ହିତୋପଦେଶ28ory_irv
1କେହି ନ ଗୋଡ଼ାଇଲେ ହେଁ ଦୁଷ୍ଟ ପଳାଏ;ମାତ୍ର ଧାର୍ମିକମାନେ ସିଂହ ପରି ସାହସିକ।2ଦେଶର ଅଧର୍ମ ସକାଶୁ ତହିଁର ଅଧିପତି ଅନେକ ହୁଅନ୍ତି;ମାତ୍ର ବୁଦ୍ଧିମାନ ଓ ଜ୍ଞାନବାନ ଲୋକମାନଙ୍କ ଦ୍ୱାରା ତହିଁର ସ୍ଥିରତା ଦୀର୍ଘ ହୁଏ।3ଯେଉଁ ଦରିଦ୍ର ଲୋକ ଦୀନହୀନକୁ ଉପଦ୍ରବ କରେ,ସେ ପ୍ଲାବନକାରୀ ବୃଷ୍ଟି ପରି; ତହିଁରେ ଭକ୍ଷ୍ୟର ଅଭାବ ଘଟେ।4ବ୍ୟବସ୍ଥାତ୍ୟାଗକାରୀମାନେ ଦୁଷ୍ଟମାନଙ୍କୁ ପ୍ରଶଂସା କରନ୍ତି,ପୁଣି, ଆଜ୍ଞା ପାଳିବା ଲୋକମାନେ ସେମାନଙ୍କ ସହିତ ବିରୋଧ କରନ୍ତି।5ମନ୍ଦ ଲୋକମାନେ ନ୍ୟାୟ ବୁଝନ୍ତି ନାହିଁ,ମାତ୍ର ସଦାପ୍ରଭୁଙ୍କ ଅନ୍ୱେଷଣକାରୀମାନେ ସବୁ ବିଷୟ ବୁଝନ୍ତି।6ଦ୍ୱିପଥଗାମୀ କୁଟିଳ ଲୋକ ଧନୀ ହେଲେ ହେଁତାହା ଅପେକ୍ଷା ଆପଣା ସିଦ୍ଧତାରେ ଗମନକାରୀ ଦରିଦ୍ର ଲୋକ ଭଲ।7ଯେ ବ୍ୟବସ୍ଥା ମାନେ, ସେ ବୁଦ୍ଧିମାନ ପୁତ୍ର;ପୁଣି, ଯେ ପେଟାର୍ଥୀମାନଙ୍କର ସଙ୍ଗୀ ହୁଏ, ସେ ଆପଣା ପିତାକୁ ଲଜ୍ଜା ଦିଏ।8ଯେଉଁ ଲୋକ ସୁଧ ଓ ବୃଦ୍ଧି ଦ୍ୱାରା ଆପଣା ସମ୍ପତ୍ତି ବୃଦ୍ଧି କରେ,ସେ ଦୀନହୀନ ପ୍ରତି ଦୟାକାରୀ ପାଇଁ ତାହା ସଞ୍ଚୟ କରେ।9ଯେଉଁ ଲୋକ ବ୍ୟବସ୍ଥା ଶୁଣିବାରୁ ଆପଣା କର୍ଣ୍ଣ ଫେରାଏ,ତାହାର ପ୍ରାର୍ଥନା ହିଁ ଘୃଣାର ବିଷୟ ହୁଏ।10ଯେଉଁ ଲୋକ ସରଳ ଲୋକକୁ ମନ୍ଦ ପଥରେ ଯିବାକୁ ଭୁଲାଏ,ସେ ସ୍ୱକୃତ ଖାତରେ ଆପେ ପଡ଼ିବ;ମାତ୍ର ସିଦ୍ଧ ଲୋକେ ମଙ୍ଗଳ ଅଧିକାର କରିବେ।11ଧନବାନ ଆପଣା ଦୃଷ୍ଟିରେ ଜ୍ଞାନବାନ;ମାତ୍ର ବୁଦ୍ଧିମାନ ଦୀନହୀନ ଲୋକ ତାହାର ପରିଚୟ ନିଏ।12ଧାର୍ମିକମାନେ ଜୟ କଲେ ମହାଗୌରବ ହୁଏ;ମାତ୍ର ଦୁଷ୍ଟମାନଙ୍କର ଉନ୍ନତି ହେଲେ ଲୋକେ ଆପଣାକୁ ଲୁଚାନ୍ତି।13ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ;ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ।14ଯେଉଁ ଲୋକ ସବୁବେଳେ କୁକର୍ମ କରିବାକୁ ଭୟ ରଖେ, ସେ ଧନ୍ୟ;ମାତ୍ର ଯେ ଆପଣା ମନକୁ କଠିନ କରେ, ସେ ଆପଦରେ ପଡ଼ିବ।