ହିତୋପଦେଶ16ory_irv

1ଅନ୍ତଃକରଣର କଳ୍ପନା ମନୁଷ୍ୟର ଅଟେ;ମାତ୍ର ଜିହ୍ୱାର ଉତ୍ତର ସଦାପ୍ରଭୁଙ୍କଠାରୁ ହୁଏ।2ମନୁଷ୍ୟର ସମସ୍ତ ଗତି ଆପଣା ଦୃଷ୍ଟିରେ ନିର୍ମଳ;ମାତ୍ର ସଦାପ୍ରଭୁ ଆତ୍ମାମାନଙ୍କୁ ତୌଲନ୍ତି।3ସଦାପ୍ରଭୁଙ୍କୁ ତୁମ୍ଭର କାର୍ଯ୍ୟ ସମର୍ପଣ କର,ତହିଁରେ ତୁମ୍ଭର ସଂକଳ୍ପ ସ୍ଥିରୀକୃତ ହେବ।4ସଦାପ୍ରଭୁ ପ୍ରତ୍ୟେକ ବିଷୟକୁ ତହିଁର ନିଜ ଉଦ୍ଦେଶ୍ୟ ସାଧନ ନିମନ୍ତେ କରିଅଛନ୍ତି;ଦୁଷ୍ଟକୁ ମଧ୍ୟ ଦୁର୍ଦ୍ଦିନ ନିମନ୍ତେ।5ମନରେ ଗର୍ବୀ ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କଠାରେ ଘୃଣିତ,ହାତ ଧରାଧରି ହେଲେ ହେଁ ସେ ଅଦଣ୍ଡିତ ନୋହିବ।6ଦୟା ଓ ସତ୍ୟତାରେ ପାପର ପ୍ରାୟଶ୍ଚିତ୍ତ ହୁଏ,ପୁଣି, ସଦାପ୍ରଭୁ ବିଷୟକ ଭୟ ଦ୍ୱାରା ମନୁଷ୍ୟମାନେ କୁକ୍ରିୟା ତ୍ୟାଗ କରନ୍ତି।7ମନୁଷ୍ୟର ଗତି ସଦାପ୍ରଭୁଙ୍କର ତୁଷ୍ଟିକର ହେଲେ,ସେ ତାହାର ଶତ୍ରୁମାନଙ୍କୁ ମଧ୍ୟ ତାହା ସହିତ ଶାନ୍ତିରେ ବାସ କରାନ୍ତି।8ଅନ୍ୟାୟ ସହିତ ପ୍ରଚୁର ଆୟରୁଧାର୍ମିକତା ସହିତ ଅଳ୍ପ ଭଲ।9ମନୁଷ୍ୟର ମନ ଆପଣା ପଥ ବିଷୟ କଳ୍ପନା କରେ;ମାତ୍ର ସଦାପ୍ରଭୁ ତାହାର ଗତି ନିରୂପଣ କରନ୍ତି।10ରାଜାର ଓଷ୍ଠରେ ଦିବ୍ୟ-ବାକ୍ୟ ଥାଏ,ତାହାର ମୁଖ ବିଚାରରେ ସତ୍ୟ-ଲଙ୍ଘନ କରିବ ନାହିଁ।11ଯଥାର୍ଥ ବିଶା ଓ ଦଣ୍ଡି ସଦାପ୍ରଭୁଙ୍କରଓ ଥଳୀରେ ଥିବା ବଟଖରାସବୁ ତାହାଙ୍କର କର୍ମ।12କୁକର୍ମ କରିବାର ରାଜାମାନଙ୍କର ଘୃଣା ବିଷୟ;ଯେହେତୁ ଧାର୍ମିକତାରେ ସିଂହାସନ ସ୍ଥିରୀକୃତ ହୁଏ।13ଧର୍ମଯୁକ୍ତ ଓଷ୍ଠ ରାଜାମାନଙ୍କର ତୁଷ୍ଟିକର,ପୁଣି, ଯଥାର୍ଥବାଦୀକୁ ସେମାନେ ପ୍ରେମ କରନ୍ତି।14ରାଜାର କ୍ରୋଧ ମୃତ୍ୟୁର ଦୂତ ପରି;ମାତ୍ର ଜ୍ଞାନୀ ଲୋକ ତାହା ଶାନ୍ତ କରେ।15ରାଜାର ପ୍ରସନ୍ନ ବଦନରେ ଜୀବନ ଥାଏ,ପୁଣି ତାହାର ଅନୁଗ୍ରହ ଶେଷ ବର୍ଷାର ମେଘ ସ୍ୱରୂପ।16ସୁନା ଅପେକ୍ଷା ଜ୍ଞାନ ଲାଭ କରିବା,ପୁଣି, ରୂପା ଅପେକ୍ଷା ବରଞ୍ଚ ସୁବିବେଚନା ଲାଭ ମନୋନୀତ କରିବାର କିପରି ଉତ୍ତମ!17ମନ୍ଦତା ତ୍ୟାଗ କରିବାର ସରଳ ଲୋକମାନଙ୍କର ରାଜଦାଣ୍ଡ,ଯେଉଁ ଲୋକ ଆପଣା ପଥ ଜଗି ଚାଲେ, ସେ ଆପଣା ପ୍ରାଣ ରକ୍ଷା କରେ।