ଆୟୁବ39ory_irv
1ତୁମ୍ଭେ କି ଶୈଳବାସିନୀ ବନ୍ୟ ଛାଗୀର ପ୍ରସବକାଳ ଜାଣ?ଅବା ହରିଣୀର ପ୍ରସବରୀତି ନିର୍ଣ୍ଣୟ କରିପାର?2ତୁମ୍ଭେ କି ସେମାନଙ୍କର ଗର୍ଭମାସ ଗଣନା କରିପାର?ସେମାନଙ୍କର ପ୍ରସବ-ସମୟ କି ତୁମ୍ଭେ ଜାଣ?3ସେମାନେ ନଇଁ ପଡ଼ିଲେ, ଛୁଆ ପ୍ରସବ କରିଆପଣା ଦୁଃଖ ଦୂର କରନ୍ତି।4ସେମାନଙ୍କ ଛୁଆମାନେ ହୃଷ୍ଟପୁଷ୍ଟ ହୁଅନ୍ତି, ମେଲା ପଦାରେ ବଢ଼ନ୍ତି;ସେମାନେ ବାହାରିଯାଇ ଆସନ୍ତି ନାହିଁ।5କିଏ ବନ୍ୟ ଗର୍ଦ୍ଦଭକୁ ସ୍ୱାଧୀନ କରି ଛାଡ଼ି ଦେଇଅଛି?ଅବା କିଏ ବନ୍ୟ ଗର୍ଦ୍ଦଭର ବନ୍ଧନ ମୁକ୍ତ କରିଅଛି?6ଆମ୍ଭେ ବନକୁ ତାହାର ଗୃହଓ ଲବଣ ଭୂମିକୁ ତାହାର ନିବାସ ସ୍ଥାନ କରିଅଛୁ।7ସେ ନଗରର ଚହଳ ତୁଚ୍ଛ କରେ,କିଅବା ଅଡ଼ାଇବା ଲୋକର ଉଚ୍ଚ ଶବ୍ଦ ଶୁଣେ ନାହିଁ।8ପର୍ବତଶ୍ରେଣୀ ତାହାର ଚରାସ୍ଥାନଓ ସେ ସର୍ବପ୍ରକାର ସତେଜ ତୃଣାଦି ଅନ୍ଵେଷଣ କରେ।9ଅରଣା ଷଣ୍ଢ କି ତୁମ୍ଭର ସେବା କରିବାକୁ ସନ୍ତୁଷ୍ଟ ହେବ?ଅବା ସେ କି ତୁମ୍ଭ କୁଣ୍ଡ ପାଖରେ ରହିବ?10ତୁମ୍ଭେ କି ଅରଣା ଷଣ୍ଢକୁ ତାହାର ବନ୍ଧନରେ ବାନ୍ଧି ଲଙ୍ଗଳଶିଆରରେ ଚଳାଇପାର?ଅବା ସେ କି ତୁମ୍ଭ ପଛେ ପଛେ ଉପତ୍ୟକାରେ ମଇ ଦେବ?11ତାହାର ବହୁତ ବଳ ଥିବାରୁ ତୁମ୍ଭେ କି ତାହାକୁ ବିଶ୍ୱାସ କରିବ?ଅବା ତୁମ୍ଭେ କି ଆପଣା କର୍ମ ତାହାକୁ ସମର୍ପଣ କରିବ?12ସେ ତୁମ୍ଭ ଶସ୍ୟ ଗୃହକୁ ଆଣିବଓ ତୁମ୍ଭ ଖଳାର ଶସ୍ୟ ସଂଗ୍ରହ କରିବ ବୋଲି କି ତୁମ୍ଭେ ତାହାଠାରେ ନିର୍ଭର କରିବ?13ଓଟପକ୍ଷୀଣୀର ପକ୍ଷ ଉଲ୍ଲାସ କରେ;ମାତ୍ର ତାହାର ଡେଣା ଓ ପର କି ସ୍ନେହଶୀଳ?14କାରଣ ସେ ଭୂମିରେ ଆପଣା ଅଣ୍ଡା ଛାଡ଼େଓ ଧୂଳିରେ ତାହା ଉଷ୍ଣ କରେ,15ଆଉ ପାଦରେ ତାହା ଭଗ୍ନଅବା ବନ୍ୟ ପଶୁ ଦ୍ୱାରା ତାହା ଦଳିତ ହେବ ବୋଲି ପାସୋରି ଯାଏ।