ସୋଫର - ଦୁଷ୍ଟ ଦୁଃଖଭୋଗ କରନ୍ତି
1ଏଥିଉତ୍ତାରେ ନାମାଥୀୟ ସୋଫର ଉତ୍ତର କରି କହିଲା,2“ଏଥିପାଇଁ ମୋର ଅନ୍ତରସ୍ଥ ଚଞ୍ଚଳତାସକାଶୁ ମୋହର ଚିନ୍ତା ମୋତେ ଉତ୍ତର ଦିଏ।3ମୁଁ ଯେଉଁ ଅନୁଯୋଗ ଶୁଣିଲି, ତାହା ମୋତେ ଲଜ୍ଜିତ କରେଏବଂ ମୋହର ବୁଦ୍ଧିବିଶିଷ୍ଟ ଆତ୍ମା ମୋତେ ଉତ୍ତର ଦିଏ।4ତୁମ୍ଭେ କʼଣ ଏହା ଜାଣ ନାହିଁ ଯେ, ପୁରାତନ କାଳରୁ,ପୃଥିବୀରେ ମନୁଷ୍ୟର ସ୍ଥାପନଠାରୁ5ଦୁଷ୍ଟର ଜୟଧ୍ୱନି ଅଳ୍ପ କାଳଓ ଅଧାର୍ମିକର ଆନନ୍ଦ କ୍ଷଣମାତ୍ର ସ୍ଥାୟୀ?6ଯଦ୍ୟପି ତାହାର ମହତ୍ତ୍ୱ ଆକାଶ ପର୍ଯ୍ୟନ୍ତ ଉଠେଓ ତାହାର ମସ୍ତକ ମେଘ ସ୍ପର୍ଶ କରେ;7ତଥାପି ସେ ଆପଣା ମଳ ତୁଲ୍ୟ ଅନନ୍ତକାଳ ନଷ୍ଟ ହେବ;ଯେଉଁମାନେ ତାହାକୁ ଦେଖିଥିଲେ, ସେମାନେ କହିବେ, ସେ କାହିଁ?8ସେ ସ୍ୱପ୍ନ ତୁଲ୍ୟ ଉଡ଼ିଯିବ, ଆଉ ଦେଖାଯିବ ନାହିଁ;ହଁ, ସେ ରାତ୍ରିକାଳୀନ ଦର୍ଶନ ତୁଲ୍ୟ ଦୂରୀକୃତ ହେବ।9ଯେଉଁ ଚକ୍ଷୁ ତାହାକୁ ଦେଖିଲା, ଆଉ ତାହାକୁ ଦେଖିବ ନାହିଁ;କିଅବା ତାହାର ବାସସ୍ଥାନ ତାହାକୁ ଆଉ ଦେଖିବ ନାହିଁ।10ତାହାର ସନ୍ତାନଗଣ ଦରିଦ୍ରମାନଙ୍କର ଅନୁଗ୍ରହ ଚେଷ୍ଟା କରିବେଓ ତାହାର ସନ୍ତାନଗଣ ତାହାର ସମ୍ପତ୍ତି ଫେରାଇ ଦେବେ।11ତାହାର ଅସ୍ଥି ତାହାର ଯୌବନରେ ପରିପୂର୍ଣ୍ଣ,ମାତ୍ର ତାହା ତାହା ସଙ୍ଗେ ଧୂଳିରେ ଶୟନ କରିବ।12ଯଦ୍ୟପି ଦୁଷ୍ଟତା ତାହାର ମୁଖକୁ ସୁମିଷ୍ଟ ଲାଗେ,ଯଦ୍ୟପି ସେ ଆପଣା ଜିହ୍ୱା ତଳେ ତାହା ଲୁଚାଇ ରଖେ;13ଯଦ୍ୟପି ସେ ତାହା ଯାକି ରଖି ନ ଛାଡ଼େ,ମାତ୍ର ଆପଣା ମୁଖ ମଧ୍ୟରେ ରଖିଥାଏ;14ତଥାପି ତାହାର ଆହାର ଉଦରରେ ବିକୃତ ହୁଏ,ତାହା ତାହାର ଅନ୍ତରରେ କାଳସର୍ପର ଗରଳ ସ୍ୱରୂପ।15ସେ ଧନ ଗ୍ରାସ କରିଅଛି ଓ ସେ ପୁନର୍ବାର ତାହା ଉଦ୍ଗାର କରିବ;ପରମେଶ୍ୱର ତାହାର ଉଦରରୁ ତାହାସବୁ ଦୂର କରିବେ।16ସେ କାଳସର୍ପର ବିଷ ଚୁଷିବ;ବିଷଧରର ଜିହ୍ୱା ତାହାକୁ ବଧ କରିବ।