ଆୟୁବଙ୍କ ଶେଷ ବିନତି
1ମୁଁ ଆପଣା ଚକ୍ଷୁ ସଙ୍ଗେ ନିୟମ କଲି;ତେବେ ମୁଁ ଯୁବତୀ ପ୍ରତି କିପରି ଅନାଇବି?2କାରଣ ଊର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ଅଂଶ କଅଣଓ ଉପରିସ୍ଥ ସର୍ବଶକ୍ତିମାନଙ୍କଠାରୁ ପ୍ରାପ୍ତ ଅଧିକାର କଅଣ?3ତାହା କି ଅଧାର୍ମିକମାନଙ୍କ ପ୍ରତି ବିପଦଓ ଅଧର୍ମାଚାରୀମାନଙ୍କ ପ୍ରତି ଦୁର୍ଗତି ନୁହେଁ?4ସେ କି ମୋହର ମାର୍ଗସବୁ ଦେଖନ୍ତି ନାହିଁଓ ମୋହର ପାଦଗତି ଗଣନ୍ତି ନାହିଁ?5ଯଦି ମୁଁ ଅସାରତାରେ ଗତାୟାତ କରିଥାଏଓ ମୋହର ପାଦ ପ୍ରବଞ୍ଚନା-ପଥରେ ବ୍ୟଗ୍ର ହୋଇଥାଏ;6ତେବେ ମୁଁ ଧର୍ମ ନିକ୍ତିରେ ତୌଲାଯାଏ,ତହିଁରେ ପରମେଶ୍ୱର ମୋହର ସରଳତା ଜାଣି ପାରିବେ।7ଯଦି ମୋହର ପାଦ ବିପଥରେ ଯାଇଥାଏଓ ମୋହର ଅନ୍ତଃକରଣ ମୋʼ ଚକ୍ଷୁ ଅନୁସାରେ ଚାଲିଥାଏଓ ଯଦି ମୋʼ ହସ୍ତରେ କୌଣସି କଳଙ୍କ ଲାଗିଥାଏ;8ତେବେ ମୁଁ ବୁଣେ ଓ ଅନ୍ୟ ଭୋଗ କରୁ;ମୋʼ କ୍ଷେତ୍ରର ଶସ୍ୟ ମୂଳୋତ୍ପାଟିତ ହେଉ।9ଯଦି ମୋହର ହୃଦୟ କୌଣସି ସ୍ତ୍ରୀ ପ୍ରତି ଲୁବ୍ଧ ହୋଇଥାଏଓ ମୁଁ ଆପଣା ପ୍ରତିବାସୀର ଦ୍ୱାର ନିକଟରେ ଲୁଚି ବସିଥାଏ;10ତେବେ ମୋʼ ଭାର୍ଯ୍ୟା ଅନ୍ୟର ଚକି ପେଷୁଓ ଅନ୍ୟମାନେ ତାହାକୁ ଭୋଗ କରନ୍ତୁ।11କାରଣ ତାହା ଗୁରୁତର ଦୋଷ;ଆଉ, ତାହା ବିଚାରକର୍ତ୍ତୃଗଣ ଦ୍ୱାରା ଦଣ୍ଡନୀୟ ଅପରାଧ;12କାରଣ ତାହା ସର୍ବନାଶକ ଗ୍ରାସକାରୀ ଅଗ୍ନିଓ ମୋʼ ସର୍ବସ୍ୱର ମୂଳୋତ୍ପାଟିତ କରନ୍ତା।13ମୋʼ ଦାସ କି ଦାସୀ ମୋʼ ସଙ୍ଗେ ବିରୋଧ କଲେ,ଯଦି ମୁଁ ସେମାନଙ୍କର ଗୁହାରି ତୁଚ୍ଛ କରିଥାଏ;14ତେବେ ପରମେଶ୍ୱର ଉଠିଲେ, ମୁଁ କଅଣ କରିବି?ଓ ସେ ବିଚାର କଲେ, ମୁଁ ତାହାଙ୍କୁ କି ଉତ୍ତର ଦେବି?15ଯେ ମୋତେ ଗର୍ଭରେ ନିର୍ମାଣ କଲେ, ସେ କି ତାହାକୁ ନିର୍ମାଣ କଲେ ନାହିଁ?