1ଇଫ୍ରୟିମ ବାୟୁ ଭୋଜନ କରେଓ ପୂର୍ବୀୟ ବାୟୁର ପଛେ ପଛେ ଗମନ କରେ;ସେ ସର୍ବଦା ମିଥ୍ୟା କଥା ଓ ଉପଦ୍ରବ ବୃଦ୍ଧି କରେଓ ସେମାନେ ଅଶୂରର ସହିତ ନିୟମ କରନ୍ତିଓ ମିସରକୁ ତୈଳ ପଠାନ୍ତି।
ଯିହୁଦା ଏବଂ ଇସ୍ରାଏଲ ବିରୁଦ୍ଧରେ ପରମେଶ୍ୱରଙ୍କ ଅଭିଯୋଗ
2ଆହୁରି, ସଦାପ୍ରଭୁଙ୍କ ଓ ଯିହୁଦା ମଧ୍ୟରେ ବିବାଦ ଅଛି,ସେ ଯାକୁବକୁ ତାହାର ଆଚରଣ ଅନୁଯାୟୀ ଦଣ୍ଡ ଦେବେ;ତାହାର କ୍ରିୟାନୁସାରେ ସେ ତାହାକୁ ପ୍ରତିଫଳ ଦେବେ।3ଗର୍ଭରେ ସେ ଆପଣା ଭ୍ରାତାର ପାଦମୂଳ ଧରିଲାଓ ବୟଃପ୍ରାପ୍ତ ସମୟରେ ସେ ପରମେଶ୍ୱରଙ୍କ ସହିତ ଯୁଦ୍ଧ କଲା;4ହଁ, ସେ ଦୂତ ଉପରେ ବଳବାନ ହୋଇ ଜୟ କଲା;ସେ କ୍ରନ୍ଦନ କରି ତାହାଙ୍କ ନିକଟରେ ବିନତି କଲା;ସେ ବେଥେଲ୍ରେ ତାହାଙ୍କ ଉଦ୍ଦେଶ୍ୟ ପାଇଲା,ଆଉ ସେଠାରେ ସେ ଆମ୍ଭମାନଙ୍କ ସହିତ କଥା କହିଲେ।5ସେହି ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର;ସଦାପ୍ରଭୁ ତାହାଙ୍କର ସ୍ମରଣୀୟ ନାମ।6ଏଥିନିମନ୍ତେ ତୁମ୍ଭେ ଆପଣା ପରମେଶ୍ୱରଙ୍କ ନିକଟକୁ ଫେର;ଦୟା ଓ ନ୍ୟାୟବିଚାର ପାଳନ କରଓ ସର୍ବଦା ତୁମ୍ଭ ପରମେଶ୍ୱରଙ୍କ ଅପେକ୍ଷାରେ ଥାଅ।7ସେ ଜଣେ ବ୍ୟବସାୟୀ ଅଟେ, ତାହାର ହସ୍ତରେ ଛଳନାର ନିକ୍ତି ଅଛି;ସେ ଉପଦ୍ରବ କରିବାକୁ ଭଲ ପାଏ।8ପୁଣି, ଇଫ୍ରୟିମ କହିଲା, “ନିଶ୍ଚୟ ମୁଁ ଧନୀ ହୋଇଅଛି,ମୁଁ ଆପଣା ନିମନ୍ତେ ସମ୍ପତ୍ତି ପାଇଅଛି;ମୋʼ ର ସବୁ ପରିଶ୍ରମରେ ସେମାନେ ପାପଯୁକ୍ତ କୌଣସି ଅଧର୍ମ ମୋʼ ଠାରେ ପାଇବେ ନାହିଁ।”9ମାତ୍ର ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ;ଆମ୍ଭେ ମହାପର୍ବ ଦିନର ନ୍ୟାୟ ତୁମ୍ଭକୁ ପୁନର୍ବାର ତମ୍ବୁରେ ବାସ କରାଇବା।10ଆହୁରି, ଆମ୍ଭେ ଭବିଷ୍ୟଦ୍ବକ୍ତାଗଣ ନିକଟରେ କଥା କହିଅଛୁଓ ଆମ୍ଭେ ନାନା ଦର୍ଶନର ବୃଦ୍ଧି କରିଅଛୁ;ଆଉ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ଦୃଷ୍ଟାନ୍ତର କଥା ବ୍ୟବହାର କରିଅଛୁ।11ଯଦି ଗିଲୀୟଦରେ କିଛି ଅଧର୍ମ ଅଛି, ତେବେ ସେମାନେ ସର୍ବତୋଃଭାବେ ଅସାର;ଗିଲ୍ଗଲ୍ରେ ସେମାନେ ବୃଷ ବଳିଦାନ କରନ୍ତି;ହଁ, କ୍ଷେତ୍ରସ୍ଥ ଶିଆରର ଢିପି ପରି ସେମାନଙ୍କର ଯଜ୍ଞବେଦି ଅଛି।12ପୁଣି, ଯାକୁବ ଅରାମ ଦେଶକୁ ପଳାଇଗଲାଓ ଇସ୍ରାଏଲ ଭାର୍ଯ୍ୟାର ନିମନ୍ତେ ଦାସ୍ୟକର୍ମ କଲାଓ ଭାର୍ଯ୍ୟା ନିମନ୍ତେ ମେଷ ଚରାଇଲା।13ସଦାପ୍ରଭୁ ଏକ ଜଣ ଭବିଷ୍ୟଦ୍ବକ୍ତା ଦ୍ୱାରାଇସ୍ରାଏଲକୁ ମିସରରୁ ବାହାର କରି ଆଣିଲେଓ ଏକ ଜଣ ଭବିଷ୍ୟଦ୍ବକ୍ତା ଦ୍ୱାରା ସେ ରକ୍ଷିତ ହେଲା।14ଇଫ୍ରୟିମ ଅତିଶୟ ବିରକ୍ତ କରାଇଅଛି;ଏଥିପାଇଁ ତାହାର ରକ୍ତର ଦୋଷ ତାହା ଉପରେ ରହିବଓ ତାହାର ପ୍ରଭୁ ତାହା ଉପରେ ତାହାର ଅପମାନ ବର୍ତ୍ତାଇବେ।