ହିତୋପଦେଶ14ory_irv

1ଜ୍ଞାନବତୀ ସ୍ତ୍ରୀ ଆପଣା ଗୃହ ଗୁନ୍ଥେ;ମାତ୍ର ଅଜ୍ଞାନ ସ୍ୱହସ୍ତରେ ତାହା ଭାଙ୍ଗି ପକାଏ।2ଯେ ଆପଣା ସରଳତାରେ ଆଚରଣ କରେ, ସେ ସଦାପ୍ରଭୁଙ୍କୁ ଭୟ କରେ;ମାତ୍ର ବିପଥଗାମୀ ତାହାଙ୍କୁ ତୁଚ୍ଛ କରେ।3ଅଜ୍ଞାନର ମୁଖରେ ଅହଙ୍କାରର ଠେଙ୍ଗା ଥାଏ;ମାତ୍ର ଜ୍ଞାନବାନ ଲୋକଙ୍କ ଓଷ୍ଠାଧର ସେମାନଙ୍କୁ ରକ୍ଷା କରେ।4ଗୋରୁ ନ ଥିଲେ, କୁଣ୍ଡ ନିର୍ମଳ ଥାଏ;ପୁଣି, ଗୋରୁର ବଳରେ ବହୁ ସମ୍ପତ୍ତି ଉତ୍ପନ୍ନ ହୁଏ।5ବିଶ୍ୱସ୍ତ ସାକ୍ଷୀ ମିଥ୍ୟା କହେ ନାହିଁ;କିନ୍ତୁ ଅସତ୍ୟ ସାକ୍ଷୀ ମିଥ୍ୟା ଉଚ୍ଚାରଣ କରେ।6ନିନ୍ଦକ ଜ୍ଞାନ ଖୋଜିଲେ ପାଏ ନାହିଁ;ମାତ୍ର ବୁଦ୍ଧିମାନ ପାଇଁ ବିଦ୍ୟା ସହଜ।7ମୂର୍ଖ ନିକଟକୁ ଗଲେ,ତୁମ୍ଭେ ତାହାର ଜ୍ଞାନଯୁକ୍ତ ଓଷ୍ଠାଧର ଦେଖିବ ନାହିଁ।8ଆପଣା ପଥ ବିବେଚନା କରିବା ଚତୁର ଲୋକର ଜ୍ଞାନ;ମାତ୍ର ପ୍ରବଞ୍ଚନା ମୂର୍ଖମାନଙ୍କର ଅଜ୍ଞାନତା ମାତ୍ର।9ଅଜ୍ଞାନମାନେ ଦୋଷକୁ କୌତୁକ ମଣନ୍ତି;ମାତ୍ର ସରଳ ଲୋକମାନଙ୍କ ମଧ୍ୟରେ ଅନୁଗ୍ରହ ଥାଏ।10ଅନ୍ତଃକରଣ ଆପଣାର ତିକ୍ତତା ଜାଣେ;ପୁଣି, ଅପରିଚିତ ଲୋକ ତାହାର ଆନନ୍ଦରେ ଭାଗୀ ହୁଏ ନାହିଁ।11ଦୁଷ୍ଟମାନଙ୍କ ଗୃହ ନିପାତ ହେବ;ମାତ୍ର ସରଳ ଲୋକମାନଙ୍କ ତମ୍ବୁ ଉନ୍ନତ ହେବ।12ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦେଖାଯାଏ;ମାତ୍ର ତାହାର ଶେଷରେ ମୃତ୍ୟୁର ପଥ ଥାଏ।13ହାସ୍ୟକାଳରେ ମଧ୍ୟ ମନୋଦୁଃଖ ହୁଏ;ପୁଣି, ଆନନ୍ଦର ଶେଷ ଶୋକ।14ଅନ୍ତଃକରଣରେ ବିପଥଗାମୀ ଆପଣା ଆଚରଣର ଫଳରେ ପରିପୂର୍ଣ୍ଣ ହେବ;ପୁଣି, ଉତ୍ତମ ଲୋକ ଆପଣାରୁ ପରିତୃପ୍ତ ହେବ।15ନିର୍ବୋଧ ଲୋକ ସବୁ କଥା ବିଶ୍ୱାସ କରେ;ମାତ୍ର ଚତୁର ଲୋକ ଆପଣାର ସବୁ ଗତି ଭଲ କରି ବୁଝେ।16ଜ୍ଞାନୀ ଲୋକ ସତର୍କ ଥାଏ ଓ ମନ୍ଦକୁ ଛାଡ଼ିଦିଏ;ମାତ୍ର ମୂର୍ଖ ଲୋକ ଦାମ୍ଭିକଭାବ ବହି ଦୁଃସାହସୀ ହୁଏ।17ଯେ ହଠାତ୍‍ କ୍ରୋଧୀ, ସେ ଅଜ୍ଞାନର କର୍ମ କରେ;ପୁଣି, କୁକଳ୍ପନାକାରୀ ନିର୍ବୋଧ ମନୁଷ୍ୟ ଘୃଣାର ପାତ୍ର।18ଅସତର୍କ ଲୋକମାନେ ଅଜ୍ଞାନତାରୂପ ଅଧିକାର ପାʼନ୍ତି;ମାତ୍ର ଚତୁର ଲୋକେ ଜ୍ଞାନରୂପ ମୁକୁଟରେ ବିଭୂଷିତ ହୁଅନ୍ତି।