ଓ ଏକ ବ୍ୟକ୍ତି କି ଗର୍ଭରେ ଆମ୍ଭମାନଙ୍କୁ ଗଢ଼ି ନାହାନ୍ତି?16ଯଦି ମୁଁ ଦରିଦ୍ରମାନଙ୍କୁ ସେମାନଙ୍କ ବାଞ୍ଛିତ ବିଷୟରୁ ଅଟକାଇଥାଏ,ଅବା ବିଧବାର ଦୃଷ୍ଟି ମ୍ଳାନ କରିଥାଏ;17ଅଥବା ଆପଣାର ଖାଦ୍ୟ ଏକା ଖାଇଥାଏଓ ପିତୃହୀନ ତହିଁରୁ ଖାଇ ନ ଥାଏ;18(ମାତ୍ର ପିତା ନିକଟରେ ବଢ଼ିଲା ପରି ସେ ମୋହର ବାଲ୍ୟାବସ୍ଥାରୁ ମୋʼ ନିକଟରେ ବଢ଼ିଲାଓ ମୋʼ ଜନ୍ମଠାରୁ ମୁଁ ବିଧବାର ପଥଦର୍ଶକ ହୋଇଅଛି।)19ମୁଁ କାହାକୁ ବସ୍ତ୍ରାଭାବରେ ମୃତକଳ୍ପ,ଅବା ଦୀନହୀନକୁ ଉଲଙ୍ଗ ଦେଖିଲେ,20ଯଦି ତାହାର କଟିଦେଶ ମୋତେ ଆଶୀର୍ବାଦ କରି ନ ଥାଏଓ ସେ ମୋʼ ମେଷଲୋମରେ ଉଷ୍ଣ ହୋଇ ନ ଥାଏ;21ମୁଁ ନଗର-ଦ୍ୱାରରେ ନିଜ ଉପକାରୀକୁ ଦେଖିଯଦି ପିତୃହୀନ ବିରୁଦ୍ଧରେ ଆପଣା ହସ୍ତ ଉଠାଇଥାଏ;22ତେବେ ମୋʼ ସ୍କନ୍ଧ ସନ୍ଧିସ୍ଥାନରୁ ଖସି ପଡ଼ୁଓ ମୋʼ ବାହୁ ଅସ୍ଥିରୁ ଭାଙ୍ଗିଯାଉ।23କାରଣ ପରମେଶ୍ୱରଙ୍କଠାରୁ ବିପଦ ମୋʼ ପ୍ରତି ଭୟାନକ ଥିଲାଓ ତାହାଙ୍କ ମହତ୍ତ୍ୱ ସକାଶୁ ମୁଁ କିଛି କରି ପାରିଲି ନାହିଁ।24ଯଦି ମୁଁ ସୁବର୍ଣ୍ଣକୁ ଆଶାଭୂମି କରିଥାଏଓ ତୁମ୍ଭେ ମୋହର ଆଶ୍ରୟ ବୋଲି ଶୁଦ୍ଧ ସୁବର୍ଣ୍ଣକୁ କହିଥାଏ;25ମୋହର ସମ୍ପଦ ଅତିଶୟ ହେବାରୁଓ ମୋହର ହସ୍ତ ବହୁତ ଲାଭ କରିବାରୁ ଯଦି ମୁଁ ଆନନ୍ଦ କରିଥାଏ;26ସୂର୍ଯ୍ୟ ଦୀପ୍ତି ଦେବା ବେଳେଓ ଚନ୍ଦ୍ର ଜ୍ୟୋସ୍ନାରେ ଗତି କରିବା ବେଳେ ଯଦି ମୁଁ ତହିଁ ପ୍ରତି ଦୃଷ୍ଟି କରିଥାଏ;27ପୁଣି, ମୋହର ଅନ୍ତଃକରଣ ଗୋପନରେ ପ୍ରଲୋଭିତ ହୋଇଥାଏଓ ମୋʼ ମୁଖ ମୋʼ ହସ୍ତକୁ ଚୁମ୍ବନ କରିଥାଏ;28ତେବେ ତାହା ହିଁ ବିଚାରକର୍ତ୍ତୃଗଣ ଦ୍ୱାରା ଦଣ୍ଡନୀୟ ଅପରାଧ ହୁଅନ୍ତା;ପୁଣି, ମୁଁ ଊର୍ଦ୍ଧ୍ୱବାସୀ ପରମେଶ୍ୱରଙ୍କ ନିକଟରେ ମିଥ୍ୟାବାଦୀ ହୁଅନ୍ତି।