ଆୟୁବ - ଦୁଷ୍ଟ ସମୃଦ୍ଧ ହୁଅନ୍ତି
1ଏଥିରେ ଆୟୁବ ଉତ୍ତର କରି କହିଲା,2“ମନୋଯୋଗ କରି ମୋʼ କଥା ଶୁଣଓ ତାହା ତୁମ୍ଭମାନଙ୍କର ସାନ୍ତ୍ୱନା ହେଉ।3ମୋତେ ଅନୁମତି ଦିଅ, ମୁଁ ମଧ୍ୟ କଥା କହିବିଓ ମୁଁ କହିସାରିଲା ଉତ୍ତାରେ ଉପହାସ କରୁଥାଅ।4ମୋʼ ଗୁହାରି କʼଣ ମନୁଷ୍ୟ ନିକଟରେ?ତେବେ ମୁଁ କାହିଁକି ଅଧୈର୍ଯ୍ୟ ନୋହିବି?5ମୋତେ ନିରୀକ୍ଷଣ କରି ଚମତ୍କୃତ ହୁଅଓ ତୁମ୍ଭମାନଙ୍କ ମୁଖରେ ଆପଣା ଆପଣା ହାତ ଦିଅ।6ମୁଁ ସ୍ମରଣ କଲେ ବ୍ୟାକୁଳ ହୁଏଓ ମୋʼ ଶରୀର କମ୍ପିତ ହୁଏ।7ଦୁଷ୍ଟମାନେ କାହିଁକି ଜୀବିତ ଥାʼନ୍ତି,ବୃଦ୍ଧ ହୁଅନ୍ତି ଓ ପରାକ୍ରମରେ ବର୍ଦ୍ଧିଷ୍ଣୁ ହୁଅନ୍ତି?8ସେମାନଙ୍କ ବଂଶ ସେମାନଙ୍କ ସଙ୍ଗେ ସେମାନଙ୍କ ସାକ୍ଷାତରେଓ ସେମାନଙ୍କ ସନ୍ତାନସନ୍ତତି ସେମାନଙ୍କ ଦୃଷ୍ଟିଗୋଚରରେ ସ୍ଥିରୀକୃତ ହୁଅନ୍ତି।9ସେମାନଙ୍କ ଗୃହ ଭୟରୁ ରକ୍ଷିତ ଥାଏ,କିଅବା ସେମାନଙ୍କ ଉପରେ ପରମେଶ୍ୱରଙ୍କର ଯଷ୍ଟି ନ ଥାଏ।10ସେମାନଙ୍କ ବୃଷ ସଙ୍ଗମ କରି ନିଷ୍ଫଳ ହୁଏ ନାହିଁ;ସେମାନଙ୍କର ଗାଭୀ ପ୍ରସବ କରେ ଓ ଗର୍ଭପାତ କରେ ନାହିଁ।11ସେମାନେ ଆପଣା ଆପଣା ବାଳକଗଣକୁ ପଲ ପରି ବାହାରେ ପଠାନ୍ତିଓ ସେମାନଙ୍କ ସନ୍ତାନଗଣ ନୃତ୍ୟ କରନ୍ତି।12ସେମାନେ ତବଲା ଓ ବୀଣା ବଜାଇ ଗାନ କରନ୍ତିଓ ବଂଶୀଧ୍ୱନିରେ ଆନନ୍ଦ କରନ୍ତି।13ସେହି ଦୁଷ୍ଟମାନେ ସମୃଦ୍ଧିରେ ଆପଣା ଆପଣା ଦିନ କ୍ଷେପଣ କରନ୍ତିଓ ଏକ ନିମିଷରେ ପାତାଳକୁ ଓହ୍ଲାଇଯାʼନ୍ତି।14ତଥାପି ସେମାନେ ପରମେଶ୍ୱରଙ୍କୁ କହିଲେ, ‘ଆମ୍ଭମାନଙ୍କ ନିକଟରୁ ଦୂର ହୁଅ;କାରଣ ଆମ୍ଭେମାନେ ତୁମ୍ଭ ମାର୍ଗ ବିଷୟକ ଜ୍ଞାନ ବାଞ୍ଛା କରୁ ନାହୁଁ।15ସର୍ବଶକ୍ତିମାନ କିଏ ଯେ, ଆମ୍ଭେମାନେ ତାହାଙ୍କର ସେବା କରିବା?ଓ ତାହାଙ୍କ ନିକଟରେ ପ୍ରାର୍ଥନା କଲେ, ଆମ୍ଭେମାନେ କି ଲାଭ ପାଇବା?’16ଦେଖ, ସେମାନଙ୍କର ସୁଖ ସମୃଦ୍ଧି ସେମାନଙ୍କ ହସ୍ତରେ ନାହିଁ;ଦୁଷ୍ଟମାନଙ୍କ ମନ୍ତ୍ରଣା ମୋʼ ଠାରୁ ଦୂରରେ ଥାଏ।17କେତେ ଥର ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯାଏ?ସେମାନଙ୍କ ବିପଦ ସେମାନଙ୍କ ଉପରେ ପଡ଼େ?