କୁମ୍ଭକାର ଗୃହରେ ଯିରିମୀୟ
1ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କ ନିକଟରୁ ଏହି ବାକ୍ୟ ଉପସ୍ଥିତ ହେଲା;2“ତୁମ୍ଭେ ଉଠି କୁମ୍ଭକାରର ଗୃହକୁ ଯାଅ, ସେଠାରେ ଆମ୍ଭେ ତୁମ୍ଭକୁ ଆପଣା ବାକ୍ୟ ଶୁଣାଇବା।”3ତେବେ ମୁଁ କୁମ୍ଭକାର ଗୃହକୁ ଗଲି, ଆଉ ଦେଖ, ସେ ଚକ୍ରରେ ଆପଣା କର୍ମ କରୁଥିଲା।4କୁମ୍ଭକାର ମୃତ୍ତିକାର ଯେଉଁ ପାତ୍ର ନିର୍ମାଣ କରୁଥିଲା, ତାହା ତାହାର ହସ୍ତରେ ବିଗିଡ଼ି ଯିବାରୁ କୁମ୍ଭକାର ତାହା ନେଇ ଆପଣା ଇଚ୍ଛାନୁସାରେ ଆଉ ଗୋଟିଏ ପାତ୍ର ନିର୍ମାଣ କଲା।5ତହୁଁ ମୋʼ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,6ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ବଂଶ, ଆମ୍ଭେ କି ଏହି କୁମ୍ଭକାର ପରି ତୁମ୍ଭ ପ୍ରତି କରି ନ ପାରୁ? ହେ ଇସ୍ରାଏଲ ବଂଶ, ଦେଖ, ଯେପରି ମୃତ୍ତିକା କୁମ୍ଭକାରର ହସ୍ତରେ, ସେପରି ତୁମ୍ଭେମାନେ ଆମ୍ଭ ହସ୍ତରେ ଅଛ।7ଯେତେବେଳେ ଆମ୍ଭେ କୌଣସି ଗୋଷ୍ଠୀ ଓ ରାଜ୍ୟ ବିଷୟରେ ଉତ୍ପାଟନ ଓ ଅଧଃପତନ ଓ ବିନାଶର କଥା କହିବା;8ସେତେବେଳେ ଯେଉଁ ଗୋଷ୍ଠୀ ବିଷୟରେ ଆମ୍ଭେ କହିଅଛୁ, ସେମାନେ ଯଦି ଆପଣା ଆପଣା ଦୁଷ୍କର୍ମରୁ ଫେରନ୍ତି, ତେବେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ଆମ୍ଭେ ମନରେ କଲୁ, ତହିଁରୁ ଆମ୍ଭେ କ୍ଷାନ୍ତ ହେବା।9ପୁଣି, ଯେତେବେଳେ ଆମ୍ଭେ କୌଣସି ଗୋଷ୍ଠୀକୁ ରାଜ୍ୟ ବିଷୟରେ ଗଠନ ଓ ରୋପଣର କଥା କହିବା;10ସେତେବେଳେ ସେ ଯଦି ଆମ୍ଭର ରବ ନ ମାନି ଆମ୍ଭ ଦୃଷ୍ଟିରେ ଦୁଷ୍କର୍ମ କରେ, ତେବେ ଆମ୍ଭେ ତାହା ପ୍ରତି ଯେଉଁ ମଙ୍ଗଳ କରିବାର କଥା କହିଲୁ, ତହିଁରୁ ଆମ୍ଭେ କ୍ଷାନ୍ତ ହେବା।11ଏନିମନ୍ତେ ଏବେ ତୁମ୍ଭେ ଯିହୁଦାର ଲୋକମାନଙ୍କ ଓ ଯିରୂଶାଲମ ନିବାସୀମାନଙ୍କ ନିକଟକୁ ଯାଇ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ସଂକଳ୍ପ କରୁଅଛୁ; ଏବେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେର, ପୁଣି ଆପଣା ଆପଣା ପଥ ଓ ଆପଣା ଆପଣା କ୍ରିୟାର ଶୋଧନ କର।’12ମାତ୍ର ସେମାନେ କହନ୍ତି, ‘ଭରସା ନାହିଁ; କାରଣ ଆମ୍ଭେମାନେ ଆପଣା ଆପଣା ସଂକଳ୍ପ ଅନୁସାରେ ଚାଲିବା ଓ ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ କର୍ମ କରିବା।’13ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି;ତୁମ୍ଭେମାନେ ଏବେ ନାନା ଦେଶୀୟମାନଙ୍କ ମଧ୍ୟରେ ପଚାର, ଏପରି କଥା କିଏ ଶୁଣିଅଛି;ଇସ୍ରାଏଲର ଅନୂଢ଼ା କନ୍ୟା ଅତ୍ୟନ୍ତ ରୋମାଞ୍ଚଜନକ କାର୍ଯ୍ୟ କରିଅଛି।14ଲିବାନୋନର ହିମ କି କ୍ଷେତ୍ରସ୍ଥ ଶୈଳରେ ଅଭାବ ହେବ?