ଗୀତସଂହିତା106ory_irv

ମଙ୍ଗଳମୟ ପରମେଶ୍ୱର

1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ।ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ।2ସଦାପ୍ରଭୁଙ୍କ ବିକ୍ରମର କାର୍ଯ୍ୟସବୁ କିଏ ବର୍ଣ୍ଣନା କରିପାରେ?ଓ ତାହାଙ୍କ ପ୍ରଶଂସାସବୁ କିଏ ପ୍ରକାଶ କରିପାରେ?3ଯେଉଁମାନେ ନ୍ୟାୟ ରକ୍ଷା କରନ୍ତି, ସେମାନେ ଧନ୍ୟଓ ଯେ ସବୁବେଳେ ଧର୍ମାଚରଣ କରେ, ସେ ଧନ୍ୟ।4ହେ ସଦାପ୍ରଭୋ, ତୁମ୍ଭେ ଆପଣା ଲୋକମାନଙ୍କ ପ୍ରତିଯେଉଁ ଅନୁଗ୍ରହ ବହିଥାଅ, ତଦନୁସାରେ ମୋତେ ସ୍ମରଣ କର;ତୁମ୍ଭେ ଆପଣା ପରିତ୍ରାଣ ଘେନି ମୋହର ତତ୍ତ୍ୱ ନିଅ;5ତହିଁରେ ମୁଁ ତୁମ୍ଭ ମନୋନୀତ ଲୋକଙ୍କର ସମୃଦ୍ଧି ଦେଖିବି,ତୁମ୍ଭ ଲୋକମାନଙ୍କ ଆନନ୍ଦରେ ଆନନ୍ଦ କରିବି,ତୁମ୍ଭ ଅଧିକାର ସହିତ ଦର୍ପ କରିବି।6ଆମ୍ଭେମାନେ ଆପଣାମାନଙ୍କ ପୂର୍ବପୁରୁଷଗଣ ତୁଲ୍ୟ ପାପ କରିଅଛୁ,ଆମ୍ଭେମାନେ ଅପରାଧ କରିଅଛୁ, ଆମ୍ଭେମାନେ ଅଧର୍ମ କରିଅଛୁ।7ଆମ୍ଭମାନଙ୍କ ପିତୃପୁରୁଷମାନେ ମିସରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସବୁ ବୁଝିଲେ ନାହିଁ;ସେମାନେ ତୁମ୍ଭ ଦୟାର ବାହୁଲ୍ୟ ସ୍ମରଣ କଲେ ନାହିଁ;ମାତ୍ର ସମୁଦ୍ର ନିକଟରେ, ସୂଫ ସାଗର ନିକଟରେ ହେଁ ବିଦ୍ରୋହାଚରଣ କଲେ।8ତେବେ ହେଁ ସେ ଆପଣା ମହାପରାକ୍ରମର ପରିଚୟ ଦେବା ନିମନ୍ତେଆପଣା ନାମ ସକାଶୁ ସେମାନଙ୍କୁ ପରିତ୍ରାଣ କଲେ।9ଆହୁରି, ସେ ସୂଫ ସାଗରକୁ ଧମକାନ୍ତେ, ତାହା ଶୁଷ୍କ ହେଲା;ତହିଁରେ ପ୍ରାନ୍ତର ଦେଇ ଘେନିଗଲା ପରି ସେ ସେମାନଙ୍କୁ ଗଭୀର ଜଳ ଦେଇ ଘେନିଗଲେ।10ଆଉ, ସେ ସେମାନଙ୍କ ଘୃଣାକାରୀ ଲୋକର ହସ୍ତରୁ ସେମାନଙ୍କୁ ପରିତ୍ରାଣ କଲେଓ ସେମାନଙ୍କ ଶତ୍ରୁର ହସ୍ତରୁ ସେ ସେମାନଙ୍କୁ ମୁକ୍ତ କଲେ।11ପୁଣି, ଜଳରାଶି ସେମାନଙ୍କ ବିପକ୍ଷଗଣକୁ ଆଚ୍ଛାଦନ କଲା;ସେମାନଙ୍କ ମଧ୍ୟରୁ ଜଣେ ଅବଶିଷ୍ଟ ରହିଲା ନାହିଁ।12ସେତେବେଳେ ତାହାଙ୍କ ଲୋକମାନେ ତାହାଙ୍କ ବାକ୍ୟରେ ବିଶ୍ୱାସ କଲେ;ସେମାନେ ତାହାଙ୍କର ପ୍ରଶଂସା ଗାନ କଲେ।13ସେମାନେ ତାହାଙ୍କ କର୍ମସକଳ ଶୀଘ୍ର ପାସୋରିଗଲେ;ସେମାନେ ତାହାଙ୍କ ମନ୍ତ୍ରଣାର ଅପେକ୍ଷା କଲେ ନାହିଁ;14ମାତ୍ର ପ୍ରାନ୍ତରରେ ଅତିଶୟ ଲୋଭାକ୍ରାନ୍ତ ହେଲେଓ ମରୁଭୂମିରେ ପରମେଶ୍ୱରଙ୍କୁ ପରୀକ୍ଷା କଲେ।15ତହିଁରେ ସେ ସେମାନଙ୍କ ପ୍ରାର୍ଥିତ ବିଷୟ ଦେଲେ;ମାତ୍ର ସେମାନଙ୍କ ପ୍ରାଣରେ କ୍ଷୀଣତା ପ୍ରେରଣ କଲେ।16ଆହୁରି, ସେମାନେ ଛାଉଣିରେ ମୋଶାଙ୍କ ପ୍ରତିଓ ସଦାପ୍ରଭୁଙ୍କର ସଦ୍‍ଭକ୍ତ ହାରୋଣଙ୍କ ପ୍ରତି ଈର୍ଷାଭାବ ବହିଲେ।