ଉପଦେଶକ10ory_irv
1ମଲା ମାଛି ଗନ୍ଧବଣିକର ସୁଗନ୍ଧି ତୈଳ ଦୁର୍ଗନ୍ଧ କରି ପକାଏ;ତଦ୍ରୂପ ଅଳ୍ପ ମୂର୍ଖତା ଜ୍ଞାନ ଓ ସମ୍ଭ୍ରମଠାରୁ ଅଧିକ ଭାରୀ।2ଜ୍ଞାନୀର ହୃଦୟ ତାହାକୁ ସଠିକ୍ ପଥରେ ନିଏ;ମାତ୍ର ମୂର୍ଖର ହୃଦୟ ତାହାକୁ ଭୁଲ୍ ପଥରେ ନିଏ।3ଆହୁରି, ମୂର୍ଖ ପଥରେ ଗମନ କଲା ବେଳେ ତାହାର ବୁଦ୍ଧିର ଅଭାବ ଦେଖାଯାଏ,ପୁଣି ସେ ପ୍ରତ୍ୟେକକୁ କହେ ଯେ, ସେ ମୂର୍ଖ।4ତୁମ୍ଭ ଉପରେ ଶାସନକର୍ତ୍ତାର ମନରେ ବିରୁଦ୍ଧଭାବ ଉତ୍ପନ୍ନ ହେଲେ, ଆପଣା ସ୍ଥାନ ଛାଡ଼ ନାହିଁ;କାରଣ ଅଧୀନତା ସ୍ୱୀକାର ଦ୍ୱାରା ମହା ମହା ଅନିଷ୍ଟ କ୍ଷାନ୍ତ ହୁଏ।5ମୁଁ ସୂର୍ଯ୍ୟ ତଳେ ଏକ ମନ୍ଦ ବିଷୟ ଦେଖିଅଛି,ତାହା ଶାସନକର୍ତ୍ତାଠାରୁ ଉତ୍ପନ୍ନ ଭୁଲ୍ ତୁଲ୍ୟ ଅଟେ;6ମୂର୍ଖତା ଅତି ଉଚ୍ଚପଦରେ ସ୍ଥାପିତ ହୁଏ,ପୁଣି ଧନୀ ନୀଚ ସ୍ଥାନରେ ବସେ।7ମୁଁ ଦାସମାନଙ୍କୁ ଅଶ୍ୱ ଉପରେଓ ଅଧିପତିମାନଙ୍କୁ ଦାସ ତୁଲ୍ୟ ପାଦଗତିରେ ଗମନ କରିବାର ଦେଖିଅଛି।8ଯେ ଗର୍ତ୍ତ ଖୋଳେ, ସେ ତହିଁରେ ପଡ଼ିବଓ ଯେଉଁ ଲୋକ ବେଢ଼ା ଭାଙ୍ଗେ, ତାହାକୁ ସର୍ପ କାମୁଡ଼ିବ।9ଯେଉଁ ଲୋକ ପଥର ଖୋଳେ, ସେ ତଦ୍ଦ୍ୱାରା ଆଘାତ ପାଇବ;ପୁଣି, ଯେ କାଠ ଚିରେ, ସେ ତଦ୍ଦ୍ୱାରା ଆପଦଗ୍ରସ୍ତ ହୁଏ।10ଲୁହା ଦନ୍ଥରା ହେଲେ ଯଦି କେହି ତାହାର ଦାଢ଼ ନ ପଜାଏ,ତେବେ ତାହା ଉତ୍ତାରେ ଅଧିକ ବଳ ପ୍ରୟୋଗ କରିବାକୁ ହୁଏ;ମାତ୍ର କର୍ତ୍ତବ୍ୟକୁ ଦେଖାଇବା ପାଇଁ ଜ୍ଞାନ ଫଳଦାୟକ।11ସର୍ପ ମନ୍ତ୍ରମୁଗ୍ଧ ହେବା ପୂର୍ବରୁ କାମୁଡ଼ିଲେ ଗୁଣିଆର କିଛି ଲାଭ ନାହିଁ।12ଜ୍ଞାନୀର ମୁଖର ବାକ୍ୟ ଅନୁଗ୍ରହଜନକ;ମାତ୍ର ମୂର୍ଖର ନିଜ ଓଷ୍ଠାଧର ତାହାକୁ ଗ୍ରାସ କରିବ।13ତାହାର ମୁଖର ବାକ୍ୟାରମ୍ଭ ଅଜ୍ଞାନତା ଅଟେଓ ତାହାର କଥାର ଶେଷ ଦୁଃଖଦାୟୀ ପାଗଳାମି ଅଟେ।14ମୂର୍ଖ ବହୁତ କଥା କହେ; ତଥାପି କଅଣ ହେବ, ମନୁଷ୍ୟ ଜାଣେ ନାହିଁ;ଆଉ, ତାହା ଉତ୍ତାରେ ଯାହା ଘଟିବ, କିଏ ତାହାକୁ ଜଣାଇ ପାରେ?15ପ୍ରତ୍ୟେକ ମୂର୍ଖର ପରିଶ୍ରମ ତାହାକୁ କ୍ଳାନ୍ତ କରେ,କାରଣ କିପରି ନଗରକୁ ଯିବାର ହୁଏ, ତାହା ସେ ଜାଣେ ନାହିଁ।16ହେ ଦେଶ, ତୁମ୍ଭର ରାଜା ଯଦି ବାଳକ ହୁଏଓ ତୁମ୍ଭର ଅଧିପତିଗଣ ଯଦି ପ୍ରଭାତରେ ଭୋଜନ କରନ୍ତି,ତେବେ ତୁମ୍ଭେ ସନ୍ତାପର ପାତ୍ର।17ହେ ଦେଶ, କୁଳୀନର ପୁତ୍ର ଯେବେ ତୁମ୍ଭର ରାଜା ହୁଏଓ ତୁମ୍ଭର ଅଧିପତିଗଣ ଯେବେ ମତ୍ତତା ନିମନ୍ତେ ନୁହେଁ,ମାତ୍ର ବଳ ନିମନ୍ତେ ଉପଯୁକ୍ତ ସମୟରେ ଭୋଜନ କରନ୍ତି, ତେବେ ତୁମ୍ଭେ ଧନ୍ୟ!18ଆଳସ୍ୟରେ ଛାତ ବସିଯାଏ,ପୁଣି ହସ୍ତର ଶିଥିଳତାରେ ଗୃହରେ ଜଳ ଝରେ।19ହାସ୍ୟ ନିମନ୍ତେ ଭୋଜ ପ୍ରସ୍ତୁତ ହୁଏ,ପୁଣି ଦ୍ରାକ୍ଷାରସ ଜୀବନ ଆନନ୍ଦିତ କରେ;ଧନସବୁ କାର୍ଯ୍ୟରେ ଆସେ।20ରାଜାଙ୍କୁ ଅଭିଶାପ ଦିଅ ନାହିଁ, ନା ମନେ ମନେ ହିଁ ଦିଅ ନାହିଁ;ଆଉ, ଧନୀକୁ ଆପଣା ଶୟନ ଗୃହରେ ଅଭିଶାପ ଦିଅ ନାହିଁ;କାରଣ ଶୂନ୍ୟର ପକ୍ଷୀ ସେହି ରବ ଘେନିଯିବଓ ପକ୍ଷଧାରୀ ସେ କଥା ଜଣାଇ ଦେବ।