ଯିହୁଦାର ସର୍ବନାଶ ସୁନିଶ୍ଚିତ
1ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଯଦ୍ୟପି ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୁଅନ୍ତେ, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପ୍ରତି ଅନୁକୂଳ ହୁଅନ୍ତା ନାହିଁ; ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର, ସେମାନେ ବାହାରି ଯାଉନ୍ତୁ।2ପୁଣି, ଯଦି ସେମାନେ ତୁମ୍ଭକୁ କହନ୍ତି, ‘ଆମ୍ଭେମାନେ କେଉଁଠାକୁ ବାହାରି ଯିବା?’ ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ‘ସଦାପ୍ରଭୁ ଏହି କଥା କହନ୍ତି,ହତଯୋଗ୍ୟ ଲୋକମାନେ ହତ ସ୍ଥାନକୁ,ଖଡ୍ଗଯୋଗ୍ୟ ଲୋକମାନେ ଖଡ୍ଗ ନିକଟକୁ,ଦୁର୍ଭିକ୍ଷଯୋଗ୍ୟ ଲୋକମାନେ ଦୁର୍ଭିକ୍ଷ ସ୍ଥାନକୁଓ ବନ୍ଦୀତ୍ୱର ଯୋଗ୍ୟ ଲୋକମାନେ ବନ୍ଦୀସ୍ଥାନକୁ ଯାଉନ୍ତୁ।’3ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ବଧ କରିବା ନିମନ୍ତେ ଖଡ୍ଗ, ବିଦୀର୍ଣ୍ଣ କରିବା ନିମନ୍ତେ କୁକ୍କୁରଗଣ, ପୁଣି ଗ୍ରାସ ଓ ବିନାଶ କରିବା ନିମନ୍ତେ ଖେଚର ପକ୍ଷୀଗଣ ଓ ଭୂଚର ପଶୁଗଣ, ଏହି ଚାରି ଜାତିକୁ ସେମାନଙ୍କ ଉପରେ ନିଯୁକ୍ତ କରିବା।4ଆଉ, ଯିହୁଦାର ରାଜା ହିଜକୀୟର ପୁତ୍ର ମନଃଶିର ଯିରୂଶାଲମରେ କୃତକାର୍ଯ୍ୟ ସକାଶୁ ଆମ୍ଭେ ସେମାନଙ୍କୁ ପୃଥିବୀର ଯାବତୀୟ ରାଜ୍ୟରେ ଏଣେତେଣେ ନିକ୍ଷିପ୍ତ କରାଇବା।5କାରଣ ହେ ଯିରୂଶାଲମ, କିଏ ତୁମ୍ଭକୁ ଦୟା କରିବ?ଅବା କିଏ ତୁମ୍ଭ ଲାଗି ବିଳାପ କରିବ?ଅଥବା ତୁମ୍ଭର ମଙ୍ଗଳ ବିଷୟ ପଚାରିବା ପାଇଁ କିଏ ତୁମ୍ଭ ନିକଟକୁ ଆସିବ?6ସଦାପ୍ରଭୁ କହନ୍ତି, ତୁମ୍ଭେ ଆମ୍ଭକୁ ଅଗ୍ରାହ୍ୟ କରିଅଛ, ତୁମ୍ଭେ ପଛକୁ ହଟି ଯାଇଅଛ;ଏନିମନ୍ତେ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ତୁମ୍ଭକୁ ନଷ୍ଟ କରିଅଛୁ;ଆମ୍ଭେ କ୍ଷମା କରି କରି କ୍ଳାନ୍ତ ହୋଇଅଛୁ।