ଜ୍ଞାନର ଉପକାରିତା
1ହେ ମୋହର ପୁତ୍ରଗଣ, ପିତାର ଉପଦେଶ ଶୁଣଓ ସୁବିବେଚନାଦାୟକ ଜ୍ଞାନରେ ମନୋଯୋଗ କର।2ଯେହେତୁ ମୁଁ ତୁମ୍ଭମାନଙ୍କୁ ଉତ୍ତମ ଶିକ୍ଷା ଦେଉଅଛି,ମୋହର ଆଦେଶ ପରିତ୍ୟାଗ କର ନାହିଁ।3ମୁଁ ଆପଣା ପିତାଙ୍କର ପୁଅଟିଏ ଥିଲି,ପୁଣି, ମାତାଙ୍କ ଦୃଷ୍ଟିରେ କୋମଳ ଓ ଏକମାତ୍ର ପ୍ରିୟ ଥିଲି।4ପିତା ମୋତେ ଶିକ୍ଷା ଦେଇ କହିଲେ,“ତୁମ୍ଭ ମନରେ ମୋହର କଥାସବୁ ରଖ,ପୁଣି ମୋହର ଆଜ୍ଞାସବୁ ପାଳନ କର ତହିଁରେ ତୁମ୍ଭେ ବଞ୍ଚିବ।5ଜ୍ଞାନ ଅର୍ଜନ କର, ସୁବିବେଚନା ଲାଭ କର, ତାହା ଭୁଲ ନାହିଁ;ପୁଣି, ମୋʼ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ।6ତାକୁ ପରିତ୍ୟାଗ କର ନାହିଁ; ତହିଁରେ ସେ ତୁମ୍ଭକୁ ପାଳନ କରିବ;ତାକୁ ସ୍ନେହ କର, ତହିଁରେ ସେ ତୁମ୍ଭକୁ ରକ୍ଷା କରିବ।7ଜ୍ଞାନ ସର୍ବଶ୍ରେଷ୍ଠ ବିଷୟ, ଏଣୁ ଜ୍ଞାନ ଲାଭ କର;ପୁଣି, ତୁମ୍ଭର ସବୁ ଲାଭ ମଧ୍ୟରେ ସୁବିବେଚନା ଲାଭ କର।8ତାହାକୁ ଶିରୋଧାର୍ଯ୍ୟ କର, ତହିଁରେ ସେ ତୁମ୍ଭକୁ ଉନ୍ନତ କରିବ;ତାହାକୁ ଆଲିଙ୍ଗନ କଲେ, ସେ ତୁମ୍ଭକୁ ସମ୍ଭ୍ରାନ୍ତ କରିବ।9ସେ ତୁମ୍ଭ ମସ୍ତକରେ ଅନୁଗ୍ରହରୂପ ଭୂଷଣ ଦେବ;ସେ ତୁମ୍ଭକୁ ଶୋଭାର ମୁକୁଟ ଅର୍ପଣ କରିବ।”10ହେ ମୋହର ପୁତ୍ର, ଶୁଣ, ମୋʼ କଥା ଘେନ;ତହିଁରେ ତୁମ୍ଭ ଆୟୁର ବର୍ଷ ବହୁତ ହେବ।11ମୁଁ ତୁମ୍ଭକୁ ଜ୍ଞାନର ମାର୍ଗରେ ଶିକ୍ଷା ଦେଇଅଛି,ମୁଁ ସାଧୁତାର ପଥରେ ତୁମ୍ଭକୁ କଢ଼ାଇଅଛି।12ତୁମ୍ଭେ ଗମନ କରିବା ବେଳେ ତୁମ୍ଭର ପାଦ ସଙ୍କୁଚିତ ହେବ ନାହିଁ;ପୁଣି, ଦୌଡ଼ିବା ବେଳେ ତୁମ୍ଭେ ଝୁଣ୍ଟିବ ନାହିଁ।