16ତାହାର ଛୁଆମାନେ ତାହାର ନିଜର ନ ଥିଲା ପରି ସେ ସେମାନଙ୍କ ପ୍ରତି ନିର୍ଦ୍ଦୟ ହୁଏ;ତାହାର ପ୍ରସବବେଦନା ବିଫଳ ହେଲେ ହେଁ ସେ ନିଶ୍ଚିନ୍ତ ଥାଏ;17କାରଣ ପରମେଶ୍ୱର ତାହାକୁ ଜ୍ଞାନରହିତ କରିଅଛନ୍ତି,ଅଥବା ସେ ତାହାକୁ ବୁଦ୍ଧି ଦେଇ ନାହାନ୍ତି।18ସେ ଉପରକୁ ଉଠିଲେ,ଅଶ୍ୱ ଓ ଅଶ୍ୱାରୋହୀକି ପରିହାସ କରେ।19ତୁମ୍ଭେ କି ଅଶ୍ୱକୁ ତାହାର ବିକ୍ରମ ଦେଇଅଛ?ତୁମ୍ଭେ କି କମ୍ପମାନ କେଶରରେ ତାହାର ଗ୍ରୀବାଦେଶ ଭୂଷିତ କରିଅଛ?20ତୁମ୍ଭେ କି ତାହାକୁ ପଙ୍ଗପାଳ ପରି କୁଦିବାକୁ ଦେଇଅଛ?ତାହାର ନାସାଶବ୍ଦର ତେଜ ଭୟାନକ।21ସେ ଉପତ୍ୟକାରେ ଖୁରା ମାରେ ଓ ଆପଣା ବଳରେ ଆନନ୍ଦ କରନ୍ତେସେ ସସଜ୍ଜ ଯୋଦ୍ଧାମାନଙ୍କୁ ଭେଟିବାକୁ ଯାଏ।22ସେ ଭୟକୁ ପରିହାସ କରେ ଓ ଉଦ୍ବିଗ୍ନ ହୁଏ ନାହିଁ;କିଅବା ଖଡ୍ଗ ସମ୍ମୁଖରୁ ଫେରେ ନାହିଁ।23ତୂଣ, ଝଲମଲ ବର୍ଚ୍ଛାଓ ଶୂଳ ତାହା ପ୍ରତିକୂଳରେ ଝନ୍ଝନ୍ ଶବ୍ଦ କରେ।24ସେ ପ୍ରଚଣ୍ଡତା ଓ କ୍ରୋଧରେ ଭୂମି ଗ୍ରାସି ପକାଏ;କିଅବା ଏହା ତୂରୀ ଶବ୍ଦ ବୋଲି ବିଶ୍ୱାସ କରେ ନାହିଁ।25ଯେତେ ଥର ତୂରୀ ବାଜେ, ସେତେଥର ସେ ହିଁ ହିଁ ଶବ୍ଦ କରେ!ଓ ସେ ଦୂରରୁ ସଂଗ୍ରାମର,ସେନାପତିମାନଙ୍କର ହୁଙ୍କାର ଓ ସିଂହନାଦର ଗନ୍ଧ ପାଏ।26ତୁମ୍ଭ ଜ୍ଞାନରେ କି ବାଜପକ୍ଷୀ ଉପରକୁ ଉଡ଼େଓ ଦକ୍ଷିଣ ଦିଗକୁ ଆପଣା ପକ୍ଷ ବିସ୍ତାର କରେ?27ଉତ୍କ୍ରୋଶ ପକ୍ଷୀ ତୁମ୍ଭ ଆଜ୍ଞାରେ କି ଉପରକୁ ଉଠେଓ ଊର୍ଦ୍ଧ୍ୱରେ ଆପଣା ବସା କରେ?28ସେ ଶୈଳରେ ବାସ କରେ, ସେଠାରେ ତାହାର ବସା,ସେ ଶୈଳାଗ୍ରରେ ଓ ଦୁର୍ଗମ ସ୍ଥାନରେ ଥାଏ।29ସେଠାରୁ ସେ ଶିକାର ନିରୀକ୍ଷଣ କରେ;ତାହାର ଚକ୍ଷୁ ଦୂରରୁ ତାହା ଦେଖେ।30ତାହାର ଛୁଆମାନେ ମଧ୍ୟ ରକ୍ତ ଚୁଷନ୍ତି;ଯେଉଁଠାରେ ହତ ଲୋକ, ସେହିଠାରେ ସେ ଥାଏ।”