ଆୟୁବ38ory_irv

ଆୟୁବଙ୍କୁ ପରମେଶ୍ୱରଙ୍କ ଉତ୍ତର

1ଏଥିଉତ୍ତାରେ ସଦାପ୍ରଭୁ ଘୂର୍ଣ୍ଣିବାୟୁ ମଧ୍ୟରୁ ଆୟୁବକୁ ଉତ୍ତର ଦେଇ କହିଲେ,2“ଏ କିଏ ଯେ, ଜ୍ଞାନରହିତ କଥା ଦ୍ୱାରାମନ୍ତ୍ରଣାକୁ ଅନ୍ଧକାରମୟ କରୁଅଛି?3ଏବେ ତୁମ୍ଭେ ବୀର ପରି ଆପଣା କଟି ବାନ୍ଧ,କାରଣ ଆମ୍ଭେ ତୁମ୍ଭକୁ ପ୍ରଶ୍ନ କରିବା ଓ ତୁମ୍ଭେ ଆମ୍ଭକୁ ବୁଝାଇ ଦିଅ।4ଯେତେବେଳେ ଆମ୍ଭେ ପୃଥିବୀର ଭିତ୍ତିମୂଳ ସ୍ଥାପନ କଲୁ,ସେତେବେଳେ ତୁମ୍ଭେ କେଉଁଠାରେ ଥିଲ? ବୁଦ୍ଧି ଥିଲେ, ବୁଝାଇ ଦିଅ।5ତୁମ୍ଭେ କି ଜାଣ, କିଏ ତହିଁର ପରିମାଣ ନିରୂପଣ କଲା?ଅବା କିଏ ତହିଁ ଉପରେ ପରିମାପକ ରଜ୍ଜୁ ପ୍ରସାରିଲା?6କାହା ଉପରେ ତହିଁର ଭିତ୍ତିମୂଳ ଦୃଢ଼ୀକୃତ ହେଲା?ଅବା ପ୍ରଭାତୀୟ ନକ୍ଷତ୍ରଗଣ ଏକ ସଙ୍ଗେ ଗାନ କରିବା ବେଳେ7ଓ ପରମେଶ୍ୱରଙ୍କ ଦୂତଗଣ ଆନନ୍ଦରେ ଜୟଧ୍ୱନି କରିବା ବେଳେକିଏ ତହିଁର କୋଣ-ପ୍ରସ୍ତର ବସାଇଲା?8ଅବା ଯେତେବେଳେ ଗର୍ଭରୁ ନିର୍ଗତ ହେବା ତୁଲ୍ୟ ସମୁଦ୍ର ବାହାରିଲା,ଯେତେବେଳେ ଆମ୍ଭେ ମେଘକୁ ତହିଁର ବସ୍ତ୍ର ସ୍ୱରୂପ9ଓ ନିବିଡ଼ ଅନ୍ଧକାରକୁ ତହିଁର ଗୁଡ଼ାଇବା ବସ୍ତ୍ର ସ୍ୱରୂପ କଲୁ,10ପୁଣି ତହିଁ ନିମନ୍ତେ ଆମ୍ଭେ ଆପଣା ବିଧି ନିରୂପଣ କରିଅର୍ଗଳ ଓ କବାଟ ସ୍ଥାପନ କଲୁ,11‘ତୁମ୍ଭେ ଏପର୍ଯ୍ୟନ୍ତ ଆସିବ, ମାତ୍ର ଆଉ ବଢ଼ିବ ନାହିଁଓ ଏହିଠାରେ ତୁମ୍ଭର ଗର୍ବିତ ତରଙ୍ଗ ନିବାରିତ ହେବ ବୋଲି କହିଲୁ;ସେତେବେଳେ କିଏ କବାଟ ଦେଇ ସମୁଦ୍ରକୁ ରୁଦ୍ଧ କଲା?’12ଯେପରି ପ୍ରଭାତ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅବଲମ୍ବନ କରିବଓ ଦୁଷ୍ଟମାନେ ପୃଥିବୀରୁ ଝଡ଼ି ପଡ଼ିବେ;13ଏଥିପାଇଁ ତୁମ୍ଭେ କି ଆପଣା ଦିନର ଆରମ୍ଭଠାରୁ ପ୍ରଭାତକୁ ଆଜ୍ଞା ଦେଉଅଛଓ ଅରୁଣକୁ ତହିଁର ଉଦୟ ସ୍ଥାନ ଜଣାଇଅଛ?14ମୋହରାଙ୍କିତ ମୃତ୍ତିକା ତୁଲ୍ୟ ତାହା ରୂପାନ୍ତରିତ ହୁଏ;ଓ ସକଳ ପଦାର୍ଥ ବସ୍ତ୍ର ତୁଲ୍ୟ ଦେଖାଯାଏ;15ଦୁଷ୍ଟମାନଙ୍କଠାରୁ ସେମାନଙ୍କ ଦୀପ୍ତି ନିବାରିତ ହୁଏଓ ଉଚ୍ଚ ବାହୁ ଭଗ୍ନ ହୁଏ।16ତୁମ୍ଭେ କି ସମୁଦ୍ରର ଝର ପର୍ଯ୍ୟନ୍ତ ପ୍ରବେଶ କରିଅଛ?ଅବା ତୁମ୍ଭେ କି ବାରିଧିର ଗୁପ୍ତସ୍ଥଳୀମାନଙ୍କରେ ଗତାୟାତ କରିଅଛ?17ତୁମ୍ଭ ନିକଟରେ କି ମୃତ୍ୟୁର ଦ୍ୱାରସବୁ ପ୍ରକାଶିତ ହୋଇଅଛି?ଅବା ତୁମ୍ଭେ କି ମୃତ୍ୟୁୁଚ୍ଛାୟାର ଦ୍ୱାରସବୁ ଦେଖିଅଛ?18ତୁମ୍ଭେ କି ପୃଥିବୀର ବିସ୍ତୃତି ବୁଝିଅଛ?ଏସବୁ ଯଦି ଜାଣ, ପ୍ରକାଶ କର।19ଦୀପ୍ତିର ବାସସ୍ଥାନକୁ ପଥ କାହିଁ?ଓ ଅନ୍ଧକାରର ସ୍ଥାନ କେଉଁଠାରେ?20ତୁମ୍ଭେ କି ତହିଁର ସୀମାକୁ ତାହାକୁ ନେଇପାର?ଓ ତହିଁର ଗୃହ-ପଥ କି ଚିହ୍ନିପାର?21ସନ୍ଦେହ ନାହିଁ, ତୁମ୍ଭେ ଜାଣ, କାରଣ ସେତେବେଳେ ତୁମ୍ଭେ ଜନ୍ମ ହୋଇଥିଲଓ ତୁମ୍ଭ ଦିନର ସଂଖ୍ୟା ବହୁତ!22ତୁମ୍ଭେ ହିମ ଭଣ୍ଡାରରେ ପ୍ରବେଶ କରିଅଛ?ଅବା ଆମ୍ଭେ ସଙ୍କଟ କାଳଓ ସଂଗ୍ରାମ ଓ ଯୁଦ୍ଧ ଦିନ ନିମନ୍ତେ ଯେଉଁ ଶିଳାବୃଷ୍ଟି ସଞ୍ଚୟ କରିଅଛୁ,23ତହିଁର ଭଣ୍ଡାର କି ତୁମ୍ଭେ ଦେଖିଅଛ?24କେଉଁ ପଥରେ ଦୀପ୍ତି ବିଭକ୍ତ ହୁଏ,ଅବା ପୂର୍ବୀୟ ବାୟୁ ପୃଥିବୀରେ ବ୍ୟାପ୍ତ ହୁଏ?25ଜଳପ୍ଳାବନ ନିମନ୍ତେ ପ୍ରଣାଳୀଓ ମେଘଗର୍ଜ୍ଜନର ବିଜୁଳି ନିମନ୍ତେ ପଥ କାଟି26କିଏ ପୃଥିବୀର ନିର୍ଜନ ସ୍ଥାନରେଓ ନରଶୂନ୍ୟ ପ୍ରାନ୍ତରରେ ବର୍ଷାଇବାକୁ,27ମରୁଭୂମି ଓ ଶୁଷ୍କସ୍ଥାନ ତୃପ୍ତ କରିବାକୁଓ କୋମଳ ତୃଣ ଅଙ୍କୁରିତ ହେବାକୁ ଦିଅନ୍ତି?28ବୃଷ୍ଟିର କି ପିତା ଅଛି?