ହୋଶେୟ13ory_irv

ଇସ୍ରାଏଲ ପ୍ରତି ପରମେଶ୍ୱରଙ୍କ କଠୋର ବିଚାର

1ଇଫ୍ରୟିମ କଥା କହିବା ବେଳେ ଲୋକମାନେ କମ୍ପିତ ହେଲେ;ସେ ଇସ୍ରାଏଲ ମଧ୍ୟରେ ଆପଣାକୁ ଉନ୍ନତ କଲା;ମାତ୍ର ବାଲ୍‍ଦେବ ବିଷୟରେ ଯେତେବେଳେ ସେ ଦୋଷ କଲା,ସେତେବେଳେ ସେ ମଲା।2ପୁଣି, ଏବେ ସେମାନେ ଅଧିକ ଅଧିକ ପାପ କରନ୍ତିଓ ରୂପାର ଢଳା ପ୍ରତିମା, ଅର୍ଥାତ୍‍,ଆପଣା ଆପଣା ବୁଦ୍ଧି ଅନୁସାରେ ଦେବତା ନିର୍ମାଣ କରିଅଛନ୍ତି।ସେସବୁ କାରିଗରର କର୍ମ; ସେହି ସବୁର ବିଷୟରେ ସେମାନେ କହନ୍ତି,ଯେଉଁ ଲୋକମାନେ ବଳିଦାନ କରନ୍ତି,ସେମାନେ ଗୋବତ୍ସ ପ୍ରତିମାଗଣକୁ ଚୁମ୍ବନ କରନ୍ତୁ।3ଏଥିପାଇଁ ସେମାନେ ପ୍ରାତଃକାଳରେ ମେଘ ଓ ପ୍ରତ୍ୟୁଷର ବହିଯିବା କାକରଓ ଘୂର୍ଣ୍ଣିବାୟୁରେ ଖଳାରୁ ଉଡ଼ିଯିବା ତୁଷ ଓ ନଳ ଦେଇ ବାହାରି ଯିବା ଧୂଆଁ ପରି ହେବେ।4ତଥାପି ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁଓ ତୁମ୍ଭେ ଆମ୍ଭ ଛଡ଼ା ଆଉ କାହାକୁ ପରମେଶ୍ୱର ବୋଲି ଜାଣିବ ନାହିଁଓ ଆମ୍ଭ ବ୍ୟତୀତ ଅନ୍ୟ ତ୍ରାଣକର୍ତ୍ତା ନାହିଁ।5ଆମ୍ଭେ ପ୍ରାନ୍ତରରେ ଓ ମହାମରୁଭୂମିରେ ତୁମ୍ଭକୁ ଜାଣିଲୁ।6ସେମାନେ ଆମ୍ଭମାନଙ୍କ ଚରାଣି ସ୍ଥାନ ଅନୁସାରେ ପରିତୃପ୍ତ ହେଲେ;ସେମାନେ ପରିତୃପ୍ତ ହୋଇ ଅନ୍ତଃକରଣରେ ଗର୍ବିତ ହେଲେ;ଏଥିପାଇଁ ସେମାନେ ଆମ୍ଭକୁ ପାସୋରିଅଛନ୍ତି।7ସେଥିପାଇଁ ଆମ୍ଭେ ସେମାନଙ୍କ ପ୍ରତି ସିଂହ ତୁଲ୍ୟ ହେବୁ;ଆମ୍ଭେ ଚିତାବାଘ ପରି ପଥ ପାର୍ଶ୍ୱରେ ଛକି ବସିବା;8ଆମ୍ଭେ ଛୁଆହରା ଭଲ୍ଲୁକୀ ପରି ସେମାନଙ୍କୁ ହାବୁଡ଼ିବାଓ ସେମାନଙ୍କର ବକ୍ଷକୁ ବିଦୀର୍ଣ୍ଣ କରିବା;ଆଉ, ସିଂହ ନ୍ୟାୟ ଆମ୍ଭେ ସେଠାରେ ସେମାନଙ୍କୁ ଗ୍ରାସ କରିବା;ବନ୍ୟ ପଶୁ ସେମାନଙ୍କୁ ବିଦୀର୍ଣ୍ଣ କରିବ।