17ପୃଥିବୀ ଫାଟିଯାଇ ଦାଥନକୁ ଗ୍ରାସ କଲାଓ ଅବୀରାମର ଦଳକୁ ଆଚ୍ଛାଦନ କଲା।18ପୁଣି, ସେମାନଙ୍କ ଦଳ ମଧ୍ୟରେ ଅଗ୍ନି ପ୍ରଜ୍ୱଳିତ ହେଲା;ଅଗ୍ନିଶିଖା ଦୁଷ୍ଟମାନଙ୍କୁ ଦଗ୍ଧ କଲା।19ସେମାନେ ହୋରେବରେ ଗୋଟିଏ ଗୋବତ୍ସ ନିର୍ମାଣ କଲେଓ ଛାଞ୍ଚରେ ଢଳା ପ୍ରତିମାକୁ ପ୍ରଣାମ କଲେ।20ଏହିରୂପେ, ସେମାନେ ତୃଣଭକ୍ଷକ ଗୋରୁର ପ୍ରତିମାସହିତ ଆପଣାମାନଙ୍କ ଗୌରବସ୍ୱରୂପଙ୍କୁ ପରିବର୍ତ୍ତନ କଲେ।21ଯେ ମିସରରେ ବିବିଧ ମହତ କର୍ମ, ହାମ୍‍ ଦେଶରେ ନାନା ଆଶ୍ଚର୍ଯ୍ୟକର୍ମଓ ସୂଫ ସାଗର ନିକଟରେ ଭୟଙ୍କର କର୍ମ ସାଧନ କରିଥିଲେ;22ସେମାନେ ଆପଣାମାନଙ୍କ ସେହି ତ୍ରାଣକର୍ତ୍ତା ପରମେଶ୍ୱରଙ୍କୁ ପାସୋରିଲେ।23ଏହେତୁ ସେ ସେମାନଙ୍କୁ ସଂହାର କରିବେ ବୋଲି କହିଲେ,ମାତ୍ର ସେ ଯେପରି ସେମାନଙ୍କୁ ସଂହାର ନ କରିବେ,ଏଥିପାଇଁ ତାହାଙ୍କ କୋପ ଫେରାଇବା ନିମନ୍ତେ ତାହାଙ୍କ ମନୋନୀତ ମୋଶା ଭଗ୍ନସ୍ଥାନରେ ତାହାଙ୍କ ସମ୍ମୁଖରେ ଠିଆ ହେଲେ।24ଆହୁରି, ସେମାନେ ମନୋରମ ଦେଶକୁ ତୁଚ୍ଛ କଲେ,ସେମାନେ ତାହାଙ୍କ ବାକ୍ୟରେ ବିଶ୍ୱାସ କଲେ ନାହିଁ।25ମାତ୍ର ଆପଣା ଆପଣା ତମ୍ବୁରେ ବଚସା କଲେ,ଆଉ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ।26ଏହେତୁ ସେ ପ୍ରାନ୍ତରରେ ସେମାନଙ୍କୁ ନିପାତ କରିବା ପାଇଁଓ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କ ବଂଶକୁ ନିପାତ କରିବା ପାଇଁ27ଓ ନାନା ଦେଶରେ ସେମାନଙ୍କୁ ଛିନ୍ନଭିନ୍ନ କରିବାପାଇଁ ସେମାନଙ୍କ ପ୍ରତି ଆପଣା ହସ୍ତ ଉଠାଇଲେ।28ଆହୁରି, ସେମାନେ ବାଲ୍‍-ପିୟୋର ପ୍ରତି ଆସକ୍ତ ହେଲେଓ ମୃତମାନଙ୍କର ବଳି ଭୋଜନ କଲେ।29ଏହିରୂପେ ସେମାନେ ଆପଣା ଆପଣା କ୍ରିୟା ଦ୍ୱାରା ତାହାଙ୍କୁ ବିରକ୍ତ କଲେ;ତହୁଁ ସେମାନଙ୍କ ମଧ୍ୟରେ ମହାମାରୀ ପ୍ରକାଶିତ ହେଲା।30ସେତେବେଳେ ପୀନହସ୍‍ ଠିଆ ହୋଇ ଦଣ୍ଡାଜ୍ଞା ସାଧନ କଲା;ତହିଁରେ ମହାମାରୀ ନିବୃତ୍ତ ହେଲା।31ଏଣୁ ତାହା ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତତାହା ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା।32ଆହୁରି, ସେମାନେ ମିରୀବାଃ ଜଳ ନିକଟରେ ତାହାଙ୍କୁ କ୍ରୁଦ୍ଧ କଲେ,ତେଣୁ ସେମାନଙ୍କ ସକାଶୁ ମୋଶାଙ୍କର ବିପଦ ଘଟିଲା,33ଯେହେତୁ ସେମାନେ ମୋଶାଙ୍କ ଆତ୍ମା ପ୍ରତିକୂଳରେ ବିଦ୍ରୋହୀ ହୁଅନ୍ତେ,ସେ ଆପଣା ଓଷ୍ଠାଧରରେ ଅବିବେଚନାର କଥା କହିଲେ।34ସେମାନେ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେଗୋଷ୍ଠୀବର୍ଗକୁ ବିନାଶ କଲେ ନାହିଁ।