ଆୟୁବ33ory_irv

ଆୟୁବଙ୍କୁ ଇଲୀହୂଙ୍କ ଅନୁଯୋଗ

1ଯାହାହେଉ, ବିନୟ କରୁଅଛି, ହେ ଆୟୁବ, ମୋʼ କଥା ଶୁଣଓ ମୋହର ସମସ୍ତ ବାକ୍ୟରେ କର୍ଣ୍ଣପାତ କର।2ଏବେ ଦେଖ, ମୁଁ ଆପଣା ମୁଖ ଫିଟାଉଅଛି,ମୋʼ ଜିହ୍ୱା ମୋʼ ମୁଖ ଭିତରେ କଥା କହିଅଛି।3ମୋʼ ବାକ୍ୟ ମୋʼ ଅନ୍ତଃକରଣର ସରଳତା ପ୍ରକାଶ କରିବଓ ମୋହର ଓଷ୍ଠାଧର ଯାହା ଜାଣେ, ତାହା ସରଳ ଭାବରେ କହିବ।4ପରମେଶ୍ୱରଙ୍କ ଆତ୍ମା ମୋତେ ସୃଷ୍ଟି କରିଅଛନ୍ତିଓ ସର୍ବଶକ୍ତିମାନଙ୍କ ନିଶ୍ୱାସ ମୋତେ ଜୀବନ ଦିଅନ୍ତି।5ତୁମ୍ଭେ ପାରିଲେ, ମୋତେ ଉତ୍ତର ଦିଅ,ମୋʼ ସମ୍ମୁଖରେ ଆପଣା ବାକ୍ୟ ସଜାଇ ଠିଆ ହୁଅ।6ଦେଖ, ପରମେଶ୍ୱରଙ୍କ ପ୍ରତି ତୁମ୍ଭେ ଯେପରି, ମୁଁ ସେପରି ଅଟେ,ମୁଁ ମଧ୍ୟ ମୃତ୍ତିକାରୁ ନିର୍ମିତ ହୋଇଅଛି।7ଦେଖ, ମୋହର ଭୟାନକତା ତୁମ୍ଭକୁ ଭୀତ କରିବ ନାହିଁ,କିଅବା ମୋହର ଭାର ତୁମ୍ଭ ଉପରେ ଭାରୀ ହେବ ନାହିଁ।8ନିଶ୍ଚୟ ତୁମ୍ଭେ ମୋହର କର୍ଣ୍ଣଗୋଚରରେ କହିଅଛଓ ମୁଁ ତୁମ୍ଭ ବାକ୍ୟର ରବ ଶୁଣିଅଛି, ଯଥା,9‘ମୁଁ ଶୁଚି, ଅପରାଧରହିତ;ମୁଁ ନିର୍ଦ୍ଦୋଷ, ମଧ୍ୟ ମୋʼ ଠାରେ ଅଧର୍ମ ନାହିଁ;10ଦେଖ, ସେ ମୋʼ ଛିଦ୍ର ଅନ୍ଵେଷଣ କରନ୍ତି,ସେ ମୋତେ ଆପଣା ଶତ୍ରୁ ବୋଲି ଗଣନ୍ତି;11ସେ ଯନ୍ତାରେ ମୋହର ପାଦ ରଖନ୍ତି,ସେ ମୋହର ସମସ୍ତ ପଥ ନିରୀକ୍ଷଣ କରନ୍ତି।’12ଦେଖ, ମୁଁ ତୁମ୍ଭକୁ ଉତ୍ତର ଦେବି, ଏ ବିଷୟରେ ତୁମ୍ଭେ ଯଥାର୍ଥ ନୁହଁ;କାରଣ ପରମେଶ୍ୱର ମନୁଷ୍ୟ ଅପେକ୍ଷା ମହାନ ଅଟନ୍ତି।13ତୁମ୍ଭେ କାହିଁକି ତାହାଙ୍କ ସଙ୍ଗେ ବିବାଦ କରୁଅଛ?ଯେଣୁ ସେ ଆପଣାର କୌଣସି ବିଷୟର କାରଣ ଜଣାନ୍ତି ନାହିଁ।14ପରମେଶ୍ୱର ଥରେ କହନ୍ତି,ଦୁଇ ଥର ହିଁ କହନ୍ତି, ତଥାପି ମନୁଷ୍ୟ ତହିଁରେ ମନ ଦିଏ ନାହିଁ;15ସ୍ୱପ୍ନରେ, ରାତ୍ରିକାଳୀନ ଦର୍ଶନରେ;ମନୁଷ୍ୟମାନେ ଘୋର ନିଦ୍ରାରେ ମଗ୍ନ ହେବା ବେଳେ,ଶଯ୍ୟାରେ ଘୁମାଇବା ବେଳେ,16ସେ ମନୁଷ୍ୟମାନଙ୍କର କର୍ଣ୍ଣ ମୁକ୍ତ କରନ୍ତିଓ ସେମାନଙ୍କର ଶିକ୍ଷା ମୋହରାଙ୍କିତ କରନ୍ତି,17ତଦ୍ଦ୍ୱାରା ସେ ମନୁଷ୍ୟକୁ ତାହାର ସଂକଳ୍ପରୁ ନିବୃତ୍ତ କରନ୍ତିଓ ମନୁଷ୍ୟଠାରୁ ଅହଙ୍କାର ଗୁପ୍ତ କରନ୍ତି।