ବିଲ୍ଦଦ୍-ମନୁଷ୍ୟ ପକ୍ଷେ ଧାର୍ମିକ ଓ ଶୁଚି ଅସମ୍ଭବ
1ଏଥିରେ ଶୂହୀୟ ବିଲ୍ଦଦ୍ ଉତ୍ତର କରି କହିଲା,2“ପ୍ରଭୁତ୍ୱ ଓ ଭୟ ତାହାଙ୍କଠାରେ ଥାଏ;ସେ ଆପଣା ଉଚ୍ଚସ୍ଥାନରେ ଶାନ୍ତି ସମ୍ପାଦନ କରନ୍ତି।3ତାହାଙ୍କ ସୈନ୍ୟଦଳର କି କୌଣସି ସଂଖ୍ୟା ଅଛି?କାହା ଉପରେ ତାହାଙ୍କ ଦୀପ୍ତି ଉଦିତ ନ ହୁଏ?4ତେବେ ମନୁଷ୍ୟ କିପରି ପରମେଶ୍ୱରଙ୍କ ଛାମୁରେ ଧାର୍ମିକ ହୋଇ ପାରିବ?ଅବା ସ୍ତ୍ରୀଜାତ ଲୋକ କିପରି ଶୁଚି ହୋଇ ପାରିବ?5ଦେଖ, ତାହାଙ୍କ ଦୃଷ୍ଟିରେ ଚନ୍ଦ୍ର ହିଁ ନିସ୍ତେଜ ଅଟେଓ ତାରାଗଣ ନିର୍ମଳ ନୁହନ୍ତି;6ତେବେ କୀଟମାତ୍ର ମନୁଷ୍ୟ କʼଣ!ଓ କୃମିମାତ୍ର ମନୁଷ୍ୟ-ସନ୍ତାନ କʼଣ?”