ସଦାପ୍ରଭୁ ଓ ତାହାଙ୍କ ମନୋନୀତ ଜାତି
1ସଦାପ୍ରଭୁଙ୍କର ଧନ୍ୟବାଦ କର,ତାହାଙ୍କ ନାମରେ ପ୍ରାର୍ଥନା କର,ଗୋଷ୍ଠୀବର୍ଗ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ।2ତାହାଙ୍କ ଉଦ୍ଦେଶ୍ୟରେ ଗାନ କର,ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର;ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକ୍ରିୟା ବିଷୟରେ କଥୋପକଥନ କର।3ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର;ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ।4ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ପରାକ୍ରମର ଅନ୍ୱେଷଣ କର;ସଦାସର୍ବଦା ତାହାଙ୍କ ମୁଖ ଅନ୍ୱେଷଣ କର।5ହେ ତାହାଙ୍କ ଦାସ ଅବ୍ରହାମର ବଂଶ,ହେ ତାହାଙ୍କର ମନୋନୀତ ଲୋକେ, ଯାକୁବର ସନ୍ତାନଗଣ,6ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ, ତାହାଙ୍କ ଅଦ୍ଭୁତ ଲକ୍ଷଣଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର।7ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି;ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ।8ସେ ଆପଣା ନିୟମ, ଅର୍ଥାତ୍,ଯେଉଁ ବାକ୍ୟ ସେ ସହସ୍ର ପୁରୁଷ-ପରମ୍ପରା ପ୍ରତି ଆଦେଶ କରିଥିଲେ,9ଯେଉଁ ନିୟମ ସେ ଅବ୍ରହାମ ସଙ୍ଗେ କରିଥିଲେ ଓ ଆପଣାର ଯେଉଁ ଶପଥ ସେ ଇସ୍ହାକ ନିକଟରେ କରିଥିଲେ,ତାହା ସେ ସଦାକାଳ ସ୍ମରଣ କରିଅଛନ୍ତି।10ପୁଣି, ସେ ଯାକୁବ ପ୍ରତି ତାହା ବିଧି ରୂପେଓ ଇସ୍ରାଏଲ ପ୍ରତି ଅନନ୍ତକାଳୀନ ନିୟମ ରୂପେ ଦୃଢ଼ କରି କହିଲେ,11“ଆମ୍ଭେ ତୁମ୍ଭମାନଙ୍କର ନିର୍ଣ୍ଣୀତ ଅଧିକାର ରୂପେତୁମ୍ଭକୁ କିଣାନ ଦେଶ ଦେବା।”12ସେହି ସମୟରେ ସେମାନେ ସଂଖ୍ୟାରେ ଅଳ୍ପ ଲୋକଓ ଅତି ଅଳ୍ପ, ପୁଣି ସେହି ଦେଶରେ ପ୍ରବାସୀ ଥିଲେ।13ଆଉ, ସେମାନେ ଗୋଷ୍ଠୀରୁ ଗୋଷ୍ଠୀ ନିକଟରେ,ଏକ ରାଜ୍ୟରୁ ଅନ୍ୟ ବଂଶ ନିକଟରେ ଭ୍ରମଣ କଲେ।