ହିତୋପଦେଶ6ory_irv

ସତର୍କବାଣୀସମୂହ

1ହେ ମୋହର ପୁତ୍ର, ଯଦି ତୁମ୍ଭେ ଆପଣା ପ୍ରତିବାସୀର ବନ୍ଧକ ହୋଇଥାଅ,ଯଦି ପର ପାଇଁ ହାତ ଦେଇଥାଅ,2ତେବେ ତୁମ୍ଭେ ଆପଣା ମୁଖର ବାକ୍ୟରୂପ ଫାନ୍ଦରେ ପଡ଼ିଅଛଓ ଆପଣା ମୁଖର କଥାରେ ଧରା ଯାଇଅଛ।3ହେ ମୋହର ପୁତ୍ର, ତୁମ୍ଭେ ଏବେ ଏହି କର୍ମ କର, ଆପଣାକୁ ଉଦ୍ଧାର କର;ଯେହେତୁ ତୁମ୍ଭେ ଆପଣା ବନ୍ଧୁର ହସ୍ତଗତ ହୋଇଅଛ;ଯାଅ, ଆପଣାକୁ ନମ୍ର କରି ତୁମ୍ଭ ପ୍ରତିବାସୀକୁ ବାରମ୍ବାର ବିନତି କର।4ତୁମ୍ଭେ ଆପଣା ଚକ୍ଷୁକୁ ନିଦ୍ରା ଯିବାକୁ ଦିଅ ନାହିଁ,କିଅବା ଆପଣା ଚକ୍ଷୁର ପତାକୁ ଢୁଳାଇବାକୁ ଦିଅ ନାହିଁ।5ଆପଣାକୁ ହରିଣ ପରି ବ୍ୟାଧର ହାତରୁ,ପକ୍ଷୀ ପରି ଜାଲିଆର ହାତରୁ ଉଦ୍ଧାର କର।6ହେ ଅଳସୁଆ, ତୁମ୍ଭେ ପିମ୍ପୁଡ଼ି ପାଖକୁ ଯାଅ,ତାହାର କ୍ରିୟା ବିବେଚନା କର ଓ ଜ୍ଞାନୀ ହୁଅ।7ତାହାର ବିଚାରକର୍ତ୍ତାକିମ୍ବା ଅଧ୍ୟକ୍ଷ କିମ୍ବା ପ୍ରଭୁ କେହି ନ ଥିଲେ ହେଁସେ ଗ୍ରୀଷ୍ମକାଳରେ ଆପଣା ଖାଦ୍ୟ ପ୍ରସ୍ତୁତ କରେ,8ପୁଣି, ଫସଲ ସମୟରେ ଆହାର ସଞ୍ଚୟ କରେ।9ହେ ଅଳସୁଆ, ତୁମ୍ଭେ କେତେ କାଳ ଶୋଇ ରହିଥିବ?ତୁମ୍ଭେ କେତେବେଳେ ନିଦ୍ରା ଭାଙ୍ଗି ଉଠିବ?10ଆଉ ଟିକିଏ ଶୋଇଲେ, ଆଉ ଟିକିଏ ଢୁଳାଇଲେ,ଆଉ ଟିକିଏ ନିଦ୍ରା ଯିବା ପାଇଁ ହାତ ଭିଡ଼ିମୋଡ଼ି ହେଲେ,11ତୁମ୍ଭର ଦରିଦ୍ରାବସ୍ଥା ଖଣ୍ଟ ପରି,ପୁଣି, ତୁମ୍ଭର ଦୀନତା ସସଜ୍ଜ ଲୋକ ପରି ଉପସ୍ଥିତ ହେବ।12ବେଲିଆଲ୍ ସନ୍ତାନ, ଅପରାଧୀ ମନୁଷ୍ୟ;ସେ ସର୍ବଦା କୁଟିଳ ମୁଖ କରି ଚାଲେ;13ସେ ଆଖିରେ ଠାରଇ, ସେ ଗୋଡ଼ରେ କଥା କହଇ,ସେ ଅଙ୍ଗୁଳି ଦ୍ୱାରା ସଙ୍କେତ କରେ;14ତାହାର ଅନ୍ତଃକରଣରେ କୁଟିଳତା ଥାଏ,ସେ ସର୍ବଦା ଅନିଷ୍ଟ ଚିନ୍ତା କରେ;ସେ କଳିର ବୀଜ ବୁଣେ।15ଏଣୁ ତାହାର ବିପଦ ହଠାତ୍‍ ଉପସ୍ଥିତ ହେବ,ପୁଣି, ସେ ପ୍ରତିକାର ବିନା ଅକସ୍ମାତ୍‍ ଭଗ୍ନ ହେବ।16ଛଅଗୋଟି ବିଷୟକୁ ସଦାପ୍ରଭୁ ଘୃଣା କରନ୍ତି;ସପ୍ତବସ୍ତୁ ମଧ୍ୟ ତାହାଙ୍କର ଘୃଣାଯୋଗ୍ୟ।17ଅହଙ୍କାର-ଦୃଷ୍ଟି, ମିଥ୍ୟାବାଦୀ ଜିହ୍ୱାଓ ନିର୍ଦ୍ଦୋଷର ରକ୍ତପାତକାରୀ-ହସ୍ତ;18ଅନିଷ୍ଟ ଚିନ୍ତକ ଅନ୍ତଃକରଣ,କୁକର୍ମ କରିବାକୁ ବେଗଗାମୀ ଚରଣ;19ମିଥ୍ୟାସାକ୍ଷୀ ଯେ ମିଥ୍ୟା କହେଓ ଯେ ଭାଇମାନଙ୍କ ମଧ୍ୟରେ କଳିର ବୀଜ ବୁଣେ।

