ଆୟୁବ22ory_irv

ଇଲୀଫସ୍‍-ଆୟୁବର ଦୁଷ୍ଟତା ଅଧିକ

1ଏଥିଉତ୍ତାରେ ତୈମନୀୟ ଇଲୀଫସ୍‍ ଉତ୍ତର କରି କହିଲା,2“ମନୁଷ୍ୟ କʼଣ ପରମେଶ୍ୱରଙ୍କ ପ୍ରତି ଲାଭଜନକ ହୋଇପାରେ?ଅବଶ୍ୟ ଜ୍ଞାନୀ ଲୋକ ଆପଣା ପ୍ରତି ଲାଭଜନକ ଅଟେ।3ତୁମ୍ଭେ ଯେ ଧାର୍ମିକ ଅଟ, ଏହା କʼଣ ସର୍ବଶକ୍ତିମାନଙ୍କ ସୁଖର କାରଣ?ଅବା ତୁମ୍ଭେ ଯେ ଆପଣା ଆଚରଣ ସିଦ୍ଧ କରୁଅଛ, ଏହା କʼଣ ତାହାଙ୍କ ପ୍ରତି ଲାଭଜନକ?4ତାହାଙ୍କ ପ୍ରତି ତୁମ୍ଭର ଭୟ ସକାଶୁ ସେ କʼଣ ତୁମ୍ଭକୁ ଅନୁଯୋଗ କରନ୍ତିଓ ତୁମ୍ଭ ସହିତ ବିଚାରରେ ଉପସ୍ଥିତ ହେଉଅଛନ୍ତି?5ତୁମ୍ଭର ଦୁଷ୍ଟତା କʼଣ ବଡ଼ ନୁହେଁ?ଓ ତୁମ୍ଭ ଅଧର୍ମର କିଛି ସୀମା ନାହିଁ।6ଯେଣୁ ତୁମ୍ଭେ ଅକାରଣରେ ଆପଣା ଭାଇଠାରୁ ବନ୍ଧକ ନେଇଅଛଓ ତୁମ୍ଭେ ବସ୍ତ୍ରହୀନମାନଙ୍କଠାରୁ ବସ୍ତ୍ର କାଢ଼ି ନେଇଅଛ।7ତୁମ୍ଭେ ପରିଶ୍ରାନ୍ତମାନଙ୍କୁ ପାନ କରିବା ପାଇଁ ଜଳ ଦେଇ ନାହଁଓ ତୁମ୍ଭେ କ୍ଷୁଧିତମାନଙ୍କୁ ଆହାର ଦେଇ ନାହଁ।8ମାତ୍ର ବଳବାନ ଲୋକ ପୃଥିବୀ ଅଧିକାର କଲାଓ ସମ୍ଭ୍ରାନ୍ତ ଲୋକ ତହିଁରେ ବାସ କଲା।9ତୁମ୍ଭେ ବିଧବାମାନଙ୍କୁ ଖାଲି ହାତରେ ବିଦାୟ କରିଅଛଓ ପିତୃହୀନର ବାହୁ ଭଗ୍ନ ହୋଇଅଛି।10ଏହେତୁ ତୁମ୍ଭ ଚାରିଆଡ଼େ ଫାନ୍ଦ ଅଛିଓ ଆକସ୍ମିକ ଭୟ ତୁମ୍ଭକୁ ବ୍ୟାକୁଳ କରୁଅଛି।11ଅବା ଅନ୍ଧକାର, ଯାହା ଲାଗି ତୁମ୍ଭେ ଦେଖି ନ ପାରଓ ଜଳରାଶି ତୁମ୍ଭକୁ ଆଚ୍ଛନ୍ନ କରୁଅଛି।12ପରମେଶ୍ୱର କʼଣ ଉଚ୍ଚତମ ସ୍ୱର୍ଗରେ ନାହାନ୍ତି?ଓ ତାରାଗଣର ଉଚ୍ଚତା ଦେଖ, ସେସବୁ କେଡ଼େ ଉଚ୍ଚ!13ପୁଣି, ତୁମ୍ଭେ କହୁଅଛ, ‘ପରମେଶ୍ୱର କʼଣ ଜାଣନ୍ତି?ସେ ନିବିଡ଼ ଅନ୍ଧକାର ଦେଇ କʼଣ ବିଚାର କରିପାରନ୍ତି?14ନିବିଡ଼ ମେଘମାଳ ତାହାଙ୍କର ଆବରଣ, ଏଣୁ ସେ ଦେଖନ୍ତି ନାହିଁଓ ସେ ଆକାଶମଣ୍ଡଳରେ ଗମନାଗମନ କରନ୍ତି।’15ଯହିଁରେ ଦୁଷ୍ଟ ଲୋକେ ଗମନ କରିଅଛନ୍ତି,ତୁମ୍ଭେ କʼଣ ସେହି ପୁରାତନ ପଥ ଧରିବ?16ସେମାନେ ଅକାଳରେ ଛିଣ୍ଡାଗଲେ,ସେମାନଙ୍କ ଭିତ୍ତିମୂଳ ସ୍ରୋତ ପରି ଢଳାଗଲା;17
ସେମାନେ ପରମେଶ୍ୱରଙ୍କୁ କହିଲେ, ‘ଆମ୍ଭମାନଙ୍କ ନିକଟରୁ ଦୂର ହୁଅ’ଓ ‘ସର୍ବଶକ୍ତିମାନ ପରମେଶ୍ୱର ଆମ୍ଭମାନଙ୍କ ପାଇଁ କʼଣ କରିପାରନ୍ତି?’
