ହିତୋପଦେଶ18ory_irv
1ଯେ ଆପଣାକୁ ଅନ୍ୟଠାରୁ ପୃଥକ କରେ, ସେ ଆପଣା ଇଷ୍ଟ ଚେଷ୍ଟା କରେଓ ସର୍ବପ୍ରକାର ତତ୍ତ୍ୱଜ୍ଞାନ ବିରୁଦ୍ଧରେ କନ୍ଦଳ କରେ।2ମୂର୍ଖ ଲୋକ ବୁଦ୍ଧିରେ ସନ୍ତୋଷ ପାଏ ନାହିଁ,କେବଳ ଆପଣା ମନର କଥା ପ୍ରକାଶ କରିବାରେ ସନ୍ତୋଷ ପାଏ।3ଦୁଷ୍ଟ ଆସିଲେ ଅବଜ୍ଞା ଆସେ,ପୁଣି, ଅପମାନ ସଙ୍ଗେ ଦୁର୍ନାମ ଆସେ।4ମନୁଷ୍ୟର ମୁଖର ବାକ୍ୟ ଗଭୀର ଜଳ ତୁଲ୍ୟ,ପୁଣି, ଜ୍ଞାନର ଉତ୍ପତ୍ତି ସ୍ଥାନ ଜଳସ୍ରୋତ ସଦୃଶ।5ଦୁଷ୍ଟର ମୁଖାପେକ୍ଷା କରିବାରଅବା ବିଚାରରେ ଧାର୍ମିକ ପ୍ରତି ଅନ୍ୟାୟ କରିବାର ଭଲ ନୁହେଁ।6ମୂର୍ଖର ଓଷ୍ଠ ବିବାଦରେ ପ୍ରବର୍ତ୍ତେ,ପୁଣି, ତାହାର ମୁଖ ମାଡ଼ ଖାଇବାକୁ ଡାକେ।7ମୂର୍ଖର ମୁଖ ତାହାର ବିନାଶର କାରଣ,ପୁଣି, ତାହାର ଓଷ୍ଠ ଆପଣା ପ୍ରାଣର ଫାନ୍ଦ ସ୍ୱରୂପ।8କାନେ କାନେ କହିବା ଲୋକର ବାକ୍ୟ ଅମୃତ ତୁଲ୍ୟ,ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ।9ଆପଣା କାର୍ଯ୍ୟରେ ଯେ ଅଳସ,ସେ ବିନାଶ କର ଭାଇ।10ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼;ଧାର୍ମିକ ଲୋକ ତହିଁକୁ ପଳାଇ ରକ୍ଷା ପାଏ।11ଧନବାନର ଧନ ତାହାର ଦୃଢ଼ ନଗର,ପୁଣି, ତାହାର ବୋଧରେ ଉଚ୍ଚ ପ୍ରାଚୀର ସ୍ୱରୂପ।12ବିନାଶ ସମ୍ମୁଖରେ ମନୁଷ୍ୟର ମନ ଗର୍ବିତ ହୁଏ,ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ।13ଯେ ଶୁଣିବା ପୂର୍ବେ ଉତ୍ତର କରେ,ତାହା ତାହାର ପ୍ରତି ଅଜ୍ଞାନତା ଓ ଲଜ୍ଜା।14ମନୁଷ୍ୟର ଆତ୍ମା ତାହାର ବ୍ୟଥା ସମ୍ଭାଳି ପାରେ;ମାତ୍ର ଭଗ୍ନ ଆତ୍ମାକୁ କିଏ ସହିପାରେ?15ବୁଦ୍ଧିମାନର ମନ ଜ୍ଞାନ ଉପାର୍ଜ୍ଜନ କରେ;ପୁଣି, ଜ୍ଞାନୀର କର୍ଣ୍ଣ ଜ୍ଞାନ ଖୋଜେ।16ମନୁଷ୍ୟର ଭେଟି ତାହା ପାଇଁ ପଥ ପରିଷ୍କାର କରେ,ପୁଣି, ବଡ଼ ଲୋକମାନଙ୍କ ଛାମୁକୁ ତାହାକୁ ଆଣେ।17ଯେଉଁ ଲୋକ ପ୍ରଥମେ ଆପଣା ବିବାଦ ଜଣାଏ,ସେ ଧାର୍ମିକ ଦେଖାଯାଏ, ମାତ୍ର ତାହାର ପ୍ରତିବାସୀ ଆସି ତାହାକୁ ପରୀକ୍ଷା କରେ।18ଗୁଲିବାଣ୍ଟ ବିରୋଧ ମେଣ୍ଟଣ କରେଓ ବଳବାନମାନଙ୍କୁ ପୃଥକ କରେ।19ବିରକ୍ତ ଭ୍ରାତା ଦୃଢ଼ ନଗର ଅପେକ୍ଷା ଦୁର୍ଜେୟ;ଏରୂପ ବିବାଦ ଗଡ଼ର ଅର୍ଗଳ ସ୍ୱରୂପ।20ମନୁଷ୍ୟର ଉଦର ତାହାର ମୁଖର ଫଳରେ ପୂର୍ଣ୍ଣ ହୁଏ,ପୁଣି, ସେ ଆପଣା ଓଷ୍ଠର ଉପାର୍ଜ୍ଜନରେ ତୃପ୍ତ ହୁଏ।21ମରଣ ଓ ଜୀବନ ଜିହ୍ୱାର ଅଧୀନ;ଯେଉଁମାନେ ତାକୁ ଭଲ ଜାଣନ୍ତି,ସେମାନେ ତାହାର ଫଳ ଭୋଗିବେ।22ଯେଉଁ ଲୋକ ଭାର୍ଯ୍ୟା ପାଏ, ସେ ଉତ୍ତମ ବସ୍ତୁ ପାଏଓ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଏ।23ଦରିଦ୍ର ଲୋକ ବିନୟ କରେ;ମାତ୍ର ଧନବାନ କଠିନ ଉତ୍ତର ଦିଏ।24ଯେ ଅନେକ ମିତ୍ର କରେ, ସେ ଆପଣା ବିନାଶ ନିମନ୍ତେ ତାହା କରେ;ମାତ୍ର ଜଣେ ପ୍ରେମକାରୀ ଅଛନ୍ତି, ଯେ ଭାଇ ଅପେକ୍ଷା ଅଧିକ ନିକଟ ଲାଗି ରହନ୍ତି।