ହିତୋପଦେଶ1ory_irv

ହିତୋପଦେଶର ଉପାଦେୟତା

1ଦାଉଦଙ୍କ ପୁତ୍ର ଇସ୍ରାଏଲର ରାଜା ଶଲୋମନଙ୍କ ହିତୋପଦେଶ;2ଜ୍ଞାନ ଓ ଉପଦେଶ ବୁଝିବାକୁ;ଜ୍ଞାନଜନକ ବାକ୍ୟ ବିବେଚନା କରିବାକୁ;3ସୁଆଚରଣ, ସାଧୁତା ଓ ସୁବିବେଚନାଏବଂ ନ୍ୟାୟ ବିଷୟରେ ଉପଦେଶ ଗ୍ରହଣ କରିବାକୁ;4ସରଳ ଲୋକଙ୍କୁ ସତର୍କତାଓ ଯୁବା ଲୋକକୁ ବିଦ୍ୟା ଓ ପରିଣାମଦର୍ଶିତା ଦେବାକୁ;5ଯେପରି ଜ୍ଞାନବାନ ଲୋକ (ତାହା) ଶୁଣି ପାଣ୍ଡିତ୍ୟରେ ବୃଦ୍ଧି ପାଇବଏବଂ ବୁଦ୍ଧିମାନ ଲୋକ ହିତଜନକ ପରାମର୍ଶ ପ୍ରାପ୍ତ ହେବ;6ପୁଣି, ଏକ ଉପଦେଶ କଥା ଓ ଏକ ରୂପକ କଥାଏବଂ ପଣ୍ଡିତମାନଙ୍କର ବାକ୍ୟ ଓ ସେମାନଙ୍କର ଗୂଢ଼ ବଚନ ବୁଝି ପାରିବ।

ଯୁବ ସମାଜକୁ ଉପଦେଶ

7ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ;ମାତ୍ର ନିର୍ବୋଧ ଲୋକେ ଜ୍ଞାନ ଓ ଉପଦେଶ ତୁଚ୍ଛବୋଧ କରନ୍ତି।8ହେ ମୋହର ପୁତ୍ର, ତୁମ୍ଭ ପିତାର ଉପଦେଶ ଶୁଣଓ ତୁମ୍ଭ ମାତାର ଆଦେଶ ପରିତ୍ୟାଗ କର ନାହିଁ।9ଯେହେତୁ ତାହା ତୁମ୍ଭର ଅନୁଗ୍ରହଜନକ ଶିରୋଭୂଷଣଓ ଗଳଦେଶର ହାର ସ୍ୱରୂପ ହେବ।10ହେ ମୋହର ପୁତ୍ର, ପାପୀଗଣ ତୁମ୍ଭକୁ ଫୁସୁଲାଇଲେ,ତୁମ୍ଭେ ସମ୍ମତ ହୁଅ ନାହିଁ।11ସେମାନେ ଯଦି କହନ୍ତି, “ଆମ୍ଭମାନଙ୍କ ସହିତ ଆସ,ଆମ୍ଭେମାନେ ହତ୍ୟା କରିବାକୁ ଛକି ବସୁ,ନିର୍ଦ୍ଦୋଷମାନଙ୍କୁ ଅକାରଣରେ ଧରିବାକୁ ଗୁପ୍ତରେ ଲୁଚି ରହୁ;12ପାତାଳର ନ୍ୟାୟ ଆମ୍ଭେମାନେ ସେମାନଙ୍କୁ ଜୀଅନ୍ତା ଗ୍ରାସ କରୁଓ ଗର୍ତ୍ତପତିତ ଲୋକ ପରି ସେମାନଙ୍କୁ ସର୍ବତୋଭାବେ ଗ୍ରାସ କରୁ;13ତହିଁରେ ଆମ୍ଭେମାନେ ସର୍ବପ୍ରକାର ବହୁମୂଲ୍ୟ ଧନ ପାଇବା,ଲୁଟିତ ଦ୍ରବ୍ୟରେ ଆପଣା ଆପଣା ଗୃହ ପରିପୂର୍ଣ୍ଣ କରିବା,14ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଂଶୀ ହେବ;ଆମ୍ଭ ସମସ୍ତଙ୍କର ଏକ ତୋଡ଼ା ହେବ;”15ହେ ମୋହର ପୁତ୍ର, ତୁମ୍ଭେ ସେମାନଙ୍କ ସଙ୍ଗେ ସେହି ପଥରେ ଚାଲ ନାହିଁ,ସେମାନଙ୍କ ପଥରୁ ଆପଣା ପାଦ ଅଟକାଅ;16ଯେହେତୁ ସେମାନଙ୍କ ଚରଣ କୁକ୍ରିୟା କରିବାକୁ ଦୌଡ଼େଓ ରକ୍ତପାତ କରିବାକୁ ଶୀଘ୍ର ଧାଇଁ ଯାଏ।17କୌଣସି ପକ୍ଷୀର ଆଖି ଆଗରେଜାଲ ପାତିବା ନିତାନ୍ତ ବ୍ୟର୍ଥ ହୁଏ।18ସେମାନେ ନିଜ ନିଜର ରକ୍ତପାତ କରିବାକୁ ଛକି ବସନ୍ତିଓ ଆପଣାମାନଙ୍କ ପ୍ରାଣକୁ (ଧରିବା ପାଇଁ) ଗୁପ୍ତରେ ଲୁଚି ରହନ୍ତି।19ସମସ୍ତ ଧନଲୋଭୀର ଗତି ଏହି;ତାହା ଧନର ଅଧିକାରୀମାନଙ୍କର ପ୍ରାଣନାଶ କରେ।

