ହିତୋପଦେଶ22ory_irv
1ବହୁତ ଧନ ଅପେକ୍ଷା ସୁନାମ ମନୋନୀତ ହେବା ଯୋଗ୍ୟ,ପୁଣି, ରୂପା ଓ ସୁନା ଅପେକ୍ଷା ସ୍ନେହସୂଚକ ଅନୁଗ୍ରହ ଉତ୍ତମ।2ଧନବାନ ଓ ଦରିଦ୍ର ଏକତ୍ର ମିଳନ୍ତି;ସଦାପ୍ରଭୁ ସେସମସ୍ତଙ୍କର ସୃଷ୍ଟିକର୍ତ୍ତା।3ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ;ମାତ୍ର ଅବୋଧ ଲୋକମାନେ ଆଗ ବଢ଼ି ଶାସ୍ତି ପାଆନ୍ତି।4ନମ୍ରତାର ଓ ସଦାପ୍ରଭୁଙ୍କ ବିଷୟକ ଭୟର ପୁରସ୍କାରଧନ, ସମ୍ମାନ ଓ ଜୀବନ ଅଟେ।5କୁଟିଳ ଲୋକମାନଙ୍କ ପଥରେ କଣ୍ଟା ଓ ଫାନ୍ଦ ଥାଏ;ଯେ ଆପଣା ପ୍ରାଣ ରକ୍ଷା କରେ, ସେ ସେସବୁରୁ ଦୂରରେ ରହିବ।6ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅ;ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ।7ଧନବାନ ଦରିଦ୍ର ଉପରେ କର୍ତ୍ତୃତ୍ୱ କରେ,ପୁଣି, ଋଣୀ ମହାଜନର ଦାସ ହୁଏ।8ଯେ ଅଧର୍ମ ବୀଜ ବୁଣେ, ସେ ବିପଦରୂପ ଶସ୍ୟ କାଟିବଓ ତାହାର କୋପରୂପ ଦଣ୍ଡ ଲୁପ୍ତ ହେବ।9ଯାହାର ଦୟାଳୁ ଦୃଷ୍ଟି, ସେ ଆଶିଷ ପାଇବ;ଯେହେତୁ ସେ ଆପଣା ଆହାରରୁ ଦୀନହୀନକୁ ବିତରଣ କରେ।10ନିନ୍ଦକକୁ ବାହାର କରିଦିଅ, ତହିଁରେ କଳି ବାହାରି ଯିବ;ପୁଣି, ବିରୋଧ ଓ ଅପମାନ ନିବୃତ୍ତ ହେବ।11ଯେଉଁ ଲୋକ ହୃଦୟର ଶୁଚିତା ଭଲ ପାଏ,ଯାହାର ଓଷ୍ଠ ଅନୁଗ୍ରହଯୁକ୍ତ,ରାଜା ତାହାର ବନ୍ଧୁ ହେବ।12ସଦାପ୍ରଭୁଙ୍କ ଚକ୍ଷୁ ଜ୍ଞାନପ୍ରାପ୍ତ ଲୋକକୁ ରକ୍ଷା କରେ;ମାତ୍ର ବିଶ୍ୱାସଘାତକର କଥା ସେ ଓଲଟାଇ ପକାନ୍ତି।13ଅଳସ ଲୋକ କହେ, ବାହାରେ ସିଂହ ଅଛି;ମୁଁ ସଡ଼କରେ ହତ ହେବି।14ପରସ୍ତ୍ରୀର ମୁଖ ଗଭୀର ଖାତ,ସଦାପ୍ରଭୁଙ୍କ ଘୃଣିତ ଲୋକ ତହିଁରେ ପଡ଼ିବ।15ପିଲାର ମନରେ ଅଜ୍ଞାନତା ବନ୍ଦ ଥାଏ,ପୁଣି, ଶାସନବାଡ଼ି ତାହା ବାହାର କରି ତାହାଠାରୁ ଦୂର କରିଦିଏ।16ଯେଉଁ ଲୋକ ଆପଣା ଧନ ବଢ଼ାଇବା ପାଇଁ ଦରିଦ୍ର ପ୍ରତି ଉପଦ୍ରବ କରେ;ପୁଣି, ଯେ ଧନୀକୁ ଦାନ କରେ, ତାହାକୁ କେବଳ ଅଭାବ ଘଟିବ।