ଆୟୁବ - ଜ୍ଞାନର ଅବସ୍ଥିତି କେଉଁଠାରେ?
1ନିଶ୍ଚୟ ରୂପାର ଆକର ଅଛିଓ ଲୋକମାନେ ଯେଉଁ ସୁବର୍ଣ୍ଣ ପରିଷ୍କାର କରନ୍ତି, ତହିଁର ସ୍ଥାନ ଅଛି।2ମୃତ୍ତିକାରୁ ଲୁହା କଢ଼ାଯାଏଓ ଧାତୁ ପ୍ରସ୍ତରରୁ ପିତ୍ତଳ ତରଳାଯାଏ।3ମନୁଷ୍ୟ ଅନ୍ଧକାରର ସୀମା ନିର୍ଣ୍ଣୟ କରେଓ ପ୍ରାନ୍ତସୀମା ପର୍ଯ୍ୟନ୍ତ ନିବିଡ଼ ଅନ୍ଧକାରଓ ମୃତ୍ୟୁୁଚ୍ଛାୟାସ୍ଥିତ ପ୍ରସ୍ତରସବୁ ଅନୁସନ୍ଧାନ କରେ।4ସେ ମନୁଷ୍ୟମାନଙ୍କ ପ୍ରବାସ-ସ୍ଥାନରୁ ଦୂରରେ ସୁଡ଼ଙ୍ଗ ଖୋଳେ;ସେମାନେ ନିକଟଗାମୀ ଚରଣ ଦ୍ୱାରା ବିସ୍ମୃତ ହୁଅନ୍ତି;ସେମାନେ ମନୁଷ୍ୟମାନଙ୍କଠାରୁ ଦୂରରେ ଝୁଲନ୍ତି, ସେମାନେ ଏଣେତେଣେ ଦୋହଲନ୍ତି।5ମୃତ୍ତିକାରୁ ଖାଦ୍ୟ ଉତ୍ପନ୍ନ ହୁଏଓ ତହିଁର ଅଧୋଭାଗ ଅଗ୍ନି ଦ୍ୱାରା ଲଣ୍ଡଭଣ୍ଡ ହେଲା ପରି ହୁଏ।6ତହିଁର ପ୍ରସ୍ତର ନୀଳକାନ୍ତମଣିର ସ୍ଥାନଓ ତହିଁରେ ସୁବର୍ଣ୍ଣ ରେଣୁ ଥାଏ।7କୌଣସି ଶିକାରୀ ପକ୍ଷୀ ସେହି ପଥ ଜାଣେ ନାହିଁ,କିଅବା ବାଜପକ୍ଷୀର ଚକ୍ଷୁ ହିଁ ତାହା ଦେଖି ନାହିଁ;8ଦର୍ପୀ ପଶୁଗଣ ତହିଁରେ ଗତାୟାତ କରି ନାହାନ୍ତି,ଅବା ଭୟାନକ ସିଂହ ତହିଁ ନିକଟ ଦେଇ ଯାଇ ନାହିଁ।9ମନୁଷ୍ୟ ଦୃଢ଼ ଶୈଳ ଉପରେ ଆପଣା ହାତ ଦିଏ;ସେ ପର୍ବତଗଣକୁ ସମୂଳେ ଓଲଟାଇ ପକାଏ।10ସେ ଶୈଳ ମଧ୍ୟରେ ନାଳ କାଟେଓ ତାହାର ଚକ୍ଷୁ ସର୍ବପ୍ରକାର ବହୁମୂଲ୍ୟ ଦ୍ରବ୍ୟ ଦେଖେ।11ନ ଝରିବା ପାଇଁ ସେ ଜଳସ୍ରୋତ ବନ୍ଦ କରେ;ଆଉ, ସେ ଆଲୁଅକୁ ଗୁପ୍ତ ଦ୍ରବ୍ୟ ଆଣେ।12ମାତ୍ର ଜ୍ଞାନ କେଉଁଠାରେ ପ୍ରାପ୍ତ ହୁଏ?ଓ ବୁଦ୍ଧିର ସ୍ଥାନ କାହିଁ?13ମନୁଷ୍ୟ ତହିଁର ମୂଲ୍ୟ ଜାଣେ ନାହିଁ;କିଅବା ଜୀବିତମାନଙ୍କ ଦେଶରେ ତାହା ମିଳେ ନାହିଁ।14ବାରିଧି କହେ, ‘ତାହା ମୋʼ ଠାରେ ନାହିଁ;’ପୁଣି, ସମୁଦ୍ର କହେ, ‘ତାହା ମୋʼ ଠାରେ ନାହିଁ।’