9ହେ ଇସ୍ରାଏଲ, ତୁମ୍ଭେ ଯେ ଆମ୍ଭର ବିପକ୍ଷ,ତୁମ୍ଭ ସହାୟର ବିପକ୍ଷ ହୋଇଅଛ, ଏହା ତୁମ୍ଭର ସର୍ବନାଶର କାରଣ।10ତୁମ୍ଭର ନଗରସମୂହରେ ତୁମ୍ଭକୁ ରକ୍ଷା କରିବା ପାଇଁ ଏବେ ତୁମ୍ଭର ରାଜା କାହିଁ?“ମୋତେ ରାଜା ଓ ଅଧିପତିଗଣ ଦିଅ” ବୋଲି ଯେଉଁମାନଙ୍କ ବିଷୟରେ ତୁମ୍ଭେ କହିଲ,ତୁମ୍ଭର ସେହି ବିଚାରକର୍ତ୍ତାଗଣ କାହାନ୍ତି?11ଆମ୍ଭେ ଆପଣା କ୍ରୋଧରେ ତୁମ୍ଭକୁ ରାଜା ଦେଇଅଛୁଓ ଆପଣା କୋପରେ ତାହାକୁ ନେଇ ଯାଇଅଛୁ।12ଇଫ୍ରୟିମର ଅଧର୍ମ ବନ୍ଧାଯାଇଅଛି; ତାହାର ପାପ ସଞ୍ଚିତ ହୋଇଅଛି।13ପ୍ରସବକାରିଣୀ ସ୍ତ୍ରୀର ବେଦନା ତାହାକୁ ଆକ୍ରାନ୍ତ କରିବ;ସେ ଅଜ୍ଞାନ ଶିଶୁ; କାରଣ ଶିଶୁମାନଙ୍କର ପ୍ରସବ-ଦ୍ୱାରରେତାହାର ବିଳମ୍ବ କରି ରହିବାର ଉଚିତ ନୁହେଁ।14ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା;ଆମ୍ଭେ ମୃତ୍ୟୁୁରୁ ସେମାନଙ୍କୁ ମୁକ୍ତ କରିବା;ହେ ମୃତ୍ୟୁୁ, ତୁମ୍ଭର ମହାମାରୀ କାହିଁ?ହେ ପାତାଳ, ତୁମ୍ଭର ସଂହାର କାହିଁ?ଅନୁତାପ ଆମ୍ଭ ଦୃଷ୍ଟିରୁ ଗୁପ୍ତ ରହିବ।15ଯଦ୍ୟପି ସେ ଆପଣା ଭ୍ରାତୃଗଣ ମଧ୍ୟରେ ଫଳବାନ ହୁଏ,ତଥାପି ପୂର୍ବୀୟ ବାୟୁ ସଦାପ୍ରଭୁଙ୍କର ଶ୍ୱାସ ପ୍ରାନ୍ତରରୁ ଆସିବ,ତହିଁରେ ତାହାର ନିର୍ଝର ଶୁଷ୍କ ହେବ ଓ ତାହାର ଜଳାକାର ଶୁଖିଯିବ;ସେ ତାହାର ଯାବତୀୟ ମନୋହର ପାତ୍ରର ଭଣ୍ଡାର ଲୁଟ କରିବେ।16ଶମରୀୟା ଆପଣା ଦୋଷର ଫଳ ଭୋଗ କରିବ;କାରଣ ସେ ଆପଣା ପରମେଶ୍ୱରଙ୍କର ବିଦ୍ରୋହାଚରଣ କରିଅଛି;ସେମାନେ ଖଡ୍ଗରେ ପତିତ ହେବେ;ସେମାନଙ୍କର ଶିଶୁମାନେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେବେ;ସେମାନଙ୍କର ଗର୍ଭବତୀ ସ୍ତ୍ରୀମାନେ ଚିରାଯିବେ।