ହୋଶେୟ10ory_irv

ଇସ୍ରାଏଲ ବର୍ଦ୍ଧିଷ୍ଣୁ ଦ୍ରାକ୍ଷାଲତା, ସେ ଆପଣା ଫଳ ଉତ୍ପନ୍ନ କରେ;

1ଇସ୍ରାଏଲ ଆପଣା ଦ୍ରାକ୍ଷାଫଳର ବାହୁଲ୍ୟାନୁସାରେ ଆପଣା ଯଜ୍ଞବେଦିର ସଂଖ୍ୟା ବୃଦ୍ଧି କରିଅଛି;ତାହାର ଦେଶର ଉନ୍ନତି ଅନୁସାରେ ଲୋକମାନେ ମନୋହର ସ୍ତମ୍ଭ ନିର୍ମାଣ କରିଅଛନ୍ତି।2ସେମାନଙ୍କର ଅନ୍ତଃକରଣ ବିଭକ୍ତ ହୋଇଅଛି;ଏବେ ସେମାନେ ଦୋଷୀ ଗଣାଯିବେ;ସେ ସେମାନଙ୍କର ଯଜ୍ଞବେଦିସବୁକୁ ଆଘାତ କରିବେ,ସେ ସେମାନଙ୍କର ସ୍ତମ୍ଭସବୁକୁ ନଷ୍ଟ କରିବେ।3ଅବଶ୍ୟ ଏବେ ସେମାନେ କହିବେ, “ଆମ୍ଭମାନଙ୍କର ରାଜା ନାହିଁ;କାରଣ ଆମ୍ଭେମାନେ ତ ସଦାପ୍ରଭୁଙ୍କୁ ଭୟ କରୁ ନାହୁଁ,ଏଣୁ ରାଜା ଆମ୍ଭମାନଙ୍କ ପାଇଁ କଅଣ କରି ପାରିବ?”4ସେମାନେ ନିୟମ କରିବା ସମୟରେ ମିଥ୍ୟା ଶପଥ କରି ଅସାର କଥା କୁହନ୍ତି;ଏଥିପାଇଁ କ୍ଷେତ୍ରର ଶିଆରରେ ଯେପରି ବିଷବୃକ୍ଷ,ସେପରି ସେମାନଙ୍କର ଦଣ୍ଡ ଅଙ୍କୁରିତ ହୁଏ।5ଶମରୀୟା ନିବାସୀଗଣ ବେଥ୍-ଆବନର ଗୋବତ୍ସ ପ୍ରତିମା ସକାଶୁ ତ୍ରାସଯୁକ୍ତ ହେବେ;କାରଣ ତହିଁର ଲୋକମାନେ ତାହା ପାଇଁ ବିଳାପ କରିବେଓ ତହିଁର ଯେଉଁ ପୁରୋହିତମାନେ ତାହାର ଗୌରବ ସକାଶୁ ଆନନ୍ଦ କରିଥିଲେ,ସେମାନେ ବିଳାପ କରିବେ; କାରଣ ତାହାର ଗୌରବ ତାହାକୁ ଛାଡ଼ି ଯାଇଅଛି।6ତାହା ମଧ୍ୟ ଯାରେବ ରାଜାର ଭେଟି ନିମନ୍ତେ ଅଶୂରକୁ ନୀତ ହେବ;ଇଫ୍ରୟିମ ଲଜ୍ଜାପ୍ରାପ୍ତ ହେବ ଓ ଇସ୍ରାଏଲ ନିଜ ମନ୍ତ୍ରଣା ବିଷୟରେ ଲଜ୍ଜିତ ହେବ।7ଶମରୀୟାର ରାଜା ଜଳ ଉପରିସ୍ଥ ଫେଣ ତୁଲ୍ୟ ଉଚ୍ଛିନ୍ନ ହେଲା।8ଆହୁରି, ଇସ୍ରାଏଲର ପାପ ସ୍ୱରୂପ ଆବେନର ଉଚ୍ଚସ୍ଥଳୀସକଳ ବିନଷ୍ଟ ହେବ;କଣ୍ଟା ଓ ଅଗରା ଗଛ ସେମାନଙ୍କର ଯଜ୍ଞବେଦି ଉପରେ ଉତ୍ପନ୍ନ ହେବ;ଆଉ, ସେମାନେ ପର୍ବତଗଣକୁ କହିବେ, ଆମ୍ଭମାନଙ୍କୁ ଘୋଡ଼ାଅଓ ଉପପର୍ବତଗଣକୁ କହିବେ, ଆମ୍ଭମାନଙ୍କ ଉପରେ ପଡ଼।