ବ୍ୟଭିଚାର ବିରୁଦ୍ଧରେ ସତର୍କବାଣୀ

20ହେ ମୋହର ପୁତ୍ର, ତୁମ୍ଭେ ଆପଣା ପିତାର ଆଜ୍ଞା ପାଳନ କର,ପୁଣି, ଆପଣା ମାତାର ଆଦେଶ ପରିତ୍ୟାଗ କର ନାହିଁ।21ତାହା ସର୍ବଦା ତୁମ୍ଭ ହୃଦୟରେ ବାନ୍ଧି ରଖ,ଆପଣା ଗଳଦେଶରେ ବାନ୍ଧ।22ତୁମ୍ଭେ ଚାଲିବା ବେଳେ ତାହା ତୁମ୍ଭକୁ ପଥ ଦେଖାଇବ,ଆଉ ଶୋଇବା ବେଳେ ତାହା ତୁମ୍ଭର ପ୍ରହରୀ ହେବ;ତୁମ୍ଭେ ଜାଗିବା ବେଳେ ତାହା ତୁମ୍ଭ ସଙ୍ଗେ ଆଳାପ କରିବ।23ଯେହେତୁ ସେହି ଆଜ୍ଞା ପ୍ରଦୀପ ଓ ସେହି ଆଦେଶ ଆଲୁଅ;ଓ ଶିକ୍ଷାଜନକ ଅନୁଯୋଗ ଜୀବନର ପଥ;24ସେ ତୁମ୍ଭକୁ ଦୁଷ୍ଟା ସ୍ତ୍ରୀଠାରୁଓ ପରସ୍ତ୍ରୀର ଜିହ୍ୱାର ଚାଟୁବାଦରୁ ରକ୍ଷା କରିବ।25ତୁମ୍ଭ ଅନ୍ତଃକରଣରେ ତାହାର ସୌନ୍ଦର୍ଯ୍ୟକୁ ଲୋଭ କର ନାହିଁ;ଅବା ତାହାର କଟାକ୍ଷରେ ତୁମ୍ଭକୁ ଧରିବାକୁ ତାକୁ ଦିଅ ନାହିଁ।26ଯେହେତୁ ବେଶ୍ୟା ସକାଶୁ ଅନ୍ନ-ଅଭାବ ଘଟେ,ଆଉ ବ୍ୟଭିଚାରିଣୀ ସ୍ତ୍ରୀ ମନୁଷ୍ୟର ମହାମୂଲ୍ୟ ପ୍ରାଣକୁ ଧରିବା ପାଇଁ ମୃଗୟା କରେ।27କେହି ଯେବେ ଆପଣା ବକ୍ଷସ୍ଥଳରେ ନିଆଁ ରଖେ,ତେବେ ତାହାର ବସ୍ତ୍ର କʼଣ ପୋଡ଼ି ଯିବ ନାହିଁ?28ଅବା କେହି ଯେବେ ଜ୍ୱଳନ୍ତା ଅଙ୍ଗାର ଉପରେ ଚାଲେ,ତେବେ ତାହାର ପାଦରେ କʼଣ ଫୋଟକା ହେବ ନାହିଁ?29ଆପଣା ପ୍ରତିବାସୀର ସ୍ତ୍ରୀଠାରେ ଯେଉଁ ବ୍ୟକ୍ତି ଗମନ କରେ, ସେ ତଦ୍ରୂପ;ଯେ ତାହାକୁ ଛୁଏଁ, ସେ ଅଦଣ୍ଡିତ ନୋହିବ।30ଚୋର କ୍ଷୁଧିତ ହୋଇ ପ୍ରାଣରକ୍ଷାର୍ଥେ ଯଦି ଚୋରି କରେ,ତେବେ ଲୋକେ ତାହାକୁ ତୁଚ୍ଛ କରନ୍ତି ନାହିଁ।31ମାତ୍ର ସେ ଧରା ପଡ଼ିଲେ, ତାକୁ ସାତ ଗୁଣ ଫେରାଇ ଦେବାକୁ ହେବ;ଆପଣା ଗୃହର ସର୍ବସ୍ୱ ତାକୁ ଦେବାକୁ ପଡ଼ିବ।32ଜଣେ ବ୍ୟଭିଚାରୀ ପୁରୁଷ ନିତାନ୍ତ ନିର୍ବୋଧ;ଯେ ନିଜ ପ୍ରାଣନାଶ କରିବ, ସେ ହିଁ ତାହା କରେ।33ସେ ଆଘାତ ଓ ଅପମାନ ପାଇବ;ପୁଣି, ତାହାର କଳଙ୍କ ମାର୍ଜିତ ହେବ ନାହିଁ।34ଯେହେତୁ ସ୍ତ୍ରୀ ବିଷୟକ ଈର୍ଷା ମନୁଷ୍ୟର ପ୍ରଚଣ୍ଡ କ୍ରୋଧର ବିଷୟ;ପ୍ରତିହିଂସା କରିବା ବେଳେ ସେ କିଛି କ୍ଷମା କରିବ ନାହିଁ।35ସେ କୌଣସି ପ୍ରାୟଶ୍ଚିତ୍ତକୁ ଗ୍ରାହ୍ୟ କରିବ ନାହିଁ;କିଅବା ତୁମ୍ଭେ ବହୁତ ଲାଞ୍ଚ ଦେଲେ ହେଁ ସେ ମାନିବ ନାହିଁ।