ଶଲୋମନଙ୍କର ଅଧିକ ହିତୋପଦେଶ
1ନିମ୍ନଲିଖିତ ହିତୋପଦେଶ ସକଳ ହିଁ ଶଲୋମନଙ୍କ ରଚିତ ଓ ଯିହୁଦାର ରାଜା ହିଜକୀୟର ଅଧିକାରୀମାନେ ତାହା ଉତ୍ତାରି ଥିଲେ।2ବିଷୟ ଗୋପନ କରିବା ପରମେଶ୍ୱରଙ୍କର ଗୌରବ;ମାତ୍ର ବିଷୟର ଅନୁସନ୍ଧାନ କରିବାର ରାଜାଙ୍କର ଗୌରବ।3ଉଚ୍ଚତା ହେତୁ ସ୍ୱର୍ଗ ଓ ଗଭୀରତା ହେତୁ ପୃଥିବୀ,ଆଉ ରାଜାମାନଙ୍କ ହୃଦୟ ବୋଧାଗମ୍ୟ।4ରୂପାରୁ ଖାଦ କାଢ଼ି ପକାଅ,ତେବେ ସୁନାରୀ ପାଇଁ ଏକ ପାତ୍ର ବାହାର ହେବ।5ରାଜାର ସମ୍ମୁଖରୁ ଦୁଷ୍ଟମାନଙ୍କୁ ଦୂର କରିଦିଅ,ଆଉ, ତାହାର ସିଂହାସନ ଧର୍ମରେ ସୁସ୍ଥିର ହେବ।6ରାଜାର ଛାମୁରେ ଆପଣାର ବଡ଼ାଇ କର ନାହିଁ,ପୁଣି, ପ୍ରଧାନ ଲୋକଙ୍କ ସ୍ଥାନରେ ଠିଆ ହୁଅ ନାହିଁ।7କାରଣ ଯେଉଁ କୁଳୀନକୁ ତୁମ୍ଭର ଚକ୍ଷୁ ଦେଖିଅଛି,ତାହା ଛାମୁରେ ତୁମ୍ଭର ନୀଚୀକୃତ ହେବା ଅପେକ୍ଷାବରଂ “ଏଠାକୁ ଆସ” ବୋଲି ତୁମ୍ଭକୁ କୁହାଯିବା ଭଲ।8ବିବାଦ କରିବାକୁ ହଠାତ୍ ବାହାରକୁ ଯାଅ ନାହିଁ,ଗଲେ ତହିଁର ଶେଷରେତୁମ୍ଭ ପ୍ରତିବାସୀ ତୁମ୍ଭକୁ ଲଜ୍ଜିତ କଲା ଉତ୍ତାରେ ତୁମ୍ଭେ କଅଣ କରିବ?9ଆପଣା ପ୍ରତିବାସୀ ସହିତ ଆପଣା ବିବାଦର ପ୍ରତିବାଦ କର,ପୁଣି, ପରର ଗୋପନୀୟ କଥା ପ୍ରକାଶ କର ନାହିଁ।10ନୋହିଲେ ଶ୍ରବଣକାରୀ ତୁମ୍ଭକୁ ତିରସ୍କାର କଲେ,ତୁମ୍ଭ ଅଖ୍ୟାତି ଘୁଞ୍ଚା ନୋହିବ।11ଯଥୋଚିତମତେ କଥିତ ବାକ୍ୟରୂପାପାତ୍ରରେ ସୁବର୍ଣ୍ଣ ନାରଙ୍ଗ ତୁଲ୍ୟ।12ସୁବର୍ଣ୍ଣ କର୍ଣ୍ଣକୁଣ୍ଡଳ ଓ ଶୁଦ୍ଧ ସୁବର୍ଣ୍ଣର ଅଳଙ୍କାର ଯେପରି,ମନୋଯୋଗକାରୀ କର୍ଣ୍ଣ ପ୍ରତି ଜ୍ଞାନବାନ ଭର୍ତ୍ସନାକାରୀ ସେପରି।13ଫସଲ ସମୟରେ ହିମର ଶୀତଳତା ଯେପରି,ପ୍ରେରକଗଣ ପ୍ରତି ବିଶ୍ୱସ୍ତ ଦୂତ ସେପରି;କାରଣ ସେ ଆପଣା କର୍ତ୍ତାମାନଙ୍କ ପ୍ରାଣରେ ଆଶ୍ୱାସ ଦିଏ।14ବୃଷ୍ଟିହୀନ ମେଘ ଓ ବାୟୁ ଯେପରି,ଆପଣା ଦାନ ବିଷୟରେ ମିଥ୍ୟା ଦର୍ପକାରୀ ସେପରି।