7ଆମ୍ଭେ ସେମାନଙ୍କୁ ଦେଶର ପୁରଦ୍ୱାରସମୂହରେ କୁଲାରେ ପାଛୁଡ଼ି ଅଛୁ;ଆମ୍ଭେ ସେମାନଙ୍କୁ ସନ୍ତାନସନ୍ତତି ବିହୀନ କରିଅଛୁ,ଆମ୍ଭେ ଆପଣା ଲୋକମାନଙ୍କୁ ବିନାଶ କରିଅଛୁ;ସେମାନେ ଆପଣା ଆପଣା ପଥରୁ ଫେରି ନାହାନ୍ତି।8ଆମ୍ଭ ସାକ୍ଷାତରେ ସେମାନଙ୍କର ବିଧବାମାନେସମୁଦ୍ରର ବାଲି ଅପେକ୍ଷା ବହୁସଂଖ୍ୟକ ହୋଇଅଛନ୍ତି,ଆମ୍ଭେ ସେମାନଙ୍କ ମଧ୍ୟରେ ଯୁବାଗଣର ମାତା ବିରୁଦ୍ଧରେବିନାଶକ ଏକ ଜଣକ ମଧ୍ୟାହ୍ନ କାଳରେ ଆଣିଅଛୁ;ଆମ୍ଭେ ଅକସ୍ମାତ୍ ତାହା ପ୍ରତି ଦୁଃଖ ଓ ଆଶଙ୍କା ଉପସ୍ଥିତ କରାଇଅଛୁ।9ସାତ ସନ୍ତାନପ୍ରସୂତା ସ୍ତ୍ରୀ କ୍ଷୀଣା ହେଉଅଛି; ସେ ପ୍ରାଣତ୍ୟାଗ କରିଅଛି;ଦିନ ଥାଉ ଥାଉ ତାହାର ସୂର୍ଯ୍ୟ ଅସ୍ତ ହୋଇଅଛି; ସେ ଲଜ୍ଜିତା ଓ ହତାଶା ହୋଇଅଛି;ପୁଣି, ସେମାନଙ୍କର ଅବଶିଷ୍ଟ ଲୋକମାନଙ୍କୁ ଆମ୍ଭେସେମାନଙ୍କ ଶତ୍ରୁଗଣର ସମ୍ମୁଖରେ ଖଡ୍ଗରେ ସମର୍ପଣ କରିବା,” ଏହା ସଦାପ୍ରଭୁ କହନ୍ତି।ଯିରିମୀୟଙ୍କ ଅଭିଯୋଗ
10ଗୋ ଆମ୍ଭର ମାତା, ମୁଁ ସନ୍ତାପର ପାତ୍ର,ତୁମ୍ଭେ ମୋତେ ସମୁଦାୟ ପୃଥିବୀର ବିରୋଧ ଓ ବିବାଦର ପାତ୍ର କରି ଜାତ କରିଅଛ!ମୁଁ ସୁଧ ନିମନ୍ତେ ଋଣ ଦେଇ ନାହିଁ; କିଅବା ଲୋକେ ମୋତେ ସୁଧ ଲାଗି ଋଣ ଦେଇ ନାହାନ୍ତି;ତଥାପି ସେମାନଙ୍କର ପ୍ରତ୍ୟେକ ଜଣ ମୋତେ ଅଭିଶାପ ଦିଅନ୍ତି।11ସଦାପ୍ରଭୁ କହିଲେ, “ଆମ୍ଭେ ନିଶ୍ଚୟ ମଙ୍ଗଳ ନିମନ୍ତେ ତୁମ୍ଭକୁ ସବଳ କରିବା;ଆମ୍ଭେ ନିଶ୍ଚୟ ବିପଦ ଓ ଦୁର୍ଦ୍ଦଶା ସମୟରେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭ ନିକଟରେ ବିନତି କରାଇବା।12ଲୌହ, ଉତ୍ତର ଦେଶୀୟ ଲୌହ ଓ ପିତ୍ତଳ କି କେହି ଭାଙ୍ଗିପାରେ?13ଆମ୍ଭେ ତୁମ୍ଭର ସମ୍ପତ୍ତି ଓ ଧନଭଣ୍ଡାରସବୁ ବିନାମୂଲ୍ୟରେ ଲୁଟିତ ହେବା ପାଇଁ ଦେବାଓ ତୁମ୍ଭର ସମୁଦାୟ ଅଞ୍ଚଳରେ ତୁମ୍ଭ ପାପସମୂହର ସକାଶେ ତାହା କରିବା।14ପୁଣି, ଆମ୍ଭେ ସେସମସ୍ତଙ୍କୁ ତୁମ୍ଭ ଶତ୍ରୁଗଣର ସଙ୍ଗରେ ତୁମ୍ଭ ଅଜ୍ଞାତ ଏକ ଦେଶକୁ ନେଇଯିବା;କାରଣ ଆମ୍ଭର କ୍ରୋଧରୂପ ଅଗ୍ନି ପ୍ରଜ୍ୱଳିତ ହୋଇଅଛି, ତାହା ତୁମ୍ଭମାନଙ୍କୁ ଦଗ୍ଧ କରିବ।”