ହିତୋପଦେଶ27ory_irv
1ତୁମ୍ଭେ କାଲିର ବିଷୟରେ ଦର୍ପ କଥା କୁହ ନାହିଁ;ଯେହେତୁ ଏକ ଦିନ କଅଣ ଉତ୍ପାଦନ କରିବ, ତାହା ତୁମ୍ଭକୁ ଜଣା ନାହିଁ।2ଅନ୍ୟ ଲୋକ ତୁମ୍ଭର ପ୍ରଶଂସା କରୁ, ମାତ୍ର ତୁମ୍ଭର ନିଜ ମୁଖ ତାହା ନ କରୁ;ଅପର ଲୋକ କରୁ, ମାତ୍ର ତୁମ୍ଭ ନିଜ ଓଷ୍ଠ ତାହା ନ କରୁ।3ଭାରୀ ପଥର ଓ ଗୁରୁ ବାଲି;ମାତ୍ର ଅଜ୍ଞାନର ବିରକ୍ତି, ସେ ଦୁଇରୁ ଭାରୀ।4କୋପ ନିଷ୍ଠୁର ଓ କ୍ରୋଧ ପ୍ରଳୟକାରୀ;ମାତ୍ର ଅନ୍ତର୍ଜ୍ୱାଳା ଆଗରେ କିଏ ଠିଆ ହୋଇପାରେ?5ଗୁପ୍ତ ପ୍ରେମଠାରୁପ୍ରକାଶିତ ଅନୁଯୋଗ ଭଲ।6ପ୍ରେମକାରୀର କ୍ଷତ ବିଶ୍ୱାସନୀୟ;ମାତ୍ର ଶତ୍ରୁର ଚୁମ୍ବନ ବହୁଳ।7ତୃପ୍ତ ପ୍ରାଣୀ ମହୁଚାକକୁ ଘୃଣା କରେ;ମାତ୍ର କ୍ଷୁଧାର୍ତ୍ତ ପ୍ରାଣୀକୁ ତିକ୍ତ ଦ୍ରବ୍ୟସବୁ ମିଷ୍ଟ।8ଯେଉଁ ଲୋକ ଆପଣା ସ୍ଥାନ ଛାଡ଼ି ଭ୍ରମଣ କରେ,ସେ ବସାରୁ ଭ୍ରମଣକାରୀ ପକ୍ଷୀର ତୁଲ୍ୟ।9ତୈଳ ଓ ସୁଗନ୍ଧି ଧୂପ ମନକୁ ଆହ୍ଲାଦିତ କରେ,ମନର ମନ୍ତ୍ରଣାରୁ ଜାତ ମିତ୍ରର ମିଷ୍ଟତା ତଦ୍ରୂପ କରେ।10ନିଜର ବନ୍ଧୁକୁ ଓ ପିତାର ବନ୍ଧୁକୁ ତ୍ୟାଗ କର ନାହିଁ;ପୁଣି, ତୁମ୍ଭର ବିପଦ ଦିନରେ ଆପଣା ଭାଇର ଗୃହକୁ ଯାଅ ନାହିଁ;ଦୂରସ୍ଥ ଭାଇଠାରୁ ନିକଟସ୍ଥ ପ୍ରତିବାସୀ ଭଲ।11ହେ ମୋହର ପୁତ୍ର, ଜ୍ଞାନବାନ ହୁଅ ଓ ମୋʼ ମନକୁ ଆହ୍ଲାଦିତ କର;ତହିଁରେ ମୁଁ ଆପଣା ନିନ୍ଦକକୁ ଉତ୍ତର ଦେଇ ପାରିବି।12ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ;ମାତ୍ର ଅସତର୍କ ଲୋକ ଆଗ ବଢ଼ି ଶାସ୍ତି ପାଏ।13ଅପରିଚିତ ଲୋକ ପାଇଁ ଯେ ଲଗା ହୁଏ, ତାହାର ବସ୍ତ୍ର ନିଅ;ପୁଣି, ଯେ ପରସ୍ତ୍ରୀ ପାଇଁ ଜାମିନ୍ ହୁଏ, ତାହାକୁ ବନ୍ଧକ ରଖ।