ଆୟୁବ - ପରମେଶ୍ୱରଙ୍କୁ ବିନତି
1ମୋʼ ପ୍ରାଣ ମୋʼ ଜୀବନ ବିଷୟରେ କ୍ଳାନ୍ତ ହୋଇଅଛି,ମୁଁ ଆପଣା ଦୁଃଖ ସ୍ୱଚ୍ଛନ୍ଦରେ କହିବି;ମୁଁ ଆପଣା ପ୍ରାଣର ତିକ୍ତତାରେ କହିବି।2ମୁଁ ପରମେଶ୍ୱରଙ୍କୁ କହିବି, ମୋତେ ଦୋଷୀ କର ନାହିଁ;କାହିଁକି ମୋʼ ସଙ୍ଗେ ବିରୋଧ କରୁଅଛ, ତାହା ମୋତେ ଜଣାଅ।3ତୁମ୍ଭେ ଯେ ଉପଦ୍ରବ କରିବ,ତୁମ୍ଭେ ଯେ ଆପଣା ହସ୍ତର କର୍ମ ତୁଚ୍ଛ କରିବଓ ଦୁଷ୍ଟର ମନ୍ତ୍ରଣାରେ ପ୍ରସନ୍ନ ହେବ, ଏହା କʼଣ ତୁମ୍ଭ ପ୍ରତି ଭଲ?4ତୁମ୍ଭର କʼଣ ଚର୍ମର ଚକ୍ଷୁ ଅଛି?ଅବା ମନୁଷ୍ୟ ଯେପରି ଦେଖେ, ତୁମ୍ଭେ କʼଣ ସେପରି ଦେଖୁଅଛ?5ତୁମ୍ଭର ଆୟୁ କʼଣ ମନୁଷ୍ୟର ଆୟୁ ତୁଲ୍ୟ,ଅବା ତୁମ୍ଭର ବର୍ଷସମୂହ କʼଣ ମନୁଷ୍ୟର ଦିନସମୂହ ତୁଲ୍ୟ6ଯେ, ତୁମ୍ଭେ ମୋହର ଅଧର୍ମ ଅନୁସନ୍ଧାନ କରୁଅଛଓ ମୋହର ପାପ ଅନ୍ଵେଷଣ କରୁଅଛ?7ତୁମ୍ଭେ ତ ଜାଣ, ମୁଁ ଦୁଷ୍ଟ ନୁହେଁଓ ତୁମ୍ଭ ହସ୍ତରୁ ଉଦ୍ଧାର କରିବାକୁ କେହି ସମର୍ଥ ନୁହେଁ।8ତୁମ୍ଭର ହସ୍ତ ମୋତେ ଗଢ଼ିଅଛି ଓ ସର୍ବାଙ୍ଗ ସୁସଂଯୁକ୍ତ କରି ମୋତେ ନିର୍ମାଣ କରିଅଛି;ତଥାପି ତୁମ୍ଭେ ମୋତେ ସଂହାର କରୁଅଛ।9ମୁଁ ବିନୟ କରୁଅଛି, ସ୍ମରଣ କର, ତୁମ୍ଭେ ମୋତେ ମୃତ୍ତିକା ତୁଲ୍ୟ ଗଢ଼ିଅଛଓ ତୁମ୍ଭେ କʼଣ ମୋତେ ପୁନର୍ବାର ଧୂଳି କରିବ?10ତୁମ୍ଭେ କʼଣ ଦୁଗ୍ଧ ନ୍ୟାୟ ମୋତେ ଢାଳି ନାହଁଓ ଛେନା ତୁଲ୍ୟ ମୋତେ ଶକ୍ତ କରି ନାହଁ?11ତୁମ୍ଭେ ମୋତେ ଚର୍ମ ଓ ମାଂସରେ ବସ୍ତ୍ରାନ୍ୱିତ କରିଅଛ,ପୁଣି ଅସ୍ଥି ଓ ଶିରାରେ ମୋତେ ଏକତ୍ର ବୁଣିଅଛ।12ତୁମ୍ଭେ ମୋତେ ଜୀବନ ଓ ଅନୁଗ୍ରହ ଦାନ କରିଅଛଓ ତୁମ୍ଭର ତତ୍ତ୍ୱାବଧାରଣ ମୋର ଆତ୍ମାକୁ ରକ୍ଷା କରିଅଛି।