ହିତୋପଦେଶ23ory_irv

1ଯେତେବେଳେ ତୁମ୍ଭେ ଶାସନକର୍ତ୍ତା ସହିତ ଭୋଜନରେ ବସ,ସେତେବେଳେ ତୁମ୍ଭ ସମ୍ମୁଖରେ କିଏ ଅଛି, ତାହା ଯତ୍ନପୂର୍ବକ ବିବେଚନା କର।2ଯେବେ ତୁମ୍ଭେ ପେଟାର୍ଥୀ ହୁଅ,ତୁମ୍ଭେ ଆପଣା ଗଳାରେ ଛୁରୀ ଆପେ ରଖ।3ତାହାର ସୁସ୍ୱାଦୁ ଖାଦ୍ୟକୁ ଲୋଭ କର ନାହିଁ;ଯେହେତୁ ତାହା ପ୍ରବଞ୍ଚନାଜନକ ଖାଦ୍ୟ।4ଧନୀ ହେବା ପାଇଁ ଆପଣାକୁ କ୍ଳାନ୍ତ କର ନାହିଁ;ତୁମ୍ଭ ନିଜ ବୁଦ୍ଧିରୁ କ୍ଷାନ୍ତ ହୁଅ।5ଯାହା ନାହିଁ, ତୁମ୍ଭେ କି ତହିଁ ପ୍ରତି ଆପଣା ଚକ୍ଷୁ ନିର୍ଦ୍ଦେଶ କରିବ?କାରଣ ଆକାଶରେ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ନିଶ୍ଚୟ ଧନ ଆପଣା ପାଇଁ ପକ୍ଷ କରେ।6କୁଦୃଷ୍ଟି ଲୋକର ଆହାର ଖାଅ ନାହିଁ,ପୁଣି, ତାହାର ସୁସ୍ୱାଦୁ ଖାଦ୍ୟକୁ ଲୋଭ କର ନାହିଁ;7କାରଣ ସେ ଯେରୂପ ମନରେ ନିଜେ ଭାବେ, ସେ ସେରୂପ ଅଟେ;ସେ ଖାଅ ପିଅ ବୋଲି ତୁମ୍ଭକୁ କହେ ସତ୍ୟ,ମାତ୍ର ତୁମ୍ଭଠାରେ ତାହାର ମନ ନାହିଁ।8ତୁମ୍ଭେ ଯେଉଁ ଅଳ୍ପ ଖାଇଅଛ, ତାହା ଉଦ୍ଗାର କରିବ;ପୁଣି, ତୁମ୍ଭର ମଧୁର ବାକ୍ୟ ହରାଇବ।9ମୂର୍ଖର କର୍ଣ୍ଣଗୋଚରରେ କଥା କୁହ ନାହିଁ,ଯେହେତୁ ସେ ତୁମ୍ଭ ବାକ୍ୟର ବିଜ୍ଞତା ତୁଚ୍ଛ କରିବ।10ପୁରାତନ ସୀମା ଘୁଞ୍ଚାଅ ନାହିଁ,ପୁଣି, ପିତୃହୀନର କ୍ଷେତ୍ରରେ ପ୍ରବେଶ କର ନାହିଁ।11କାରଣ ସେମାନଙ୍କ ମୁକ୍ତିକର୍ତ୍ତା ବଳବାନ;ସେ ତୁମ୍ଭ ସହିତ ସେମାନଙ୍କ ବିବାଦର ପ୍ରତିବାଦ କରିବେ।12ଉପଦେଶରେ ତୁମ୍ଭର ମନଓ ଜ୍ଞାନର ବାକ୍ୟରେ ତୁମ୍ଭର କର୍ଣ୍ଣ ଦିଅ।13ପିଲାକୁ ଶାସ୍ତି ଦେବାକୁ ତ୍ରୁଟି କର ନାହିଁ;ତୁମ୍ଭେ ତାହାକୁ ବାଡ଼ିରେ ମାରିଲେ ହେଁ ସେ ମରିବ ନାହିଁ।14ତୁମ୍ଭେ ତାହାକୁ ବାଡ଼ିରେ ମାରିବଓ ପାତାଳରୁ ତାହାର ପ୍ରାଣ ରକ୍ଷା କରିବ।15ହେ ମୋହର ପୁତ୍ର, ତୁମ୍ଭର ମନ ଜ୍ଞାନୀ ହେଲେ,ମୋହର, ବିଶେଷରେ ମୋହର ମନ ହୃଷ୍ଟ ହେବ।16ହଁ, ତୁମ୍ଭ ଓଷ୍ଠ ଯଥାର୍ଥ କଥା କହିଲେ,ମୋହର ଅନ୍ତଃକରଣ ଆହ୍ଲାଦିତ ହେବ।17ତୁମ୍ଭ ମନ ପାପୀଗଣକୁ ଈର୍ଷା ନ କରୁ,ପୁଣି, ତୁମ୍ଭେ ସମସ୍ତ ଦିନ ସଦାପ୍ରଭୁଙ୍କ ପ୍ରତି ଭୟରେ ଥାଅ।