15ସୁବର୍ଣ୍ଣ ଦ୍ୱାରା ତାହା ପ୍ରାପ୍ତ ହୋଇ ନ ପାରେ,କିଅବା ତହିଁର ମୂଲ୍ୟାର୍ଥେ ରୂପା ତୌଲା ଯିବ ନାହିଁ।16ଓଫୀରର ସୁବର୍ଣ୍ଣ ଦ୍ୱାରା ତହିଁର ମୂଲ୍ୟ କରାଯାଇ ନ ପାରେ,ବହୁମୂଲ୍ୟ ଗୋମେଦକ ଅବା ନୀଳକାନ୍ତମଣି ଦ୍ୱାରା ନୁହେଁ।17ସ୍ୱର୍ଣ୍ଣ ଓ କାଚ ତହିଁର ସମାନ ହୋଇ ନ ପାରେ;କିଅବା ଶୁଦ୍ଧ ସ୍ୱର୍ଣ୍ଣାଭରଣ ତହିଁର ପରିବର୍ତ୍ତ ହେବ ନାହିଁ।18ତହିଁ ନିକଟରେ ପ୍ରବାଳ ଓ ସ୍ପଟିକର କଥା କୁହାଯାଏ ନାହିଁ;କାରଣ ପଦ୍ମରାଗ ମଣି ଅପେକ୍ଷା ଜ୍ଞାନର ମୂଲ୍ୟ ଅଧିକ।19କୂଶଦେଶୀୟ ପୀତମଣି ତହିଁର ସମାନ ହେବ ନାହିଁ,କିଅବା ନିର୍ମଳ ସୁବର୍ଣ୍ଣରେ ତହିଁର ମୂଲ୍ୟ କରାଯିବ ନାହିଁ।20ତେବେ ଜ୍ଞାନ କେଉଁଠାରୁ ଆସେ?ଓ ବୁଦ୍ଧିର ସ୍ଥାନ କାହିଁ?21ତାହା ତ ସମସ୍ତ ପ୍ରାଣୀଙ୍କ ଚକ୍ଷୁରୁ ଗୁପ୍ତଓ ଆକାଶର ପକ୍ଷୀମାନଙ୍କଠାରୁ ଆବୃତ କରାଯାଇଅଛି।22ବିନାଶ ଓ ମୃତ୍ୟୁୁ କହନ୍ତି,‘ଆମ୍ଭେମାନେ ସ୍ୱକର୍ଣ୍ଣରେ ତହିଁର ଜନରବ ଶୁଣିଅଛୁ।’23ପରମେଶ୍ୱର ତହିଁର ପଥ ଜାଣନ୍ତିଓ ସେ ତହିଁର ସ୍ଥାନ ଜ୍ଞାତ ଅଛନ୍ତି।24କାରଣ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅନାଇଓ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥାନ ଦେଖି25ବାୟୁର ଓଜନ ନିରୂପଣ କରନ୍ତିଓ ପରିମାଣ ଦ୍ୱାରା ଜଳ ପରିମିତ କରନ୍ତି।26ଯେତେବେଳେ ସେ ବୃଷ୍ଟିର ନିୟମ ନିରୂପଣ କଲେଓ ମେଘଗର୍ଜ୍ଜନର ବିଦ୍ୟୁତ୍ ପାଇଁ ପଥ ସ୍ଥିର କଲେ;27ସେତେବେଳେ ସେ ତାହା ଦେଖିଲେ ଓ ତାହା ପ୍ରଚାର କଲେ;ସେ ତାହା ସ୍ଥାପନ କଲେ, ଆଉ ତହିଁର ତଦନ୍ତ କଲେ।28ପୁଣି, ସେ ମନୁଷ୍ୟକୁ କହିଲେ,‘ଦେଖ, ପ୍ରଭୁ ବିଷୟକ ଭୟ ହିଁ ଜ୍ଞାନଓ କୁକ୍ରିୟା ତ୍ୟାଗ ହିଁ ବୁଦ୍ଧି।’”