ହିତୋପଦେଶ5ory_irv

ବ୍ୟଭିଚାର ବିରୁଦ୍ଧରେ ଚେତାବନୀ

1ହେ ମୋହର ପୁତ୍ର, ମୋʼ ଜ୍ଞାନରେ ମନ ଦିଅ;ମୋʼ ବୁଦ୍ଧି ପ୍ରତି ତୁମ୍ଭ କାନ ଡେର;2ଯେପରି ତୁମ୍ଭେ ପରିଣାମଦର୍ଶିତା ରକ୍ଷା କରି ପାରିବଓ ଯେପରି ତୁମ୍ଭ ଓଷ୍ଠାଧର ଜ୍ଞାନର କଥା ପାଳନ କରି ପାରିବ।3ଯେହେତୁ ପରସ୍ତ୍ରୀର ଓଷ୍ଠରୁ ଟୋପା ଟୋପା ମଧୁ କ୍ଷରେ,ତାହାର ମୁଖ ତୈଳ ଅପେକ୍ଷା ଅଧିକ ଚିକ୍କଣ ଅଟେ।4କିନ୍ତୁ ତାହାର ଶେଷ ଦଶା ନାଗଦଅଣା ନ୍ୟାୟ ପିତା,ଦ୍ୱିଧାର ଖଡ୍ଗ ତୁଲ୍ୟ ତୀକ୍ଷ୍ଣ।5ତାହାର ପାଦ ମୃତ୍ୟୁୁ ଆଡ଼କୁ ଓହ୍ଲାଇଯାଏ;ତାହାର ପାଦ ସିଧା କବରରେ ପଡ଼େ;6ଏଣୁ ସେ ଜୀବନର ସମାନ ପଥ ପାଏ ନାହିଁ;ତାହାର ପଥସବୁ ଚଞ୍ଚଳ, ଆଉ ସେ ତାହା ଜାଣେ ନାହିଁ।7ଏହେତୁ ହେ ମୋହର ପୁତ୍ରମାନେ, ମୋʼ କଥା ଶୁଣଏବଂ ମୋʼ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ।8ତାହା (ସେହି ସ୍ତ୍ରୀ) ଠାରୁ ଆପଣା ପଥ ଦୂରରେ ରଖଏବଂ ତାହାର ଗୃହର ଦ୍ୱାର ନିକଟକୁ ଯାଅ ନାହିଁ।9କେଜାଣି ତୁମ୍ଭେ ଅନ୍ୟମାନଙ୍କୁ ଆପଣା ଇଜ୍ଜତଓ ନିର୍ଦ୍ଦୟ ଲୋକଙ୍କୁ ଆପଣାର ପରମାୟୁ ଦେବ;10କେଜାଣି ଅପରିଚିତ ଲୋକମାନେ ତୁମ୍ଭ ବଳରେ ପୂର୍ଣ୍ଣ ହେବେଏବଂ ତୁମ୍ଭ ଶ୍ରମର ଫଳ ବିଦେଶୀର ଗୃହରେ ଥୁଆଯିବ;11ଆଉ ତୁମ୍ଭ ଶେଷ ଅବସ୍ଥାରେଯେତେବେଳେ ତୁମ୍ଭ ମାଂସ ଓ ଶରୀର କ୍ଷୟ ପାଏ,ତୁମ୍ଭେ କେଜାଣି ବିଳାପ କରିବ,12ଆଉ କହିବ, “ମୁଁ ଉପଦେଶ କିପରି ଘୃଣା କଲି!ପୁଣି, ମୋହର ମନ ଅନୁଯୋଗକୁ କିପରି ତୁଚ୍ଛ କଲା!13ମୁଁ ଆପଣା ଶିକ୍ଷକମାନଙ୍କ କଥା ମାନିଲି ନାହିଁଓ ଯେଉଁମାନେ ମୋତେ ଶିକ୍ଷା ଦେଲେ,ସେମାନଙ୍କ ବାକ୍ୟ ପ୍ରତି ଆପଣା କାନ ଡେରିଲି ନାହିଁ,14ମୁଁ ସମାଜ ଓ ମଣ୍ଡଳୀ ମଧ୍ୟରେ ପ୍ରାୟ ସର୍ବପ୍ରକାର ଦୁର୍ଦ୍ଦଶାରେ ପଡ଼ିଲି।”15ତୁମ୍ଭେ ନିଜ ଜଳାଶୟରୁ ଜଳ ପାନ କରଓ ନିଜ କୂପରୁ ସ୍ରୋତଜଳ ପାନ କର।16ତୁମ୍ଭର ନିର୍ଝର କʼଣ ବାହାରେ ଏଣେତେଣେ ବିସ୍ତାରିତ ହେବ?ଓ ରାଜଦାଣ୍ଡରେ କʼଣ ଜଳସ୍ରୋତ ବହିଯିବ?17ତାହା କେବଳ ତୁମ୍ଭର ହେଉ,ତୁମ୍ଭ ସହିତ ଅପରିଚିତ ଲୋକମାନଙ୍କର ନ ହେଉ।18ତୁମ୍ଭର ନିର୍ଝର ଧନ୍ୟ ହେଉ;ଆଉ, ତୁମ୍ଭେ ଆପଣା ଯୌବନ କାଳର ଭାର୍ଯ୍ୟାଠାରେ ଆମୋଦ କର।19ସେ ପ୍ରେମିକା ହରିଣୀ ଓ ରୂପବତୀ ବାଉଟୀ ପରି,ତାହାର ବକ୍ଷ ସର୍ବଦା ତୁମ୍ଭକୁ ତୁଷ୍ଟ କରୁ;ଆଉ, ତାହାର ପ୍ରେମରେ ତୁମ୍ଭେ ସର୍ବଦା ଆସକ୍ତ ହୁଅ।20ହେ ମୋହର ପୁତ୍ର, ପରକୀୟାଠାରେ ତୁମ୍ଭେ କାହିଁକି ଆସକ୍ତ ହେବ?ଏବଂ ଅନ୍ୟର କୋଳ କାହିଁକି ଆଲିଙ୍ଗନ କରିବ?21ଯେହେତୁ ମନୁଷ୍ୟର ସବୁ ଗତି ସଦାପ୍ରଭୁଙ୍କର ଦୃଷ୍ଟିଗୋଚର ଅଟେଓ ସେ ତାହାର ସବୁ ପଥ ସମାନ କରନ୍ତି।22ଦୁଷ୍ଟ ଲୋକର ନିଜ ଅପରାଧ ତାହାକୁ ଧରିବ,ସେ ନିଜ ପାପରୂପ ଦୌଡ଼ିରେ ବନ୍ଧା ହେବ।23ସେ ଉପଦେଶ ଅଭାବରେ ମରିଯିବଓ ଆପଣା ଅଜ୍ଞାନତାର ବୃଦ୍ଧିରେ ଭ୍ରାନ୍ତ ହେବ।