14ସେ ସେମାନଙ୍କର ଉପଦ୍ରବ କରିବାକୁ କୌଣସି ମନୁଷ୍ୟକୁ ଅନୁମତି ଦେଲେ ନାହିଁ;ଆହୁରି, ସେ ସେମାନଙ୍କ ସକାଶେ ରାଜାଗଣକୁ ଅନୁଯୋଗ କରି କହିଲେ;15“ଆମ୍ଭ ଅଭିଷିକ୍ତମାନଙ୍କୁ ସ୍ପର୍ଶ କର ନାହିଁଓ ଆମ୍ଭ ଭବିଷ୍ୟଦ୍ବକ୍ତାଗଣର କୌଣସି କ୍ଷତି କର ନାହିଁ।”16ଏଥିଉତ୍ତାରେ ସେ ଦେଶରେ ଦୁର୍ଭିକ୍ଷ ଆଜ୍ଞା କଲେ;ସେ ଭକ୍ଷ୍ୟରୂପ ସମଗ୍ର ଯଷ୍ଟି ଭଗ୍ନ କଲେ।17ସେ ସେମାନଙ୍କ ଆଗରେ ଏକ ମନୁଷ୍ୟକୁ ପଠାଇଲେ;ଯୋଷେଫ ଦାସ ହେବା ପାଇଁ ବିକ୍ରୀତ ହେଲା;18ସେମାନେ ବେଡ଼ିରେ ତାହାର ଚରଣକୁ ଦୁଃଖ ଦେଲେ;ସେ ଲୌହ ଶୃଙ୍ଖଳରେ ରଖାଗଲା;19ଶେଷରେ ତାହାର ବଚନ ସଫଳ ହେଲା;ସଦାପ୍ରଭୁଙ୍କ ବାକ୍ୟ ତାହାକୁ ପରୀକ୍ଷା କଲା।20ତହୁଁ ରାଜା ଲୋକ ପଠାଇ ତାହାକୁ ମୁକ୍ତ କଲା;ନରପତି ତାହାକୁ ମୁକ୍ତ କରି ଛାଡ଼ିଦେଲା।21ସେ ଆପଣାର ଅଧିପତିମାନଙ୍କୁ ଇଚ୍ଛାନୁସାରେ ବନ୍ଧନ କରିବା ପାଇଁଓ ଆପଣାର ମନ୍ତ୍ରୀମାନଙ୍କୁ ଜ୍ଞାନ ଶିକ୍ଷା ଦେବା ପାଇଁ;22ତାହାକୁ ଆପଣା ଗୃହର ପ୍ରଭୁଓ ଆପଣା ସକଳ ସମ୍ପତ୍ତିର କର୍ତ୍ତା କଲା।23ଇସ୍ରାଏଲ ମଧ୍ୟ ମିସର ଦେଶକୁ ଆସିଲାଓ ଯାକୁବ ହାମ୍ ଦେଶରେ ପ୍ରବାସ କଲା।24ଏଥିଉତ୍ତାରେ ସେ ଆପଣା ଲୋକମାନଙ୍କୁ ଅତିଶୟ ବୃଦ୍ଧି କଲେଓ ସେମାନଙ୍କ ବିପକ୍ଷଗଣ ଅପେକ୍ଷା ସେମାନଙ୍କୁ ବଳବାନ କଲେ।25ସେ ଆପଣା ଲୋକମାନଙ୍କୁ ଘୃଣା କରିବା ପାଇଁଓ ଆପଣା ଦାସମାନଙ୍କ ସହିତ ଧୂର୍ତ୍ତ ବ୍ୟବହାର କରିବା ପାଇଁ ସେମାନଙ୍କ ମନପରିବର୍ତ୍ତନ କଲେ।26ସେ ଆପଣା ସେବକ ମୋଶାଙ୍କୁ ଓ ଆପଣାମନୋନୀତ ହାରୋଣଙ୍କୁ ପଠାଇଲେ।27ସେମାନେ ଲୋକମାନଙ୍କ ମଧ୍ୟରେ ତାହାଙ୍କର ବିବିଧ ଲକ୍ଷଣଓ ହାମ୍ ଦେଶରେ ନାନା ଅଦ୍ଭୁତ କର୍ମ ପ୍ରକାଶ କଲେ।28ସେ ଅନ୍ଧକାର ପଠାଇ ଦେଶକୁ ଅନ୍ଧକାରମୟ କଲେ;ଆଉ, ସେମାନେ ତାହାଙ୍କ ବାକ୍ୟର ବିରୁଦ୍ଧାଚରଣ କଲେ।29ସେ ସେମାନଙ୍କ ଜଳସବୁ ରକ୍ତ କଲେଓ ମାଛସବୁ ମାରି ପକାଇଲେ।30ସେମାନଙ୍କ ଦେଶ ଓ ସେମାନଙ୍କ ରାଜାଗଣର ଅନ୍ତଃପୁରବେଙ୍ଗରେ ପରିପୂର୍ଣ୍ଣ ହେଲା।