ଗୀତସଂହିତା100ory_irv

ସ୍ତୁତିଗାନ

ଧନ୍ୟବାଦାର୍ଥକ ଗୀତ।

1ହେ ସକଳ ଦେଶ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର।2ଆନନ୍ଦରେ ସଦାପ୍ରଭୁଙ୍କର ସେବା କର;ଗାନ କରି ତାହାଙ୍କ ଛାମୁକୁ ଆସ।3ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ;ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ;ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ।4ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ୱାରରେଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର;ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର।5କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;ଆଉ, ତାହାଙ୍କର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ଥାଏ।