ହିତୋପଦେଶ31ory_irv

ଲମୂୟେଲ ରାଜାର କଥା

1ଲମୂୟେଲ ରାଜାର କଥା: ଅର୍ଥାତ୍‍, ତାହାର ମାତା ତାହାକୁ ଯାହା ଶିଖାଇଥିଲା, ସେହି ଭାରୋକ୍ତି।2ହେ ମୋହର ପୁତ୍ର, ହେ ମୋʼ ଗର୍ଭର ପୁତ୍ର,ହେ ମୋʼ ମାନତର ପୁତ୍ର, କଅଣ କହିବି?3ତୁମ୍ଭେ ସ୍ତ୍ରୀଲୋକଙ୍କୁ ଆପଣା ବଳ ଦିଅ ନାହିଁ,ଅବା ରାଜାମାନେ ଯହିଁରେ ବିନଷ୍ଟ ହୁଅନ୍ତି, ତହିଁରେ ଗତି କର ନାହିଁ।4ହେ ଲମୂୟେଲ, ରାଜାମାନଙ୍କର ଦ୍ରାକ୍ଷାରସ ପାନ କରିବା ଉଚିତ ନୁହେଁ, ରାଜାମାନଙ୍କର ଉଚିତ ନୁହେଁ;କିଅବା ମଦ୍ୟ କାହିଁ ବୋଲି କହିବା ଭୂପତିମାନଙ୍କର ଉଚିତ ନୁହେଁ।5ସେମାନେ ପାନ କଲେ, ବ୍ୟବସ୍ଥା ପାସୋରିଦୁଃଖୀସନ୍ତାନ ସମସ୍ତଙ୍କର ବିଚାର ବିପରୀତ କରିବେ।6ମୃତକଳ୍ପ ଲୋକକୁ ମଦ୍ୟ ଦିଅଓ ତିକ୍ତମନା ଲୋକକୁ ଦ୍ରାକ୍ଷାରସ ଦିଅ।7ସେ ଲୋକ ପାନ କରି ଆପଣା ଦରିଦ୍ରତା ପାସୋରୁଓ ଆପଣା କ୍ଳେଶ ଆଉ ମନରେ ନ କରୁ।8ଘୁଙ୍ଗା ଲୋକଙ୍କ ପକ୍ଷରେ,ସମସ୍ତ ଅନାଥଙ୍କ ପକ୍ଷରେ, ଆପଣା ମୁଖ ଫିଟାଅ।9ମୁଖ ଫିଟାଇ ଯଥାର୍ଥ ବିଚାର କର,ପୁଣି, ଦୁଃଖୀ ଓ ଦରିଦ୍ରମାନଙ୍କର ସୁବିଚାର କର।

