ହୋଶେୟ14ory_irv

ପରମେଶ୍ୱରଙ୍କ ନିକଟକୁ ଫେରି ଆସିବାକୁ ଆହ୍ୱାନ

1ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସ;କାରଣ ତୁମ୍ଭେ ଆପଣା ଅଧର୍ମରେ ପତିତ ହୋଇଅଛ।2ତୁମ୍ଭେମାନେ ବାକ୍ୟ ସଙ୍ଗରେ ଘେନି ସଦାପ୍ରଭୁଙ୍କ ନିକଟକୁ ଫେରି ଆସ;ତାହାଙ୍କୁ କୁହ, “ଅଧର୍ମସକଳ କ୍ଷମା କର ଓ ଯାହା ଉତ୍ତମ, ତାହା ଗ୍ରହଣ କର;ତହିଁରେ ଆମ୍ଭେମାନେ ଆପଣା ଆପଣା ଓଷ୍ଠାଧରର ଉପହାର ବୃଷ ରୂପରେ ଉତ୍ସର୍ଗ କରିବା।3ଅଶୂର ଆମ୍ଭମାନଙ୍କର ପରିତ୍ରାଣ କରିବ ନାହିଁ;ଆମ୍ଭେମାନେ ଅଶ୍ୱାରୋହଣ କରିବା ନାହିଁ;କିଅବା ‘ତୁମ୍ଭେମାନେ ଆମ୍ଭମାନଙ୍କର ଦେବଗଣ’ ବୋଲିଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ଆଉ କହିବା ନାହିଁ;କାରଣ ପିତୃହୀନ ତୁମ୍ଭ ନିକଟରେ ଦୟାପ୍ରାପ୍ତ ହୁଏ।”4ଆମ୍ଭେ ସେମାନଙ୍କ ବିପଥଗମନର ପ୍ରତିକାର କରିବା,ଆମ୍ଭେ ସ୍ୱଚ୍ଛନ୍ଦରେ ସେମାନଙ୍କୁ ପ୍ରେମ କରିବା;କାରଣ ଆମ୍ଭ କ୍ରୋଧ ତାହାଠାରୁ ନିବୃତ୍ତ ହୋଇଅଛି।5ଆମ୍ଭେ ଇସ୍ରାଏଲ ପକ୍ଷରେ କାକର ତୁଲ୍ୟ ହେବା;ସେ କଇଁଫୁଲ ତୁଲ୍ୟ ଫୁଟିବ ଓ ଲିବାନୋନର ତୁଲ୍ୟ ମୂଳ ବାନ୍ଧିବ।6ତାହାର ଶାଖାସବୁ ବିସ୍ତାରିତ ହେବଓ ତାହାର ଶୋଭା ଜୀତବୃକ୍ଷ ତୁଲ୍ୟଓ ତାହାର ସୁବାସ ଲିବାନୋନ ପରି ହେବ।7ତାହାର ଛାୟା ତଳେ ବାସକାରୀମାନେ ଫେରି ଆସିବେ;ସେମାନେ ଶସ୍ୟ ପରି ସଂଜୀବିତ ହେବେ ଓ ଦ୍ରାକ୍ଷାଲତା ପରି ପ୍ରସ୍ପୁଟିତ ହେବେ;ତହିଁର ସୁବାସ ଲିବାନୋନର ଦ୍ରାକ୍ଷାରସ ତୁଲ୍ୟ ହେବ।8ଇଫ୍ରୟିମ କହିବ, “ପ୍ରତିମାଗଣରେ ମୋର ଆଉ କି କାର୍ଯ୍ୟ?”ଆମ୍ଭେ ଉତ୍ତର ଦେଇଅଛୁ ଓ ତାହା ବିଷୟରେ ମନୋଯୋଗ କରିବା;ଆମ୍ଭେ ସତେଜ ଦେବଦାରୁ ବୃକ୍ଷ ତୁଲ୍ୟ; ଆମ୍ଭଠାରୁ ତୁମ୍ଭର ଫଳପ୍ରାପ୍ତି ହୁଏ।9ଜ୍ଞାନବାନ କିଏ? ସେ ଏହିସବୁ ବିଷୟ ବୁଝିବ।ବୁଦ୍ଧିମାନ କିଏ? ସେ ଏସବୁ ଜାଣିବ,କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ;ମାତ୍ର ଆଜ୍ଞା-ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ।