ଆୟୁବଙ୍କୁ ଇଲୀହୂଙ୍କ ଦୋଷାରୋପ
1ଆହୁରି, ଇଲୀହୂ ଉତ୍ତର କରି କହିଲା,2“ତୁମ୍ଭେ କି ଏହାକୁ ଆପଣାର ନ୍ୟାୟ ବୋଲି ଜ୍ଞାନ କରୁଅଛ? ଅବା କହୁଅଛ?ପରମେଶ୍ୱରଙ୍କ ଧାର୍ମିକତା ଅପେକ୍ଷା ମୋହର ଧାର୍ମିକତା ଅଧିକ?3ଏଥିପାଇଁ କି ତୁମ୍ଭେ କହୁଅଛ, ‘ଏଥିରୁ ମୋହର କେଉଁ ଫଳ ହେବ?ଓ ପାପ କଲେ ଯେଉଁ ଲାଭ ହୁଅନ୍ତା, ତହିଁରୁ କେଉଁ ଅଧିକ ଲାଭ ମୋହର ହେବ?’4ମୁଁ ତୁମ୍ଭକୁ ଓ ତୁମ୍ଭ ସଙ୍ଗେ ତୁମ୍ଭ ସଙ୍ଗୀମାନଙ୍କୁ ଉତ୍ତର ଦେବି।5ଗଗନମଣ୍ଡଳ ପ୍ରତି ଦୃଷ୍ଟି କରି ଅନାଅଓ ତୁମ୍ଭ ଅପେକ୍ଷା ଉଚ୍ଚ ଆକାଶମଣ୍ଡଳକୁ ଦେଖ।6ତୁମ୍ଭେ ପାପ କଲେ, ପରମେଶ୍ୱରଙ୍କ ବିରୁଦ୍ଧରେ କଅଣ କର?ଓ ତୁମ୍ଭର ଅପରାଧ ବୃଦ୍ଧି ପାଇଲେ, ତାହାଙ୍କ ପ୍ରତି ତୁମ୍ଭେ କଅଣ କର?7ତୁମ୍ଭେ ଧାର୍ମିକ ହେଲେ, ତାହାଙ୍କୁ କଅଣ ଦିଅ?ଅବା ସେ ତୁମ୍ଭ ହସ୍ତରୁ କଅଣ ପାଆନ୍ତି?8ତୁମ୍ଭର ଦୁଷ୍ଟତା ତୁମ୍ଭ ତୁଲ୍ୟ ମନୁଷ୍ୟର କ୍ଷତି କରିପାରେଓ ତୁମ୍ଭର ଧାର୍ମିକତା ମନୁଷ୍ୟ-ସନ୍ତାନର ଲାଭ କରିପାରେ।9ଉପଦ୍ରବର ବାହୁଲ୍ୟ ସକାଶୁ ଲୋକେ କ୍ରନ୍ଦନ କରନ୍ତି;ବଳବାନର ବାହୁ ସକାଶୁ ସେମାନେ ସାହାଯ୍ୟ ପାଇଁ ଡାକ ପକାନ୍ତି।10‘ମାତ୍ର ଯେ ରାତ୍ରିକାଳେ ଗାନ ପ୍ରଦାନ କରନ୍ତି,ଯେ ପୃଥିବୀର ପଶୁମାନଙ୍କ ଅପେକ୍ଷା ଆମ୍ଭମାନଙ୍କୁ ଅଧିକ ଶିକ୍ଷା ଦିଅନ୍ତି11ଓ ଆକାଶର ପକ୍ଷୀଗଣ ଅପେକ୍ଷା ଆମ୍ଭମାନଙ୍କୁ ଅଧିକ ଜ୍ଞାନବାନ କରନ୍ତି,ଏପରି ମୋହର ସୃଷ୍ଟିକର୍ତ୍ତା ପରମେଶ୍ୱର କାହାନ୍ତି?’ ଏହା କେହି ନ କହେ।12ଦୁଷ୍ଟ ଲୋକଙ୍କ ଅହଙ୍କାର ସକାଶୁସେମାନେ କ୍ରନ୍ଦନ କରନ୍ତି, ମାତ୍ର କେହି ଉତ୍ତର ଦିଏ ନାହିଁ।13ନିଶ୍ଚୟ ପରମେଶ୍ୱର ଅସାର କଥା ଶୁଣିବେ ନାହିଁ,କିଅବା ସର୍ବଶକ୍ତିମାନ ତାହା ଆଦର କରିବେ ନାହିଁ।14ତୁମ୍ଭେ ତ କହୁଅଛ, ମୁଁ ପରମେଶ୍ୱରଙ୍କୁ ଦେଖୁ ନାହିଁ, ବିଚାର ତାହାଙ୍କ ସମ୍ମୁଖରେ ଅଛିଓ ମୁଁ ତାହାଙ୍କୁ ଅପେକ୍ଷା କରୁଅଛି; ତେବେ ମୁଁ ଏହି କଥାକୁ କେତେ ଅନାଦର କରିବି।15ମାତ୍ର ଏବେ, ସେ ନିଜ କ୍ରୋଧରେ ଶାସ୍ତି ଦେଇ ନାହାନ୍ତି,କିଅବା ଅହଙ୍କାର ପ୍ରତି ବଡ଼ ମନୋଯୋଗ କରନ୍ତି ନାହିଁ;16ଏଥିପାଇଁ ଆୟୁବ ଅସାର କଥାରେ ଆପଣା ମୁଖ ଫିଟାଏ;ସେ ଅନେକ ଜ୍ଞାନବର୍ଜ୍ଜିତ କଥା କହେ।”