14ଯେଉଁ ଲୋକ ଅତି ପ୍ରଭାତରେ ଉଠି ଆପଣା ମିତ୍ରକୁ ଉଚ୍ଚ ରବରେ ଆଶୀର୍ବାଦ କରେ,ତାହାର ସେହି କର୍ମ ତାହା ପ୍ରତି ଅଭିଶାପ ରୂପେ ଗଣିତ ହେବ।15ଭାରୀ ବୃଷ୍ଟି ଦିନରେ ଅବିରତ ବିନ୍ଦୁପାତଓ କଳିହୁଡ଼ୀ ସ୍ତ୍ରୀ, ଏ ଦୁଇ ଏକ ସମାନ ଅଟନ୍ତି।16ଯେ ତାକୁ ଅଟକାଏ, ସେ ବାୟୁକୁ ଅଟକାଏଓ ତାହାର ଦକ୍ଷିଣ ହସ୍ତ ତୈଳ ଉପରେ ପଡ଼େ।17ଯେପରି ଲୁହା ଲୁହାକୁ ସତେଜ କରେ,ସେପରି ମନୁଷ୍ୟ ଆପଣା ବନ୍ଧୁର ମୁଖ ସତେଜ କରେ।18ଯେକେହି ଡିମ୍ବିରିବୃକ୍ଷ ରକ୍ଷା କରେ, ସେ ତହିଁର ଫଳ ଖାଏ;ପୁଣି, ଯେ ଆପଣା ପ୍ରଭୁ ପ୍ରତି ମନୋଯୋଗୀ ଥାଏ, ସେ ସମ୍ମାନ ପାଏ।19ଯେପରି ଜଳ ମୁଖକୁ ମୁଖ ଦେଖାଏ,ସେପରି ହୃଦୟ ମନୁଷ୍ୟକୁ ମନୁଷ୍ୟ ଦେଖାଏ।20ଯେପରି ପାତାଳ ଓ ବିନାଶ ସ୍ଥାନ କେତେବେଳେ ତୃପ୍ତ ନୁହେଁ,ସେପରି ମନୁଷ୍ୟର ଇଚ୍ଛାସକଳ କେତେବେଳେ ତୃପ୍ତ ନୁହେଁ।21କୋୟିରେ ରୂପା, ଉହ୍ମାଇରେ ସୁନା,ପ୍ରଶଂସାରେ ମନୁଷ୍ୟ ପରୀକ୍ଷିତ ହୁଏ।22ତୁମ୍ଭେ ଗହମ ସହିତ ଅଜ୍ଞାନକୁ ଢିଙ୍କିରେ କୁଟିଲେ ହେଁତାହାର ଅଜ୍ଞାନତା ଛାଡ଼ିଯିବ ନାହିଁ।23ତୁମ୍ଭେ ଆପଣା ମେଷପଲର ଅବସ୍ଥା ଜାଣିବା ପାଇଁ ଯତ୍ନବାନ ହୁଅ,ପୁଣି ଆପଣା ପଶୁପଲ ବିଷୟରେ ଉତ୍ତମ ରୂପେ ମନୋଯୋଗ କର।24କାରଣ ସମ୍ପତ୍ତି ଅନନ୍ତକାଳସ୍ଥାୟୀ ନୁହେଁଓ ମୁକୁଟ କʼଣ ପୁରୁଷାନୁକ୍ରମରେ ଥାଏ?25ଘାସ କଟା ହେଲେ କଅଁଳ ଘାସ ପ୍ରକାଶ ପାଏ,ଆଉ ପର୍ବତମାନର ତୃଣ ସଂଗୃହୀତ ହୁଏ।26ମେଷଛୁଆମାନେ ତୁମ୍ଭକୁ ବସ୍ତ୍ର ଦେବେ;ପୁଣି, ଛେଳି ତୁମ୍ଭ କ୍ଷେତ୍ରର ମୂଲ୍ୟ ସ୍ୱରୂପ ଅଟେ।27ପୁଣି, ଛେଳିଦୁଧ ତୁମ୍ଭର ଓ ତୁମ୍ଭ ପରିବାରର ଭକ୍ଷ୍ୟ ପାଇଁ ଯଥେଷ୍ଟ ହେବ;ଆଉ, ତୁମ୍ଭ ଦାସୀମାନଙ୍କ ପାଇଁ ଉପଜୀବିକା ହେବ।