ହିତୋପଦେଶ3ory_irv

ଯୁବକମାନଙ୍କୁ ଉପଦେଶ

1ହେ ମୋହର ପୁତ୍ର, ତୁମ୍ଭେ ମୋହର ବ୍ୟବସ୍ଥା ପାସୋର ନାହିଁ;ମାତ୍ର ତୁମ୍ଭର ହୃଦୟ ମୋହର ଆଜ୍ଞାସବୁ ପାଳନ କରୁ।2ଯେହେତୁ ତଦ୍ଦ୍ୱାରା ପରମାୟୁର ଦୀର୍ଘତାଓ ଜୀବନର ବର୍ଷ ସଂଖ୍ୟା ଓ ଶାନ୍ତି ବୃଦ୍ଧି ହେବ।3ଦୟା ଓ ସତ୍ୟତା ତୁମ୍ଭକୁ ପରିତ୍ୟାଗ ନ କରୁ;ଆପଣା କଣ୍ଠରେ ଉଭୟକୁ ବାନ୍ଧଓ ଆପଣା ଚିତ୍ତରୂପ ପଟାରେ ଲେଖି ରଖ।4ତାହା କଲେ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ଦୃଷ୍ଟିରେଅନୁଗ୍ରହ ଓ ସୁବିବେଚନା ଲାଭ କରିବ।5ତୁମ୍ଭେ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କଠାରେ ବିଶ୍ୱାସ କରଓ ନିଜ ସୁବିବେଚନାରେ ଆଉଜି ପଡ଼ ନାହିଁ।6ଆପଣାର ସବୁ ଗତିରେ ତାହାଙ୍କୁ ସ୍ୱୀକାର କର;ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ।7ତୁମ୍ଭେ ଆପଣା ଦୃଷ୍ଟିରେ ଜ୍ଞାନବାନ ହୁଅ ନାହିଁ;ସଦାପ୍ରଭୁଙ୍କୁ ଭୟ କର ଓ ମନ୍ଦତାରୁ ବିମୁଖ ହୁଅ।8ତାହା ତୁମ୍ଭ ନାଭିଦେଶର ସ୍ୱାସ୍ଥ୍ୟଓ ଅସ୍ଥିର ମଜ୍ଜା ହେବ।9ତୁମ୍ଭେ ଆପଣା ଧନରେଓ ସମସ୍ତ ଆୟର ପ୍ରଥମ ଫଳରେସଦାପ୍ରଭୁଙ୍କର ସମାଦର କର।10ତହିଁରେ ତୁମ୍ଭର ଭଣ୍ଡାର ବହୁ ଧନରେ ପରିପୂର୍ଣ୍ଣ ହେବଓ ତୁମ୍ଭ କୁଣ୍ଡରେ ନୂତନ ଦ୍ରାକ୍ଷାରସ ଉଚ୍ଛୁଳି ପଡ଼ିବ।11ହେ ମୋହର ପୁତ୍ର, ସଦାପ୍ରଭୁଙ୍କ ଅନୁଶାସନ ତୁଚ୍ଛ କର ନାହିଁଓ ତାହାଙ୍କ ଶାସନରେ କ୍ଳାନ୍ତ ହୁଅ ନାହିଁ।12କାରଣ ଯେପରି ପିତା ଆପଣା ସନ୍ତୋଷ ପାତ୍ର ପୁତ୍ରକୁ,ସେପରି ସଦାପ୍ରଭୁ ଆପଣା ପ୍ରେମପାତ୍ରକୁ ଅନୁଶାସନ କରନ୍ତି।13ଯେଉଁ ଲୋକ ଜ୍ଞାନ ପାଏଓ ବୁଦ୍ଧି ଲାଭ କରେ, ସେ ଧନ୍ୟ।14ଯେହେତୁ ରୂପାର ବାଣିଜ୍ୟଠାରୁ ତାହାର ବାଣିଜ୍ୟ ଉତ୍ତମ,ପୁଣି ଶୁଦ୍ଧ ସୁବର୍ଣ୍ଣଠାରୁ ତାହାର ଲାଭ ଶ୍ରେଷ୍ଠ।15ତାହା ମୁକ୍ତାଠାରୁ ଅଧିକ ମୂଲ୍ୟବାନ,ପୁଣି ତୁମ୍ଭର କୌଣସି ଇଷ୍ଟବସ୍ତୁ ତାହାର ତୁଲ୍ୟ ହେବାକୁ ଯୋଗ୍ୟ ନୁହେଁ।16ତାହାର ଡାହାଣ ହସ୍ତରେ ଦୀର୍ଘାୟୁ,ତାହାର ବାମ ହସ୍ତରେ ଧନ ଓ ସମ୍ମାନ ଥାଏ।17ତାହାର ପଥସବୁ ସୁଖଦାୟକ ପଥଓ ତାହାର ସମସ୍ତ ମାର୍ଗ ଶାନ୍ତିକର ଅଟେ।