18ସେ ତାହାର ପ୍ରାଣକୁ ଗର୍ତ୍ତରୁଓ ତାହାର ଜୀବନକୁ ଖଡ୍ଗାଘାତରୁ ଅଟକାଇ ରଖନ୍ତି।19ମଧ୍ୟ ସେ ଆପଣା ଶଯ୍ୟାରେ ବ୍ୟଥା ଦ୍ୱାରାଓ ଆପଣା ଅସ୍ଥି ମଧ୍ୟରେ ନିରନ୍ତର ଯୁଦ୍ଧ ଦ୍ୱାରା ଶାସ୍ତି ପାଏ;20ତେଣୁ ତାହାର ଜୀବନ ଆହାରକୁଓ ତାହାର ପ୍ରାଣ ସୁସ୍ୱାଦୁ ଭକ୍ଷ୍ୟକୁ ଘୃଣା କରେ।21ତାହାର ମାଂସ କ୍ଷୟ ପାଇ ଅଦୃଶ୍ୟ ହୁଏଓ ତାହାର ଅଦୃଶ୍ୟ ଥିବା ଅସ୍ଥିସବୁ ଦେଖାଯାଏ।22ଆହୁରି, ତାହାର ପ୍ରାଣ ଗର୍ତ୍ତରଓ ତାହାର ଜୀବନ ସଂହାର କର ସନ୍ନିକଟ ହୁଏ।23ଯଦି ମନୁଷ୍ୟକୁ ତାହାର କର୍ତ୍ତବ୍ୟତା ଦେଖାଇବା ପାଇଁତାହା ସଙ୍ଗେ ଜଣେ ଦୂତ,ସହସ୍ର ମଧ୍ୟରୁ ଜଣେ ଅର୍ଥକାରକ ଥାଏ;24ତେବେ ସେ ତାହାକୁ କୃପା କରି କହିବେ,‘ଗର୍ତ୍ତଗମନରୁ ତାହାକୁ ଉଦ୍ଧାର କର,ମୁଁ ପ୍ରାୟଶ୍ଚିତ୍ତ ପାଇଅଛି।25ତାହାର ମାଂସ ବାଳକର ମାଂସ ଅପେକ୍ଷା ସତେଜ ହେବ;ସେ ଆପଣା ଯୌବନ ଦିନ ପୁନର୍ବାର ପାଇବ;’26ସେ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରେ ଓ ସେ ତାହା ପ୍ରତି ପ୍ରସନ୍ନ ହୁଅନ୍ତି;ତେଣୁ ସେ ଆନନ୍ଦରେ ତାହାଙ୍କ ମୁଖ ଦର୍ଶନ କରେ;ଆଉ, ସେ ମନୁଷ୍ୟକୁ ତାହାର ଧାର୍ମିକତା ପୁନର୍ବାର ଦିଅନ୍ତି।27ସେ ମନୁଷ୍ୟମାନଙ୍କ ସାକ୍ଷାତରେ ଗାନ କରି କହେ,‘ମୁଁ ପାପ କରିଅଛି ଓ ନ୍ୟାୟର ବିପରୀତ କରିଅଛିଓ ତାହା ମୋହର ଲାଭଜନକ ହୋଇ ନାହିଁ।28ସେ ମୋହର ପ୍ରାଣକୁ ଗର୍ତ୍ତଗମନରୁ ମୁକ୍ତ କରିଅଛନ୍ତିଓ ମୋହର ଜୀବନ ଆଲୁଅ ଦେଖିବ।’29ଦେଖ, ମନୁଷ୍ୟ ଯେପରି ଜୀବିତ ଲୋକଙ୍କ ଦୀପ୍ତିରେ ଦୀପ୍ତିମାନ ହେବ,ଏଥିପାଇଁ ଗର୍ତ୍ତରୁ ତାହାର ପ୍ରାଣ ଫେରାଇ ଆଣିବାକୁ,30ପରମେଶ୍ୱର ତାହା ସହିତ ଦୁଇ ଥର, ମଧ୍ୟ ତିନି ଥରଏହିସବୁ ବ୍ୟବହାର କରନ୍ତି।31ହେ ଆୟୁବ, ମନୋଯୋଗ କରି ମୋʼ କଥା ଶୁଣ;ତୁମ୍ଭେ ନୀରବ ହୁଅ, ମୁଁ କଥା କହିବି।32ତୁମ୍ଭର କହିବାର କୌଣସି ବିଷୟ ଥିଲେ, ମୋତେ ଉତ୍ତର ଦିଅ;କୁହ, କାରଣ ତୁମ୍ଭକୁ ନିର୍ଦ୍ଦୋଷ କରିବାକୁ ମୋର ଇଚ୍ଛା।33ନୋହିଲେ ମୋʼ କଥା ଶୁଣ;ନୀରବ ହୁଅ, ଆଉ ମୁଁ ତୁମ୍ଭକୁ ଜ୍ଞାନ ଶିଖାଇବି।”