ସର୍ବଗୁଣ ସମ୍ପନ୍ନା ସ୍ତ୍ରୀ

10ଗୁଣବତୀ ସ୍ତ୍ରୀ କିଏ ପାଇ ପାରେ?ମୁକ୍ତାଠାରୁ ହିଁ ତାହାର ମୂଲ୍ୟ ଅଧିକ।11ତାହାର ସ୍ୱାମୀର ହୃଦୟ ତାହାଠାରେ ନିର୍ଭର କରେ,ପୁଣି, ତାହାର ଲାଭର ଅଭାବ ହୁଏ ନାହିଁ।12ସେ ଜୀବନଯାଏସ୍ୱାମୀର କ୍ଷତି ନ କରି ମଙ୍ଗଳ କରେ।13ସେ ମେଷଲୋମ ଓ ମସିନା ଖୋଜିସନ୍ତୋଷରେ ଆପଣା ହସ୍ତରେ କର୍ମ କରେ।14ସେ ବାଣିଜ୍ୟ-ଜାହାଜ ତୁଲ୍ୟ;ସେ ଦୂରରୁ ଆପଣା ଆହାର ଆଣେ।15ମଧ୍ୟ ସେ ରାତ୍ରି ଥାଉ ଥାଉ ଉଠେଓ ଆପଣା ପରିଜନ ସମସ୍ତଙ୍କ ନିମନ୍ତେ ଖାଦ୍ୟ ପ୍ରସ୍ତୁତ କରେଓ ଦାସୀଗଣଙ୍କୁ ନିରୂପିତ କର୍ମ ଦିଏ।16ସେ କ୍ଷେତ୍ରର ବିଷୟ ବୁଝି ତାହା କିଣେ,ସେ ଆପଣା ହସ୍ତର ଫଳ ଦେଇ ଦ୍ରାକ୍ଷାକ୍ଷେତ୍ର ରୋପଣ କରେ।17ସେ ବଳରେ ଆପଣା ଅଣ୍ଟା ବାନ୍ଧେଓ ଆପଣା ବାହୁ ବଳବାନ କରେ।18ଆପଣା ବ୍ୟାପାର ଯେ ଲାଭଜନକ, ଏହା ସେ ବୁଝେ;ପୁଣି, ରାତ୍ରିକାଳରେ ତାହାର ପ୍ରଦୀପ ଲିଭିଯାଏ ନାହିଁ।19ସେ ଚରଖାକୁ ହାତ ବଢ଼ାଏ,ପୁଣି, ତାହାର ହସ୍ତ ତାକୁଡ଼ି ଧରେ।20ସେ ଦୁଃଖୀ ଲୋକମାନଙ୍କ ପ୍ରତି ମୁକ୍ତହସ୍ତା ହୁଏଓ ଦରିଦ୍ରମାନଙ୍କ ପ୍ରତି ଆପଣା ହାତ ବଢ଼ାଏ।21ସେ ହିମ ଲାଗି ଆପଣା ପରିବାର ବିଷୟରେ ଭୟ କରେ ନାହିଁ;ଯେହେତୁ ତାହାର ସମସ୍ତ ପରିବାର ସିନ୍ଦୂର ବର୍ଣ୍ଣ ବସ୍ତ୍ର ପିନ୍ଧନ୍ତି।22ସେ ଆପଣା ନିମନ୍ତେ ଚିତ୍ରବିଚିତ୍ର ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରେ,ପୁଣି, ସେ ଶୁଭ୍ର କ୍ଷୌମବସ୍ତ୍ର ଓ ଧୂମ୍ରବର୍ଣ୍ଣ ବସ୍ତ୍ର ପିନ୍ଧେ।23ତାହାର ସ୍ୱାମୀ ଦେଶୀୟ ପ୍ରାଚୀନମାନଙ୍କ ସଙ୍ଗେନଗର-ଦ୍ୱାରରେ ବସିବା ବେଳେ ଚିହ୍ନାଯାଏ।24ସେ ସୂକ୍ଷ୍ମ ବସ୍ତ୍ର ପ୍ରସ୍ତୁତ କରି ବିକ୍ରୟ କରେ,ପୁଣି, ବଣିକମାନଙ୍କ ହସ୍ତରେ କଟିବନ୍ଧନ ସମର୍ପଣ କରେ।25ବଳ ଓ ଶୋଭା ତାହାର ବସ୍ତ୍ର ସ୍ୱରୂପ;ପୁଣି, ଭବିଷ୍ୟତକାଳ ବିଷୟରେ ସେ ହାସ୍ୟ କରେ।26ସେ ଜ୍ଞାନରେ ଆପଣା ମୁଖ ଫିଟାଏ;ତାହାର ଜିହ୍ୱାରେ ଦୟାର ବ୍ୟବସ୍ଥା ଥାଏ।27ସେ ଆପଣା ପରିବାରର ଆଚରଣରେ ମନୋଯୋଗ କରେ,ପୁଣି, ଆଳସ୍ୟର ଆହାର ଖାଏ ନାହିଁ।28ତାହାର ସନ୍ତାନମାନେ ଉଠି ତାହାକୁ ଧନ୍ୟ ଧନ୍ୟ କହନ୍ତିଓ ତାହାର ସ୍ୱାମୀ ହିଁ ତାହାକୁ (ଏରୂପ) ପ୍ରଶଂସା କରେ;29“ଅନେକ କନ୍ୟା ଗୁଣ ଦେଖାଇଅଛନ୍ତି,ମାତ୍ର ତୁମ୍ଭେ ସେସମସ୍ତଙ୍କ ଅପେକ୍ଷା ଶ୍ରେଷ୍ଠ।”30ଲାବଣ୍ୟ ପ୍ରବଞ୍ଚନାଜନକ ଓ ସୌନ୍ଦର୍ଯ୍ୟ ଅସାର;ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହେବ।31ତାହାର ହାତର ଫଳ ତାହାକୁ ଦିଅ,ପୁଣି, ତାହାର ନିଜ କର୍ମ ନଗର-ଦ୍ୱାରରେ ତାହାର ପ୍ରଶଂସା କରୁ।