31ସେ ଆଜ୍ଞା କରନ୍ତେ, ଦଂଶକର ଝିଙ୍କ ଓ ସେମାନଙ୍କସକଳ ଅଞ୍ଚଳରେ ଉକୁଣିଆ ପୋକ ଉପସ୍ଥିତ ହେଲେ।32ସେ ସେମାନଙ୍କୁ ବୃଷ୍ଟି ବଦଳେ ଶିଳାଓ ସେମାନଙ୍କ ଦେଶରେ ଶିଖାଯୁକ୍ତ ଅଗ୍ନି ଦେଲେ।33ମଧ୍ୟ ସେ ସେମାନଙ୍କ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷସବୁ ଆଘାତ କଲେଓ ସେମାନଙ୍କ ସୀମାସ୍ଥିତ ବୃକ୍ଷସବୁ ଭାଙ୍ଗି ପକାଇଲେ।34ସେ ଆଜ୍ଞା କରନ୍ତେ, ଅସଂଖ୍ୟ ପଙ୍ଗପାଳଓ ପତଙ୍ଗ ଉପସ୍ଥିତ ହେଲେ;35ପୁଣି, ସେମାନଙ୍କ ଦେଶର ସବୁ ତୃଣ ଖାଇ ପକାଇଲେଓ ସେମାନଙ୍କ ଭୂମିର ଫଳସବୁ ଗ୍ରାସ କଲେ।36ଆହୁରି, ସେ ସେମାନଙ୍କ ଦେଶରେ ସମସ୍ତ ପ୍ରଥମଜାତ,ସେମାନଙ୍କର ସମସ୍ତ ଶକ୍ତିର ପ୍ରଥମ ଫଳ ଆଘାତ କଲେ।37ଆଉ, ସେ ରୂପା ଓ ସୁନା ସହିତ ସେମାନଙ୍କୁ ବାହାର କରି ଆଣିଲେଓ ତାହାଙ୍କର ଗୋଷ୍ଠୀ ମଧ୍ୟରେ ଜଣେ ଦୁର୍ବଳ ଲୋକ ନ ଥିଲା।38ସେମାନେ ପ୍ରସ୍ଥାନ କରନ୍ତେ, ମିସର ଆନନ୍ଦିତ ହେଲା;କାରଣ ସେମାନଙ୍କ ବିଷୟକ ଭୟ ସେମାନଙ୍କ ଉପରେ ପଡ଼ିଥିଲା।39ସେ ଚନ୍ଦ୍ରାତପ ନିମନ୍ତେ ମେଘ ବିସ୍ତାର କଲେଓ ରାତ୍ରିରେ ଆଲୁଅ ଦେବା ପାଇଁ ଅଗ୍ନି ଦେଲେ।40ସେମାନେ ମାଗନ୍ତେ, ସେ ଭାଟୋଇ ପକ୍ଷୀମାନଙ୍କୁ ଆଣିଲେଓ ସ୍ୱର୍ଗୀୟ ଭକ୍ଷ୍ୟରେ ସେମାନଙ୍କୁ ପରିତୃପ୍ତ କଲେ।41ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା;ତାହା ଶୁଷ୍କ ଭୂମିରେ ନଦୀ ତୁଲ୍ୟ ପ୍ରବାହିତ ହେଲା।42କାରଣ ସେ ଆପଣା ପବିତ୍ର ବାକ୍ୟଓ ଆପଣା ଦାସ ଅବ୍ରହାମଙ୍କୁ ସ୍ମରଣ କଲେ।43ପୁଣି, ସେ ଆପଣା ଲୋକମାନଙ୍କୁ ଆନନ୍ଦ ସହିତଓ ଆପଣା ମନୋନୀତମାନଙ୍କୁ ଗାୟନ ସହିତ ବାହାର କରି ଆଣିଲେ।44ଯେପରି ସେମାନେ ତାହାଙ୍କ ବିଧିସବୁ ରକ୍ଷା କରିବେଓ ତାହାଙ୍କର ବ୍ୟବସ୍ଥାସବୁ ପାଳନ କରିବେ,45ଏଥିପାଇଁ ସେ ଗୋଷ୍ଠୀୟବର୍ଗର ଦେଶସବୁ ସେମାନଙ୍କୁ ଦେଲେଓ ସେମାନେ ଜନବୃନ୍ଦର ପରିଶ୍ରମର ଫଳାଧିକାରୀ ହେଲେ;ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।