ଆୟୁବ24ory_irv

1କାହିଁକି ସର୍ବଶକ୍ତିମାନଙ୍କ ଦ୍ୱାରା ସମୟ ନିରୂପିତ ହୋଇ ନାହିଁଓ ତାହାଙ୍କୁ ଜାଣିବା ଲୋକମାନେ କାହିଁକି ତାହାଙ୍କ ଦିନ ଦେଖନ୍ତି ନାହିଁ?2କେହି କେହି ଭୂମିର ସୀମାଚିହ୍ନ ଘୁଞ୍ଚାନ୍ତି,ସେମାନେ ବଳରେ ମେଷପଲ ହରଣ କରି ଚରାନ୍ତି।3ସେମାନେ ପିତୃହୀନର ଗର୍ଦ୍ଦଭ ଅଡ଼ାଇ ନିଅନ୍ତି,ବିଧବାର ଗୋରୁ ବନ୍ଧକ ରୂପେ ନିଅନ୍ତି।4ସେମାନେ ଦୀନହୀନକୁ ବାଟରୁ ତଡ଼ି ଦିଅନ୍ତି;ଦେଶସ୍ଥ ଦରିଦ୍ରମାନେ ଏକତ୍ର ଲୁଚନ୍ତି।5ଦେଖ, ସେମାନେ ପ୍ରାନ୍ତରସ୍ଥ ବନ୍ୟ ଗର୍ଦ୍ଦଭ ତୁଲ୍ୟଆପଣା ଆପଣା କାର୍ଯ୍ୟରେ ବାହାରି ଯତ୍ନପୂର୍ବକ ଆହାର ଅନ୍ଵେଷଣ କରନ୍ତି;ଅରଣ୍ୟ ସେମାନଙ୍କ ବାଳକଗଣ ନିମନ୍ତେ ଆହାର ଉତ୍ପନ୍ନ କରେ।6ସେମାନେ କ୍ଷେତ୍ରରେ ଆପଣାମାନଙ୍କ ଖାଦ୍ୟ କାଟନ୍ତିଓ ଦୁଷ୍ଟର ଦ୍ରାକ୍ଷାକ୍ଷେତ୍ରର ଅବଶିଷ୍ଟ ଫଳ ସାଉଣ୍ଟନ୍ତି।7ସେମାନେ ସାରାରାତ୍ରି ବସ୍ତ୍ର ବିନା ଉଲଙ୍ଗ ହୋଇ ଶୟନ କରନ୍ତିଓ ଶୀତକାଳରେ ସେମାନଙ୍କର ଆଚ୍ଛାଦନ ବସ୍ତ୍ର ନ ଥାଏ।8ସେମାନେ ପର୍ବତରେ ବୃଷ୍ଟିରେ ତିନ୍ତନ୍ତି,ପୁଣି ଆଶ୍ରୟ ଅଭାବରୁ ଶୈଳରେ ଶରଣ ନିଅନ୍ତି।9କେହି କେହି ପିତୃହୀନକୁ ମାତୃସ୍ତନରୁ ଛଡ଼ାଇ ନିଅନ୍ତିଓ ଦରିଦ୍ରଠାରୁ ବନ୍ଧକ ନିଅନ୍ତି;10ଏହେତୁ ସେମାନେ ବସ୍ତ୍ର ବିନା ଉଲଙ୍ଗ ହୋଇ ବୁଲନ୍ତିଓ କ୍ଷୁଧିତ ହୋଇ ଶସ୍ୟବିଡ଼ା ବହନ୍ତି;11ସେମାନେ ଏହି ଲୋକମାନଙ୍କ ପ୍ରାଚୀର ଭିତରେ ତୈଳ ପ୍ରସ୍ତୁତ କରନ୍ତିଓ ସେମାନଙ୍କ ଦ୍ରାକ୍ଷାଯନ୍ତ୍ର ଦଳି ତୃଷିତ ହୁଅନ୍ତି।12ଜନପୂର୍ଣ୍ଣ ନଗରରୁ ଲୋକେ କାତରୋକ୍ତି କରନ୍ତି,ଆହତ ଲୋକର ପ୍ରାଣ ଡାକ ପକାଏ;ତଥାପି ପରମେଶ୍ୱର ଏହା ଦୋଷ ରୂପେ ଗଣନା କରନ୍ତି ନାହିଁ।13ସେମାନଙ୍କର କେହି କେହି ଆଲୁଅର ବିଦ୍ରୋହୀ;ତହିଁର ମାର୍ଗ ସେମାନେ ଜାଣନ୍ତି ନାହିଁ,ଅବା ତହିଁର ପଥରେ ରହନ୍ତି ନାହିଁ।