13ଉପଦେଶ ଦୃଢ଼ କରି ଧର; ତାକୁ ଛାଡ଼ିଦିଅ ନାହିଁ; ତାକୁ ରଖ;କାରଣ ତାହା ତୁମ୍ଭର ଜୀବନ।14କୁକର୍ମୀମାନଙ୍କ ପଥ ମଧ୍ୟରେ ପ୍ରବେଶ କର ନାହିଁଏବଂ ଦୁଷ୍ଟ ଲୋକମାନଙ୍କ ବାଟରେ ଚାଲ ନାହିଁ।15ତାହା ପରିତ୍ୟାଗ କର, ତହିଁର ନିକଟ ଦେଇ ଯାଅ ନାହିଁ;ତହିଁରୁ ବିମୁଖ ହୋଇ ଚାଲିଯାଅ।16ଯେହେତୁ କୁକ୍ରିୟା ନ କଲେ ସେମାନେ ଶୟନ କରନ୍ତି ନାହିଁ,ପୁଣି କାହାକୁ ପତିତ ନ କରାଇଲେ ସେମାନଙ୍କ ନିଦ୍ରା ଭାଙ୍ଗିଯାଏ।17ଯେହେତୁ ସେମାନେ ଦୁଷ୍ଟତାରୂପ ଅନ୍ନ ଭକ୍ଷଣ କରନ୍ତି;ପୁଣି, ଦୌରାତ୍ମ୍ୟରୂପ ଦ୍ରାକ୍ଷାରସ ପାନ କରନ୍ତି।18ମାତ୍ର ଧାର୍ମିକମାନଙ୍କ ପଥ ପ୍ରଭାତର ଆଲୁଅ ତୁଲ୍ୟ,ଯାହା ମଧ୍ୟାହ୍ନ ପର୍ଯ୍ୟନ୍ତ ଆହୁରି ଆହୁରି ତେଜସ୍କର ହୁଏ।19ପୁଣି, ଦୁଷ୍ଟମାନଙ୍କର ବାଟ ଅନ୍ଧକାର ତୁଲ୍ୟ;ସେମାନେ କାହିଁରେ ଝୁଣ୍ଟି ପଡ଼ନ୍ତି, ତାହା ଜାଣନ୍ତି ନାହିଁ।20ହେ ମୋହର ପୁତ୍ର, ମୋʼ କଥାରେ ମନୋଯୋଗ କର;ମୋʼ ବାକ୍ୟରେ କର୍ଣ୍ଣ ଡେର।21ତାହାସବୁ ତୁମ୍ଭ ଚକ୍ଷୁରୁ ନ ଯାଉ;ତାହାସବୁ ତୁମ୍ଭ ହୃଦୟ ମଧ୍ୟରେ ଯତ୍ନ କରି ରଖ।22ଯେହେତୁ ତାହା ଯେଉଁମାନେ ପାଆନ୍ତି,ସେମାନଙ୍କ ପ୍ରତି ତାହା ଜୀବନ ଓ ସର୍ବାଙ୍ଗର ସ୍ୱାସ୍ଥ୍ୟ ଅଟେ।23ତୁମ୍ଭ ହୃଦୟକୁ ଅତି ଯତ୍ନରେ ରଖ;ଯେହେତୁ ତହିଁରୁ ଜୀବନର ପ୍ରବାହ ଜନ୍ମେ।24ଆପଣାଠାରୁ କୁଟିଳ ମୁଖ ଦୂର କରଓ ବକ୍ର ଓଷ୍ଠାଧର ବହୁ ଦୂରରେ ରଖ।25ତୁମ୍ଭ ଚକ୍ଷୁ ଆଗକୁ ଦୃଷ୍ଟି କରୁଓ ତୁମ୍ଭ ଚକ୍ଷୁର ପତା ତୁମ୍ଭ ସମ୍ମୁଖରେ ସଳଖ ଅନାଉ।26ତୁମ୍ଭେ ଆପଣା ପାଦ ସଳଖ କରି ପକାଅଓ ତୁମ୍ଭର ସବୁ ପଥ ସ୍ଥିରୀକୃତ ହେଉ।27ଡାହାଣ କି ବାମ ପାର୍ଶ୍ୱକୁ ଯାଅ ନାହିଁ,ପୁଣି ତୁମ୍ଭ ପାଦ ମନ୍ଦଠାରୁ ଦୂର କର।