ଜ୍ଞାନବାନ
1ଜ୍ଞାନବାନ ପୁତ୍ର ଆପଣା ପିତାର ଉପଦେଶ ଶୁଣେ;ମାତ୍ର ନିନ୍ଦକ ଅନୁଯୋଗ ଶୁଣେ ନାହିଁ।2ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳ ଭୋଗ କରେ;ମାତ୍ର ବିଶ୍ୱାସଘାତକର ପ୍ରାଣ ଦୌରାତ୍ମ୍ୟ ଭୋଗ କରେ।3ଯେଉଁ ଲୋକ ଆପଣା ମୁଖରେ ପ୍ରହରୀ ରଖେ, ସେ ଆପଣା ପ୍ରାଣ ରକ୍ଷା କରେ;ମାତ୍ର ଯେକେହି ଚିନ୍ତା ନ କରି କଥା କହେ, ତାହାର ବିନାଶ ହେବ।4ଅଳସୁଆ ମନରେ ବାଞ୍ଛା କଲେ ହେଁ କିଛି ପାଏ ନାହିଁ,ମାତ୍ର କର୍ମଶୀଳ ପ୍ରାଣ ହୃଷ୍ଟପୁଷ୍ଟ ହେବ।5ଧାର୍ମିକ ଲୋକ ମିଥ୍ୟାକୁ ଘୃଣା କରେ;ମାତ୍ର ଦୁଷ୍ଟ ଲୋକ ଦୁର୍ଗନ୍ଧ ସ୍ୱରୂପ, ଆଉ ସେ ଲଜ୍ଜା ଭୋଗ କରେ।6ଧାର୍ମିକତା ସରଳ-ପଥଗାମୀକୁ ରକ୍ଷା କରେ;ମାତ୍ର ଦୁଷ୍ଟତା ପାପୀକୁ ଓଲଟାଇ ପକାଏ।7କେହି ଆପଣାକୁ ଧନୀ ଦେଖାଏ, କିନ୍ତୁ ତାହାର କିଛି ହିଁ ନାହିଁ;କେହି ବା ଆପଣାକୁ ଦରିଦ୍ର ଦେଖାଏ, କିନ୍ତୁ ତାହାର ମହାଧନ ଅଛି।8ମନୁଷ୍ୟର ଧନ ତାହାର ପ୍ରାଣର ପ୍ରାୟଶ୍ଚିତ୍ତ ସ୍ୱରୂପ;ମାତ୍ର ଦରିଦ୍ର ଲୋକ ଧମକ ଶୁଣେ ନାହିଁ।9ଧାର୍ମିକର ଦୀପ୍ତି ଆନନ୍ଦ କରେ;ମାତ୍ର ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯିବ।10ଅହଙ୍କାରରୁ କେବଳ କଳି ଉତ୍ପନ୍ନ ହୁଏ;ମାତ୍ର ସୁପରାମର୍ଶ-ଗ୍ରାହକଠାରେ ଜ୍ଞାନ ଅଛି।11ମିଥ୍ୟାରେ ପ୍ରାପ୍ତ ଧନ କ୍ଷୟ ପାଇବ,ମାତ୍ର ହସ୍ତରେ ଅର୍ଜିତ ଧନ ବଢ଼ିଯିବ।12ଆଶାସିଦ୍ଧିର ବିଳମ୍ବ ମନର ପୀଡ଼ାଜନକ;ମାତ୍ର ବାଞ୍ଛାର ସିଦ୍ଧି ଜୀବନ-ବୃକ୍ଷ ସ୍ୱରୂପ।