15ଦୀର୍ଘସହିଷ୍ଣୁତା ଦ୍ୱାରା ଶାସନକର୍ତ୍ତା ମଣାଯାଏ,ପୁଣି, କୋମଳ ଜିହ୍ୱା ଅସ୍ଥି ଭଗ୍ନ କରେ।16ତୁମ୍ଭେ କି ମଧୁ ପାଇଅଛ? ତୁମ୍ଭର ଯେତିକି ଯଥେଷ୍ଟ, ସେତିକି ଖାଅ;ବହୁତ ଖାଇଲେ ତୁମ୍ଭେ ତାହା ଉଦ୍ଗାର କରି ପକାଇବ।17ତୁମ୍ଭର ପାଦ ତୁମ୍ଭ ପ୍ରତିବାସୀର ଗୃହରେ କ୍ୱଚିତ ପଡ଼ୁ,ନୋହିଲେ ତୁମ୍ଭ ବିଷୟରେ କ୍ଳାନ୍ତ ହୋଇ ସେ ତୁମ୍ଭକୁ ଘୃଣା କରିବ।18ପ୍ରତିବାସୀ ବିରୁଦ୍ଧରେ ଯେ ମିଥ୍ୟା ସାକ୍ଷ୍ୟ ଦିଏ,ସେ ଗଦା, ଖଡ୍ଗ ଓ ତୀକ୍ଷ୍ଣ ତୀର ସ୍ୱରୂପ;19ଦୁର୍ଦ୍ଦଶା ସମୟରେ ବିଶ୍ୱାସଘାତକ ଲୋକଠାରେ ବିଶ୍ୱାସ,ଭଗ୍ନ ଦନ୍ତ ଓ ଖଞ୍ଜଖସା ଚରଣ ତୁଲ୍ୟ।20ଶୀତକାଳରେ ବସ୍ତ୍ର କାଢ଼ି ନେବାଓ ଘା ଉପରେ ଅମ୍ଳରସ ମିଶାଇବା ଲୋକ ଯେପରି,ଦୁଃଖିତମନା ନିକଟରେ ଗୀତ ଗାଇବା ଲୋକ ସେପରି।21ତୁମ୍ଭର ଶତ୍ରୁ କ୍ଷୁଧିତ ହେଲେ, ତାହାକୁ ଅନ୍ନ ଭୋଜନ କରାଅ;ପୁଣି, ସେ ତୃଷିତ ହେଲେ, ତାହାକୁ ଜଳ ପାନ କରାଅ;22ତହିଁରେ ତୁମ୍ଭେ ତାହାର ମସ୍ତକରେ ଜ୍ୱଳ ଅଙ୍ଗାର ରାଶି କରି ଥୋଇବ,ପୁଣି, ସଦାପ୍ରଭୁ ତୁମ୍ଭକୁ ପୁରସ୍କାର ଦେବେ।23ଯେପରି ଉତ୍ତରୀୟ ବାୟୁ ବୃଷ୍ଟିର ଉତ୍ପାଦକ,ସେପରି ଖଚୁଆର ଜିହ୍ୱା କ୍ରୋଧଦୃଷ୍ଟିର ଉତ୍ପାଦକ।24କଳିହୁଡ଼ୀ ସ୍ତ୍ରୀ ସଙ୍ଗରେ ଏକା ଗୃହରେ ବାସ କରିବା ଅପେକ୍ଷାଛାତର ଏକ କୋଣରେ ବାସ କରିବାର ଭଲ।25ତୃଷିତ ପ୍ରାଣକୁ ଶୀତଳ ଜଳ ଯେରୂପ,ଦୂର ଦେଶରୁ ସୁସମାଚାର ସେରୂପ।26ଗୋଳିଆ ଜଳାଶୟ ଓ ମଳିନ ନିର୍ଝର ଯେରୂପ,ଦୁଷ୍ଟ ଲୋକ ଆଗରେ ବିଚଳିତ ଧାର୍ମିକ ସେରୂପ।27ବହୁତ ମହୁ ଖାଇବାର ଯେପରି ଭଲ ନୁହେଁ,ସେପରି ମନୁଷ୍ୟମାନେ ଆପଣା ଗୌରବ ଅନୁସନ୍ଧାନ କରିବାର ଗୌରବ ନୁହେଁ।28ଯାହାର ଆତ୍ମା ଅଟକ ମାନେ ନାହିଁ,ସେ ଭଗ୍ନ ଓ ପ୍ରାଚୀରହୀନ ନଗର ତୁଲ୍ୟ।