ଆୟୁବ5ory_irv

1ଏବେ ଡାକ, ତୁମ୍ଭକୁ ଉତ୍ତର ଦେବାକୁ କʼଣ କେହି ଅଛି?ପୁଣି, ପବିତ୍ରଗଣ ମଧ୍ୟରୁ ତୁମ୍ଭେ କାହାର ଅନୁସରଣ କରିବ?2କାରଣ ବିରକ୍ତି ଅଜ୍ଞାନକୁ ନାଶ କରେଓ ଅନ୍ତର୍ଜ୍ୱାଳା ନିର୍ବୋଧକୁ ବଧ କରେ।3ଅଜ୍ଞାନର ଚେର ମାଡ଼ିବାର ମୁଁ ଦେଖିଅଛି;ମାତ୍ର ହଠାତ୍‍ ତାହାର ବାସସ୍ଥାନକୁ ମୁଁ ଅଭିଶାପ ଦେଲି।4ତାହାର ସନ୍ତାନଗଣ ସୁରକ୍ଷାଠାରୁ ଦୂରରେ ଅଛନ୍ତିଓ ସେମାନେ ନଗର-ଦ୍ୱାରରେ ମର୍ଦ୍ଦିତ ହୁଅନ୍ତି,ଅବା ସେମାନଙ୍କୁ ଉଦ୍ଧାର କରିବାକୁ କେହି ନ ଥାଏ।5କ୍ଷୁଧିତ ଲୋକ ସେମାନଙ୍କର ଶସ୍ୟ ଖାଇଯାʼନ୍ତିଓ କଣ୍ଟା ମଧ୍ୟରୁ ହିଁ ତାହା ନେଇଯାʼନ୍ତି,ଆଉ ଜାଲ ସେମାନଙ୍କ ସମ୍ପତ୍ତିକୁ ଚାହିଁକରି ଥାଏ।6କାରଣ କ୍ଳେଶ ଧୂଳିରୁ ଉତ୍ପନ୍ନ ହୁଏ ନାହିଁ,କିଅବା ଦୁଃଖ ଭୂମିରୁ ଅଙ୍କୁରିତ ହୁଏ ନାହିଁ;7ମାତ୍ର ଅଗ୍ନିକଣିକା ଯେପରି ଉପରକୁ ଉଠେ,ସେହିପରି ମନୁଷ୍ୟ ଦୁଃଖ ନିମନ୍ତେ ଜାତ ଅଟେ।8ମାତ୍ର ମୁଁ ପରମେଶ୍ୱରଙ୍କର ଅନ୍ଵେଷଣ କରିବିଓ ମୁଁ ଆପଣା ବିଷୟ ପରମେଶ୍ୱରଙ୍କଠାରେ ସମର୍ପଣ କରିବି।9ପରମେଶ୍ୱର ମହାନ, ଅନନୁସନ୍ଧେୟଏବଂ ଅସଂଖ୍ୟ ଆଶ୍ଚର୍ଯ୍ୟକର୍ମ କରନ୍ତି;10ସେ ପୃଥିବୀରେ ବୃଷ୍ଟି ପ୍ରଦାନ କରନ୍ତିଓ କ୍ଷେତ୍ରକୁ ଜଳ ପଠାନ୍ତି।11ଏହିରୂପେ ସେ ନୀଚ ଲୋକକୁ ଉଚ୍ଚରେ ସ୍ଥାପନ କରନ୍ତିଓ ଶୋକାର୍ତ୍ତମାନଙ୍କୁ ରକ୍ଷା କରି ଉନ୍ନତ କରନ୍ତି।12ସେ ଧୂର୍ତ୍ତମାନଙ୍କର କଳ୍ପନା ବ୍ୟର୍ଥ କରନ୍ତି,ତେଣୁ ସେମାନଙ୍କ ହସ୍ତ ସେମାନଙ୍କ କାର୍ଯ୍ୟ ସାଧନ କରିପାରେ ନାହିଁ।13ସେ ବୁଦ୍ଧିମାନ ଲୋକଙ୍କୁ ସେମାନଙ୍କ ଧୂର୍ତ୍ତତାରେ ଧରନ୍ତିଓ କୁଟିଳମନାମାନଙ୍କ ମନ୍ତ୍ରଣା ଶୀଘ୍ର ବିଫଳ ହୁଏ।14ସେମାନେ ଦିନ ବେଳେ ଅନ୍ଧକାରଗ୍ରସ୍ତ ହୁଅନ୍ତି,ପୁଣି ମଧ୍ୟାହ୍ନରେ ରାତ୍ରିକାଳର ନ୍ୟାୟ ଦରାଣ୍ଡି ହୁଅନ୍ତି।