14ହତ୍ୟାକାରୀ ପ୍ରଭାତ ସମୟରେ ଉଠିଦରିଦ୍ର ଓ ଦୀନହୀନକୁ ବଧ କରେଓ ରାତ୍ରିରେ ସେ ଚୋର ପରି ହୁଏ।15ପାରଦାରିକର ଚକ୍ଷୁ ମଧ୍ୟ ସନ୍ଧ୍ୟାକାଳର ଅପେକ୍ଷା କରି କହେ,କେହି ମୋତେ ଦେଖିବ ନାହିଁଓ ସେ ଆପଣା ମୁଖ ଅନ୍ୟ ରୂପ କରେ।16ସେମାନେ ଅନ୍ଧକାରରେ ଗୃହ ସିନ୍ଧି କରନ୍ତି;ସେମାନେ ଦିନ ବେଳେ ଲୁଚି ରହନ୍ତି,ସେମାନେ ଆଲୁଅ ଜାଣନ୍ତି ନାହିଁ।17କାରଣ ସେସମସ୍ତଙ୍କ ପ୍ରତି ପ୍ରଭାତ ମୃତ୍ୟୁଚ୍ଛାୟା ପରି ଅଟେ;ସେମାନେ ମୃତ୍ୟୁୁଚ୍ଛାୟାର ଭୟାନକତା ଜାଣନ୍ତି।”18“ସେ ଜଳ ଉପରେ ଶୀଘ୍ରଗାମୀ;ଦେଶରେ ସେମାନଙ୍କ ଅଧିକାର ଅଭିଶପ୍ତ ଅଟେ;ସେ ଦ୍ରାକ୍ଷାକ୍ଷେତ୍ରର ପଥ ଆଡ଼କୁ ଫେରେ ନାହିଁ।19ଯେପରି ଅନାବୃଷ୍ଟି ଓ ଗ୍ରୀଷ୍ମ ହିମଜଳକୁ,ସେପରି ପାତାଳ ପାପୀମାନଙ୍କୁ ନଷ୍ଟ କରେ।20ଗର୍ଭ ତାହାକୁ ପାସୋରି ଯିବ;କୀଟ ସୁସ୍ୱାଦୁ ଭକ୍ଷ୍ୟ ପରି ତାହାକୁ ଖାଇବ,ସେ ଆଉ ସ୍ମରଣ କରାଯିବ ନାହିଁ;ପୁଣି, ଅଧର୍ମ ବୃକ୍ଷ ପରି ଭଙ୍ଗାଯିବ।21ସେ ନିଃସନ୍ତାନା ବନ୍ଧ୍ୟାକୁ ଗ୍ରାସ କରେଓ ବିଧବାର ମଙ୍ଗଳ କରେ ନାହିଁ।22ସେ ଆପଣା ଶକ୍ତିରେ ବିକ୍ରମୀ ଲୋକକୁ ମଧ୍ୟ ଟାଣି ପକାଏ,ସେ ଉଠିଲେ କାହାରି ଜୀବନର ସ୍ଥିରତା ନ ଥାଏ।23ପରମେଶ୍ୱର ସେମାନଙ୍କୁ ନିରାପଦରେ ରହିବାକୁ ଦିଅନ୍ତିଓ ସେମାନେ ତହିଁରେ ନିର୍ଭର ରଖନ୍ତି ଓ ତାହାଙ୍କ ଦୃଷ୍ଟି ସେମାନଙ୍କ ମାର୍ଗରେ ଥାଏ।24ସେମାନେ ଉନ୍ନତ ହୁଅନ୍ତି; ତଥାପି ଅଳ୍ପ କାଳରେ ଅନ୍ତର୍ହିତ ହୁଅନ୍ତି;ହଁ, ସେମାନେ ଅବନତ ହୁଅନ୍ତି, ସେମାନେ ଅନ୍ୟ ସମସ୍ତଙ୍କ ପରି ପଥରୁ ଘେନାଯାʼନ୍ତି,ଆଉ ଶସ୍ୟଶିଁଷାର ଅଗ୍ରଭାଗ ପରି କଟାଯାʼନ୍ତି।25ପୁଣି, ବର୍ତ୍ତମାନ ଯଦି ଏପରି ନ ହୁଏ, ତେବେ କିଏ ଆମ୍ଭକୁ ମିଥ୍ୟାବାଦୀ ବୋଲି ପ୍ରମାଣ କରିବଓ ଆମ୍ଭ କଥାକୁ ନିରର୍ଥକ କରିବ?”