କିଅବା ଦୂରରୁ ପ୍ରବାହିତ ସୁଶୀତଳ ଜଳସ୍ରୋତ କି ଶୁଷ୍କ ହେବ?15ମାତ୍ର ଆମ୍ଭର ଲୋକମାନେ ଆମ୍ଭକୁ ପାସୋରିଅସାର ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି,ଆଉ ସେମାନେ ଅପ୍ରସ୍ତୁତ ମାର୍ଗରନାନା ଉପପଥରେ ସେମାନଙ୍କୁ ଗମନ କରାଇବା ନିମନ୍ତେସେମାନଙ୍କ ପଥରେ, ପୁରାତନ ପଥରେ ସେମାନଙ୍କର ବିଘ୍ନ ଜନ୍ମାଇ ଅଛନ୍ତି;16ଏଥିରେ ସେମାନଙ୍କର ଦେଶକୁ ବିସ୍ମୟର ଓ ନିତ୍ୟ ଶୀସ୍ ଶବ୍ଦର ପାତ୍ର କରନ୍ତି;ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକବିସ୍ମୟାପନ୍ନ ହୋଇ ଆପଣା ମସ୍ତକ ହଲାଇବ।17ଆମ୍ଭେ ଶତ୍ରୁ ସମ୍ମୁଖରେ ପୂର୍ବୀୟ ବାୟୁ ଦ୍ୱାରାଛିନ୍ନ ହେଲା ପରି ସେମାନଙ୍କୁ ଛିନ୍ନଭିନ୍ନ କରିବା;ଆମ୍ଭେ ସେମାନଙ୍କ ବିପଦ ଦିନରେ ସେମାନଙ୍କ ପ୍ରତି ଅଭିମୁଖ ନ ହୋଇ ବିମୁଖ ହେବା।”ଯିରିମୀୟଙ୍କ ବିରୁଦ୍ଧରେ ଷଡ଼ଯନ୍ତ୍ର
18ତେବେ ସେମାନେ କହିଲେ, “ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ୱା ଦ୍ୱାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ।”19ହେ ସଦାପ୍ରଭୁ, ମୋʼ ପ୍ରତି ମନୋଯୋଗ କରଓ ମୋʼ ସଙ୍ଗେ ବିରୋଧକାରୀମାନଙ୍କର କଥାରେ ଅବଧାନ କର।20ମଙ୍ଗଳର ପରିଶୋଧରେ କି ଅମଙ୍ଗଳ କରାଯିବ?କାରଣ ସେମାନେ ମୋʼ ପ୍ରାଣ ପାଇଁ ଗର୍ତ୍ତ ଖୋଳିଅଛନ୍ତି।ମୁଁ ସେମାନଙ୍କଠାରୁ ତୁମ୍ଭର ପ୍ରଚଣ୍ଡ କ୍ରୋଧ ଫେରାଇବା ନିମନ୍ତେସେମାନଙ୍କ ପକ୍ଷରେ ମଙ୍ଗଳଜନକ କଥା କହିବା ପାଇଁକିପରି ତୁମ୍ଭ ସମ୍ମୁଖରେ ଠିଆ ହେଲି, ଏହା ସ୍ମରଣ କର।21ଏହେତୁ ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଦୁର୍ଭିକ୍ଷରେ ସମର୍ପଣ କରଓ ସେମାନଙ୍କୁ ଖଡ୍ଗର ପରାକ୍ରମରେ ଛାଡ଼ିଦିଅ;ଆଉ, ସେମାନଙ୍କର ଭାର୍ଯ୍ୟାମାନେ ସନ୍ତାନହୀନା ଓ ବିଧବା ହେଉନ୍ତୁଓ ସେମାନଙ୍କର ପୁରୁଷମାନେ ମୃତ୍ୟୁୁରେ ସଂହାରିତ ହେଉନ୍ତୁଓ ସେମାନଙ୍କର ଯୁବାଗଣ ଯୁଦ୍ଧରେ ଖଡ୍ଗରେ ହତ ହେଉନ୍ତୁ।22ତୁମ୍ଭେ ଯେଉଁ ସମୟରେ ହଠାତ୍ ସେମାନଙ୍କ ବିରୁଦ୍ଧରେ ସୈନ୍ୟଦଳ ଆଣିବ,ସେହି ସମୟରେ ସେମାନଙ୍କର ସକଳ ଗୃହରୁ କ୍ରନ୍ଦନର ସ୍ୱର ଶୁଣାଯାଉ;କାରଣ ସେମାନେ ମୋତେ ଧରିବା ପାଇଁ ଗର୍ତ୍ତ ଖୋଳିଅଛନ୍ତିଓ ମୋʼ ଚରଣ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି।23ତଥାପି ହେ ସଦାପ୍ରଭୁ,ମୋତେ ବଧ କରିବା ପାଇଁ ସେମାନଙ୍କର ମନ୍ତ୍ରଣାସବୁ ତୁମ୍ଭେ ଜାଣୁଅଛ;ତୁମ୍ଭେ ସେମାନଙ୍କର ଅଧର୍ମ କ୍ଷମା କର ନାହିଁ,କିଅବା ତୁମ୍ଭ ଦୃଷ୍ଟିରୁ ସେମାନଙ୍କ ପାପ ଲିଭାଇ ଦିଅ ନାହିଁ;ମାତ୍ର ସେମାନେ ତୁମ୍ଭ ସମ୍ମୁଖରେ ନିପାତିତ ହେଉନ୍ତୁ;ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କ ପ୍ରତି ବ୍ୟବହାର କର।