ଗୀତସଂହିତା1ory_irv

ସଫଳତାର ପଥ

1ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ,ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ,କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ,2ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ ଥାଏଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ।3ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ,ଯେ ସ୍ୱସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ;ପୁଣି, ସେ ଯାହା କରେ, ତାହା ସଫଳ ହେବ।4ଦୁଷ୍ଟମାନେ ସେପ୍ରକାର ନୁହନ୍ତି;ମାତ୍ର ବାୟୁ ଦ୍ୱାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି।5ଏହେତୁ ଦୁଷ୍ଟମାନେ ବିଚାର ସ୍ଥାନରେ, ଅବାପାପୀମାନେ ଧାର୍ମିକମାନଙ୍କ ମଣ୍ଡଳୀରେ ଠିଆ ହେବେ ନାହିଁ।6କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ରଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ।