ଇଲୀଫସ୍-ଆୟୁବଠାରେ ପରମେଶ୍ୱରଙ୍କ ଭୟ ନାହିଁ
1ଏଥିଉତ୍ତାରେ ତୈମନୀୟ ଇଲୀଫସ୍ ଉତ୍ତର କରି କହିଲା,2“ଜ୍ଞାନୀ ଲୋକ କʼଣ ଅସାର ଜ୍ଞାନରେ ଉତ୍ତର ଦେବ?ଓ ପୂର୍ବୀୟ ବାୟୁରେ ଆପଣା ଉଦର ପୂର୍ଣ୍ଣ କରିବ?3ସେ କʼଣ ଅନର୍ଥକ କଥାରେଓ ନିଷ୍ଫଳ ବାକ୍ୟରେ ଯୁକ୍ତି କରିବ?4ହଁ, ତୁମ୍ଭେ ତ ଭୟ ଦୂର କରି ଦେଉଅଛଓ ପରମେଶ୍ୱରଙ୍କ ସାକ୍ଷାତରେ ଭକ୍ତି କ୍ଷୀଣ କରୁଅଛ।5କାରଣ ତୁମ୍ଭର ଅପରାଧ ତୁମ୍ଭ ମୁଖକୁ ଶିଖାଉଅଛିଓ ତୁମ୍ଭେ ଧୂର୍ତ୍ତର ଜିହ୍ୱା ପସନ୍ଦ କରୁଅଛ।6ତୁମ୍ଭର ନିଜ ମୁଖ ତୁମ୍ଭକୁ ଦୋଷୀ କରୁଅଛି, ମୁଁ କରୁ ନାହିଁ;ଆହୁରି, ତୁମ୍ଭ ନିଜ ଓଷ୍ଠାଧର ତୁମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦେଉଅଛି।7ମନୁଷ୍ୟମାନଙ୍କ ମଧ୍ୟରେ ତୁମ୍ଭେ କʼଣ ପ୍ରଥମଜାତ?ଅବା ପର୍ବତଗଣ ପୂର୍ବରୁ ତୁମ୍ଭେ କʼଣ ଉତ୍ପନ୍ନ ହୋଇଥିଲ?8ତୁମ୍ଭେ କʼଣ ପରମେଶ୍ୱରଙ୍କର ଗୁପ୍ତ ମନ୍ତ୍ରଣା ଶୁଣିଅଛ?ଓ ତୁମ୍ଭେ କʼଣ ଜ୍ଞାନ ଆତ୍ମସାତ୍ କରୁଅଛ?9ଆମ୍ଭମାନଙ୍କୁ ଅଜଣା କେଉଁ କଥା ତୁମ୍ଭେ ଜାଣୁଅଛ?ଆମ୍ଭମାନଙ୍କର ଅବୁଝା କେଉଁ କଥା ତୁମ୍ଭେ ବୁଝୁଅଛ?10ପକ୍ୱକେଶ ବିଶିଷ୍ଟ ଓ ତୁମ୍ଭ ପିତା ଅପେକ୍ଷା ପ୍ରାଚୀନ ଅତି ବୃଦ୍ଧ ଲୋକେ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି।11ପରମେଶ୍ୱରଙ୍କ ସାନ୍ତ୍ୱନା-ବାକ୍ୟ ତୁମ୍ଭ ପ୍ରତି କି କ୍ଷୁଦ୍ର ବିଷୟଓ ତୁମ୍ଭ ସହିତ କୋମଳ ଆଳାପ କି ତଦ୍ରୂପ?12ତୁମ୍ଭ ମନ ତୁମ୍ଭକୁ କାହିଁକି ବିପଥରେ ନେଇଯାଏ?ଓ ତୁମ୍ଭର ଚକ୍ଷୁ କାହିଁକି ମଟ୍ମଟ୍ କରେ13ଯେ, ତୁମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ଆପଣା ଆତ୍ମାକୁ ଉଠାଉଅଛଓ ଆପଣା ମୁଖରୁ ଏପରି କଥା ବାହାରିବାକୁ ଦେଉଅଛ?14ମନୁଷ୍ୟ କିଏ ଯେ, ସେ ଶୁଚି ହୋଇପାରେ?ଓ ସ୍ତ୍ରୀଜାତ ମନୁଷ୍ୟ କିଏ ଯେ, ସେ ଧାର୍ମିକ ହୋଇପାରେ?15ଦେଖ, ସେ ଆପଣା ପବିତ୍ରଗଣଠାରେ ବିଶ୍ୱାସ କରନ୍ତି ନାହିଁ;ଆହୁରି, ତାହାଙ୍କ ଦୃଷ୍ଟିରେ ଆକାଶମଣ୍ଡଳ ନିର୍ମଳ ନୁହେଁ।16ତେବେ ଘୃଣାର୍ହ ଓ ଭ୍ରଷ୍ଟ,ଅଧର୍ମକୁ ଜଳ ପରି ପାନକାରୀ ଯେ ମନୁଷ୍ୟ, ସେ କେଡ଼େ ନ୍ୟୂନ!17ମୁଁ ତୁମ୍ଭକୁ ଦେଖାଇବି, ମୋʼ କଥା ଶୁଣ;ମୁଁ ଯାହା ଦେଖିଅଛି, ତାହା ପ୍ରକାଶ କରିବି;18ଜ୍ଞାନୀମାନେ ଆପଣା ଆପଣା ପିତୃଲୋକଙ୍କଠାରୁ ତାହା ପାଇ କହିଅଛନ୍ତିଓ ଗୁପ୍ତ କରି ନାହାନ୍ତି;19କେବଳ ସେମାନଙ୍କୁ ଦେଶ ଦତ୍ତ ହୋଇଥିଲାଓ କୌଣସି ବିଦେଶୀ ସେମାନଙ୍କ ମଧ୍ୟରେ ଗତାୟାତ କଲା ନାହିଁ;20ଦୁଷ୍ଟ ଲୋକ ଆପଣାର ଯାବଜ୍ଜୀବନ,ଅର୍ଥାତ୍, ଉପଦ୍ରବ ପାଇଁ ନିରୂପିତ ବର୍ଷ ଯାଏ କ୍ଳେଶ ଭୋଗ କରେ।21ତାହାର କର୍ଣ୍ଣରେ ତ୍ରାସଜନକ ଶବ୍ଦ ଥାଏ,ସୌଭାଗ୍ୟ ସମୟରେ ଲୁଣ୍ଠନକାରୀ ତାହାକୁ ଆକ୍ରମଣ କରିବ;22ସେ ଅନ୍ଧକାରରୁ ଫେରି ଆସିବ ବୋଲି ବିଶ୍ୱାସ କରେ ନାହିଁଓ ସେ ଖଡ୍ଗ ନିମନ୍ତେ ଅପେକ୍ଷିତ;23ସେ ଖାଦ୍ୟ ନିମନ୍ତେ ବାହାରେ ବୁଲି କହଇ, ତାହା କାହିଁ?ଅନ୍ଧକାରର ଦିନ ତାହାର ସନ୍ନିକଟ ବୋଲି ସେ ଜାଣେ।24ସଙ୍କଟ ଓ ମନସ୍ତାପ ତାହାକୁ ଭୀତ କରେ;ଯୁଦ୍ଧାର୍ଥେ ସସଜ୍ଜ ରାଜା ତୁଲ୍ୟ ତାହା ତାହାକୁ ପରାସ୍ତ କରେ;25କାରଣ ସେ ପରମେଶ୍ୱରଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିଅଛିଓ ସର୍ବଶକ୍ତିମାନଙ୍କ ପ୍ରତିକୂଳରେ ଗର୍ବାଚରଣ କରୁଅଛି;26ସେ ଶକ୍ତଗ୍ରୀବ ହୋଇ ଆପଣା ଢାଲର ସ୍ଥୂଳ ଅଂଶ ଦେଖାଇତାହାଙ୍କ ଉପରକୁ ଦୌଡ଼େ;27ସେ ଆପଣା ମେଦରେ ଆପଣା ମୁଖ ଆଚ୍ଛାଦନ କଲାଓ କଟିଦେଶ ହୃଷ୍ଟପୁଷ୍ଟ କଲା;28ଆଉ, ସେ ଉଜାଡ଼-ନଗରରେ ନିବାସୀରହିତଓ ଢିପି ହେବାକୁ ଉଦ୍ୟତ ଗୃହରେ ବାସ କଲା।29ଏଣୁ ସେ ଧନବାନ ହେବ ନାହିଁ, ଅବା ତାହାର ସମ୍ପତ୍ତି ସ୍ଥାୟୀ ହେବ ନାହିଁ;କିଅବା ସେମାନଙ୍କର ଉତ୍ପନ୍ନ ଫଳ ଭୂମିକୁ ଓହଳିବ ନାହିଁ।30ସେ ଅନ୍ଧକାରରୁ ପ୍ରସ୍ଥାନ କରିବ ନାହିଁ,ଅଗ୍ନିଶିଖା ତାହାର ଶାଖା ଶୁଷ୍କ କରିବଓ ପରମେଶ୍ୱରଙ୍କ ମୁଖର ନିଶ୍ୱାସରେ ସେ ଉଡ଼ିଯିବ।31ସେ ଆପଣାକୁ ଭ୍ରାନ୍ତ କରି ଅସାରତାରେ ବିଶ୍ୱାସ ନ କରୁ;କାରଣ ଅସାରତା ହିଁ ତାହାର ପୁରସ୍କାର ହେବ।32ତାହା ଆପଣା ସମୟ ପୂର୍ବେ ଶେଷ ପାଇବଓ ତାହାର ଶାଖା ସତେଜ ହେବ ନାହିଁ।33ସେ ଦ୍ରାକ୍ଷାଲତା ନ୍ୟାୟ ଆପଣା ଅପକ୍ୱ ଫଳ ଝାଡ଼ି ପକାଇବଓ ଜୀତବୃକ୍ଷ ନ୍ୟାୟ ଆପଣା ଫୁଲ ପକାଇ ଦେବ।34କାରଣ ଅଧାର୍ମିକମାନଙ୍କ ସଙ୍ଗୀଦଳ ଅଫଳ ହେବେଓ ଅଗ୍ନି ଲାଞ୍ଚର ତମ୍ବୁସବୁ ଗ୍ରାସ କରିବ।35ସେମାନେ ଅନିଷ୍ଟ ଗର୍ଭଧାରଣ କରି ଅଧର୍ମ ପ୍ରସବ କରନ୍ତିଓ ସେମାନଙ୍କ ଉଦର ପ୍ରତାରଣା ପ୍ରସ୍ତୁତ କରେ।”