ଓ ପରମେଶ୍ୱର ଆପଣା କ୍ରୋଧରେ କ୍ଳେଶ ବିତରଣ କରନ୍ତି?18ସେମାନେ ବାୟୁ ଆଗରେ କୁଟା ପରିଓ ବତାସରେ ଉଡ଼ନ୍ତା ତୁଷ ପରି ହୁଅନ୍ତି?19ତୁମ୍ଭେମାନେ କହୁଅଛ, ‘ପରମେଶ୍ୱର ତାହାର ସନ୍ତାନଗଣ ନିମନ୍ତେ ତାହାର ଅଧର୍ମ ସଞ୍ଚୟ କରନ୍ତି।’ସେ ତାହାକୁ ହିଁ ପ୍ରତିଫଳ ଦେଉନ୍ତୁ, ତହିଁରେ ସେ ତାହା ଜାଣିବ।20ତାହାର ନିଜ ଚକ୍ଷୁ ତାହାର ବିନାଶ ଦେଖୁଓ ସେ ସର୍ବଶକ୍ତିମାନଙ୍କ କ୍ରୋଧ ପାନ କରୁ।21କାରଣ ମଧ୍ୟଭାଗରୁ ତାହାର ମାସ-ସଂଖ୍ୟା କଟାଗଲେ,ତାହାର ପଶ୍ଚାଦ୍ବର୍ତ୍ତୀ ବଂଶରେ କି ତାହାର କିଛି ସନ୍ତୋଷ ଥାଏ?22ପରମେଶ୍ୱର ଊର୍ଦ୍ଧ୍ୱବାସୀମାନଙ୍କର ଶାସନ କରନ୍ତି,ଏଣୁ କେହି କି ତାହାଙ୍କୁ ଜ୍ଞାନ ଶିଖାଇବ?23କେହି ସମ୍ପୂର୍ଣ୍ଣ ବିଶ୍ରାମ ଓ ଶାନ୍ତି ଭୋଗ କରିବଳବିଶିଷ୍ଟ ହୋଇ ମରେ;24ତାହାର ସ୍ତନ ଦୁଗ୍ଧରେ ପରିପୂର୍ଣ୍ଣଓ ତାହାର ଅସ୍ଥିର ମେଦ ସତେଜ ଥାଏ।25ଆଉ, କେହି ପ୍ରାଣର ତିକ୍ତତାରେ ମରେଓ କେତେବେଳେ ମଙ୍ଗଳର ଆସ୍ୱାଦ ପାଏ ନାହିଁ।26ଏମାନେ ଏକ ସମାନ ମାଟିରେ ଶୟନ କରନ୍ତିଓ କୀଟ ସେମାନଙ୍କୁ ଆଚ୍ଛାଦନ କରେ।27ଦେଖ, ମୁଁ ତୁମ୍ଭମାନଙ୍କର ବିଚାରସବୁଓ ମୋʼ ବିରୁଦ୍ଧରେ ତୁମ୍ଭମାନଙ୍କର ଅନ୍ୟାୟକଳ୍ପିତ ସଂକଳ୍ପସବୁ ଜାଣେ।28କାରଣ ତୁମ୍ଭେମାନେ କହୁଅଛ, ‘ସେହି ଅଧିପତିର ଗୃହ କାହିଁ?ଓ ସେହି ଦୁଷ୍ଟର ବସତି-ତମ୍ବୁ କାହିଁ?’29ତୁମ୍ଭେମାନେ କʼଣ ପଥିକମାନଙ୍କୁ ପଚାରି ନାହଁ?ଓ ତୁମ୍ଭେମାନେ କʼଣ ସେମାନଙ୍କ ଲକ୍ଷଣ ଜାଣ ନାହିଁ ଯେ,30ଦୁଷ୍ଟ ଲୋକ ବିପଦର ଦିନ ପର୍ଯ୍ୟନ୍ତ ରକ୍ଷିତ?ଓ ସେମାନେ କୋପର ଦିନ ପର୍ଯ୍ୟନ୍ତ ଘେନାଯାʼନ୍ତି?31ତାହାର ସମ୍ମୁଖରେ କିଏ ତାହାର ପଥ ପ୍ରକାଶ କରିବ?ଓ କିଏ ତାହାର କୃତ କର୍ମର ଫଳ ତାହାକୁ ଦେବ?32ତଥାପି ସେ କବରକୁ ବହାଯିବଓ କବର ଉପରେ ପ୍ରହରୀ ରହିବ।33ଉପତ୍ୟକାର ମୃତ୍ତିକା ତାହା ପ୍ରତି ମିଷ୍ଟ ହେବ,ଯେପରି ତାହା ପୂର୍ବରେ ଅସଂଖ୍ୟ ଲୋକ,ସେପରି ତାହାର ପଶ୍ଚାତ୍ ସମସ୍ତ ଲୋକ ଗମନ କରିବେ।34ତେବେ କିପରି ତୁମ୍ଭେମାନେ ମୋତେ ବୃଥାରେ ସାନ୍ତ୍ୱନା ଦେଉଅଛ,ତୁମ୍ଭମାନଙ୍କ ଉତ୍ତରରେ ତ କେବଳ ମିଥ୍ୟା ଥାଏ।”