13ତଥାପି ତୁମ୍ଭେ ଏହିସବୁ ବିଷୟ ଆପଣା ମନରେ ଗୁପ୍ତ କରି ରଖିଅଛ;ମୁଁ ଜାଣେ, ଏହା ହିଁ ତୁମ୍ଭର ବିଚାର;14ମୁଁ ପାପ କଲେ, ତୁମ୍ଭେ ମୋତେ ଲକ୍ଷ୍ୟ କରୁଅଛଓ ତୁମ୍ଭେ ମୋର ଅଧର୍ମରୁ ମୋତେ ମୁକ୍ତ କରିବ ନାହିଁ।15ମୁଁ ଦୁଷ୍ଟ ହେଲେ, ମୋର ସନ୍ତାପ ହେବ,ପୁଣି ମୁଁ ଧାର୍ମିକ ହେଲେ ହେଁ ଅବମାନନାରେ ପୂର୍ଣ୍ଣ ହେବାରୁଓ ଆପଣା କ୍ଳେଶ ପ୍ରତି ଅନାଇବାରୁ ଆପଣା ମସ୍ତକ ଟେକି ପାରୁ ନାହିଁ।16ମାତ୍ର ମୋର ମସ୍ତକ ଆପେ ଟେକି ହେଲେ, ତୁମ୍ଭେ ସିଂହ ପରି ମୋତେ ମୃଗୟା କରୁଅଛଓ ତୁମ୍ଭେ ପୁନର୍ବାର ମୋʼ ପ୍ରତି ଆପଣାକୁ ଅଦ୍ଭୁତ ଦେଖାଉଅଛ।17ତୁମ୍ଭେ ମୋʼ ବିରୁଦ୍ଧରେ ନୂଆ ନୂଆ ସାକ୍ଷୀ ଆଣୁଅଛଓ ତୁମ୍ଭେ ମୋʼ ଉପରେ ଆପଣା କ୍ରୋଧ ବୃଦ୍ଧି କରୁଅଛ;ନୂତନ ନୂତନ ସୈନ୍ୟଦଳ ମୋହର ପ୍ରତିକୂଳ।18ତେବେ ତୁମ୍ଭେ କାହିଁକି ମୋତେ ଗର୍ଭରୁ ବାହାର କରି ଆଣିଅଛ?ମୁଁ ପ୍ରାଣତ୍ୟାଗ କରିଥାʼନ୍ତି ଓ କୌଣସି ଚକ୍ଷୁ ମୋତେ ଦେଖି ନ ଥାʼନ୍ତା,19ମୁଁ ଅଜାତର ତୁଲ୍ୟ ହୋଇଥାʼନ୍ତି;ମୁଁ ଗର୍ଭରୁ କବରକୁ ଘେନା ଯାଇଥାʼନ୍ତି।20ମୋହର ଦିନ କʼଣ ଅଳ୍ପ ନୁହେଁ? ତେବେ କ୍ଷାନ୍ତ ହୁଅ,21ମୋତେ ଛାଡ଼ିଦିଅ, ତହିଁରେ ମୁଁ ଯେଉଁ ସ୍ଥାନରୁ ଫେରି ଆସିବି ନାହିଁ,ଏପରି ଅନ୍ଧକାର ଓ ମୃତ୍ୟୁୁଚ୍ଛାୟାରୂପ ଦେଶକୁ ଯିବା ପୂର୍ବେ ମୁଁ କ୍ଷଣକାଳ ସାନ୍ତ୍ୱନା ପାଇବି;22ସେ ଦେଶ ଅନ୍ଧକାର ତୁଲ୍ୟ ନିବିଡ଼ ଅନ୍ଧକାରମୟ;ସେ ଦେଶ ମୃତ୍ୟୁୁଚ୍ଛାୟାମୟ, ସୁଧାରାବିହୀନଓ ସେଠାରେ ଦୀପ୍ତି ଅନ୍ଧକାରର ସମାନ।”