15ମାତ୍ର ସେ ଦୀନହୀନକୁ ସେମାନଙ୍କ ଖଡ୍ଗରୂପ ମୁଖରୁଓ ପରାକ୍ରମୀମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି।16ଏହେତୁ ଦରିଦ୍ର ଭରସା ପାଏଓ ଅଧର୍ମ ନିଜ ମୁଖ ବନ୍ଦ କରେ।17ଦେଖ, ପରମେଶ୍ୱର ଯାହାକୁ ଶାସନ କରନ୍ତି, ସେ ମନୁଷ୍ୟ ଧନ୍ୟ;ଏହେତୁ ତୁମ୍ଭେ ସର୍ବଶକ୍ତିମାନଙ୍କର ଶାସ୍ତି ତୁଚ୍ଛ ନ କର।18କାରଣ ସେ କ୍ଷତ କରନ୍ତି ଓ ବାନ୍ଧନ୍ତି;ସେ ଆଘାତ କରନ୍ତି ଓ ତାହାଙ୍କ ହସ୍ତ ସୁସ୍ଥ କରଇ;19ସେ ଛଅଗୋଟି ସଙ୍କଟରୁ ତୁମ୍ଭକୁ ଉଦ୍ଧାର କରିବେ;ଆହୁରି, ସାତ ସଙ୍କଟରୁ ତୁମ୍ଭକୁ କୌଣସି ଅମଙ୍ଗଳ ସ୍ପର୍ଶ କରିବ ନାହିଁ।20ଦୁର୍ଭିକ୍ଷ ସମୟରେ ସେ ତୁମ୍ଭକୁ ମୃତ୍ୟୁୁରୁଓ ଯୁଦ୍ଧରେ ଖଡ୍ଗର ବଳରୁ ମୁକ୍ତ କରିବେ।21ଜିହ୍ୱାର କୋରଡ଼ା-ପ୍ରହାରରୁ ତୁମ୍ଭେ ଗୋପନରେ ରଖାଯିବ;କିଅବା ବିନାଶ ଉପସ୍ଥିତ ହେଲେ ତୁମ୍ଭେ ଭୀତ ନୋହିବ।22ତୁମ୍ଭେ ବିନାଶ ଓ ଦୁର୍ଭିକ୍ଷ ପ୍ରତି ହସିବ;ଅଥବା ପୃଥିବୀର ପଶୁଗଣ ବିଷୟରେ ଭୟଗ୍ରସ୍ତ ନୋହିବ।23କାରଣ ପଦାର ପଥର ସଙ୍ଗେ ତୁମ୍ଭର ଚୁକ୍ତି ହେବଓ ପଦାର ପଶୁଗଣ ତୁମ୍ଭ ସଙ୍ଗେ ଶାନ୍ତିରେ ରହିବେ।24ପୁଣି, ତୁମ୍ଭର ତମ୍ବୁ ଶାନ୍ତିରେ ଅଛି, ଏହା ତୁମ୍ଭେ ଜାଣିବଓ ତୁମ୍ଭେ ଆପଣା ପଶୁଶାଳାକୁ ଗଲେ କିଛି ହଜି ନ ଥିବାର ଦେଖିବ।25ମଧ୍ୟ ତୁମ୍ଭର ବଂଶ ବହୁସଂଖ୍ୟକଓ ତୁମ୍ଭର ସନ୍ତାନସନ୍ତତି ଭୂମିର ତୃଣ ପରି ହେବାର ଜାଣିବ।26ତୁମ୍ଭେ ଯଥା ସମୟରେ ଆନୀତ ଶସ୍ୟବିଡ଼ା ତୁଲ୍ୟ ପୂର୍ଣ୍ଣାୟୁ ହୋଇ ଆପଣା କବରକୁ ଆସିବ।27ଦେଖ, ଆମ୍ଭେମାନେ ତାହା ଅନୁସନ୍ଧାନ କରିଅଛୁ, ତାହା ସେପରି ଅଟେ;ତାହା ଶୁଣ ଓ ଆପଣା ମଙ୍ଗଳ ନିମନ୍ତେ ତାହା ଜ୍ଞାତ ହୁଅ।”