15ହେ ସଦାପ୍ରଭୋ, ତୁମ୍ଭେ ଜାଣୁଅଛ;ମୋତେ ସ୍ମରଣ କର ଓ ମୋହର ତତ୍ତ୍ୱାନୁସନ୍ଧାନ କର,ପୁଣି ମୋର ତାଡ଼ନାକାରୀମାନଙ୍କଠାରୁ ପରିଶୋଧ ନିଅ;ତୁମ୍ଭର ଦୀର୍ଘସହିଷ୍ଣୁତା ସକାଶୁ ମୋତେ ସଂହାର କର ନାହିଁ;ମୁଁ ତୁମ୍ଭ ସକାଶୁ ନିନ୍ଦାଭୋଗ କରିଅଛି, ଏହା ଜ୍ଞାତ ହୁଅ।16ତୁମ୍ଭର ବାକ୍ୟ ପ୍ରାପ୍ତ ହେଲା, ପୁଣି ମୁଁ ତାହା ଭୋଜନ କଲି;ଆଉ, ତୁମ୍ଭର ବାକ୍ୟ ମୋର ଆନନ୍ଦ ଓ ଚିତ୍ତର ଆହ୍ଲାଦଜନକ ହେଲା;କାରଣ ହେ ସୈନ୍ୟାଧିପତି ସଦାପ୍ରଭୁ ପରମେଶ୍ୱର, ମୁଁ ତୁମ୍ଭ ନାମରେ ଖ୍ୟାତ ଅଟେ।17ମୁଁ ଆମୋଦ-ପ୍ରମୋଦକାରୀମାନଙ୍କ ସଭାରେ ବସିଲି ନାହିଁ,କିଅବା ଆନନ୍ଦ କଲି ନାହିଁ; ତୁମ୍ଭର ହସ୍ତ ସକାଶୁ ମୁଁ ଏକାକୀ ବସିଲି;କାରଣ ତୁମ୍ଭେ ମୋତେ କ୍ରୋଧରେ ପୂର୍ଣ୍ଣ କରିଅଛ।18ମୋର ବେଦନା ନିତ୍ୟସ୍ଥାୟୀ ଓ ମୋର କ୍ଷତ ଅପ୍ରତୀକାର୍ଯ୍ୟ ହୋଇସୁସ୍ଥ ହେବାକୁ ଅସ୍ୱୀକାର କରେ କାହିଁକି?ତୁମ୍ଭେ କି ମୋʼ ପ୍ରତି ନିତାନ୍ତ ପ୍ରବଞ୍ଚନାଜନକ ନଦୀସ୍ରୋତ, ଅସ୍ଥାୟୀ ଜଳ ତୁଲ୍ୟ ହେବ?19ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି,“ତୁମ୍ଭେ ଯଦି ଫେରିବ, ତେବେ ଆମ୍ଭ ସମ୍ମୁଖରେ ଠିଆ ହେବା ନିମନ୍ତେଆମ୍ଭେ ତୁମ୍ଭକୁ ପୁନର୍ବାର ଆଣିବା;ପୁଣି, ତୁମ୍ଭେ ଯଦି ନିକୃଷ୍ଟ ବସ୍ତୁରୁ ବହୁମୂଲ୍ୟ ବସ୍ତୁ ବାହାର କରି ନେବ,ତେବେ ତୁମ୍ଭେ ଆମ୍ଭର ମୁଖ ସ୍ୱରୂପ ହେବ;ସେମାନେ ତୁମ୍ଭ ନିକଟକୁ ଫେରି ଆସିବେ,ମାତ୍ର ତୁମ୍ଭେ ସେମାନଙ୍କ ନିକଟକୁ ଫେରିଯିବ ନାହିଁ।20ପୁଣି, ଆମ୍ଭେ ଏହି ଲୋକମାନଙ୍କ ନିକଟରେତୁମ୍ଭକୁ ପିତ୍ତଳର ଦୃଢ଼ ପ୍ରାଚୀର ସ୍ୱରୂପ କରିବା;ସେମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରିବେ, ମାତ୍ର ତୁମ୍ଭକୁ ପରାଜୟ କରି ପାରିବେ ନାହିଁ;କାରଣ ସଦାପ୍ରଭୁ କହନ୍ତି,ତୁମ୍ଭକୁ ତ୍ରାଣ କରିବା ପାଇଁ ଓ ତୁମ୍ଭର ଉଦ୍ଧାର କରିବା ପାଇଁଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।21ପୁଣି, ଆମ୍ଭେ ତୁମ୍ଭକୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରିବାଓ ଆମ୍ଭେ ତୁମ୍ଭକୁ ଭୟାନକ ଲୋକମାନଙ୍କ ହସ୍ତରୁ ମୁକ୍ତ କରିବା।”