ହିତୋପଦେଶ21ory_irv

1ରାଜାର ଅନ୍ତଃକରଣ ସଦାପ୍ରଭୁଙ୍କ ହସ୍ତରେ ଜଳପ୍ରଣାଳୀ ତୁଲ୍ୟ ଥାଏ;ସେ ଯେଉଁଆଡ଼େ ଇଚ୍ଛା, ସେଆଡ଼େ ତାହା ଫେରାନ୍ତି।2ମନୁଷ୍ୟର ସବୁ ଗତି ଆପଣା ଦୃଷ୍ଟିରେ ଯଥାର୍ଥ,ମାତ୍ର ସଦାପ୍ରଭୁ ହୃଦୟସବୁ ତୌଲନ୍ତି।3ବଳିଦାନ ଅପେକ୍ଷା ନ୍ୟାୟ ଓ ସୁବିଚାରସଦାପ୍ରଭୁଙ୍କର ଅଧିକ ଗ୍ରାହ୍ୟ।4ଦୁଷ୍ଟ ଲୋକମାନଙ୍କ ପ୍ରଦୀପ ସ୍ୱରୂପଯେ ଅହଙ୍କାର-ଦୃଷ୍ଟି ଓ ଗର୍ବିତ ମନ, ତାହା ପାପଜନକ।5କର୍ମଶୀଳର ସଂକଳ୍ପରୁ କେବଳ ପ୍ରଚୁରତା ଜନ୍ମେମାତ୍ର ପ୍ରତ୍ୟେକ ହଠାତ୍‍ କର୍ମକାରୀ କେବଳ ଅଭାବ ଆଡ଼େ ଯାଏ।6ମିଥ୍ୟାବାଦୀ ଓଷ୍ଠ ଦ୍ୱାରା ପ୍ରାପ୍ତ ଧନ ଏଣେତେଣେ ଚାଳିତ ବାଷ୍ପ ତୁଲ୍ୟ,ଯେଉଁମାନେ ତାହା ଅନ୍ୱେଷଣ କରନ୍ତି, ସେମାନେ ମୃତ୍ୟୁୁ ଅନ୍ୱେଷଣ କରନ୍ତି।7ଦୁଷ୍ଟମାନଙ୍କର ଦୌରାତ୍ମ୍ୟ ସେମାନଙ୍କୁ ଉଡ଼ାଇ ଘେନିଯିବ;ଯେହେତୁ ସେମାନେ ନ୍ୟାୟ କରିବାକୁ ନାସ୍ତି କରନ୍ତି।8ଦୋଷରେ ଭାରାକ୍ରାନ୍ତ ଲୋକର ପଥ ଅତିଶୟ ବକ୍ର;ମାତ୍ର ପବିତ୍ର ଲୋକର କର୍ମ ସଳଖ।9କଳିହୁଡ଼ୀ ସ୍ତ୍ରୀ ସଙ୍ଗରେ ପ୍ରଶସ୍ତ ଗୃହରେ ବାସ କରିବା ଅପେକ୍ଷାଛାତର ଏକ କୋଣରେ ବାସ କରିବା ଭଲ।10ଦୁଷ୍ଟ ଲୋକର ମନ ଅନିଷ୍ଟ ପାଞ୍ଚେ,ପୁଣି, ତାହାର ଦୃଷ୍ଟିରେ ତାହାର ପ୍ରତିବାସୀ କିଛି ଅନୁଗ୍ରହ ପାଏ ନାହିଁ।11ନିନ୍ଦକକୁ ଦଣ୍ଡ ଦେଲେ, ନିର୍ବୋଧ ଲୋକ ବୁଦ୍ଧିମାନ ହୁଏ;ପୁଣି, ବୁଦ୍ଧିମାନ‍କୁ ବୁଝାଇଦେଲେ, ସେ ଜ୍ଞାନବାନ ହୁଏ।12ଧାର୍ମିକ ଲୋକ ଦୁଷ୍ଟର ବଂଶ ବିଷୟ ବିବେଚନା କରେ;ସେହି ଦୁଷ୍ଟ ଲୋକମାନେ କିପରି ଉତ୍ପାଟିତ ହୋଇ ସର୍ବନାଶ ହୁଅନ୍ତି, ଏହା ସୁବିବେଚନା କରେ।13ଯେଉଁ ଲୋକ ଦୀନହୀନର ଡାକରେ କର୍ଣ୍ଣ ରୁଦ୍ଧ କରେ,ସେ ମଧ୍ୟ ଆପେ ଡାକିବ, କିନ୍ତୁ ଉତ୍ତର ପାଇବ ନାହିଁ।14ଗୁପ୍ତରେ ଦାନ ଦେଲେ କ୍ରୋଧ ଶାନ୍ତ ହୁଏ,ପୁଣି, ଅଣ୍ଟିରେ ଦତ୍ତ ଲାଞ୍ଚ ପ୍ରଚଣ୍ଡ କୋପ ଶାନ୍ତ କରେ।15ନ୍ୟାୟ ଆଚରଣ ଧାର୍ମିକ ପ୍ରତି ଆନନ୍ଦର ବିଷୟ;ମାତ୍ର ତାହା କୁକର୍ମକାରୀମାନଙ୍କ ପ୍ରତି ବିନାଶଜନକ।