ଜ୍ଞାନର ଆହ୍ୱାନ

20ଜ୍ଞାନ ରାସ୍ତାରେ ଉଚ୍ଚସ୍ୱରରେ ଡାକେ;ସେ ଛକ ସ୍ଥାନମାନଙ୍କରେ ଆପଣା ରବ ଶୁଣାଏ;21ସେ ଲୋକମାନଙ୍କର ପ୍ରଧାନ ସ୍ଥାନରେ ଡାକେ;ନଗର ଦ୍ୱାରର ପ୍ରବେଶ ସ୍ଥାନରେଓ ନଗର ମଧ୍ୟରେ ଆପଣା ବାକ୍ୟ ଉଚ୍ଚାରଣ କରି କହେ;22“ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ?ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ?ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ?23ମୋʼ ଅନୁଯୋଗରେ ମନ ଫେରାଅ;ଦେଖ, ମୁଁ ତୁମ୍ଭମାନଙ୍କ ଉପରେ ଆପଣା ଆତ୍ମା ଢାଳି ଦେବି,ମୁଁ ଆପଣା ବାକ୍ୟସବୁ ତୁମ୍ଭମାନଙ୍କୁ ଜଣାଇବି।24ଯେହେତୁ ମୁଁ ଡାକିଲି, ପୁଣି, ତୁମ୍ଭେମାନେ ମନା କଲ;ମୁଁ ହସ୍ତ ବିସ୍ତାର କଲି, କେହି ମାନ୍ୟ କଲା ନାହିଁ;25ମାତ୍ର ତୁମ୍ଭେମାନେ ମୋହର ସମସ୍ତ ଉପଦେଶ ତୁଚ୍ଛଜ୍ଞାନ କଲ,ପୁଣି ମୋହର କୌଣସି ଅନୁଯୋଗକୁ ଚାହିଁଲ ନାହିଁ;26ଏହେତୁ ମୁଁ ମଧ୍ୟ ତୁମ୍ଭମାନଙ୍କ ବିପଦ ବେଳେ ହସିବି,ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବା ସମୟରେ ମୁଁ ପରିହାସ କରିବି।27ଯେତେବେଳେ ପ୍ରଚଣ୍ଡ ଝଡ଼ ପରି ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବଓ ଘୂର୍ଣ୍ଣିବାୟୁ ପରି ତୁମ୍ଭମାନଙ୍କର ବିପଦ ଆସିବ;ଯେତେବେଳେ କ୍ଳେଶ ଓ ବେଦନା ତୁମ୍ଭମାନଙ୍କ ପ୍ରତି ଘଟିବ;28ସେତେବେଳେ ସେମାନେ ମୋତେ ଡାକ ପକାଇବେ, ମାତ୍ର ମୁଁ ଉତ୍ତର ଦେବି ନାହିଁ;ସେମାନେ ଅତି ଯତ୍ନରେ ମୋହର ଅନ୍ୱେଷଣ କରିବେ, ମାତ୍ର ମୋହର ଉଦ୍ଦେଶ୍ୟ ପାଇବେ ନାହିଁ।29କାରଣ ସେମାନେ ବିଦ୍ୟାକୁ ଘୃଣା କଲେଓ ସଦାପ୍ରଭୁଙ୍କ ବିଷୟକ ଭୟ ମନୋନୀତ କଲେ ନାହିଁ;30ସେମାନେ ମୋହର କୌଣସି ଉପଦେଶ ଗ୍ରହଣ କଲେ ନାହିଁଓ ମୋହର ସମସ୍ତ ଅନୁଯୋଗ ହେୟ ଜ୍ଞାନ କଲେ।31ଏଥିପାଇଁ ସେମାନେ ଆପଣା ଆପଣା କର୍ମର ପ୍ରତିଫଳ ଭୋଗିବେଓ ଆପଣା ଆପଣା କୁପରାମର୍ଶର ସମ୍ପୂର୍ଣ୍ଣ ଫଳ ଭୋଗ କରିବେ।32ହଁ, ନିର୍ବୋଧମାନଙ୍କର ବିପଥଗମନ ସେମାନଙ୍କୁ ବିନାଶ କରିବଓ ଅଜ୍ଞାନମାନଙ୍କର ଆତ୍ମତୃପ୍ତି ସେମାନଙ୍କୁ ସଂହାର କରିବ।33ମାତ୍ର ଯେଉଁ ଲୋକ ମୋହର କଥା ଶୁଣେ, ସେ ନିରାପଦରେ ବାସ କରିବଓ ଅମଙ୍ଗଳର ଆଶଙ୍କା ବିନା ବିଶ୍ରାମ ପାଇବ।”