13ଯେଉଁ ଲୋକ ଉପଦେଶ ତୁଚ୍ଛ କରେ, ସେ ଆପଣା ଉପରକୁ ବିନାଶ ଆଣେ;ମାତ୍ର ଯେ ଆଜ୍ଞାକୁ ଭୟ କରେ, ସେ ପୁରସ୍କାର ପ୍ରାପ୍ତ ହେବ।14ମୃତ୍ୟୁର ଫାନ୍ଦରୁ ଫେରାଇବା ପାଇଁଜ୍ଞାନବାନର ବ୍ୟବସ୍ଥା ଜୀବନ-ଝର ସ୍ୱରୂପ ଅଟେ।15ସୁବୁଦ୍ଧିର ଫଳ ଅନୁଗ୍ରହ,ମାତ୍ର ବିଶ୍ୱାସଘାତକର ପଥ କଠିନ ଅଟେ।16ପ୍ରତ୍ୟେକ ଚତୁର ଲୋକ ବୁଦ୍ଧିରେ କର୍ମ କରେ;ମାତ୍ର ମୂର୍ଖ ଅଜ୍ଞାନତା ବିସ୍ତାର କରେ।17ଦୁଷ୍ଟ ବାର୍ତ୍ତାବାହକ ଆପଦରେ ପଡ଼େ;ମାତ୍ର ବିଶ୍ୱସ୍ତ ଦୂତ ସ୍ୱାସ୍ଥ୍ୟଜନକ।18ଯେଉଁ ଜନ ଶାସନ ଅଗ୍ରାହ୍ୟ କରେ, ସେ ଦରିଦ୍ରତା ଓ ଲଜ୍ଜା ପାଏ;ମାତ୍ର ଯେ ଅନୁଯୋଗ ଘେନେ, ସେ ମର୍ଯ୍ୟାଦା ପାଇବ।19ବାଞ୍ଛାସିଦ୍ଧି ପ୍ରାଣକୁ ମିଷ୍ଟ ଲାଗେ;ପୁଣି, ମନ୍ଦ ତ୍ୟାଗ କରିବାର ମୂର୍ଖ ଲୋକର ଘୃଣା ବିଷୟ।20ଜ୍ଞାନୀ ସଙ୍ଗରେ ଗମନାଗମନ କର, ତହିଁରେ ତୁମ୍ଭେ ଜ୍ଞାନୀ ହେବ;ମାତ୍ର ମୂର୍ଖମାନଙ୍କର ସଙ୍ଗୀ କ୍ଳେଶ ପାଇବ।21ପାପୀମାନଙ୍କ ପଛେ ମନ୍ଦ ଗୋଡ଼ାଏ;ମାତ୍ର ଧାର୍ମିକମାନଙ୍କୁ ମଙ୍ଗଳରୂପ ପୁରସ୍କାର ଦତ୍ତ ହେବ।22ଉତ୍ତମ ଲୋକ ଆପଣା ପୌତ୍ରମାନଙ୍କ ପାଇଁ ଅଧିକାର ଛାଡ଼ିଯାଏ;ମାତ୍ର ପାପୀର ଧନ ଧାର୍ମିକମାନଙ୍କ ପାଇଁ ସଞ୍ଚିତ ହୁଏ।23ଦରିଦ୍ରର ଚାଷ ଦ୍ୱାରା ଖାଦ୍ୟର ବାହୁଲ୍ୟ ହୁଏ;ମାତ୍ର ଅନ୍ୟାୟ ସକାଶୁ କାହାର କାହାର ବିନାଶ ହୁଏ।24ଯେ ବାଡ଼ି ବ୍ୟବହାର କରିବାକୁ ତ୍ରୁଟି କରେ, ସେ ଆପଣା ପୁତ୍ରକୁ ଘୃଣା କରେ;ପୁଣି ଯେ ତାହାକୁ ପ୍ରେମ କରେ, ସେ ଯଥାକାଳରେ ଶାସ୍ତି ଦିଏ।25ଧାର୍ମିକ ଆପଣା ପ୍ରାଣର ତୃପ୍ତି ପର୍ଯ୍ୟନ୍ତ ଖାଏ,ମାତ୍ର ପାପୀର ଉଦର ଅତୃପ୍ତ ଥାଏ।