19ମନ୍ଦ ଲୋକେ ଉତ୍ତମ ଲୋକମାନଙ୍କ ଛାମୁରେଓ ଦୁଷ୍ଟମାନେ ଧାର୍ମିକଗଣର ଦ୍ୱାରରେ ଦଣ୍ଡବତ କରନ୍ତି।20ଦରିଦ୍ର ଆପଣା ପ୍ରତିବାସୀର ହିଁ ଘୃଣିତ ହୁଏ;ମାତ୍ର ଧନବାନର ଅନେକ ବନ୍ଧୁ ଥାʼନ୍ତି।21ଯେଉଁ ଲୋକ ପ୍ରତିବାସୀକୁ ତୁଚ୍ଛବୋଧ କରେ, ସେ ପାପ କରେ;ମାତ୍ର ଯେଉଁ ଜନ ଦରିଦ୍ରକୁ ଦୟା କରେ, ସେ ଧନ୍ୟ।22ଅନିଷ୍ଟ ଚିନ୍ତାକାରୀଗଣ କʼଣ ଭ୍ରାନ୍ତ ହୁଅନ୍ତି ନାହିଁ?ମାତ୍ର ମଙ୍ଗଳ ଚିନ୍ତାକାରୀଗଣ ପ୍ରତି ଦୟା ଓ ସତ୍ୟତା ବର୍ତ୍ତେ।23ସବୁ ପ୍ରକାର ପରିଶ୍ରମରେ ଫଳ ଅଛି;ପୁଣି, ଓଷ୍ଠାଧରର କଥାମାତ୍ର କେବଳ ଦରିଦ୍ରତାରେ ପ୍ରବର୍ତ୍ତାଏ।24ଜ୍ଞାନୀମାନଙ୍କ ମୁକୁଟ ସେମାନଙ୍କର ଧନ;ପୁଣି, ମୂର୍ଖମାନଙ୍କର ଅଜ୍ଞାନତା କେବଳ ଅଜ୍ଞାନତା।25ସତ୍ୟ ସାକ୍ଷୀ ଅନ୍ୟର ଜୀବନକୁ ରକ୍ଷା କରେ;ମାତ୍ର ମିଥ୍ୟାବାଦୀ ପ୍ରବଞ୍ଚନାଜନକ।26ସଦାପ୍ରଭୁ ବିଷୟକ ଭୟ ଦୃଢ଼ ବିଶ୍ୱାସଭୂମି;ଆଉ, ତାହାଙ୍କ ସନ୍ତାନମାନେ ଆଶ୍ରୟ ସ୍ଥାନ ପାଇବେ।27ମୃତ୍ୟୁର ଫାନ୍ଦରୁ ଫେରାଇବା ପାଇଁସଦାପ୍ରଭୁ ବିଷୟକ ଭୟ ଜୀବନର ଝର ସ୍ୱରୂପ।28ପ୍ରଜା ବାହୁଲ୍ୟରେ ରାଜାର ସମ୍ଭ୍ରମ;ପୁଣି, ପ୍ରଜା ଅଭାବରେ ଭୂପତିର ବିନାଶ।29ଯେ କ୍ରୋଧ କରିବାରେ ଧୀର, ସେ ବଡ଼ ବୁଦ୍ଧିମାନ;ପୁଣି, ହଠାତ୍‍ କ୍ରୋଧୀ ଅଜ୍ଞାନତାରୂପ ଧ୍ୱଜା ଟେକେ।30ଶାନ୍ତ ଅନ୍ତଃକରଣ ଦେହର ଜୀବନ ସ୍ୱରୂପ;ପୁଣି, ଈର୍ଷା ହାଡ଼ର କ୍ଷୟ ସ୍ୱରୂପ।31ଯେଉଁ ଲୋକ ଦୀନହୀନ ପ୍ରତି ଉପଦ୍ରବ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ;ପୁଣି, ଯେ ଦରିଦ୍ରକୁ ଦୟା କରେ, ସେ ତାହାଙ୍କୁ ଆଦର କରେ।32ଦୁଷ୍ଟ ଲୋକ ଆପଣା ମନ୍ଦକର୍ମରେ ବିନାଶ ହୁଏ,ମାତ୍ର ମରଣକାଳରେ ଧାର୍ମିକର ଆଶ୍ରୟ ଥାଏ।33ଜ୍ଞାନ ବୁଦ୍ଧିମାନର ହୃଦୟରେ ଥାଏ;ପୁଣି, ମୂର୍ଖର ଆନ୍ତରିକ ଭାବ ଜଣାଯିବ।34ଧାର୍ମିକତା ରାଜ୍ୟର ଉନ୍ନତି ଜନ୍ମାଏ;ମାତ୍ର ପାପ ନରଗଣର ଅପମାନ।35ବୁଦ୍ଧିମାନ ଦାସ ରାଜାଙ୍କର ଅନୁଗ୍ରହପାତ୍ର;ପୁଣି, ଯେ ଲଜ୍ଜା ଜନ୍ମାଏ, ତାହା ପ୍ରତି ସେ କ୍ରୋଧ କରନ୍ତି।