18ତଥାପି ସେ ନାନା ଉତ୍ତମ ଦ୍ରବ୍ୟରେ ସେମାନଙ୍କ ଗୃହ ପରିପୂର୍ଣ୍ଣ କଲେ;ମାତ୍ର ଦୁଷ୍ଟମାନଙ୍କ ମନ୍ତ୍ରଣା ଆମ୍ଭଠାରୁ ଦୂରରେ ଥାଏ।19ଧାର୍ମିକମାନେ ତାହା ଦେଖି ଆନନ୍ଦିତ ହୁଅନ୍ତିଓ ନିର୍ଦ୍ଦୋଷ ଲୋକ ସେମାନଙ୍କୁ ପରିହାସ କରି କହନ୍ତି,20‘ଆମ୍ଭମାନଙ୍କ ବିରୁଦ୍ଧରେ ଉଠିବା ଲୋକେ ନିଶ୍ଚୟ ଉଚ୍ଛିନ୍ନ ହୋଇଅଛନ୍ତିଓ ଅଗ୍ନି ସେମାନଙ୍କର ଅବଶିଷ୍ଟାଂଶ ଗ୍ରାସ କରିଅଛି।’21ଏବେ ତୁମ୍ଭେ ତାହାଙ୍କ ସହିତ ପରିଚିତ ହୁଅ, ତହିଁରେ ଶାନ୍ତି ହେବ;ତଦ୍ଦ୍ୱାରା ମଙ୍ଗଳ ତୁମ୍ଭ ନିକଟରେ ଉପସ୍ଥିତ ହେବ।22ମୁଁ ବିନୟ କରୁଅଛି, ତାହାଙ୍କ ମୁଖନିର୍ଗତ ବ୍ୟବସ୍ଥା ଗ୍ରହଣ କରଓ ତାହାଙ୍କ ବାକ୍ୟ ଆପଣା ହୃଦୟରେ ସଞ୍ଚୟ କର।23ଯଦି ତୁମ୍ଭେ ସର୍ବଶକ୍ତିମାନ ପରମେଶ୍ୱରଙ୍କ ପ୍ରତି ଫେରିବ,ଯଦି ଆପଣା ତମ୍ବୁରୁ ଅଧର୍ମ ଦୂର କରିବ,ତେବେ ତୁମ୍ଭେ ଦୃଢ଼ କରାଯିବ।24ପୁଣି, ତୁମ୍ଭେ ଧୂଳିରେ ଆପଣା ଧନଓ ନଦୀସ୍ଥିତ ପଥର ମଧ୍ୟରେ ଓଫୀରର ସୁବର୍ଣ୍ଣ ପକାଇଦିଅ;25ତହିଁରେ ସର୍ବଶକ୍ତିମାନ ତୁମ୍ଭର ଧନ ସ୍ୱରୂପଓ ତୁମ୍ଭ ପ୍ରତି ବହୁମୂଲ୍ୟ ରୌପ୍ୟ ସ୍ୱରୂପ ହେବେ।26କାରଣ ସେତେବେଳେ ତୁମ୍ଭେ ସର୍ବଶକ୍ତିମାନଙ୍କଠାରେ ଆନନ୍ଦ କରିବଓ ପରମେଶ୍ୱରଙ୍କ ଆଡ଼େ ଆପଣା ମୁଖ ଟେକିବ।27ତୁମ୍ଭେ ତାହାଙ୍କ ନିକଟରେ ପ୍ରାର୍ଥନା କରିବ ଓ ସେ ତୁମ୍ଭ କଥା ଶୁଣିବେଓ ତୁମ୍ଭେ ଆପଣା ମାନତ ପରିଶୋଧ କରିବ।28ମଧ୍ୟ ତୁମ୍ଭେ କୌଣସି ବିଷୟ ମନସ୍ଥ କଲେ, ତାହା ତୁମ୍ଭ ପକ୍ଷରେ ସଫଳ କରାଯିବ;ତୁମ୍ଭର ସକଳ ପଥରେ ଦୀପ୍ତି ପ୍ରକାଶିତ ହେବ।29ସେମାନେ ତୁମ୍ଭକୁ ଅବନତ କଲେ ତୁମ୍ଭେ କହିବ, ଉନ୍ନତି ହେବକାରଣ ପରମେଶ୍ୱର ନମ୍ର ଲୋକକୁ ରକ୍ଷା କରିବେ।30ଯେଉଁ ଲୋକ ନିର୍ଦ୍ଦୋଷ ନୁହେଁ, ତାହାକୁ ହିଁ ସେ ଉଦ୍ଧାର କରିବେ;ହଁ, ତୁମ୍ଭ ହସ୍ତର ଶୁଚିତା ଦ୍ୱାରା ସେ ଉଦ୍ଧାର ପାଇବ।”