ହିତୋପଦେଶ19ory_irv
1ଯେଉଁ ଦରିଦ୍ର ଆପଣା ସିଦ୍ଧତାରେ ଚଳେ,ସେ କୁଟିଳୋଷ୍ଠ ଓ ମୂର୍ଖ ଲୋକ ଅପେକ୍ଷା ଭଲ।2ମଧ୍ୟ ପ୍ରାଣ ବିଦ୍ୟାହୀନ ହେବାର ଭଲ ନୁହେଁ;ପୁଣି, ଯେ ବେଗ କରି ପାଦ ପକାଏ, ସେ ପାପ କରେ।3ମନୁଷ୍ୟର ଅଜ୍ଞାନତା ତାହାର ଗତି ଓଲଟାଇ ପକାଏ,ପୁଣି, ତାହାର ମନ ସଦାପ୍ରଭୁଙ୍କ ବିରୁଦ୍ଧରେ ବିରକ୍ତ ହୁଏ।4ଧନ ବହୁତ ମିତ୍ର ଲାଭ କରେ;ମାତ୍ର ଦରିଦ୍ର ଲୋକ ଆପଣା ମିତ୍ରଠାରୁ ଭିନ୍ନ ହୁଏ।5ମିଥ୍ୟାସାକ୍ଷୀ ଅଦଣ୍ଡିତ ନୋହିବ;ପୁଣି, ମିଥ୍ୟାବାଦୀ ରକ୍ଷା ପାଇବ ନାହିଁ।6ଅନେକେ ବଦାନ୍ୟ ଲୋକର ଅନୁଗ୍ରହ ପ୍ରାର୍ଥନା କରନ୍ତି,ପୁଣି, ପ୍ରତି ଜଣ ଦାନଶୀଳ ଲୋକର ମିତ୍ର ହୁଅନ୍ତି।7ଦରିଦ୍ରର ସମସ୍ତ ଭ୍ରାତା ତାହାକୁ ଘୃଣା କରନ୍ତି;ତାହାର ମିତ୍ରମାନେ ତାହାଠୁଁ କେତେ ଅଧିକ ଦୂରକୁ ନ ଯିବେ!ସେ ଆଳାପ ଚେଷ୍ଟା କରେ, ମାତ୍ର ସେମାନେ ନାହାନ୍ତି।8ଯେଉଁ ଲୋକ ବୁଦ୍ଧି ଲାଭ କରେ, ସେ ଆପଣା ପ୍ରାଣକୁ ପ୍ରେମ କରେ;ଯେ ବିବେଚନା ରକ୍ଷା କରେ, ସେ ମଙ୍ଗଳ ପାଏ।9ମିଥ୍ୟାସାକ୍ଷୀ ଅଦଣ୍ଡିତ ନୋହିବ;ପୁଣି, ମିଥ୍ୟାବାଦୀ ବିନଷ୍ଟ ହେବ।10ମୂର୍ଖର ସୁଖଭୋଗ ଅନୁପଯୁକ୍ତ;ଅଧିପତିମାନଙ୍କ ଉପରେ ଦାସର କର୍ତ୍ତୃତ୍ୱ ତତୋଧିକ ଅନୁପଯୁକ୍ତ।11ମନୁଷ୍ୟର ସୁବୁଦ୍ଧି ତାହାକୁ କ୍ରୋଧ କରିବାକୁ ଧୀର କରେ;ପୁଣି, ଦୋଷ ଛାଡ଼ିଦେବାର ତାହାର ଭୂଷଣ।12ରାଜାର କୋପ ସିଂହ ଗର୍ଜ୍ଜନ ପରି;ମାତ୍ର ତାହାର ଅନୁଗ୍ରହ ତୃଣ ଉପରେ ଥିବା କାକର ତୁଲ୍ୟ।13ମୂର୍ଖ ପୁତ୍ର ତାହାର ପିତାର ଦୁଃଖଦାୟକ;ପୁଣି, ସ୍ତ୍ରୀର କଳି ଅବିରତ ବିନ୍ଦୁପାତ ପରି।14ଗୃହ ଓ ଧନ ମାତା-ପିତାଙ୍କଠାରୁ ପ୍ରାପ୍ତ ଅଧିକାର;ମାତ୍ର ବୁଦ୍ଧିମତୀ ଭାର୍ଯ୍ୟା ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ହୁଏ।15ଆଳସ୍ୟ ଘୋର ନିଦ୍ରାରେ ପକାଏ;ପୁଣି, ଅଳସ ପ୍ରାଣୀ କ୍ଷୁଧା ଭୋଗ କରିବ।