15ଯେପରି ଗର୍ଜ୍ଜନକାରୀ ସିଂହ ଓ ଭ୍ରମଣକାରୀ ଭାଲୁ;ସେପରି ଦୀନହୀନ ପ୍ରଜାଙ୍କ ଉପରେ ଦୁଷ୍ଟ କର୍ତ୍ତା।16ଯେଉଁ ଅଧ୍ୟକ୍ଷ ବୁଦ୍ଧିହୀନ, ସେ ମଧ୍ୟ ଅତି ଉପଦ୍ରବୀ ହୁଏ,ମାତ୍ର ଯେ ଲୋଭକୁ ଘୃଣା କରେ, ସେ ଆପଣା ଦିନ ବଢ଼ାଇବ।17ଯେଉଁ ଲୋକ କୌଣସି ଲୋକର ରକ୍ତରେ ଭାରଗ୍ରସ୍ତ ହୁଏ,ସେ ଗର୍ତ୍ତ ପର୍ଯ୍ୟନ୍ତ ପଳାଇବ;କେହି ତାହାକୁ ନ ଅଟକାଉ।18ଯେଉଁ ଲୋକ ସିଦ୍ଧ ଭାବରେ ଚାଲେ, ସେ ରକ୍ଷା ପାଏ;ମାତ୍ର ଆପଣା ପଥରେ କୁଟିଳ ଲୋକ ଅକସ୍ମାତ୍ ପଡ଼ିବ।19ଆପଣା ଭୂମି ଯେ ଚଷେ, ସେ ଯଥେଷ୍ଟ ଆହାର ପାଇବ;ପୁଣି, ଯେ ଅସାର ଲୋକଙ୍କର ଅନୁଗାମୀ ହୁଏ, ତାହାର ଯଥେଷ୍ଟ ଦରିଦ୍ରତା ହେବ।20ବିଶ୍ୱସ୍ତ ଲୋକ ଆଶୀର୍ବାଦରେ ବର୍ଦ୍ଧିଷ୍ଣୁ ହେବ;ମାତ୍ର ଯେ ଧନବାନ ହେବାକୁ ଅତି ଉଦ୍ୟମ କରେ, ସେ ଅଦଣ୍ଡିତ ନୋହିବ।21ମୁଖାପେକ୍ଷା କରିବା ଭଲ ନୁହେଁ।କିଅବା ଖଣ୍ଡେ ରୁଟି ପାଇଁ ଅଧର୍ମ କରିବା ଭଲ ନୁହେଁ।22କୁଦୃଷ୍ଟି ଲୋକ ସମ୍ପତ୍ତି ପଛେ ଦୌଡ଼େ,ମାତ୍ର ତାହାକୁ ଅଭାବ ଆକ୍ରମଣ କରିବ ବୋଲି ସେ ଜାଣେ ନାହିଁ।23ଜିହ୍ୱାରେ ଚାଟୁବାଦ କରିବା ଲୋକ ଅପେକ୍ଷାମନୁଷ୍ୟକୁ ଅନୁଯୋଗ କରିବା ଲୋକ ଶେଷରେ ଅଧିକ ଅନୁଗ୍ରହ ପାଏ।24ଯେ ଆପଣା ପିତା କିମ୍ବା ମାତାର ଦ୍ରବ୍ୟ ଅପହରଣ କରି କହେ, ଏଥିରେ କିଛି ଅଧର୍ମ ନାହିଁ,ସେ ସଂହାର କର ସଙ୍ଗୀ।25ବହୁପ୍ରତ୍ୟାଶୀ ପ୍ରାଣ ବିବାଦ ଜନ୍ମାଏ,ମାତ୍ର ଯେ ସଦାପ୍ରଭୁଙ୍କ ଉପରେ ନିର୍ଭର ରଖେ, ସେ ହୃଷ୍ଟପୁଷ୍ଟ ହେବ।26ଯେ ଆପଣା ଅନ୍ତଃକରଣରେ ନିର୍ଭର ରଖେ, ସେ ମୂର୍ଖ;ମାତ୍ର ଯେ ଜ୍ଞାନରେ ଚାଲେ, ସେ ରକ୍ଷା ପାଇବ।27ଯେ ଦରିଦ୍ରକୁ ଦାନ କରେ, ତାହାର ଅଭାବ ହେବ ନାହିଁ;ମାତ୍ର ଯେ ଆପଣା ଚକ୍ଷୁ ମୁଦେ, ସେ ଅନେକ ଅଭିଶାପ ପାଇବ।28ଦୁଷ୍ଟମାନେ ଉନ୍ନତ ହେଲେ, ଲୋକେ ଆପଣାମାନଙ୍କୁ ଲୁଚାନ୍ତି;ମାତ୍ର ସେମାନେ ବିନଷ୍ଟ ହେଲେ, ଧାର୍ମିକଗଣ ବର୍ଦ୍ଧିଷ୍ଣୁ ହୁଅନ୍ତି।