16ଯେ ବୁଦ୍ଧିର ପଥ ଛାଡ଼ି ଭ୍ରମଣ କରେ,ସେ ପ୍ରେତମାନଙ୍କ ସଭାରେ ବାସ କରିବ।17ଯେଉଁ ଲୋକ ଆମୋଦ ଭଲ ପାଏ, ସେ ଦରିଦ୍ର ହେବ;ପୁଣି, ଯେ ଦ୍ରାକ୍ଷାରସ ଓ ତୈଳ ଭଲ ପାଏ, ସେ ଧନବାନ ହେବ ନାହିଁ।18ଦୁଷ୍ଟ ଲୋକ ଧାର୍ମିକର ମୁକ୍ତିର ମୂଲ୍ୟ ସ୍ୱରୂପ;ପୁଣି, ବିଶ୍ୱାସଘାତକ ସରଳ ଲୋକଙ୍କର ବଦଳି ସ୍ୱରୂପ।19କଳହକାରିଣୀ ଓ ଚିଡ଼ିଚିଡ଼ିଆ ସ୍ତ୍ରୀ ସଙ୍ଗରେ ବାସ କରିବା ଅପେକ୍ଷାନିର୍ଜନ ଭୂମିରେ ବସତି କରିବାର ଭଲ।20ଜ୍ଞାନବାନ‍ର ଗୃହରେ ବହୁମୂଲ୍ୟ ସମ୍ପତ୍ତି ଓ ତୈଳ ଥାଏ;ମାତ୍ର ମୂର୍ଖ ଲୋକ ତାହା ଗ୍ରାସ କରେ।21ଯେଉଁ ଜନ ଧାର୍ମିକତା ଓ ଦୟାର ପଶ୍ଚାଦ୍‍ବର୍ତ୍ତୀ,ସେ ଜୀବନ ଓ ଧାର୍ମିକତା ଓ ସମ୍ମାନ ପାଏ।22ଜ୍ଞାନୀ ଲୋକ ବଳବାନର ନଗରରେ ଚଢ଼ି ପ୍ରବେଶ କରେ,ପୁଣି, ତହିଁର ସାହସଦାୟୀ ବଳ ତଳକୁ ଆଣେ।23ଯେ ଆପଣା ମୁଖ ଓ ଜିହ୍ୱା ରକ୍ଷା କରେ,ସେ କ୍ଳେଶରୁ ଆପଣା ପ୍ରାଣ ରକ୍ଷା କରେ।24ଅହଙ୍କାରୀ ଓ ଦାମ୍ଭିକ ଲୋକ ନିନ୍ଦକ ନାମରେ ବିଖ୍ୟାତ,ସେ ଅହଙ୍କାରର ଗାରିମାରେ କର୍ମ କରେ।25ଅଳସୁଆର ବାଞ୍ଛିତ ବିଷୟ ତାହାର ମୃତ୍ୟୁୁ ଘଟାଏ;କାରଣ ତାହାର ହସ୍ତ କର୍ମ କରିବାକୁ ନାସ୍ତି କରେ।26କେହି କେହି ଦିନସାରା ଅତ୍ୟନ୍ତ ଲୋଭ କରନ୍ତି;ମାତ୍ର ଧାର୍ମିକ ଲୋକ ଦାନ କରେ, କାତର ହୁଏ ନାହିଁ।27ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷୟ,ମାତ୍ର ସେ କୁଅଭିପ୍ରାୟରେ ଆଣିଲେ ତାହା କେତେ ଅଧିକ ଘୃଣିତ।28ମିଥ୍ୟାସାକ୍ଷୀ ବିନଷ୍ଟ ହେବ;ମାତ୍ର ଯେଉଁ ଲୋକ ଶୁଣେ, ସେ ଅଖଣ୍ଡ୍ୟ କଥା କହିବ।29ଦୁଷ୍ଟ ଲୋକ ଆପଣା ମୁଖ କଠିନ କରେ,ମାତ୍ର ସରଳ ଲୋକ ଆପଣା ବାଟ ସୁସ୍ଥିର କରେ।30ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନକିମ୍ବା ବୁଦ୍ଧି କିମ୍ବା ମନ୍ତ୍ରଣା ନାହିଁ।31ଯୁଦ୍ଧ ଦିନ ପାଇଁ ଅଶ୍ୱ ସୁସଜ୍ଜିତ ହୁଏ;ମାତ୍ର ଜୟ ସଦାପ୍ରଭୁଙ୍କଠାରୁ ହୁଏ।