16ପରମେଶ୍ୱରଙ୍କ ଆଜ୍ଞାପାଳନକାରୀ ଆପଣା ପ୍ରାଣ ରକ୍ଷା କରେ;ମାତ୍ର ଆପଣା ପଥ ବିଷୟରେ ଯେ ଅସାବଧାନ ହୁଏ, ସେ ମରିବ।17ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ;ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।18ଆପଣା ପୁତ୍ରକୁ ଶାସନ କର, କାରଣ ଭରସା ଅଛି;ପୁଣି, ତୁମ୍ଭର ମନ ତାହାର ବିନାଶ ଇଚ୍ଛା ନ କରୁ।19ଅତି ରାଗୀ ଲୋକ ଶାସ୍ତି ଭୋଗ କରିବ,ଯେହେତୁ ତୁମ୍ଭେ ତାହାକୁ ଥରେ ଉଦ୍ଧାର କଲେ, ତାହା ତୁମ୍ଭକୁ ପୁନର୍ବାର କରିବାକୁ ହେବ।20ଶେଷାବସ୍ଥାରେ ତୁମ୍ଭେ ଯେପରି ଜ୍ଞାନବାନ ହୁଅ,ଏଥିପାଇଁ ମନ୍ତ୍ରଣା ଶୁଣ ଓ ଉପଦେଶ ଗ୍ରହଣ କର।21ମନୁଷ୍ୟର ମନରେ ନାନା ସଂକଳ୍ପ ଥାଏ,ମାତ୍ର ସଦାପ୍ରଭୁଙ୍କ ମନ୍ତ୍ରଣା ସ୍ଥିର ହେବ।22ମନୁଷ୍ୟର ବାସନା ତାହାର ଦୟାର ପରିମାଣଏବଂ ମିଥ୍ୟାବାଦୀ ଅପେକ୍ଷା ଦରିଦ୍ର ଲୋକ ଶ୍ରେଷ୍ଠ।23ସଦାପ୍ରଭୁଙ୍କ ବିଷୟକ ଭୟ ଜୀବନଦାୟକ,ତାହା ଯେଉଁ ଲୋକଠାରେ ଥାଏ,ସେ ତୃପ୍ତ ହୋଇ ବାସ କରିବ;ଆପଦ ତାହାର ନିକଟ ଦେଇ ଯିବ ନାହିଁ।24ଅଳସୁଆ ଆପଣା ଥାଳୀରେ ହାତ ବୁଡ଼ାଇଲେ,ଆଉ ଥରେ ତାହା ଆପଣା ମୁଖକୁ ନେବାକୁ ସୁଦ୍ଧା ଇଚ୍ଛା କରେ ନାହିଁ।25ନିନ୍ଦକକୁ ପ୍ରହାର କଲେ, ନିର୍ବୋଧ ଲୋକ ସତର୍କତା ଶିକ୍ଷା କରିବ;ପୁଣି, ବୁଦ୍ଧିମାନକୁ ଅନୁଯୋଗ କଲେ, ସେ ଜ୍ଞାନ ବୁଝିବ।26ଯେଉଁ ପୁତ୍ର ଆପଣା ପିତାର ଧନ ନଷ୍ଟ କରେ, ପୁଣି, ଆପଣା ମାତାକୁ ତଡ଼ି ଦିଏ,ସେ ଲଜ୍ଜାକର ଓ ଅପମାନଜନକ।27ହେ ଆମ୍ଭର ପୁତ୍ର, ଯେଉଁ ଉପଦେଶ ଜ୍ଞାନର କଥାରୁ ତୁମ୍ଭକୁ ଭୁଲାଏ,ତାହା ଶୁଣିବାରୁ ନିବୃତ୍ତ ହୁଅ।28ପାଷାଣ୍ଡ ସାକ୍ଷୀ ନ୍ୟାୟ ବିଚାରକୁ ନିନ୍ଦା କରେଓ ଦୁଷ୍ଟର ମୁଖ ଅଧର୍ମ ଗିଳେ।29ନିନ୍ଦକମାନଙ୍କ ପାଇଁ ଦଣ୍ଡାଜ୍ଞାଓ ମୂର୍ଖମାନଙ୍କ ପିଠି ପାଇଁ ପ୍ରହାର ପ୍ରସ୍ତୁତ ଅଛି।