ଗୀତସଂହିତା109ory_irv
ଦୁର୍ଦ୍ଦଶାଗ୍ରସ୍ତ ଲୋକର ଅଭିଯୋଗ
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
1ହେ ମୋହର ପ୍ରଶଂସାପାତ୍ର ପରମେଶ୍ୱର, ନୀରବ ହୁଅ ନାହିଁ;2କାରଣ ଲୋକମାନେ ମୋʼ ବିରୁଦ୍ଧରେ ଦୁଷ୍ଟତାରୂପ ମୁଖଓ ପ୍ରବଞ୍ଚନାରୂପ ମୁଖ ଫିଟାଇ ଅଛନ୍ତି।ସେମାନେ ମିଥ୍ୟାବାଦୀ ଜିହ୍ୱାରେ ମୋʼ ସଙ୍ଗେ କଥା କହିଅଛନ୍ତି।3ଆହୁରି, ସେମାନେ ଦ୍ୱେଷ ବାକ୍ୟରେ ମୋତେ ଘେରିଅଛନ୍ତିଓ ବିନା କାରଣରେ ମୋʼ ସଙ୍ଗେ ଯୁଦ୍ଧ କରିଅଛନ୍ତି।4ମୋʼ ପ୍ରେମ ପାଲଟେ ସେମାନେ ମୋହର ବିପକ୍ଷ ହୋଇଅଛନ୍ତି;ମାତ୍ର ମୁଁ ପ୍ରାର୍ଥନାରେ ପ୍ରବୃତ୍ତ।5ଆଉ, ସେମାନେ ମୋତେ ମଙ୍ଗଳ ପାଲଟେ ଅମଙ୍ଗଳଓ ପ୍ରେମ ପାଲଟେ ଘୃଣା ପ୍ରତିଦାନ କରିଅଛନ୍ତି।6ତୁମ୍ଭେ ତାହା ଉପରେ ଏକ ଦୁଷ୍ଟ ଲୋକ ନିଯୁକ୍ତ କର;ପୁଣି, ଜଣେ ବିପକ୍ଷ ତାହାର ଦକ୍ଷିଣ ପାର୍ଶ୍ୱରେ ଠିଆ ହେଉ।7ସେ ବିଚାରିତ ହେବା ସମୟରେ ଦୋଷୀକୃତ ହେଉ;ପୁଣି, ତାହାର ପ୍ରାର୍ଥନା ପାପ ରୂପେ ଗଣିତ ହେଉ।8ତାହାର ଆୟୁ ଅଳ୍ପ ହେଉଓ ଅନ୍ୟ ଲୋକ ତାହାର ପଦ ପ୍ରାପ୍ତ ହେଉ।9ତାହାର ସନ୍ତାନମାନେ ପିତୃହୀନ ହେଉନ୍ତୁଓ ତାହାର ଭାର୍ଯ୍ୟା ବିଧବା ହେଉ।10ତାହାର ସନ୍ତାନଗଣ ବାରବୁଲା ହୋଇ ଭିକ୍ଷା କରନ୍ତୁଓ ସେମାନେ ଆପଣା ଆପଣା ଉଜାଡ଼ ସ୍ଥାନରୁ ଆହାର ଅନ୍ୱେଷଣ କରନ୍ତୁ।11ମହାଜନ ତାହାର ସର୍ବସ୍ୱ ଧରୁ;ଆଉ, ବିଦେଶୀମାନେ ତାହାର ଶ୍ରମର ଫଳ ଲୁଟ କରନ୍ତୁ।12ତାହା ପ୍ରତି କୃପା ପ୍ରକାଶ କରିବାକୁ କେହି ନ ଥାଉ,କିଅବା ତାହାର ପିତୃହୀନ ସନ୍ତାନଗଣକୁ କେହି ଦୟା କରିବାକୁ ନ ରହୁ।13ତାହାର ବଂଶ ଉଚ୍ଛିନ୍ନ ହେଉ;ଆସନ୍ତା ପୁରୁଷରେ ତାହାଙ୍କ ନାମ ଲୁପ୍ତ ହେଉ।14ତାହାର ପିତୃପୁରୁଷଙ୍କ ଅପରାଧ ସଦାପ୍ରଭୁଙ୍କ ସ୍ମରଣରେ ଥାଉଓ ତାହାର ମାତାର ପାପ ଲୁପ୍ତ ନ ହେଉ।15ସଦାପ୍ରଭୁ ଯେପରି ସେମାନଙ୍କ ସ୍ମରଣ ପୃଥିବୀରୁ ଉଚ୍ଛିନ୍ନ କରିବେ,ଏଥିପାଇଁ ସେମାନେ ତାହାଙ୍କ ସାକ୍ଷାତରେ ସର୍ବଦା ଥାଉନ୍ତୁ।16ସେ ଦୟା ପ୍ରକାଶ କରିବାକୁ ସ୍ମରଣ କଲା ନାହିଁ।ମାତ୍ର ଦୁଃଖୀ, ଦୀନହୀନଓ ଭଗ୍ନାନ୍ତଃକରଣ ଲୋକଙ୍କୁ ବଧ କରିବା ପାଇଁ ତାଡ଼ନା କଲା।17ଆହୁରି, ସେ ଅଭିଶାପ ଭଲ ପାଇଲା ଓ ତାହା ତାହା ପ୍ରତି ଘଟିଲା;ଆଉ, ସେ ଆଶୀର୍ବାଦରେ ସନ୍ତୁଷ୍ଟ ହେଲା ନାହିଁ, ଏଣୁ ତାହା ତାହାଠାରୁ ଦୂର ହେଲା।18ମଧ୍ୟ ସେ ବସ୍ତ୍ର ପରି ଅଭିଶାପ ପରିଧାନ କଲା,ପୁଣି, ତାହା ଜଳ ପରି ତାହାର ଅନ୍ତରରେଓ ତୈଳ ପରି ତାହାର ଅସ୍ଥିରେ ପ୍ରବିଷ୍ଟ ହେଲା।19ଏଣୁ ତାହା ତାହାର ପରିଧେୟ ବସ୍ତ୍ର ପରିଓ ତାହାର ନିତ୍ୟ କଟିବନ୍ଧନ ପରି ହେଉ।20ସଦାପ୍ରଭୁଙ୍କଠାରୁ ଆମ୍ଭ ବିପକ୍ଷଗଣରଓ ଆମ୍ଭ ପ୍ରାଣ ବିରୁଦ୍ଧରେ ଦୁର୍ବାକ୍ୟବାଦୀମାନଙ୍କର ଏହି ଫଳ।21ମାତ୍ର, ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ନାମ ସକାଶୁ ମୋʼ ପ୍ରତି ବ୍ୟବହାର କର;ତୁମ୍ଭର ଦୟା ମଙ୍ଗଳମୟ, ଏଣୁ ମୋତେ ଉଦ୍ଧାର କର।22କାରଣ ମୁଁ ଦୁଃଖୀ ଓ ଦୀନହୀନ ଅଟେ,ଓ ମୋʼ ଅନ୍ତରରେ ମୋʼ ହୃଦୟ କ୍ଷତବିକ୍ଷତ ହୋଇଅଛି।23ମୁଁ ଅପରାହ୍ନର ଛାୟା ତୁଲ୍ୟ ଅତୀତ;ମୁଁ ପଙ୍ଗପାଳ ନ୍ୟାୟ ଚାଳିତ ହେଉଅଛି।24ଉପବାସରେ ମୋʼ ଆଣ୍ଠୁ ଦୁର୍ବଳ ଅଛିଓ ମେଦର ଅଭାବରୁ ମୋʼ ମାଂସ କ୍ଷୀଣ ହୁଏ।25ଆହୁରି, ମୁଁ ସେମାନଙ୍କ ନିକଟରେ ନିନ୍ଦାପାତ୍ର ହୋଇଅଛି;ସେମାନେ ମୋତେ ଦେଖିଲେ ମୁଣ୍ଡ ହଲାନ୍ତି।26ହେ ସଦାପ୍ରଭୋ, ମୋହର ପରମେଶ୍ୱର, ମୋହର ସାହାଯ୍ୟ କର;ତୁମ୍ଭ ଦୟାନୁସାରେ ମୋହର ପରିତ୍ରାଣ କର।27ତହିଁରେ ଏହି ତୁମ୍ଭର ହସ୍ତ ବୋଲିଓ ତୁମ୍ଭେ ସଦାପ୍ରଭୁ ଏହା କରିଅଛ ବୋଲି ସେମାନେ ଜାଣିବେ।28ସେମାନେ ଅଭିଶାପ ଦେଉନ୍ତୁ, ମାତ୍ର ତୁମ୍ଭେ ଆଶୀର୍ବାଦ କର;ସେମାନେ ଉଠିଲେ ଲଜ୍ଜିତ ହେବେ, ମାତ୍ର ତୁମ୍ଭର ଦାସ ଆନନ୍ଦ କରିବ।29ମୋʼ ବିପକ୍ଷମାନେ ଅପମାନରେ ବସ୍ତ୍ରାନ୍ୱିତ ହେବେ,ପୁଣି, ସେମାନେ ଉତ୍ତରୀୟ ବସ୍ତ୍ର ତୁଲ୍ୟ ନିଜ ଲଜ୍ଜାରେ ଆଚ୍ଛନ୍ନ ହେଉନ୍ତୁ।30ମୁଁ ନିଜ ମୁଖରେ ସଦାପ୍ରଭୁଙ୍କୁ ଅତିଶୟ ଧନ୍ୟବାଦ ଦେବି;ପୁଣି, ଲୋକସମୂହ ମଧ୍ୟରେ ତାହାଙ୍କର ପ୍ରଶଂସା କରିବି।31କାରଣ ସେ ଦୀନହୀନକୁ ତାହାର ପ୍ରାଣରବିଚାରକାରୀମାନଙ୍କଠାରୁ ତ୍ରାଣ କରିବା ନିମନ୍ତେ ତାହାର ଡାହାଣରେ ଠିଆ ହେବେ।