ଗୀତସଂହିତା110ory_irv
ପରମେଶ୍ୱର ଓ ତାହାଙ୍କ ମନୋନୀତ ରାଜା
ଦାଉଦଙ୍କର ଗୀତ।
1ସଦାପ୍ରଭୁ ମୋʼ ପ୍ରଭୁଙ୍କୁ କହନ୍ତି,“ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।”2ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ଡ ପ୍ରେରଣ କରିବେ;ତୁମ୍ଭେ ଆପଣା ଶତ୍ରୁଗଣ ମଧ୍ୟରେ କର୍ତ୍ତୃତ୍ୱ କର।3ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି;ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।4ସଦାପ୍ରଭୁ ଶପଥ କରିଅଛନ୍ତି ଓ ଅନ୍ୟଥା କରିବେ ନାହିଁ,“ମଲ୍କୀଷେଦକଙ୍କ ରୀତି ଅନୁସାରେ ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।”5ତୁମ୍ଭ ଦକ୍ଷିଣରେ ସ୍ଥିତ ପ୍ରଭୁଆପଣା କୋପର ଦିନରେ ରାଜାଗଣକୁ ଚୂର୍ଣ୍ଣ କରିବେ।6ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ,ସେ ଶବରେ ସ୍ଥାନସବୁ ପୂର୍ଣ୍ଣ କରିବେ;ସେ ଅନେକ ଦେଶରେ ମସ୍ତକ ଚୂର୍ଣ୍ଣ କରିବେ।7ସେ ପଥ ମଧ୍ୟରେ ସ୍ରୋତଜଳ ପାନ କରିବେ;ଏହେତୁ ସେ ଆପଣା ମସ୍ତକ ଉଠାଇବେ।