9ହେ ଇସ୍ରାଏଲ, ତୁମ୍ଭେ ଗିବୀୟାର ସମୟଠାରୁ ପାପ କରି ଆସିଅଛ;ଅଧର୍ମର ସନ୍ତାନଗଣର ବିରୁଦ୍ଧ ଯୁଦ୍ଧ ଯେପରି ଗିବୀୟାରେ ଲୋକମାନଙ୍କୁ ନ ଧରିବ,ଏଥିପାଇଁ ସେମାନେ ସେହି ସ୍ଥାନରେ ଠିଆ ହେଲେ।10ଯେତେବେଳେ ଆମ୍ଭର ଇଚ୍ଛା, ସେତେବେଳେ ଆମ୍ଭେ ସେମାନଙ୍କୁ ଶାସ୍ତି ଦେବୁଓ ସେମାନେ ଆପଣାମାନଙ୍କର ଦୁଇ ଅପରାଧରେ ବନ୍ଧାଯିବା ସମୟରେଗୋଷ୍ଠୀଗଣ ସେମାନଙ୍କ ବିରୁଦ୍ଧରେ ସଂଗୃହୀତ ହେବେ।11ଆଉ ଇଫ୍ରୟିମ ଶିକ୍ଷିତା ଗାଭୀ, ସେ ଶସ୍ୟମର୍ଦ୍ଦନ କରିବାକୁ ଭଲ ପାଏ;ମାତ୍ର ଆମ୍ଭେ ତାହାର ସୁନ୍ଦର ଗ୍ରୀବାରେ ହସ୍ତାର୍ପଣ କରିଅଛୁ;ଆମ୍ଭେ ଇଫ୍ରୟିମ ଉପରେ ଏକ ଆରୋହୀକୁ ବସାଇବା;ଯିହୁଦା ହଳ ବୁଲାଇବ, ଯାକୁବ ତାହାର ଟେଳା ଭାଙ୍ଗିବ।12ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଧାର୍ମିକତାରେ ବିହନ ବୁଣ,ଦୟାନୁଯାୟୀ ଶସ୍ୟ କାଟ; ଆପଣାମାନଙ୍କର ପଡ଼ିଆ ଭୂମି ଭାଙ୍ଗ;କାରଣ ଯେପର୍ଯ୍ୟନ୍ତ ସଦାପ୍ରଭୁ ଆସି ତୁମ୍ଭମାନଙ୍କ ଉପରେ ଧାର୍ମିକତା ନ ବର୍ଷାନ୍ତି,ସେପର୍ଯ୍ୟନ୍ତ ତାହାଙ୍କର ଅନ୍ଵେଷଣ କରିବାର ସମୟ ଅଛି।13ତୁମ୍ଭେମାନେ ଦୁଷ୍ଟତାରୂପ ଚାଷ କରି ଅଧର୍ମ ସ୍ୱରୂପ ଶସ୍ୟ କାଟିଅଛ;ତୁମ୍ଭେମାନେ ମିଥ୍ୟା କଥାର ଫଳ ଭୋଜନ କରିଅଛ;କାରଣ ତୁମ୍ଭେ ଆପଣା ପଥରେ, ଆପଣାର ବୀରସମୂହରେ ବିଶ୍ୱାସ କରିଅଛ।14ଏଥିନିମନ୍ତେ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଏକ କୋଳାହଳ ଉଠିବଓ ଯୁଦ୍ଧ ଦିନରେ ଯେପରି ଶଲମନ ବେଥ୍-ଅରବେଲକୁ ବିନାଶ କରିଥିଲା,ସେପରି ତୁମ୍ଭ ଦୁର୍ଗସକଳ ବିନଷ୍ଟ ହେବ;ମାତା ଆପଣା ସନ୍ତାନଗଣ ସହିତ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହୋଇଥିଲା।15ତୁମ୍ଭର ମହା ଦୁଷ୍ଟତା ସକାଶୁ ବେଥେଲ୍‍ ତୁମ୍ଭ ପ୍ରତି ସେହି ପ୍ରକାର କରିବ;ଇସ୍ରାଏଲର ରାଜା ଅରୁଣୋଦୟ ସମୟରେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହେବ।