ଗୀତସଂହିତା102ory_irv

ଜଣେ ଦୁଃଖରେ ବ୍ୟଥିତ ବ୍ୟକ୍ତିର ପ୍ରାର୍ଥନା

ଅବସନ୍ନ କାଳେ ସଦାପ୍ରଭୁଙ୍କ ଛାମୁରେ ଆପଣା ଖେଦର କଥା ଭାଙ୍ଗି ଜଣାଇବା ବେଳେ ଦୁଃଖୀ ଲୋକର ପ୍ରାର୍ଥନା।

1ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣଓ ମୋʼ କାକୂକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ।2ମୋʼ ସଙ୍କଟ ଦିନରେ ମୋʼ ଠାରୁ ତୁମ୍ଭ ମୁଖ ଲୁଚାଅ ନାହିଁ;ମୋʼ ପ୍ରତି ଆପଣା କର୍ଣ୍ଣ ଡେର;ମୁଁ ପ୍ରାର୍ଥନା କରିବା ଦିନରେ ମୋତେ ଶୀଘ୍ର ଉତ୍ତର ଦିଅ।3କାରଣ ମୋʼ ବଞ୍ଚିବାର ଦିନସବୁ ଧୂଆଁ ପରି କ୍ଷୟ ପାଏଓ ମୋହର ଅସ୍ଥିସବୁ ନିଆଁଖୁଣ୍ଟା ପରି ପୋଡ଼ିଯାଏ।4ମୋହର ହୃଦୟ ତୃଣ ପରି ଉତ୍ତାପିତ ଓ ଶୁଷ୍କ ହୋଇଅଛି,ମୁଁ ଆପଣା ଆହାର ଭୋଜନ କରିବାକୁ ପାସୋରି ଯାଏ।5ମୋହର ହାହାକାର ଶବ୍ଦ ସକାଶୁମୋʼ ଅସ୍ଥିସବୁ ମୋʼ ମାଂସରେ ଲାଗି ରହେ।6ମୁଁ ପ୍ରାନ୍ତରସ୍ଥ ପାଣିଭେଳା ପକ୍ଷୀର ତୁଲ୍ୟ;ମୁଁ ନରଶୂନ୍ୟ ସ୍ଥାନର ପେଚା ପରି ହୋଇଅଛି।7ମୁଁ ଉଜାଗର ରହେଓ ଛାତ ଉପରିସ୍ଥ ଏକାକୀ ଥିବା ଘରଚଟିଆ ତୁଲ୍ୟ ହୋଇଅଛି;8ମୋʼ ଶତ୍ରୁମାନେ ସାରାଦିନ ମୋତେ ନିନ୍ଦା କରନ୍ତି;ମୋʼ ବିରୁଦ୍ଧରେ କ୍ରୋଧାନ୍ୱିତ ଲୋକମାନେ ମୋʼ ନାମ ନେଇ ଅଭିଶାପ ଦିଅନ୍ତି।9କାରଣ ମୁଁ ଅନ୍ନ ପରି ଭସ୍ମ ଭୋଜନ କରିଅଛିଓ ମୋହର ପେୟଦ୍ରବ୍ୟ ନେତ୍ରଜଳ ସଙ୍ଗେ ମିଶାଇଅଛି।10ତୁମ୍ଭର କ୍ରୋଧ ଓ କୋପ ସକାଶୁ ଏହା ହୋଇଅଛି;ଯେହେତୁ ତୁମ୍ଭେ ମୋତେ ଉଠାଇ ପକାଇ ଦେଇଅଛ।11ମୋହର ଦିନସବୁ କ୍ଷୟ ପାଉଥିବା ଛାୟା ତୁଲ୍ୟଓ ମୁଁ ତୃଣ ତୁଲ୍ୟ ଶୁଷ୍କ ହେଉଅଛି।12ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ଅନନ୍ତକାଳଓ ତୁମ୍ଭର ସ୍ମରଣ ପୁରୁଷାନୁକ୍ରମରେ ଥିବ।13ତୁମ୍ଭେ ଉଠି ସିୟୋନକୁ ଦୟା କରିବ;କାରଣ ତାହା ପ୍ରତି କୃପା କରିବାର ସମୟ ଏହି, ହଁ,ନିରୂପିତ ସମୟ ଉପସ୍ଥିତ।14ଯେହେତୁ ତୁମ୍ଭ ଦାସମାନେ ତହିଁର ପଥରରେ ଶ୍ରଦ୍ଧାଓ ତହିଁର ଧୂଳିରେ ଦୟାଭାବ ବହନ୍ତି।15ତହିଁରେ ଅନ୍ୟ ଦେଶୀୟମାନେ ସଦାପ୍ରଭୁଙ୍କ ନାମକୁଓ ପୃଥିବୀସ୍ଥ ରାଜାଗଣ ତୁମ୍ଭ ମହିମାକୁ ଭୟ କରିବେ।16କାରଣ ସଦାପ୍ରଭୁ ସିୟୋନକୁ ପୁନଃନିର୍ମାଣ କରିଅଛନ୍ତିଓ ସେ ଆପଣା ଗୌରବରେ ଦର୍ଶନ ଦେଇଅଛନ୍ତି;17ସେ ଦୀନହୀନମାନଙ୍କ ପ୍ରାର୍ଥନାରେ ମନୋଯୋଗ କରିଅଛନ୍ତିଓ ସେ ସେମାନଙ୍କ ପ୍ରାର୍ଥନା ତୁଚ୍ଛ କରି ନାହାନ୍ତି।18ଏହା ଭବିଷ୍ୟତ ବଂଶ ନିମନ୍ତେ ଲିଖିତ ହେବ;ଆଉ, ଯେଉଁ ଗୋଷ୍ଠୀ ସୃଷ୍ଟ ହେବେ, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବେ।19କାରଣ ବନ୍ଦୀର ହାହାକାର ଶୁଣିବାକୁ,ହତ ହେବା ନିମନ୍ତେ ନିରୂପିତ ଲୋକମାନଙ୍କୁ ମୁକ୍ତ କରିବାକୁ;20ସଦାପ୍ରଭୁ ଆପଣାର ଉଚ୍ଚ ଧର୍ମଧାମରୁ ଦୃଷ୍ଟିପାତ କରିଅଛନ୍ତି;ସେ ସ୍ୱର୍ଗରୁ ପୃଥିବୀକୁ ଅବଲୋକନ କଲେ;21ତହିଁରେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେଗୋଷ୍ଠୀବର୍ଗ ଓ ରାଜ୍ୟସକଳ ଏକତ୍ରିତ ହେବା ବେଳେ,22ଲୋକମାନେ ସିୟୋନରେ ସଦାପ୍ରଭୁଙ୍କ ନାମଓ ଯିରୂଶାଲମରେ ତାହାଙ୍କର ପ୍ରଶଂସା ପ୍ରଚାର କରିବେ;23ସଦାପ୍ରଭୁ ଜୀବନର ପଥ ମଧ୍ୟରେ ମୋର ବଳ ହ୍ରାସ କଲେ,ସେ ମୋହର ଆୟୁ ଊଣା କଲେ।24ମୁଁ କହିଲି, “ହେ ମୋହର ପରମେଶ୍ୱର, ଆୟୁର ମଧ୍ୟଭାଗରେ ମୋତେ ନେଇ ନ ଯାଅ;ତୁମ୍ଭର ବର୍ଷ ପୁରୁଷାନୁକ୍ରମରେ ଥାଏ।”25ତୁମ୍ଭେ ଆଦ୍ୟରୁ ପୃଥିବୀର ମୂଳ ସ୍ଥାପନ କରିଅଛ;ପୁଣି, ଆକାଶମଣ୍ଡଳ ତୁମ୍ଭର ହସ୍ତକୃତ କର୍ମ।26ସେସବୁ ବିନଷ୍ଟ ହେବେ, ମାତ୍ର ତୁମ୍ଭେ ନିତ୍ୟ ଥିବ;ହଁ, ତହିଁ ମଧ୍ୟରୁ ସକଳ ବସ୍ତ୍ର ପରି ଜୀର୍ଣ୍ଣ ହୋଇଯିବ;ଆଉ, ତୁମ୍ଭେ ପରିଧେୟ ବସ୍ତ୍ର ପରି ସେସବୁ ପରିବର୍ତ୍ତନ କରିବ ଓ ସେସବୁ ପରିବର୍ତ୍ତିତ ହେବେ।27ମାତ୍ର ତୁମ୍ଭେ ସେହି ଅଟଓ ତୁମ୍ଭ ବଞ୍ଚିବାର ବର୍ଷ ଶେଷ ହେବ ନାହିଁ।28ତୁମ୍ଭ ଦାସଗଣର ସନ୍ତାନମାନେ ରହିବେଓ ସେମାନଙ୍କର ବଂଶ ତୁମ୍ଭ ସାକ୍ଷାତରେ ସୁସ୍ଥିର ହେବେ।