ଅବା କିଏ ଶିଶିର ବିନ୍ଦୁସବୁ ଜାତ କରିଅଛି?29କାହାର ଗର୍ଭରୁ ହିମାନୀ ନିର୍ଗତ ହୋଇଅଛି?ଓ କିଏ ଆକାଶର ତୁଷାରକୁ ଜନ୍ମ ଦେଇଅଛି?30ଜଳରାଶି ପ୍ରସ୍ତରାଚ୍ଛାଦିତ ହେଲା ପରି ହୁଏଓ ବାରିଧିର ଉପରଭାଗ ଜମାଟ ହୁଏ।31ତୁମ୍ଭେ କି କୃତ୍ତିକା-ନକ୍ଷତ୍ରପୁଞ୍ଜ ବାନ୍ଧିପାର?ଓ ମୃଗଶୀର୍ଷର ବନ୍ଧନ ଫିଟାଇପାର?32ତୁମ୍ଭେ କି ରାଶିଗଣକୁ ସ୍ୱ ସ୍ୱ ଋତୁରେ ଚଳାଇପାର?ଅବା ତୁମ୍ଭେ କି ସ୍ୱାତୀ ଓ ତହିଁର ସହଚରଗଣକୁ ପଥ ଦେଖାଇପାର?33ତୁମ୍ଭେ କି ଆକାଶମଣ୍ଡଳର ବିଧାନସବୁ ଜାଣ?ତୁମ୍ଭେ କି ପୃଥିବୀରେ ତହିଁର କର୍ତ୍ତୃତ୍ୱ ସ୍ଥାପନ କରିପାର?34ଯେପରି ଅପାର ଜଳ ତୁମ୍ଭକୁ ଆଚ୍ଛନ୍ନ କରି ପାରିବ,ଏଥିପାଇଁ ତୁମ୍ଭେ କି ମେଘ ପର୍ଯ୍ୟନ୍ତ ଆପଣା ରବ ଉଠାଇପାର?35ବିଜୁଳି ଯେପରି ଯିବେ ଓ ତୁମ୍ଭକୁ କହିବେ, ‘ଆମ୍ଭେମାନେ ଏଠାରେ ଅଛୁ,’ଏଥିପାଇଁ କି ତୁମ୍ଭେ ସେମାନଙ୍କୁ ପଠାଇପାର?36କିଏ ଅନ୍ତରେ ଜ୍ଞାନ ସ୍ଥାପନ କରିଅଛି?ଅବା ମନକୁ କିଏ ବୁଦ୍ଧି ଦେଇଅଛି?37କିଏ ଜ୍ଞାନ ଦ୍ୱାରା ମେଘମାଳ ଗଣନା କରିପାରେ?38ଧୂଳି ରାଶୀକୃତ ହୋଇ ଟେଳା ବାନ୍ଧିବା ବେଳେ କିଏ ଆକାଶସ୍ଥ କୁମ୍ପାସବୁ ଢାଳି ଦେଇ ପାରେ?39ତୁମ୍ଭେ କି ସିଂହୀ ପାଇଁ ଶିକାର ଖୋଜିବ?ଅବା ଯୁବା ସିଂହମାନେ ଆପଣା ଆପଣା ଗୁହାରେ ଶୟନ କଲା ବେଳେଓ ଛକି ବସିବା ପାଇଁ ଗୁପ୍ତ ସ୍ଥାନରେ ଥିବା ବେଳେ40ତୁମ୍ଭେ କି ସେମାନଙ୍କ କ୍ଷୁଧା ନିବାରଣ କରିପାର?41ଡାମରା କାଉର ଛୁଆମାନେ ପରମେଶ୍ୱରଙ୍କ ନିକଟରେ ରାବ କରିଖାଦ୍ୟ ଅଭାବରେ ଭ୍ରମଣ କଲା ବେଳେକିଏ ତାହାକୁ ଆହାର ଯୋଗାଇ ଦିଏ?