29ମୋʼ ଘୃଣାକାରୀର ବିନାଶରେ ଯଦି ମୁଁ ଆନନ୍ଦ କରିଥାଏ,ଅବା ଅମଙ୍ଗଳ ତାହାର ଉଦ୍ଦେଶ୍ୟ ପାଇବା ବେଳେ ଦର୍ପ କରିଥାଏ;30(ମାତ୍ର ମୁଁ ଅଭିଶାପ ଦେଇ ତାହାର ଜୀବନ ମାଗିବା ନିମନ୍ତେପାପ କରିବାକୁ ଆପଣା ମୁଖ ଦେଇ ନାହିଁ);31ମୋʼ ତମ୍ବୁସ୍ଥିତ ଲୋକେ କି କହି ନ ଥାʼନ୍ତି,‘ତାହାର ଦତ୍ତ ମାଂସରେ ଯେ ତୃପ୍ତ ହୋଇ ନାହିଁ, ଏପରି ଜଣକୁ କିଏ ପାଇ ପାରେ?’32ବିଦେଶୀ ଦାଣ୍ଡରେ ରାତ୍ରି କ୍ଷେପଣ କଲା ନାହିଁ;ମାତ୍ର ମୁଁ ପଥିକ ନିମନ୍ତେ ଦ୍ୱାର ମୁକ୍ତ କଲି;33ଯଦି ମୁଁ ଆପଣା ବକ୍ଷସ୍ଥଳରେ ନିଜ ଅଧର୍ମ ଗୁପ୍ତ କରିବାଦ୍ୱାରା ଆଦମ ପରି ଆପଣା ଅପରାଧ ଢାଙ୍କିଥାଏ;34ମହାଜନତାକୁ ଭୟ କରିବାରୁଓ ଗୋଷ୍ଠୀୟମାନଙ୍କ ତୁଚ୍ଛତା ମୋତେ ତ୍ରସ୍ତ କରିବାରୁଯଦି ମୁଁ ନୀରବ ହୋଇ ଦ୍ୱାର ବାହାରକୁ ଯାଇ ନ ଥାଏ -35ଆଃ, କେହି ଯଦି ମୋʼ କଥା ଶୁଣିବାକୁ ଥାʼନ୍ତା!(ଏହି ଦେଖ ମୋହର ସ୍ୱାକ୍ଷର, ସର୍ବଶକ୍ତିମାନ ପରମେଶ୍ୱର ମୋତେ ଉତ୍ତର ଦେଉନ୍ତୁ),ଓ ମୋʼ ପ୍ରତିବାଦୀ ମୋହର ଯେଉଁ ଦୋଷପତ୍ର ଲେଖିଅଛି, ତାହା ଯଦି ମୁଁ ପାଆନ୍ତି!36ତେବେ ନିଶ୍ଚୟ ମୁଁ ଆପଣା ସ୍କନ୍ଧରେ ତାହା ବହନ୍ତିଓ ମୁକୁଟ ପରି ତାହା ବାନ୍ଧନ୍ତି।37ମୁଁ ଆପଣା ପାଦଗତିର ସଂଖ୍ୟା ତାହାକୁ ଜଣାନ୍ତି;ଶାସକ ପରି ତାହାର ନିକଟକୁ ଯାଆନ୍ତି।38ଯଦି ମୋʼ ଭୂମି ମୋʼ ପ୍ରତିକୂଳରେ କ୍ରନ୍ଦନ କରେଓ ତହିଁର ଲଙ୍ଗଳ-ଶିଆରସବୁ ଏକତ୍ର ରୋଦନ କରନ୍ତି;39ଯଦି ମୁଁ ମୂଲ୍ୟ ବିନା ତହିଁର ଫଳ ଭୋଗ କରିଥାଏ,ଅବା ତହିଁର ଅଧିକାରୀମାନଙ୍କ ପ୍ରାଣନାଶର କାରଣ ହୋଇଥାଏ;40ତେବେ ଗହମ ବଦଳେ କଣ୍ଟକଲତାଓ ଯବ ବଦଳେ ବିଷବୃକ୍ଷ ବଢ଼ୁ।”ଆୟୁବଙ୍କ କଥା ସମାପ୍ତ ହେଲା।