ଆୟୁବ12ory_irv

ଆୟୁବ - ପରମେଶ୍ୱର ତାହା କରିଅଛନ୍ତି

1ତହୁଁ ଆୟୁବ ଉତ୍ତର କରି କହିଲା,2“ତୁମ୍ଭେମାନେ ତ ଲୋକ, ସନ୍ଦେହ ନାହିଁ,ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଜ୍ଞାନ ମରିଯିବ।3ମାତ୍ର ତୁମ୍ଭମାନଙ୍କ ପରି ଆମ୍ଭର ବୁଦ୍ଧି ଅଛି;ମୁଁ ତୁମ୍ଭମାନଙ୍କଠାରୁ ଊଣା ନୁହେଁ;ହଁ, ଏପରି କଥାସବୁ କିଏ ନ ଜାଣେ?4ମୁଁ ମୋହର ବନ୍ଧୁମାନଙ୍କ ନିମନ୍ତେ ହାସ୍ୟାସ୍ପଦ ଲୋକ ତୁଲ୍ୟ ହୋଇଅଛି,ମୁଁ ପରମେଶ୍ୱରଙ୍କୁ ଡାକନ୍ତେ, ସେ ମୋତେ ଉତ୍ତର ଦେଲେ;ଧାର୍ମିକ, ସିଦ୍ଧ ଲୋକ ହାସ୍ୟାସ୍ପଦ ହୋଇଅଛି।5ସୁଖରେ ଥିବା ଲୋକର ବୋଧରେ ବିପଦ ତୁଚ୍ଛନୀୟ;ଯେଉଁମାନଙ୍କର ପାଦ ଖସିଯାଏ, ସେମାନଙ୍କ ନିମନ୍ତେ ତାହା ପ୍ରସ୍ତୁତ।6ଡକାୟତମାନଙ୍କର ତମ୍ବୁ ନିରାପଦ ହୁଏଓ ପରମେଶ୍ୱରଙ୍କୁ ବିରକ୍ତ କରିବା ଲୋକେ ନିର୍ବିଘ୍ନରେ ରହନ୍ତି;ପରମେଶ୍ୱର ସେମାନଙ୍କ ହସ୍ତରେ ବହୁତ ଦିଅନ୍ତି।7ମାତ୍ର ଏବେ ପଶୁମାନଙ୍କୁ ପଚାର, ସେମାନେ ତୁମ୍ଭକୁ ଶିକ୍ଷା ଦେବେଓ ଆକାଶର ପକ୍ଷୀମାନଙ୍କୁ ପଚାର, ସେମାନେ ତୁମ୍ଭକୁ ଜଣାଇବେ;8ଅବା ପୃଥିବୀକୁ ବୋଲ, ସେ ତୁମ୍ଭକୁ ଶିକ୍ଷା ଦେବଓ ସମୁଦ୍ରର ମତ୍ସ୍ୟମାନେ ତୁମ୍ଭ ପ୍ରତି ପ୍ରକାଶ କରିବେ।9ସଦାପ୍ରଭୁଙ୍କ ହସ୍ତ ଯେ ଏହା କରିଅଛି, ଏସକଳ ଦ୍ୱାରା କିଏ ନ ଜାଣେ?10ତାହାଙ୍କ ହସ୍ତରେ ପ୍ରତ୍ୟେକ ଜୀବର ପ୍ରାଣଓ ସମୁଦାୟ ନରବଂଶର ଶ୍ୱାସବାୟୁ ଅଛି।11ଯେପରି ରସନା ଖାଦ୍ୟର ଆସ୍ୱାଦ ପାଏ,ସେପରି କର୍ଣ୍ଣ କʼଣ କଥାର ପରୀକ୍ଷା ନ କରେ?12ପ୍ରାଚୀନମାନଙ୍କଠାରେ ଜ୍ଞାନ ଅଛିଓ ଦୀର୍ଘାୟୁରେ ବୁଦ୍ଧି ଥାଏ।