18କାରଣ ପୁରସ୍କାର ନିତାନ୍ତ ଅଛିଓ ତୁମ୍ଭର ଭରସା ଉଚ୍ଛିନ୍ନ ହେବ ନାହିଁ।19ହେ ମୋହର ପୁତ୍ର, ଶୁଣ, ଜ୍ଞାନୀ ହୁଅ,ପୁଣି, ତୁମ୍ଭ ମନକୁ ସତ୍‍ପଥରେ କଢ଼ାଇ ନିଅ।20ଦ୍ରାକ୍ଷାରସରେ ଆସକ୍ତଓ ପେଟାର୍ଥୀ ମାଂସ-ଭୋକ୍ତାମାନଙ୍କ ସଙ୍ଗୀ ହୁଅ ନାହିଁ।21କାରଣ ମତୁଆଳା ଓ ପେଟୁକ ଦରିଦ୍ର ହେବେ;ପୁଣି ଘୁମା, ମନୁଷ୍ୟକୁ ଚିରାକନା ପିନ୍ଧାଇବ।22ତୁମ୍ଭ ଜନ୍ମଦାତା ପିତାର କଥା ଶୁଣ,ପୁଣି, ମାତା ବୃଦ୍ଧା ହେଲେ, ତାହାକୁ ତୁଚ୍ଛ କର ନାହିଁ।23ସତ୍ୟତା କିଣ, ପୁଣି, ତାହା ବିକ ନାହିଁ;ଜ୍ଞାନ, ଉପଦେଶ ଓ ସୁବିବେଚନା କିଣ।24ଧାର୍ମିକର ପିତା ଅତିଶୟ ଆନନ୍ଦ କରେ,ପୁଣି, ଜ୍ଞାନୀ ସନ୍ତାନର ଜନ୍ମଦାତା ତାହା ହେତୁ ହୃଷ୍ଟ ହୁଏ।25ତୁମ୍ଭର ପିତା ଓ ତୁମ୍ଭର ମାତା ହୃଷ୍ଟ ହେଉନ୍ତୁ,ତୁମ୍ଭର ଗର୍ଭଧାରିଣୀ ଆନନ୍ଦ କରୁ।26ହେ ମୋହର ପୁତ୍ର, ତୁମ୍ଭ ହୃଦୟ ମୋତେ ଦିଅ,ପୁଣି, ତୁମ୍ଭ ଚକ୍ଷୁ ମୋʼ ପଥରେ ତୁଷ୍ଟ ହେଉ।27କାରଣ ବେଶ୍ୟା ଗଭୀର ଖାତ,ପୁଣି, ପରସ୍ତ୍ରୀ ସଂକୀର୍ଣ୍ଣ କୂପ ଅଟେ।28ଆହୁରି ସେ ଡକାୟତ ପରି ଛକି ବସେ,ପୁଣି, ମନୁଷ୍ୟମାନଙ୍କ ମଧ୍ୟରେ ବିଶ୍ୱାସଘାତକମାନଙ୍କ ସଂଖ୍ୟା ବଢ଼ାଏ।29କାହାର ହାହାକାର? କାହାର ଓକାର? କାହାର କଳି?କାହାର ବକାବକି? କାହାର ଅକାରଣ କ୍ଷତ?କାହାର ରକ୍ତବର୍ଣ୍ଣ ଚକ୍ଷୁ?30ଯେଉଁମାନେ ଦ୍ରାକ୍ଷାରସ ପାନରେ ବହୁ କାଳ ବସିଥାʼନ୍ତି,ଯେଉଁମାନେ ମିଶ୍ରିତ ସୁରା ଖୋଜି ବୁଲନ୍ତି, ସେମାନଙ୍କର।31ଦ୍ରାକ୍ଷାରସ ରଙ୍ଗିୟା ହେଲେ,ପାତ୍ରରେ ଚକମକାଇଲେଓ ସହଜେ ଗଳାଧଃକରଣ ହେଲେ, ତୁମ୍ଭେ ତାକୁ ଅନାଅ ନାହିଁ।32ଶେଷରେ ତାହା ସର୍ପ ପରି କାମୁଡ଼େଓ କାଳସର୍ପ ତୁଲ୍ୟ ଦଂଶନ କରେ।33ତୁମ୍ଭର ଚକ୍ଷୁ ବିପରୀତ ବିଷୟ ଦେଖିବ,ତୁମ୍ଭ ହୃଦୟ କୁଟିଳ କଥା କହିବ।34ପୁଣି, ତୁମ୍ଭେ ସମୁଦ୍ର ମଧ୍ୟରେ ଶୟନକାରୀକିଅବା ଜାହାଜର ମାସ୍ତୁଲ ଉପରେ ଶୟନକାରୀ ଲୋକ ତୁଲ୍ୟ ହେବ।35ତୁମ୍ଭେ କହିବ, ସେମାନେ ମୋତେ ମାଇଲେ, ମାତ୍ର ମୁଁ କ୍ଷତି ପାଇ ନାହିଁ;ସେମାନେ ମୋତେ ପ୍ରହାର କଲେ, ମାତ୍ର ମୁଁ କିଛି ଜାଣି ନାହିଁ;ମୁଁ କେବେ ଜାଗିବି? ପୁନର୍ବାର ମୁଁ ତାହା ଖୋଜିବି।