦ୍ବକ୍ତା ନ ଥିଲି, କିଅବା କୌଣସି ଭବିଷ୍ୟଦ୍ବକ୍ତାଙ୍କ ପୁତ୍ର ନ ଥିଲି; ମାତ୍ର ମୁଁ ଗୋପାଳକ ଓ ଡିମ୍ବିରି ବୃକ୍ଷର କୃଷକ ଥିଲି;15ପୁଣି, ସଦାପ୍ରଭୁ ପଲର ପଶ୍ଚାଦ୍ଗମନରୁ ମୋତେ ନେଲେ ଓ ସଦାପ୍ରଭୁ ମୋତେ କହିଲେ, ‘ଯାଅ, ଆମ୍ଭର ଇସ୍ରାଏଲ ଲୋକ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର।’16ଏଥିପାଇଁ ଏବେ ତୁମ୍ଭେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; ତୁମ୍ଭେ କହୁଅଛ, ‘ଇସ୍ରାଏଲ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ ଓ ଇସ୍ହାକ ବଂଶ ବିରୁଦ୍ଧରେ ତୁମ୍ଭର ବାକ୍ୟ ବର୍ଷାଅ ନାହିଁ।’17ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି;‘ତୁମ୍ଭର ଭାର୍ଯ୍ୟା ନଗର ମଧ୍ୟରେ ବେଶ୍ୟା ହେବଓ ତୁମ୍ଭର ପୁତ୍ରକନ୍ୟାଗଣ ଖଡ୍ଗରେ ପତିତ ହେବେ,ଆଉ ତୁମ୍ଭର ଭୂମି ପରିମାପକ ଦଉଡ଼ି ଦ୍ୱାରା ବିଭାଗ କରାଯିବ;ପୁଣି, ତୁମ୍ଭେ ନିଜେ ଅଶୁଚି ଦେଶରେ ମରିବ,ଆଉ ଇସ୍ରାଏଲ ନିଶ୍ଚୟ ଆପଣା ଦେଶରୁ ନିର୍ବାସିତ ହେବ।’”