13ତାହାଙ୍କଠାରେ ଜ୍ଞାନ ଓ ପରାକ୍ରମ ଥାଏ;ତାହାଙ୍କର ମନ୍ତ୍ରଣା ଓ ବୁଦ୍ଧି ଅଛି।14ଦେଖ, ସେ ଭାଙ୍ଗି ପକାନ୍ତି, ଆଉ ତାହା ପୁନଃନିର୍ମିତ ହୋଇ ନ ପାରେ;ସେ ମନୁଷ୍ୟକୁ ରୁଦ୍ଧ କଲେ, ଆଉ ମୁକୁଳା ହୋଇ ନ ପାରେ।15ଦେଖ, ସେ ଜଳରାଶିକି ଅଟକାଇଲେ, ତାହାସବୁ ଶୁଷ୍କ ହୋଇଯାଏ;ପୁନର୍ବାର ସେ ତାହା ପଠାଇଦେଲେ, ତାହା ପୃଥିବୀକୁ ଓଲଟପାଲଟ କରି ପକାଏ।16ତାହାଙ୍କଠାରେ ବଳ ଓ ଫଳଦାୟକ କର୍ମଣ୍ୟତା ଥାଏ;ଭ୍ରାନ୍ତ ଓ ଭ୍ରାମକ ତାହାଙ୍କର।17ସେ ମନ୍ତ୍ରୀମାନଙ୍କୁ ଲୁଟିତ କରି ନେଇଯାʼନ୍ତିଓ ବିଚାରକର୍ତ୍ତୃଗଣକୁ ସେ ନିର୍ବୋଧ କରନ୍ତି।18ସେ ରାଜାମାନଙ୍କର ବନ୍ଧନ ମୁକ୍ତ କରନ୍ତିଓ କଟିବନ୍ଧନୀରେ ସେମାନଙ୍କ କଟି ବାନ୍ଧନ୍ତି।19ସେ ଯାଜକମାନଙ୍କୁ ଲୁଟିତ କରି ନେଇଯାʼନ୍ତିଓ ବିକ୍ରମୀମାନଙ୍କୁ ପରାସ୍ତ କରନ୍ତି।20ସେ ବିଶ୍ୱସ୍ତମାନଙ୍କ ବଚନ ଅନ୍ୟଥା କରନ୍ତିଓ ପ୍ରାଚୀନମାନଙ୍କ ବୁଦ୍ଧିକୁ ହରଣ କରି ନିଅନ୍ତି।21ସେ ଅଧିକାରୀମାନଙ୍କ ଉପରେ ତୁଚ୍ଛତା ଢାଳନ୍ତି;ଓ ବଳବାନର ପଟୁକା ଫିଟାଇ ପକାନ୍ତି।22ସେ ଅନ୍ଧକାରରୁ ନିଗୂଢ଼ ବିଷୟ ପ୍ରକାଶ କରନ୍ତିଓ ମୃତ୍ୟୁୁଚ୍ଛାୟାକୁ ଆଲୁଅକୁ ଆଣନ୍ତି।23ସେ ଗୋଷ୍ଠୀୟମାନଙ୍କୁ ବୃଦ୍ଧି କରନ୍ତି ଓ ସେମାନଙ୍କୁ ବିନାଶ କରନ୍ତି;ସେ ଗୋଷ୍ଠୀୟମାନଙ୍କୁ ବାହାରେ ବିସ୍ତୀର୍ଣ୍ଣ କରନ୍ତି ଓ ସେମାନଙ୍କୁ ଭିତରେ ଆଣନ୍ତି।24ସେ ପୃଥିବୀସ୍ଥ ଲୋକମାନଙ୍କ ପ୍ରଧାନବର୍ଗର ହୃଦୟ ହରଣ କରନ୍ତିଓ ସେ ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାନ୍ତି।25ସେମାନେ ଆଲୁଅରହିତ ହୋଇ ଅନ୍ଧକାରରେ ଦରାଣ୍ଡି ହୁଅନ୍ତି,ସେ ସେମାନଙ୍କୁ ମତ୍ତ ଲୋକ ପରି ଟଳମଳ କରାନ୍ତି।