ହିତୋପଦେଶ9ory_irv

ଜ୍ଞାନ ଓ ନିର୍ବୋଧତା

1ଜ୍ଞାନ ଆପଣା ଗୃହ ନିର୍ମାଣ କରିଅଛି,ସେ ତାହାର ସପ୍ତସ୍ତମ୍ଭ ଖୋଳିଅଛି;2ସେ ଆପଣା ପଶୁସବୁ ବଧ କରିଅଛି;ସେ ଆପଣା ଦ୍ରାକ୍ଷାରସ ମିଶ୍ରିତ କରିଅଛି;ସେ ଆପଣା ମେଜ ମଧ୍ୟ ସଜାଇଅଛି।3ସେ ଆପଣା ଦାସୀମାନଙ୍କୁ ପଠାଇଅଛି,ସେ ନଗରର ସର୍ବୋଚ୍ଚ ସ୍ଥାନରୁ ଡାକି କହେ,4“ଯେଉଁ ଜଣ ଅବୋଧ, ସେ ଏଠାକୁ ଆସୁ;”ପୁଣି, ଯେଉଁ ଜନ ନିର୍ବୋଧ, ତାହାକୁ ସେ କହେ,5“ଆସ, ମୋହର ଭକ୍ଷ୍ୟ ଭୋଜନ କରଓ ମୋହର ମିଶ୍ରିତ ଦ୍ରାକ୍ଷାରସ ପାନ କର।6ହେ ଅବୋଧ ଲୋକମାନେ, ଅବୋଧମାନଙ୍କର ସଙ୍ଗ ପରିତ୍ୟାଗ କରି ଜୀବନ ରକ୍ଷା କର;ପୁଣି, ସୁବିବେଚନାର ପଥରେ ଚାଲ।”7ଯେ ନିନ୍ଦକକୁ ଶିକ୍ଷା ଦିଏ, ସେ ଆପେ ଲଜ୍ଜା ପାଏ;ପୁଣି, ଯେ ଦୁଷ୍ଟକୁ ଅନୁଯୋଗ କରେ, ସେ ନିଜେ କଳଙ୍କ ପାଏ।8ନିନ୍ଦକକୁ ଅନୁଯୋଗ କର ନାହିଁ, କଲେ, ସେ ତୁମ୍ଭକୁ ଘୃଣା କରିବ,ଜ୍ଞାନୀକୁ ଅନୁଯୋଗ କର, ତହିଁରେ ସେ ତୁମ୍ଭକୁ ପ୍ରେମ କରିବ।9ଜ୍ଞାନୀକୁ ଉପଦେଶ ଦେଲେ, ସେ ଆହୁରି ଜ୍ଞାନବାନ ହେବ,ପୁଣି, ଧାର୍ମିକକୁ ଶିକ୍ଷା ଦେଲେ, ତାହାର ପାଣ୍ଡିତ୍ୟ ବୃଦ୍ଧି ପାଇବ।10ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ,ପୁଣି, ଧର୍ମସ୍ୱରୂପଙ୍କ ବିଷୟକ ଜ୍ଞାନ ହିଁ ସୁବିବେଚନା ଅଟେ।11ଯେହେତୁ ମୋʼ ଦ୍ୱାରା ତୁମ୍ଭର ଦିନ ବୃଦ୍ଧି ପାଇବ,ପୁଣି, ତୁମ୍ଭ ଆୟୁର ବର୍ଷ ବଢ଼ିବ।12ତୁମ୍ଭେ ଜ୍ଞାନୀ ହେଲେ, ଆପଣା ନିମନ୍ତେ ଜ୍ଞାନୀ ହେବ;ଯଦି ନିନ୍ଦା କର, ଆପେ ତାହା ବୋହିବ।13ଅଜ୍ଞାନା ସ୍ତ୍ରୀଲୋକ କଳିହୁଡ଼ୀ;ସେ ଅବୋଧ ଓ କିଛି ଜାଣେ ନାହିଁ।14ସେ ଆପଣା ଗୃହର ଦ୍ୱାର ନିକଟରେଓ ନଗରର ଉଚ୍ଚସ୍ଥାନରେ ଆସନ ପାରି ବସେ।15ସେ ନିକଟ ଦେଇ ନିଜ ନିଜ ପଥରେ ସଳଖେ ଯିବାର ପଥିକମାନଙ୍କୁ ଡାକି କହେ,16“ଯେ ଅବୋଧ, ସେ ଏଠାକୁ ଆସୁ”ବୁଦ୍ଧିହୀନ ଲୋକକୁ ସେ ଏହି କଥା କହେ,17“ଚୌର୍ଯ୍ୟଜଳ ମିଷ୍ଟଓ ଗୋପନ ଅନ୍ନ ସୁସ୍ୱାଦୁ।”18ମାତ୍ର ସେହି ଲୋକ ଜାଣେ ନାହିଁ ଯେ, ମୃତ ଲୋକମାନେ ସେଠାରେ ଥାʼନ୍ତି,ପୁଣି, ତାହାର ନିମନ୍ତ୍ରିତଗଣ ପାତାଳର ଗଭୀର ସ୍ଥାନରେ ଅଛନ୍ତି।