17ସେ ନଦୀମାନ, ଅର୍ଥାତ୍, ମଧୁଓ ନବନୀତ ପ୍ରବାହୀ ସ୍ରୋତମାନ ଦେଖିବ ନାହିଁ।18ସେ ଯହିଁ ପାଇଁ ପରିଶ୍ରମ କଲା, ତାହା ଫେରାଇ ଦେବ ଓ ଗ୍ରାସ କରିବ ନାହିଁ;ସେ ଆପଣା ପ୍ରାପ୍ତ ସମ୍ପତ୍ତି ଅନୁସାରେ ଆନନ୍ଦ କରିବ ନାହିଁ।19କାରଣ ସେ ଦରିଦ୍ରକୁ ଉପଦ୍ରବ ଓ ତ୍ୟାଗ କରିଅଛି;ସେ ଦୌରାତ୍ମ୍ୟପୂର୍ବକ ଗୃହ ଅପହରଣ କରିଅଛି; ଆଉ ତାହା ନିର୍ମାଣ କରିବ ନାହିଁ।20ସେ ଆପଣା ଅନ୍ତରରେ କିଛି ଶାନ୍ତି ପାଇଲା ନାହିଁ,ଏଣୁ ସେ ଆପଣା ଇଷ୍ଟ ବସ୍ତୁରୁ କିଛି ହିଁ ରକ୍ଷା କରି ପାରିବ ନାହିଁ।21ଯାହା ସେ ଗ୍ରାସ କଲା ନାହିଁ, ଏପରି କିଛି ନ ଥିଲା;ଏହେତୁ ତାହାର ସୁଦଶା ସ୍ଥାୟୀ ରହିବ ନାହିଁ।22ସେ ଆପଣା ପ୍ରଚୁରତାର ପୂର୍ଣ୍ଣତାରେ କଷ୍ଟ ଭୋଗ କରିବ;ଦୁର୍ଦ୍ଦଶାଗ୍ରସ୍ତ ପ୍ରତ୍ୟେକର ହସ୍ତ ତାହାକୁ ଆକ୍ରମଣ କରିବ।23ସେ ଆପଣା ଉଦର ପୂର୍ଣ୍ଣ କରିବାକୁ ଉଦ୍ୟତ ହେବା ସମୟରେପରମେଶ୍ୱର ତାହା ଉପରେ ଆପଣା କୋପର ପ୍ରଚଣ୍ଡତା ନିକ୍ଷେପ କରିବେଓ ସେ ଭୋଜନ କରୁଥିବା ସମୟରେ ତାହା ଉପରେ ତାହା ବୃଷ୍ଟି କରିବେ।24ସେ ଲୌହ ଅସ୍ତ୍ର ନିକଟରୁ ପଳାଇବ,ଆଉ ପିତ୍ତଳଧନୁର ତୀର ତାହାକୁ ବିଦ୍ଧ କରିବ।25ସେ ତାହା ଟାଣେ ଓ ତାହା ତାହାର ଶରୀରରୁ ବାହାରି ଆସେ;ହଁ, ତାହାର ପିତ୍ତସ୍ଥଳୀରୁ ତେଜସ୍କର ତୀରାଗ୍ର ନିର୍ଗତ ହୁଏ;ସେ ନାନା ଭୟରେ ଆକ୍ରାନ୍ତ।26ସମୁଦାୟ ଅନ୍ଧକାର ତାହାର ଧନ ରୂପେ ସଞ୍ଚିତ ହୁଏ;ମନୁଷ୍ୟର ଅଫୁଙ୍କା ଅଗ୍ନି ତାହାକୁ ଗ୍ରାସ କରିବ;ତାହା ତାହାର ତମ୍ବୁରେ ଅବଶିଷ୍ଟସକଳ ଭସ୍ମ କରିବ।27ଆକାଶମଣ୍ଡଳ ତାହାର ଅଧର୍ମ ପ୍ରକାଶ କରିବଓ ପୃଥିବୀ ତାହାର ବିପକ୍ଷରେ ଉଠିବ।28ତାହାର ଗୃହର ସମ୍ପତ୍ତି ଉଡ଼ିଯିବ,ପରମେଶ୍ୱରଙ୍କ କ୍ରୋଧର ଦିନରେ ତାହାର ସର୍ବସ୍ୱ ବହିଯିବ।29ପରମେଶ୍ୱରଙ୍କଠାରୁ ଦୁଷ୍ଟ ଲୋକର ଏହି ବାଣ୍ଟଓ ତାହା ପାଇଁ ଏହା ହିଁ ପରମେଶ୍ୱରଙ୍କ ନିରୂପିତ ଅଧିକାର।”