18ଯେଉଁମାନେ ତାହାର ଆଶ୍ରୟ ନିଅନ୍ତି,ସେମାନଙ୍କ ପ୍ରତି ସେ ଜୀବନଦାୟକ ବୃକ୍ଷ ସ୍ୱରୂପ;ଯେଉଁ ଲୋକ ତାହା ଧରି ରଖେ, ସେ ଧନ୍ୟ।19ସଦାପ୍ରଭୁ ଜ୍ଞାନରେ ପୃଥିବୀ ସ୍ଥାପନ କଲେ,ସେ ବୁଦ୍ଧିରେ ଆକାଶମଣ୍ଡଳ ସୁସ୍ଥିର କଲେ।20ତାହାଙ୍କ ଜ୍ଞାନରେ ଗଭୀର ସ୍ଥାନରୁ ଜଳ ଉଚ୍ଛୁଳି ଉଠେ,ପୁଣି, ମେଘରୁ କାକର ଟୋପା ଟୋପା ପଡ଼େ।21ହେ ମୋହର ପୁତ୍ର, ଏହିସବୁ ତୁମ୍ଭ ଦୃଷ୍ଟିଗୋଚରରୁ ନ ଯାଉ,ତୁମ୍ଭେ ତତ୍ତ୍ୱଜ୍ଞାନ ଓ ପରିଣାମଦର୍ଶିତା ରକ୍ଷା କର।22ତାହା ତୁମ୍ଭ ପ୍ରାଣର ଜୀବନଓ କଣ୍ଠର ଭୂଷଣ ହେବ।23ତେବେ ତୁମ୍ଭେ ଆପଣା ପଥରେ ନିର୍ଭୟରେ ଚାଲିବ,ପୁଣି, ତୁମ୍ଭର ଚରଣ ଝୁଣ୍ଟିବ ନାହିଁ।24ଶୟନ କାଳରେ ତୁମ୍ଭର ଆଶଙ୍କା ହେବ ନାହିଁ, ହଁ,ତୁମ୍ଭେ ଶୟନ କରିବ ଓ ତୁମ୍ଭର ନିଦ୍ରା ସୁଖଜନକ ହେବ।25ହଠାତ୍‍ ଉତ୍ପନ୍ନ ଆଶଙ୍କାକୁକିଅବା ଦୁଷ୍ଟମାନଙ୍କ ଉପସ୍ଥିତ ବିନାଶକୁ ଭୟ କର ନାହିଁ।26ଯେହେତୁ ସଦାପ୍ରଭୁ ତୁମ୍ଭର ବିଶ୍ୱାସଭୂମି ହେବେ,ସେ ତୁମ୍ଭର ପାଦ ଫାନ୍ଦରୁ ରକ୍ଷା କରିବେ।27ଉପକାର କରିବାର ସାମର୍ଥ୍ୟ ତୁମ୍ଭ ହସ୍ତରେ ଥିଲେ,ଉଚିତ ଦାନପାତ୍ରମାନଙ୍କୁ ମନା କର ନାହିଁ।28ଆପଣା ନିକଟରେ ଦ୍ରବ୍ୟ ଥିଲେ,ଯାଅ, ପୁନର୍ବାର ଆସ, ଆମ୍ଭେ କାଲି ଦେବାଏହା ତୁମ୍ଭ ପ୍ରତିବାସୀକୁ କୁହ ନାହିଁ।29ତୁମ୍ଭ ପ୍ରତିବାସୀ ତୁମ୍ଭ ନିକଟରେ ନିର୍ଭୟରେ ବାସ କରିବାରୁତାହାର ବିରୁଦ୍ଧରେ ଅନିଷ୍ଟ ଚିନ୍ତା କର ନାହିଁ।30ମନୁଷ୍ୟ ତୁମ୍ଭର କ୍ଷତି ନ କଲେ,ଅକାରଣରେ ତାହା ସହିତ ବିରୋଧ କର ନାହିଁ।31ଉପଦ୍ରବୀ ପ୍ରତି ଈର୍ଷା କର ନାହିଁ,ପୁଣି, ତାହାର କୌଣସି ପଥ ମନୋନୀତ କର ନାହିଁ।32କାରଣ ଖଳ ଲୋକ ସଦାପ୍ରଭୁଙ୍କର ଘୃଣାପାତ୍ର;ମାତ୍ର ସରଳାଚାରୀମାନଙ୍କ ସଙ୍ଗେ ତାହାଙ୍କର ମିତ୍ରାଳାପ ଥାଏ।33ପାପୀମାନଙ୍କ ଗୃହରେ ସଦାପ୍ରଭୁଙ୍କର ଅଭିଶାପ ଥାଏ,ମାତ୍ର ସେ ଧାର୍ମିକମାନଙ୍କ ନିବାସକୁ ଆଶୀର୍ବାଦ କରନ୍ତି।34ଯଦ୍ୟପି ସେ ନିନ୍ଦକମାନଙ୍କୁ ନିନ୍ଦା କରନ୍ତି,ତଥାପି ସେ ନମ୍ର ଲୋକମାନଙ୍କୁ ଅନୁଗ୍ରହ ପ୍ରଦାନ କରନ୍ତି।35ଜ୍ଞାନବାନ ଲୋକେ ସମ୍ମାନର ଅଧିକାରୀ ହେବେ,ମାତ୍ର ଲଜ୍ଜା ଅଜ୍ଞାନମାନଙ୍କ ଉନ୍ନତି ହେବ।