18ଅହଙ୍କାର ସର୍ବନାଶର ସମ୍ମୁଖରେ ଥାଏ,ପୁଣି, ଦାମ୍ଭିକ ମନ ପତନର ସମ୍ମୁଖରେ ଥାଏ।19ଅହଙ୍କାରୀମାନଙ୍କ ସହିତ ଲୁଟିତ ଦ୍ରବ୍ୟ ଭାଗ କରିବା ଅପେକ୍ଷାଦୀନାତ୍ମା ସହିତ ନମ୍ର ହେବାର ଭଲ।20ଯେଉଁ ଲୋକ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କରେ,ସେ ମଙ୍ଗଳ ପାଏ, ପୁଣି ସଦାପ୍ରଭୁଙ୍କଠାରେ ଯେ ନିର୍ଭର କରେ, ସେ ଧନ୍ୟ।21ମନରେ ଜ୍ଞାନୀ ଲୋକ ବୁଦ୍ଧିମାନ ବିଖ୍ୟାତ ହୁଏ,ପୁଣି, ଓଷ୍ଠାଧରର ମିଷ୍ଟତା ପାଣ୍ଡିତ୍ୟ ବଢ଼ାଏ।22ସଦ୍‍ବୁଦ୍ଧି, ତାହା ପାଇଥିବା ଲୋକ ପ୍ରତି ଜୀବନର ଝର ସ୍ୱରୂପ ଅଟେ;ମାତ୍ର ଅଜ୍ଞାନତା ଅଜ୍ଞାନମାନଙ୍କର ଶାସ୍ତି।23ଜ୍ଞାନବାନ‍ର ହୃଦୟ ଆପଣା ମୁଖକୁ ଶିକ୍ଷା ଦିଏ,ପୁଣି, ତାହାର ବାକ୍ୟ ପାଣ୍ଡିତ୍ୟ ବଢ଼ାଏ।24ମନୋହର ଭାଷା ମଧୁଚାକ ସଦୃଶ,ତାହା ମନକୁ ସୁମିଷ୍ଟ, ଅସ୍ଥିକୁ ସ୍ୱାସ୍ଥ୍ୟ।25ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦିଶେ,ମାତ୍ର ତହିଁର ଶେଷରେ ମୃତ୍ୟୁର ପଥ ଥାଏ।26ପରିଶ୍ରମକାରୀର କ୍ଷୁଧା ତାହା ନିମନ୍ତେ ପରିଶ୍ରମ କରେ,ଯେହେତୁ ତାହାର ମୁଖ ତହିଁ ପାଇଁ ତାହାକୁ ବାଧ୍ୟ କରେ।27ଦୁଷ୍ଟ ଲୋକ ଅନିଷ୍ଟ କଳ୍ପନା କରେ,ପୁଣି, ତାହାର ଓଷ୍ଠରେ ଜ୍ୱଳନ୍ତା ଅଗ୍ନି ପରି ଥାଏ।28କୁଟିଳ ମନୁଷ୍ୟ କଳି ବୁଣେ,ପୁଣି କର୍ଣ୍ଣେଜପ ବିଶେଷ ମିତ୍ରଗଣକୁ ବିଭିନ୍ନ କରେ।29ଅତ୍ୟାଚାରୀ ଆପଣା ପ୍ରତିବାସୀକୁ ଭୁଲାଏ,ପୁଣି, ତାହାକୁ କୁପଥରେ କଢ଼ାଇ ନିଏ।30ଯେଉଁ ଲୋକ ଆପଣା ଚକ୍ଷୁ ମୁଦେ,ସେ କୁଟିଳ ବିଷୟ କଳ୍ପନା କରିବାକୁ ତାହା କରେ;ଯେ ଆପଣା ଓଷ୍ଠାଧରକୁ ଚିପେ, ସେ ମନ୍ଦ କର୍ମ ସିଦ୍ଧ କରେ।31ପକ୍ୱକେଶ ଶୋଭାଜନକ ମୁକୁଟ,ତାହା ଧର୍ମ ପଥରେ ପ୍ରାପ୍ତ ହୁଏ।32ଯେ କ୍ରୋଧରେ ଧୀର, ସେ ବୀର ଅପେକ୍ଷା ଶ୍ରେଷ୍ଠ;ପୁଣି, ଯେ ନିଜ ଆତ୍ମା ଉପରେ କର୍ତ୍ତୃତ୍ୱ କରେ, ସେ ନଗର ଜୟକାରୀ ଅପେକ୍ଷା ଭଲ।33ଗୁଲିବାଣ୍ଟ କୋଳରେ ପକାଯାଏ,ମାତ୍ର ତହିଁର ନିଷ୍ପତ୍ତି ସଦାପ୍ରଭୁଙ୍କଠାରୁ ହୁଏ।