35ମାତ୍ର ଅନ୍ୟ ଦେଶୀୟମାନଙ୍କ ସଙ୍ଗେ ମିଶ୍ରିତ ହେଲେଓ ସେମାନଙ୍କ କ୍ରିୟାସବୁ ଶିଖିଲେ।36ଆଉ, ସେମାନଙ୍କ ଦେବତାଗଣର ସେବା କଲେ;ତାହା ସେମାନଙ୍କ ପ୍ରତି ଫାନ୍ଦ ସ୍ୱରୂପ ହେଲା।37ହଁ, ସେମାନେ ଭୂତଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ରକନ୍ୟାମାନଙ୍କୁ ବଳିଦାନ କଲେ।38ପୁଣି, ସେମାନେ କିଣାନ ଦେଶର ଦେବତାଗଣ ଉଦ୍ଦେଶ୍ୟରେ ବଳିଦାନ କରି ନିର୍ଦ୍ଦୋଷ ରକ୍ତ,ଅର୍ଥାତ୍‍, ଆପଣା ଆପଣା ପୁତ୍ରକନ୍ୟାଗଣର ରକ୍ତପାତ କଲେ;ତହିଁରେ ଦେଶ ରକ୍ତରେ ଅଶୁଚି ହେଲା।39ଏହିରୂପେ ସେମାନେ ଆପଣା ଆପଣା କାର୍ଯ୍ୟ ଦ୍ୱାରା ଅପବିତ୍ର ହେଲେଓ ବ୍ୟବହାରରେ ବ୍ୟଭିଚାର କଲେ।40ଏହେତୁ ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କୋପ ପ୍ରଜ୍ୱଳିତ ହେଲା,ପୁଣି, ସେ ଆପଣା ଅଧିକାରକୁ ଘୃଣା କଲେ।41ଆଉ, ସେ ସେମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ହସ୍ତରେ ସମର୍ପଣ କଲେଓ ସେମାନଙ୍କ ଘୃଣାକାରୀମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କଲେ;42ସେମାନଙ୍କ ଶତ୍ରୁଗଣ ମଧ୍ୟ ସେମାନଙ୍କ ପ୍ରତି ଉପଦ୍ରବ କଲେ,ପୁଣି, ସେମାନେ ସେମାନଙ୍କ ହସ୍ତ ତଳେ ବଶୀଭୂତ ହେଲେ।43ଅନେକ ଥର ସେ ସେମାନଙ୍କୁ ଉଦ୍ଧାର କଲେ;ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ବିଦ୍ରୋହୀ ହେଲେଓ ଆପଣା ଆପଣା ଅଧର୍ମରେ କ୍ଷୀଣ ହେଲେ।44ତଥାପି ସେ ସେମାନଙ୍କ କାକୂକ୍ତି ଶୁଣି ସେମାନଙ୍କ ଦୁର୍ଦ୍ଦଶାରେ ମନୋଯୋଗ କଲେ।45ପୁଣି, ସେମାନଙ୍କ ପକ୍ଷରେ ସେ ଆପଣା ନିୟମ ସ୍ମରଣ କଲେଓ ନିଜର ଦୟାର ବାହୁଲ୍ୟ ଅନୁସାରେ ସେମାନଙ୍କ ପ୍ରତି କୃପା କଲେ।46ଆହୁରି, ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ,ସେ ସେମାନଙ୍କ ମନରେ ଦୟା ଜନ୍ମାଇଲେ।47ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର,ତୁମ୍ଭ ପବିତ୍ର ନାମକୁ ଧନ୍ୟବାଦ ଦେବା ପାଇଁ,ତୁମ୍ଭ ପ୍ରଶଂସାରେ ଦର୍ପ କରିବା ପାଇଁ ଆମ୍ଭମାନଙ୍କୁ ପରିତ୍ରାଣ କରଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଆମ୍ଭମାନଙ୍କୁ ସଂଗ୍ରହ କର।48ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁଅନନ୍ତକାଳ ପର୍ଯ୍ୟନ୍ତ ଧନ୍ୟ ହେଉନ୍ତୁ।ପୁଣି, ସମୁଦାୟ ଲୋକ “ଆମେନ୍‍” କୁହନ୍ତୁ।ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।