ଆୟୁବ29ory_irv

ଆୟୁବଙ୍କ ଶେଷ ଅଭିଯୋଗ

1ଏଥିଉତ୍ତାରେ ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା,2“ଆହା, ମୁଁ ପୂର୍ବବର୍ତ୍ତୀ ମାସସବୁରେ, ପରମେଶ୍ୱର ମୋତେ ଜଗି ରଖିଥିବା ଦିନସମୂହରେ ଯେପରି ଥିଲି,ସେପରି ଯେବେ ଥାʼନ୍ତି;3ସେତେବେଳେ ତାହାଙ୍କ ପ୍ରଦୀପ ମୋʼ ମସ୍ତକ ଉପରେ ଆଲୁଅ ଦେଲାଓ ମୁଁ ତାହାଙ୍କ ଦୀପ୍ତିରେ ଅନ୍ଧକାର ଦେଇ ଗମନ କଲି;4ମୁଁ ଉତ୍ତମ ଅବସ୍ଥାରେ ଥିଲି,ସେତେବେଳେ ମୋʼ ତମ୍ବୁ ଉପରେ ପରମେଶ୍ୱରଙ୍କର ଗୁପ୍ତ ବିଷୟ ଥିଲା;5ସେତେବେଳେ ସର୍ବଶକ୍ତିମାନ ପରମେଶ୍ୱର ମୋʼ ସଙ୍ଗରେ ଥିଲେଓ ମୋହର ସନ୍ତାନଗଣ ମୋʼ ଚତୁଃପାର୍ଶ୍ୱରେ ଥିଲେ;6ସେତେବେଳେ ମୋହର ଚରଣ ଦୁଗ୍ଧରେ ଧୌତ ହେଲାଓ ଶୈଳ ମୋʼ ପାଇଁ ତୈଳ-ନଦୀ ବହାଇଲା।7ମୁଁ ନଗର-ଦ୍ୱାରକୁ ଯାଇ ଛକସ୍ଥାନରେ ଆପଣା ଆସନ ପ୍ରସ୍ତୁତ କଲେ,8ଯୁବା ଲୋକମାନେ ମୋତେ ଦେଖି ଲୁଚିଲେଓ ବୃଦ୍ଧ ଲୋକମାନେ ଉଠି ଠିଆ ହେଲେ।9ଅଧିପତିମାନେ କଥାବାର୍ତ୍ତା କରିବାରୁ ନିବୃତ୍ତ ହେଲେଓ ଆପଣା ଆପଣା ମୁଖରେ ହାତ ଦେଲେ;10କୁଳୀନମାନଙ୍କ ରବ ନିରସ୍ତ ହେଲାଓ ସେମାନଙ୍କ ଜିହ୍ୱା ସେମାନଙ୍କ ମୁଖର ତାଳୁକାରେ ଲାଗି ରହିଲା।11କାରଣ କର୍ଣ୍ଣ ମୋʼ କଥା ଶୁଣନ୍ତେ, ମୋତେ କଲ୍ୟାଣ କଲାଓ ଚକ୍ଷୁ ମୋତେ ଦେଖନ୍ତେ, ମୋʼ ପକ୍ଷରେ ସାକ୍ଷ୍ୟ ଦେଲା;12ଯେହେତୁ ମୁଁ ଆର୍ତ୍ତନାଦକାରୀ ଦରିଦ୍ରକୁ,ମଧ୍ୟ ଅସହାୟ ପିତୃହୀନକୁ ଉଦ୍ଧାର କଲି।13ନଷ୍ଟକଳ୍ପ ଲୋକର କଲ୍ୟାଣ ମୋʼ ଉପରେ ବର୍ତ୍ତିଲାଓ ମୁଁ ବିଧବାର ହୃଦୟକୁ ଆନନ୍ଦରେ ଗାନ କରାଇଲି।14ମୁଁ ଧାର୍ମିକତା ପରିଧାନ କଲି ଓ ତାହା ମୋତେ ପରିଧାନ କଲା;ମୋହର ନ୍ୟାୟ ଆବରଣ ବସ୍ତ୍ର ଓ ମୁକୁଟ ସ୍ୱରୂପ ଥିଲା।15ମୁଁ ଅନ୍ଧ ପ୍ରତି ଚକ୍ଷୁ ସ୍ୱରୂପଓ ଛୋଟା ପ୍ରତି ଚରଣ ସ୍ୱରୂପ ଥିଲି।16ମୁଁ ଦୀନହୀନ ପ୍ରତି ପିତା ସ୍ୱରୂପ ଥିଲିଓ ମୋʼ ଅଜ୍ଞାତ ଲୋକର ଗୁହାରି ମୁଁ ତଦନ୍ତ କଲି।17ଆଉ, ମୁଁ ଅଧାର୍ମିକର କଳପାଟି ଭାଙ୍ଗି ପକାଇଲିଓ ତାହାର ଦନ୍ତରୁ ଶିକାର ଛଡ଼ାଇ ନେଲି।18ସେହି ସମୟରେ ମୁଁ କହିଲି, ମୁଁ ଆପଣା ବସାରେ ମରିବିଓ ମୁଁ ବାଲୁକା ପରି ଆପଣା ଦିନ ବୃଦ୍ଧି କରିବି;19ମୋହର ଚେର ଜଳ ପର୍ଯ୍ୟନ୍ତ ପ୍ରସାରିତ ହୋଇଅଛିଓ ମୋହର ଶାଖା ଉପରେ ରାତ୍ରିସାରା କାକର ଥାଏ;20ମୋହର ଗୌରବ ମୋʼ ଠାରେ ସତେଜ ଥାଏଓ ମୋʼ ଧନୁ ମୋʼ ହସ୍ତରେ ନୂତନୀକୃତ ହୁଏ।21ଲୋକମାନେ ମୋʼ ଆଡ଼େ କର୍ଣ୍ଣ ଦେଇ ଅପେକ୍ଷା କଲେଓ ମୋହର ପରାମର୍ଶ ପାଇଁ ନୀରବ ରହିଲେ।22ମୋʼ କଥା ଉତ୍ତାରେ ସେମାନେ ଆଉ କଥା କହିଲେ ନାହିଁ;ପୁଣି, ମୋʼ କଥା ସେମାନଙ୍କ ଉପରେ ଟୋପା ଟୋପା ହୋଇ ପଡ଼ିଲା।23ଆଉ, ଯେପରି ବୃଷ୍ଟି ପାଇଁ, ସେପରି ସେମାନେ ମୋʼ ପାଇଁ ଅପେକ୍ଷା କଲେଓ ଯେପରି ଶେଷ ବୃଷ୍ଟି ପାଇଁ, ସେପରି ସେମାନେ ଆପଣା ଆପଣା ମୁଖ ପ୍ରଶସ୍ତ କରି ମେଲା କଲେ।24ମୁଁ ସେମାନଙ୍କ ପ୍ରତି ହସିଲେ ସେମାନେ ବିଶ୍ୱାସ କଲେ ନାହିଁଓ ମୋʼ ମୁଖର ତେଜ ନିସ୍ତେଜ କଲେ ନାହିଁ।25ମୁଁ ସେମାନଙ୍କ ପଥ ମନୋନୀତ କରି ପ୍ରଧାନ ହୋଇ ବସିଲିଓ ସୈନ୍ୟଦଳ ମଧ୍ୟରେ ରାଜା ପରିଓ ଶୋକାର୍ତ୍ତମାନଙ୍କର ସାନ୍ତ୍ୱନାକାରୀ ପରି ବାସ କଲି।